ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ ଓ ଏହା ଦକ୍ଷିଣ ଏସିଆରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି ।[୧] Archived 2019-10-21 at the Wayback Machine.
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟ ଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମଙ୍ଗଳା କିଶାନ (ଜନ୍ମ: ୬ ଜୁନ ୧୯୪୭) ଜଣେ ଭାରତୀୟ ରାଜନୀତିଜ୍ଞ । ସେ ବିଜୁ ଜନତା ଦଳର ଜଣେ ପ୍ରତିନିଧି ଭାବରେ ଓଡ଼ିଶା ବିଧାନ ସଭା ଏବଂ ରାଜ୍ୟ ସଭାରେ ସଦସ୍ୟ ଭାବରେ କାର୍ଯ୍ୟ କରିଛନ୍ତି । ମଙ୍ଗଳା କିଶାନ ୦୩ ଅପ୍ରେଲ ୨୦୦୮ରେ ଓଡ଼ିଶାରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ୦୨ ଅପ୍ରେଲ ୨୦୧୪ ଯାଏଁ ୬ବର୍ଷ ଧରି ସେଠାରେ କାର୍ଯ୍ୟ କରିଥିଲେ । ସେ ରାଜଗାଙ୍ଗପୁର ବିଧାନ ସଭା ମଣ୍ଡଳୀରୁ ୧୯୮୫ ରୁ ୨୦୦୪ ଓ ୨୦୧୪ ରୁ ୨୦୧୯ ପଯ୍ୟନ୍ତ ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ରାଜ୍ୟ ସଭା ସାଂସଦ ଥିବାବେଳେ ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିବା ଦାବି ଉପସ୍ଥାପନ କରିଥିଲେ, ତାଙ୍କ ସହ ଆଉ ୧୩ ଜଣ ସାଂସଦ ମଧ୍ୟ ଏହି ଉଦ୍ୟମରେ ଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ବିଶ୍ୱ ସଂସ୍କୃତ ଦିବସ, ବା ବିଶ୍ୱ ସଂସ୍କୃତ ଦିନମ (ସଂସ୍କୃତ: विश्वसंस्कृतदिनम्), ପ୍ରତିବର୍ଷ ଶ୍ରାବଣ ପୂର୍ଣ୍ଣିମା ଦିନ ପାଳନ କରାଯାଏ । ଏହା ପ୍ରାୟତଃ ଇଂରାଜୀ କ୍ୟାଲେଣ୍ଡରର ଅଗଷ୍ଟ ମାସରେ ପଡ଼ିଥାଏ । ସଂସ୍କୃତ ଭାଷାର ସାଂସ୍କୃତିକ ବିଶେଷତ୍ୱ ତଥା ଏହାର ଗୁରୁତ୍ୱ ସମ୍ବନ୍ଧରେ ସଚେତନତା ସୃଷ୍ଟି କରିବା ଏହି ଦିବସ ପାଳନ କରାଯାଏ । ୧୯୬୯ ମସିହାରେ ଭାରତ ସରକାର ଏହି ଦିବସ ପାଳନ କରିବା ନିମନ୍ତେ ନିଷ୍ପତି ନେଇଥିଲେ ।
କିମ୍ବଦନ୍ତୀ ହକି ଖେଳାଳୀ ସ୍ୱର୍ଗତ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅଗଷ୍ଟ ୨୯କୁ ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ମନ୍ତ୍ରଣାଳୟ ପ୍ରତିବର୍ଷ ଜାତୀୟ କ୍ରୀଡ଼ା ଦିବସ ପାଳନ କରୁଛନ୍ତି ।୧୯୯୫ ମସିହାଠାରୁ ପ୍ରତ୍ୟେକ ବର୍ଷ ଅଗଷ୍ଟ ୨୯କୁ ଜାତୀୟ କ୍ରୀଡ଼ା ଦିବସ ରୂପେ ପାଳିତ ହେଉଛି । ଏହି ଦିନ ଭାରତର ରାଷ୍ଟ୍ରପତି କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ବିଭିନ୍ନ ପୁରସ୍କାର ପ୍ରଦାନ କରିଥାନ୍ତି ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ନରେନ୍ଦ୍ର ଦାମୋଦର ଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଜଣେ ବିଶିଷ୍ଟ ରାଜନୀତିଜ୍ଞ। ମୋଦୀ ୨୦୦୧ରୁ ୨୦୧୪ ପର୍ଯ୍ୟନ୍ତ ଗୁଜରାଟର ମୁଖ୍ୟମନ୍ତ୍ରୀ ଥିଲେ ଏବଂ ବାରଣାସୀର ସାଂସଦ ଥିଲେ । ସେ ଭାରତୀୟ ଜନତା ପାର୍ଟି (ବିଜେପି) ଏବଂ ଦକ୍ଷିଣପନ୍ଥୀ ହିନ୍ଦୁ ଜାତୀୟତାବାଦୀ ଅର୍ଦ୍ଧସାମରିକ ସ୍ୱେଚ୍ଛାସେବୀ ସଂଗଠନ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ସଦସ୍ୟ । ସେ ଭାରତୀୟ ଜାତୀୟ କଂଗ୍ରେସ ବାହାରେ ସର୍ବାଧିକ କାଳ ଧରି ଥିବା ପ୍ରଧାନମନ୍ତ୍ରୀ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
କଙ୍ଗନା ରାଣାବତ (ଜନ୍ମ: ୨୩ ମାର୍ଚ୍ଚ ୧୯୮୭) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ । କଙ୍ଗନା ୩ଟି ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିବା ବେଳେ ୪ଟି ଭିନ୍ନ ଭିନ୍ନ ବିଭାବର ଫିଲ୍ମଫେୟାର ପୁରସ୍କାର ପାଇଥିଲେ । ହିମାଚଳ ପ୍ରଦେଶର ଭମ୍ବଳାଠାରେ ଜନ୍ମିତ କଙ୍ଗନା ଛୋଟବେଳୁ ତାଙ୍କ ପିତାମାତାଙ୍କ କଥାନୁସାରେ ଡାକ୍ତର ହେବାର ସ୍ୱପ୍ନ ଦେଖିଥିଲେ । ମାତ୍ର ପରେ ସେ ତାଙ୍କ ପଥ ନିଜେ ବାଛିଥିଲେ ଏବଂ ଦିଲ୍ଲୀ ଯାଇଥିଲେ । ସେଠାରେ ସେ ଜଣେ ମଡେଲ ଭାବରେ କିଛିଦିନ କାମ କରିଥିଲେ । ଏହପରେ ନିର୍ଦ୍ଦେଶକ ଅରବିନ୍ଦ ଗୌରଙ୍କ ଅଧିନରେ ପ୍ରଶିକ୍ଷଣ ନେବା ପରେ କଙ୍ଗନା ୨୦୦୬ରେ ହିନ୍ଦୀ କଥାଚିତ୍ର ଗ୍ୟାଙ୍ଗଷ୍ଟାରରେ ତାଙ୍କର ଅଭିନୟ ଆରମ୍ଭ କରିଥିଲେ । ଏହି ଚଳଚ୍ଚିତ୍ର ପାଇଁ ତାଙ୍କୁ ଫିଲ୍ମଫେୟାରରେ ଶ୍ରେଷ୍ଠ ନବାଗତା ପୁରସ୍କାର ମିଳିଥିଲା । ଏହାପରେ ସେ ଓ ଲମ୍ହା, ଲାଇଫ୍ ଇନ୍ ଏ ମେଟ୍ରୋ, ଫ୍ୟାସନ ଭଳି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ଏବଂ ଫ୍ୟାସନ ଚଳଚ୍ଚିତ୍ର ପାଇଁ ସେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଏବଂ ଫିଲ୍ମଫେୟାରରେ ଶ୍ରେଷ୍ଠ ସହକାରୀ ଅଭିନେତ୍ରୀ ପୁରସ୍କାର ପାଇଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି
ଅନୁସୂଚିତ ଜାତି ଭାରତୀୟ ସମ୍ବିଧାନର ଅନୁସୂଚିତ ଧାରା ଅନୁସାରେ ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀକୁ ବୁଝାଏ । ଜାତିଗତ ଦୃଷ୍ଟିରୁ ଦଳିତ ଓ ହରିଜନ ଆଦି ନାମ ମଧ୍ୟ ଅନୁସୂଚିତ ଜାତି ପାଇଁ ବ୍ୟବହାର କରାଯାଏ ।
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ସଂକ୍ଷେପରେ "ଆରଏସଏସ") ଏକ ଭାରତୀୟ ଦକ୍ଷିଣପନ୍ଥୀ, ହିନ୍ଦୁ ଜାତୀୟତାବାଦୀ, ଅର୍ଦ୍ଧସାମରିକ ସ୍ୱେଚ୍ଛାସେବୀ ସଂଗଠନ । ଆରଏସଏସ ହେଉଛି ସଂଘ ପରିବାରର ନାମକ ଏକ ବୃହତ ସଂସ୍ଥାସମୂହର ମୂଳ ସଂଗଠନ ଏବଂ ତାହା ଭାରତୀୟ ସମାଜର ସମସ୍ତ ଦିଗରେ ଉପସ୍ଥିତି ରହିଛି । ଆରଏସଏସ ୧୯୨୫ ସେପ୍ଟେମ୍ବର ୨୭ରେ ସ୍ଥାପିତ ହୋଇଥିଲା । ୨୦୧୪ ବେଳକୁ ଏହାର ସଦସ୍ୟତା ଥିଲା ୫୦-୬୦ ଲକ୍ଷ (୫-୬ ନିୟୁତ) ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଗହ୍ମାଡ଼ିଆଁ ଓଡ଼ିଶାର ଏକ ପୁରାତନ ଏବଂ ଲୋକପ୍ରିୟ ଖେଳ । ଏହା ଉଚ୍ଚ ଡିଆଁ ପ୍ରତିଯୋଗିତା ଧରଣର । ରାକ୍ଷୀ ପୂର୍ଣ୍ଣିମା ତଥା ଗହ୍ମା ପୂର୍ଣ୍ଣିମା ଅବସରରେ ଏହି ଖେଳ ଖେଳାଯାଏ । ଏହା ବିଶେଷ କରି ଗଞ୍ଜାମ ଜିଲ୍ଲାରେ ଅଧିକ ଜଣାଶୁଣା । ଏହା ସାଧାରଣରତଃ ଯୁବକମାନଙ୍କଦ୍ୱାରା ଖେଳାଯାଇଥାଏ ଓ ଏହି ଖେଳ ଦେଖିବାକୁ ସାହି ମାନଙ୍କରେ ବିଶେଷ ଭିଡ଼ ଜମେ । ମଣିଷମାନଙ୍କ ବ୍ୟତିତ ପଶୁମାନେ ମଧ୍ୟ ଏଥିରେ ଭାଗନେବା ଦେଖାଯାଏ । ଚାଷୀମାନେ ବଳଦମାନଙ୍କୁ ଜମିକୁ ନେଇ ଯାଇଥାନ୍ତି । ଏକ ଉଚ୍ଚ ପିଣ୍ଡି ବା "ଗହ୍ମା ବେଦୀ" ଗଢ଼ାଯାଇ ବଳଦମାନଙ୍କୁ ଏଥି ଉପରେ ଡିଆଁମାରିବାକୁ ଛଡ଼ାଯାଇଥାଏ ।
ଦାଶ ବେନହୁର (ଜନ୍ମ ୩ ଅଗଷ୍ଟ ୧୯୫୩) ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଖଣ୍ଡପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର । ଶିଶୁ ସାହିତ୍ୟ, କ୍ଷୁଦ୍ରଗଳ୍ପ ଓ ଉପନ୍ୟାସ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ତାଙ୍କର ଅବଦାନ ରହିଛି । ପ୍ରବନ୍ଧ ଓ ଗବେଷଣାତ୍ମକ ନିବନ୍ଧ ଆଦି ଲେଖିବାକୁ ସେ ନିଜ ନାମ ଜିତେନ୍ଦ୍ର ନାରାୟଣ ଦାଶ ବ୍ୟବହାର କରୁଥିବା ସମୟରେ ଗଳ୍ପ ଓ ଶିଶୁ ସାହିତ୍ୟ ଦାଶ ବେନହୁର ନାମରେ ଲେଖିଥାନ୍ତି । ଅଧ୍ୟାପନାକୁ ପେସା ଭାବରେ ଗ୍ରହଣ କରିଥିବା ଦାଶ ପୁରୀର ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବରେ ସେବା ନିବୃତ ହୋଇସାରିଛନ୍ତି । ସାହିତ୍ୟ ଓ ଅଧ୍ୟାପନା ବ୍ୟତିତ ସେ ଜଣେ ସଂଗଠକ ହିସାବରେ 'ପ୍ରଫୁଲ୍ଲ କର ଫାଉଣ୍ଡେସନ, ଇଟିକିଲି ମିଟିକିଲି, ଆମ ଓଡ଼ିଶା ଆଦି ଅନୁଷ୍ଠାନମାନଙ୍କ ସହିତ ଜଡ଼ିତ ଅଛନ୍ତି । ସେ ଆଦିବାସୀ ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ 'ସର୍ଗୀଫୁଲ' ନାମକ ପତ୍ରିକାର ସମ୍ପାଦନା ମଧ୍ୟ କରିଥାନ୍ତି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଗୋପାଳ ଚନ୍ଦ୍ର ପଣ୍ଡା (ଜନ୍ମ : ୧୭ ଜୁନ ୧୯୪୦) ଜଣେ ଓଡ଼ିଶୀ ସଙ୍ଗୀତ ଗୁରୁ ଓ ଗାୟକ । ଓଡ଼ିଶୀ ସଙ୍ଗୀତ ସାଧନା, ଶିକ୍ଷାଦାନ ଓ ଅନୁସନ୍ଧାନ ତଥା ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ସଙ୍ଗୀତର ମର୍ଯ୍ୟାଦା ପ୍ରଦାନ କରିବା ପାଇଁ ସେ ଚେଷ୍ଟିତ ଅଛନ୍ତି । ତାଙ୍କୁ ୨୦୦୦ ମସିହାରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ଓ ୨୦୧୧ରେ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ମିଳିଥିଲା । ସଙ୍ଗୀତ ସାଧକ ଭିନ୍ନ ସେ ଜଣେ ଓଡ଼ିଆ ଭାଷାପ୍ରେମୀ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ ଏକ ପ୍ରଶାସନିକ ରାଜ୍ୟ । ଏହାର ଦକ୍ଷିଣରେ ଆନ୍ଧ୍ର ପ୍ରଦେଶ, ପଶ୍ଚିମରେ ଛତିଶଗଡ଼, ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଏବଂ ପୂର୍ବରେ ବଙ୍ଗୋପ ସାଗର ରହିଛି । ରାଜ୍ୟର ପଶ୍ଚିମ ଓ ଉତ୍ତରାଂଶ ଛୋଟନାଗପୁର ମାଳଭୂମିର ଅଂଶବିଶେଷ । ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ମହାନଦୀ, ବ୍ରାହ୍ମଣୀଓ ବୈତରଣୀ ନଦୀ ପ୍ରଭୃତିର ମୁହାଣରେ ଉର୍ବର ପଟୁମୃତ୍ତିକା ଯୁକ୍ତ ସମତଳ ଭୂମି ଦେଖାଯାଏ । ଏହି ସମତଳ ଭୂମିରେ ମୂଖ୍ୟତଃ ଧାନଚାଷ କରାଯାଏ ।
ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ଗଉଡ଼ ନାଚ ବା ବାଡ଼ିଖେଳ ବା ଲଉଡ଼ି ଖେଳ ଓଡ଼ିଶାର ଯାଦବ (ଗୋପାଳ) ସମ୍ପ୍ରଦାୟଙ୍କର ପାରମ୍ପରିକ ନୃତ୍ୟ। କେତକ ସ୍ଥାନରେ ଏହାକୁ ଦାଣ୍ଡି ଖେଳ ମଧ୍ୟ କୁହାଯାଏ । ସାରା ଓଡ଼ିଶାର ଗୋପାଳ ସଂପ୍ରଦାୟ ଏହାକୁ ପାଳନ କରିଥାନ୍ତି । ଏହା ଓଡ଼ିଶାର ଏକ ପାରମ୍ପରିକ ଲୋକ କଳା । ଏହା ଯାଦବ ବହୁଳ ଉତ୍ତର ପ୍ରଦେଶରେ ମଧ୍ୟ ଦେଖାଯାଏ ନାହିଁ । କିପରି ଏକ ଭିନ୍ନ ସାମରିକ ଖେଳ ଓଡ଼ିଶାରେ ପ୍ରଚଳିତ ଥିଲା ଏବେ ବି ଏହାର ପୃଷ୍ଠଭୂମି ଅନେକଙ୍କୁ ଅଗୋଚର । ଗୋପାଳ ବା ଯାଦବ ପୁରୁଷମାନେ ନିଜର ଶକ୍ତି, ପରାକ୍ରମ ତଥା ବାଡିର ଅନନ୍ୟ କଳାକୈାଶଳ ପ୍ରଦର୍ଶନକୁ ବାଡ଼ିଖେଳ ବା ଲଉଡ଼ି ଖେଳ କୁହାଯାଏ । ଏହା ଧର୍ମଭିତ୍ତିକ, ରଣକୌଶଳ ପ୍ରଦର୍ଶନ କରାଯାଉଥିବା ଏକ ଲୋକନୃତ୍ୟ ।
ଚନ୍ଦ୍ରଭାଗା କବି ରାଧାନାଥ ରାୟଙ୍କ ରଚିତ ଏକ ଓଡ଼ିଆ କବିତା । ଏହି କାବ୍ୟର ଆରମ୍ଭରେ କବି ଜଗନ୍ନାଥଙ୍କର ପୌଷ ମାସର ରାମାଭିଷେକ ଉତ୍ସବ ବିଷୟରେ ବର୍ଣ୍ଣନା କରିଥିଲେ । ଏଥିରେ ସେ ଅନେକ ଦେବଦେବୀଙ୍କ ବିଷୟରେ ଲେଖି ସହିତ ସେମାନଙ୍କର ଅଧିଷ୍ଠିତ ପୀଠର ପ୍ରାକୃତିକ ବର୍ଣ୍ଣନା ମଧ୍ୟ କରିଛନ୍ତି । ଏଥିରେ ସୁମନ୍ୟୁ ଋଷି ସୂର୍ଯ୍ୟଙ୍କୁ ତାଙ୍କ ପୁତ୍ରୀ ଚନ୍ଦ୍ରଭାଗାଙ୍କ ପ୍ରତି କରାଯାଇଥିବା ଖରାପ ବ୍ୟବହାର ପାଇଁ ଅଭିଶାପ ଦେବା କଥା ଲେଖାଯାଇଛି । ସେହି ଅଭିଶାପ ଯୋଗୁ କୋଣାର୍କ ସୂର୍ଯ୍ୟମନ୍ଦିର ଭାଙ୍ଗି ଯାଇଥିଲା ବୋଲି କବିତାରେ ବର୍ଣ୍ଣନା କରାଯାଇଛି । ୧୮୮୦-୯୦ ଦଶକ ମଧ୍ୟରେ ଲେଖା ଯାଇଥିଲା ।
ଉଚ୍ଚ ରକ୍ତଚାପ (ଇଂରାଜୀ ଭାଷାରେ ହାଇପର୍ଟେନ୍ସନ୍ ବା HTN ବା HT) ବା ଧମନୀ ଉଚ୍ଚ ରକ୍ତଚାପ ଏକ ସ୍ଥାୟୀ ଭେଷଜ ରୋଗ ଯେଉଁଥିରେ ରକ୍ତଚାପ ନିରନ୍ତର ବୃଦ୍ଧି ପାଇଥାଏ । ଏହି ରୋଗରେ ସାଧାରଣତଃ କୌଣସି ଲକ୍ଷଣ ପ୍ରକାଶ ପାଏନାହିଁ । ଦୀର୍ଘକାଳୀନ ଉଚ୍ଚ ରକ୍ତଚାପ ରହିଲେ କେତେକ ରୋଗ ସଙ୍କଟ ସୃଷ୍ଟି ହୁଏ ଯଥା:- କରୋନାରୀ ଧମନୀ ରୋଗ, ସ୍ଟ୍ରୋକ୍, ହୃଦ୍ଘାତ, ପ୍ରାନ୍ତୀୟ ରକ୍ତନଳୀ ରୋଗ, ଦୃଷ୍ଟିହାନୀ ଓ କ୍ରନିକ ବୃକ୍କ ରୋଗ । ଏହି ରୋଗଟି ଦୁଇ ଶ୍ରେଣୀରେ ବିଭକ୍ତ କରାଯାଏ ଯଥା:- ପ୍ରାଥମିକ ବା ଅନିବାର୍ଯ୍ୟ ଉଚ୍ଚ ରକ୍ତଚାପ (primary or essential hypertension) ଓ ଗୌଣ ଉଚ୍ଚ ରକ୍ତଚାପ (secondary hypertension) । ଅନିବାର୍ଯ୍ୟ ଉଚ୍ଚ ରକ୍ତଚାପ ୯୦ରୁ ୯୫ % ଲୋକଙ୍କର ଅନିର୍ଦ୍ଦିଷ୍ଟ ଜୀବନଚର୍ଯ୍ୟା ଓ ଜେନେଟିକ କାରଣ ଯୋଗୁ ହୁଏ । ଜୀବନଚର୍ଯ୍ୟା କାରଣ ଯଥା:- ଅତ୍ୟଧିକ ଲୁଣ ଖାଇବା, ଅତ୍ୟଧିକ ଓଜନ ବୃଦ୍ଧି, ଧୂମ୍ରପାନ ଓ ଆଲକୋହୋଲ ସେବନ ଯୋଗୁ ଏହି ରୋଗ ସଙ୍କଟ ସୃଷ୍ଟି ହୁଏ । ବଳକା ୫ରୁ ୧୦% ରୋଗକୁ ସେକଣ୍ଡାରୀ ବା ଗୌଣ ଉଚ୍ଚ ରକ୍ତଚାପ ନାମିତ କରାଯାଏ ଯାହାର ନିର୍ଦ୍ଦିଷ୍ଟ କାରଣ ଥାଏ ଯେପରିକି କ୍ରନିକ ବୃକ୍କ ରୋଗ, ବୃକ୍କ ଧମନୀ ସ୍ଟେନୋସିସ୍, ଅନ୍ତସ୍ରାବୀ ଗ୍ରନ୍ଥୀ ରୋଗ ଓ ଜନ୍ମ ନିରୋଧ ବଟିକା ସେବନ । ଏହି ବୃଦ୍ଧି ଯୋଗୁ ହୃତ୍ପିଣ୍ଡକୁ ଅଧିକ କାର୍ଯ୍ୟ କରିବାକୁ ପଡ଼ିଥାଏ । ଦୁଇ ପ୍ରକାରର ମାପଦ୍ୱାରା ଉଚ୍ଚ ରକ୍ତଚାପ ଲେଖାଯାଏ, ଗୋଟିଏ ସିସ୍ଟୋଲିକ (ହୃତ୍ପିଣ୍ଡ ସଙ୍କୋଚନ ବେଳର ସର୍ବୋଚ୍ଚ) ଓ ଅନ୍ୟଟି ଡାୟାସ୍ଟୋଲିକ (ହୃତ୍ପିଣ୍ଡ ଶୀଥିଳ ବେଳର ସର୍ବନିମ୍ନ) । ବିଶ୍ରାମ ସମୟରେ ଗୋଟିଏ ସୁସ୍ଥ ଲୋକର ସିସ୍ଟୋଲିକ ଚାପ ୧୦୦ରୁ ୧୪୦ ମି.ମି.
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଲାଲ ନିଶାନ ପାର୍ଟି (LNP) ଏକ କମ୍ୟୁନିଷ୍ଟ ରାଜନୈତିକ ପାର୍ଟି ଥିଲା, ଯାହା ୧୯୬୫ ମସିହାରେ ଭାରତର ମହାରାଷ୍ଟ୍ର ରାଜ୍ୟରେ ସ୍ଥାପିତ ହୋଇଥିଲା। ଏହି ପାର୍ଟିର ମୁଖ୍ୟ କାର୍ଯ୍ୟ ଥିଲା ଶ୍ରମିକ ସଂଗଠନ ଓ ସାମାଜିକ ନ୍ୟାୟ ପାଇଁ ଆନ୍ଦୋଳନ। ଏହାର ଶ୍ରମିକ ସଂଗଠନକୁ "ସର୍ବ ଶ୍ରମିକ ସଂଘ" (SSS) ବୋଲି କୁହାଯାଏ। ପାର୍ଟିର ପ୍ରକାଶନ ଥିଲା "ନବ ପର୍ବ" ଓ ପୂର୍ବରୁ ପୁଣେରୁ ଏହାର ଦୈନିକ ସମ୍ପାଦନା ଥିଲା "ଶ୍ରମିକ ଭିଚାର" ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଖୁଦୁରୁକୁଣୀ ଓଷା ଓଡ଼ିଶାର ଏକ ପାରମ୍ପାରିକ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହାକୁ କୁଆଁରୀ ଓଡ଼ିଆ ଝିଅମାନେ ପାଳନ କରିଥାନ୍ତି । ଏଥିରେ ଖୁଦୁରୁକୁଣୀଙ୍କର ପୂଜାର୍ଚ୍ଚନା କରାଯାଇଥାଏ । ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣୀଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।