ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ମାୟା ସଭ୍ୟତା (ଇଂରାଜୀ ଭାଷାରେ The Maya civilization ()) ଏକ ସଭ୍ୟତାର ନାମ ଯାହା ମାୟା ଲୋକମାନେ ପ୍ରାକ-କଲମ୍ବିଆନ ଯୁଗରେ ଉନ୍ନତ ଧରଣର ଲିପି, ଉଚ୍ଚ ବିକଶିତ ଲେଖା, ମାୟା କଳା, ମାୟା ସ୍ଥାପତ୍ୟ, ମାୟା ଗଣିତ ଓ ମାୟା ଖଗୋଳ ଶାସ୍ତ୍ର ଇତ୍ୟାଦି ବିକାଶ କରିଥିଲେ । ଏହି ସଭ୍ୟତା ଦକ୍ଷିଣପୂର୍ବ ମେକ୍ସିକୋ, ସମ୍ପୁର୍ଣ୍ଣ ଗୁଆତେମାଲା (Guatemala ) ଓ ବେଲିଜେରେ (Belize) ଥିଲା ଓ ଏହା ସହିତ ହୋଣ୍ଡୁରାସ ଓ ଏଲ ସାଲଭାଡରରେ (El Salvador) ମଧ୍ୟ ଥିଲା । ଉତ୍ତର ନିମ୍ନଭୂମିରେ ଥିବା ୟୁକାଟାନ ପେନିନସୁଲା (en:Yucatán Peninsula) ଓ ଉଚ୍ଚଭୂମିରେ ଥିବା ସିଏରା ମାଡ୍ରେ ଡି ଚିଆପାସ (Sierra Madre), ଗୁଆତେମାଲା, ମେକ୍ସିକୋ, ଏଲ ସାଲଭାଡର ଓ ପାସିଫିକ ଲୋଟୋରାଲ ସମତଳ ନିମ୍ନଭୂମି ପର୍ଯ୍ୟନ୍ତ ବ୍ୟାପିଥିଲା । ସେଠାକାର ଲୋକମାନଙ୍କ ନିମନ୍ତେ ଏକ ଆଧୁନିକ ମାୟା ନାମ ଦିଆଯାଇଥିଲା ଯାହା ଉକ୍ତ ସ୍ଥାନର ଲୋକମାନେ କେବେ ବ୍ୟବହର କରିନଥିଲେ କାରଣ ତାଙ୍କର ସେତେବେଳ କୌଣସି ଚିହ୍ନ ବା ରାଜନୈତିକ ଏକତା ନଥିଲା ।
କିମ୍ବଦନ୍ତୀ ହକି ଖେଳାଳୀ ସ୍ୱର୍ଗତ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅଗଷ୍ଟ ୨୯କୁ ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ମନ୍ତ୍ରଣାଳୟ ପ୍ରତିବର୍ଷ ଜାତୀୟ କ୍ରୀଡ଼ା ଦିବସ ପାଳନ କରୁଛନ୍ତି ।୧୯୯୫ ମସିହାଠାରୁ ପ୍ରତ୍ୟେକ ବର୍ଷ ଅଗଷ୍ଟ ୨୯କୁ ଜାତୀୟ କ୍ରୀଡ଼ା ଦିବସ ରୂପେ ପାଳିତ ହେଉଛି । ଏହି ଦିନ ଭାରତର ରାଷ୍ଟ୍ରପତି କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ବିଭିନ୍ନ ପୁରସ୍କାର ପ୍ରଦାନ କରିଥାନ୍ତି ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ ଓ ଏହା ଦକ୍ଷିଣ ଏସିଆରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି ।[୧] Archived 2019-10-21 at the Wayback Machine.
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ଖୁଦୁରୁକୁଣୀ ଓଷା ଓଡ଼ିଶାର ଏକ ପାରମ୍ପାରିକ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହାକୁ କୁଆଁରୀ ଓଡ଼ିଆ ଝିଅମାନେ ପାଳନ କରିଥାନ୍ତି । ଏଥିରେ ଖୁଦୁରୁକୁଣୀଙ୍କର ପୂଜାର୍ଚ୍ଚନା କରାଯାଇଥାଏ । ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣୀଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ସାପ ଏକ ସରୀସୃପ ଜାତୀୟ ଜୀବ । ସାପ ବିଷଧର ଓ ବିଷହୀନ ମଧ୍ୟ ହୋଇ ପାରନ୍ତି । ବିଶ୍ୱର ସବୁ ସ୍ଥାନରେ ସାପ ଦେଖିବାକୁ ମିଳନ୍ତି ନାହିଁ । କେବଳ କ୍ରାନ୍ତୀୟ ଜଳବାୟୁରେ ବିଶେଷ ପରିମାଣରେ ସାପ ଦେଖିବାକୁ ମିଳିଥାଆନ୍ତି । ସେହିପରି କ୍ରାନ୍ତୀୟ ଅଞ୍ଚଳର ଉଷ୍ମତା ରକ୍ଷା କରୁଥିବା ସ୍ଥାନମାନଙ୍କରେ ବିଶେଷ ପରିମାଣରେ ସର୍ପ ଦେଖିବାକୁ ମିଳିଥା’ନ୍ତି । ଅତ୍ୟନ୍ତ ଥଣ୍ଡା ସ୍ଥାନମାନଙ୍କରେ ବିଶ୍ୱରେ ସାପ ଦେଖିବାକୁ ମିଳନ୍ତି ନାହିଁ । ପୃଥିବୀର ସୁମେରୁ ଅଞ୍ଚଳ ଅର୍ଥାତ୍ ଉତ୍ତର ମେରୁ ଅଞ୍ଚଳ, ନ୍ୟୁଜିଲାଣ୍ଡ ଓ ଏୟାରଲ୍ୟାଣ୍ଡ ପ୍ରଭୃତି ଅଞ୍ଚଳରେ ସାପ ଦେଖିବାକୁ ମିଳନ୍ତି ନାହିଁ ।
ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟ ଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।
ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ଜ୍ୟୋତିଷଶାସ୍ତ୍ର ଏକ ଛଦ୍ମ ବିଜ୍ଞାନ ଅଟେ, ଯାହା ଖଗୋଳିୟ ପିଣ୍ଡର ଚଳଣୀ ଏବଂ ସାପେକ୍ଷ ସ୍ଥିତିର ଅଧ୍ୟୟନ କରି ମନୁଷ୍ୟ ସମ୍ବନ୍ଧୀୟ ବିଷୟ ଏବଂ ସାଂସାରିକ ଘଟଣା ସମ୍ବନ୍ଧରେ ଦିବ୍ୟ କଥାବସ୍ତୁର ଦାବି କରିଥାଏ । ଏହି ଶାସ୍ତ୍ରଦ୍ୱାରା ମନୁଷ୍ୟ ତଥା ପୃଥିବୀର ଗ୍ରହ ଏବଂ ତାରାମାନଙ୍କର ଶୁଭ ତଥା ଅଶୁଭ ପ୍ରଭାବର ଅଧ୍ୟୟନ କରାଯାଇ ପାରେ । ଜ୍ୟୋତିଷ ଶବ୍ଦର ଅର୍ଥ ଗ୍ରହ ତଥା ନକ୍ଷତ୍ରଦ୍ୱାରା ସମ୍ବନ୍ଧିତ ରଖୁଥିବା ବିଦ୍ୟା । ଯଦିଓ ଏହି ଶବ୍ଦରୁ ଗଣିତ (ସିଦ୍ଧାନ୍ତ) ଜ୍ୟୋତିଷର ମଧ୍ୟ ବୋଧ ହୋଇଥାଏ, ତଥାପି ସାଧାରଣ ଲୋକ ଜ୍ୟୋତିଷ ବିଦ୍ୟାଦ୍ୱାରା ଫଳିତ ବିଦ୍ୟାର ଅର୍ଥ ବୋଲି ଭାବି ନିଅନ୍ତି।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ମଙ୍ଗଳା କିଶାନ (ଜନ୍ମ: ୬ ଜୁନ ୧୯୪୭) ଜଣେ ଭାରତୀୟ ରାଜନୀତିଜ୍ଞ । ସେ ବିଜୁ ଜନତା ଦଳର ଜଣେ ପ୍ରତିନିଧି ଭାବରେ ଓଡ଼ିଶା ବିଧାନ ସଭା ଏବଂ ରାଜ୍ୟ ସଭାରେ ସଦସ୍ୟ ଭାବରେ କାର୍ଯ୍ୟ କରିଛନ୍ତି । ମଙ୍ଗଳା କିଶାନ ୦୩ ଅପ୍ରେଲ ୨୦୦୮ରେ ଓଡ଼ିଶାରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ୦୨ ଅପ୍ରେଲ ୨୦୧୪ ଯାଏଁ ୬ବର୍ଷ ଧରି ସେଠାରେ କାର୍ଯ୍ୟ କରିଥିଲେ । ସେ ରାଜଗାଙ୍ଗପୁର ବିଧାନ ସଭା ମଣ୍ଡଳୀରୁ ୧୯୮୫ ରୁ ୨୦୦୪ ଓ ୨୦୧୪ ରୁ ୨୦୧୯ ପଯ୍ୟନ୍ତ ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ରାଜ୍ୟ ସଭା ସାଂସଦ ଥିବାବେଳେ ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିବା ଦାବି ଉପସ୍ଥାପନ କରିଥିଲେ, ତାଙ୍କ ସହ ଆଉ ୧୩ ଜଣ ସାଂସଦ ମଧ୍ୟ ଏହି ଉଦ୍ୟମରେ ଥିଲେ ।
ଦାଶ ବେନହୁର (ଜନ୍ମ ୩ ଅଗଷ୍ଟ ୧୯୫୩) ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଖଣ୍ଡପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର । ଶିଶୁ ସାହିତ୍ୟ, କ୍ଷୁଦ୍ରଗଳ୍ପ ଓ ଉପନ୍ୟାସ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ତାଙ୍କର ଅବଦାନ ରହିଛି । ପ୍ରବନ୍ଧ ଓ ଗବେଷଣାତ୍ମକ ନିବନ୍ଧ ଆଦି ଲେଖିବାକୁ ସେ ନିଜ ନାମ ଜିତେନ୍ଦ୍ର ନାରାୟଣ ଦାଶ ବ୍ୟବହାର କରୁଥିବା ସମୟରେ ଗଳ୍ପ ଓ ଶିଶୁ ସାହିତ୍ୟ ଦାଶ ବେନହୁର ନାମରେ ଲେଖିଥାନ୍ତି । ଅଧ୍ୟାପନାକୁ ପେସା ଭାବରେ ଗ୍ରହଣ କରିଥିବା ଦାଶ ପୁରୀର ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବରେ ସେବା ନିବୃତ ହୋଇସାରିଛନ୍ତି । ସାହିତ୍ୟ ଓ ଅଧ୍ୟାପନା ବ୍ୟତିତ ସେ ଜଣେ ସଂଗଠକ ହିସାବରେ 'ପ୍ରଫୁଲ୍ଲ କର ଫାଉଣ୍ଡେସନ, ଇଟିକିଲି ମିଟିକିଲି, ଆମ ଓଡ଼ିଶା ଆଦି ଅନୁଷ୍ଠାନମାନଙ୍କ ସହିତ ଜଡ଼ିତ ଅଛନ୍ତି । ସେ ଆଦିବାସୀ ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ 'ସର୍ଗୀଫୁଲ' ନାମକ ପତ୍ରିକାର ସମ୍ପାଦନା ମଧ୍ୟ କରିଥାନ୍ତି ।
ବିଶ୍ୱ ସଂସ୍କୃତ ଦିବସ, ବା ବିଶ୍ୱ ସଂସ୍କୃତ ଦିନମ (ସଂସ୍କୃତ: विश्वसंस्कृतदिनम्), ପ୍ରତିବର୍ଷ ଶ୍ରାବଣ ପୂର୍ଣ୍ଣିମା ଦିନ ପାଳନ କରାଯାଏ । ଏହା ପ୍ରାୟତଃ ଇଂରାଜୀ କ୍ୟାଲେଣ୍ଡରର ଅଗଷ୍ଟ ମାସରେ ପଡ଼ିଥାଏ । ସଂସ୍କୃତ ଭାଷାର ସାଂସ୍କୃତିକ ବିଶେଷତ୍ୱ ତଥା ଏହାର ଗୁରୁତ୍ୱ ସମ୍ବନ୍ଧରେ ସଚେତନତା ସୃଷ୍ଟି କରିବା ଏହି ଦିବସ ପାଳନ କରାଯାଏ । ୧୯୬୯ ମସିହାରେ ଭାରତ ସରକାର ଏହି ଦିବସ ପାଳନ କରିବା ନିମନ୍ତେ ନିଷ୍ପତି ନେଇଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଓଡ଼ିଆ କ୍ୟାଲେଣ୍ଡର (ଓଡ଼ିଆ: ଓଡ଼ିଆ ପାଞ୍ଜି) ହେଉଛି ଓଡ଼ିଶା ଅଞ୍ଚଳର ଓଡ଼ିଆ ଲୋକମାନେ ବ୍ୟବହାର କରୁଥିବା ଏକ ସୂର୍ଯ୍ୟ ପ୍ରତିଆଧାରିତ ପଞ୍ଜିକା । ଏହି ପାଞ୍ଜି ସିଦ୍ଧାନ୍ତ ପ୍ରତିଆଧାରିତ ସୂର୍ଯ୍ୟ ବାର୍ଷିକ ଚକ୍ରକୁ ଅନୁସରଣ କରେ, ଯେଉଁଥିରେ ଧାର୍ମିକ ତିଥିମାନଙ୍କ ପାଇଁ ପୂର୍ଣ୍ଣିମାନ୍ତ ଚନ୍ଦ୍ର ଚକ୍ର ବ୍ୟବହୃତ ହୋଇଥାଏ । ଓଡ଼ିଆ ପାଞ୍ଜିର ନବବର୍ଷକୁ ମହା ବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି ବୋଲି କୁହାଯାଏ । ଏହା ମେଷ ମାସର ପ୍ରଥମ ଦିନରେ ପଡ଼ିଥାଏ (ଗ୍ରେଗୋରିୟ କ୍ୟାଲେଣ୍ଡର ଅନୁଯାୟୀ: ମେଷ - ଏରିଜ୍), ଯାହା ସମ୍ପୃକ୍ତ ଚନ୍ଦ୍ର ମାସ ବୈଶାଖ ସହ ସମାନ ଅଟେ । ଓଡ଼ିଆ ପାଞ୍ଜି ଉତ୍କଳୀୟ ବର୍ଷାବ୍ଦ ଅନୁସାରେ ଚାଲିଥାଏ, ଯାହା ୫୯୨ ଖ୍ରୀଷ୍ଟାବ୍ଦର ଭାଦ୍ରବ ଶୁକ୍ଳ ଦ୍ୱାଦଶୀରୁ ଆରମ୍ଭ ହୋଇଥିଲା ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଗୋଲ କୃମି ମନୁଷ୍ୟ ଶରୀରର ଏକ ପରଜୀବୀ ଯାହାଦ୍ୱାରା ଦେହରେ ଅନେକ ପ୍ରକାର ରୋଗ ହୁଏ । ଏହି ପରଜୀବୀକୁ ଓଡ଼ିଆରେ ଜିଆ, କେଞ୍ଚୁଆ ଓ ଜିଆନାଡ଼ କୁହାଯାଏ । ଏହାକୁ ଇଂରାଜୀରେ ଆସ୍କାରିସ୍ ଲୁମ୍ବ୍ରିକଏଡେସ୍ (Ascaris lumbricoides) କୁହାଯାଏ । ଏହି ଗୋଲ କୃମି ସଂକ୍ରମଣଦ୍ୱାରା ୮୫ % ଲୋକ ଲକ୍ଷଣବିହୀନ ଥାଆନ୍ତି ବିଶେଷତଃ ଯଦି ସେମାନଙ୍କ ସଂଖ୍ୟା ଅଳ୍ପ ଥାଏ । ପରଜୀବୀ ସଂଖ୍ୟା ଅଧିକ ଥିଲେ ଆରମ୍ଭରେ ଛୋଟ ଶ୍ୱାସ କ୍ରିୟା ହୁଏ ଓ ଜ୍ୱର ହୁଏ । ଏହା ପରେ ପେଟ ଫୁଲିଯାଏ, ପେଟରେ ଯନ୍ତ୍ରଣା ହୁଏ ଓ ତରଳ ଝାଡ଼ା ବା ଡାଇରିଆ ହୁଏ । ପିଲାମାନଙ୍କୁ ଏହି ରୋଗ ବେଶୀ ହୁଏ ଓ ଏହାଦ୍ୱାରା ସ୍ୱଳ୍ପ ଓଜନ ବୃଦ୍ଧି ହୁଏ, ପୋଷକ ହାନୀ ବା malnutrition ହୁଏ ଓ ଶିଖିବା ବାଧାପ୍ରାପ୍ତ ହୁଏ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ସଂସ୍କୃତ (, संस्कृत-, saṃskṛta-, ସାଧାରଣତଃ संस्कृतम्, saṃskṛitam) ବିଶ୍ବର ଏକ ପୁରାତନ ତଥା ଭାରତରେ ପ୍ରଚଳିତ ଏକ ଶାସ୍ତ୍ରୀୟ ଭାଷା । ଏହା ଭାରୋପୀୟ ଭାଷା ପରିବାରର ଏକ ଆର୍ଯ୍ୟ ଭାଷା । ଏହାର ପୂର୍ବବର୍ତ୍ତୀ ଭାଷାଗୁଡ଼ିକ ପ୍ରାକ୍ତନ ତାମ୍ର ଯୁଗରେ ଉତ୍ତର-ପଶ୍ଚିମରୁ ବିସ୍ତାର ଲାଭ କଲାପରେ ଏହା ଦକ୍ଷିଣ ଏସିଆରେ ବ୍ୟାପୀଥିଲା । ସଂସ୍କୃତ ହିନ୍ଦୁ ଧର୍ମର ପବିତ୍ର ଭାଷା ଓ ଶାସ୍ତ୍ରୀୟ ହିନ୍ଦୁ ଦର୍ଶନ ଶାସ୍ତ୍ରରେ, ବୌଦ୍ଧ ଏବଂ ଜୈନ ଧର୍ମର ଐତିହାସିକ ପାଠ୍ୟରେ ବ୍ୟବହାର ହୋଇଥିଲା । ଏହା ପ୍ରାଚୀନ ଏବଂ ମଧ୍ୟଯୁଗୀୟ ଦକ୍ଷିଣ ଏସିଆରେ ଏକ ସଂଯୋଗ ଭାଷା ଥିଲା ଏବଂ ପ୍ରାରମ୍ଭିକ ମଧ୍ୟଯୁଗୀୟ ଯୁଗରେ ଦକ୍ଷିଣ ପୂର୍ବ ଏସିଆ, ପୂର୍ବ ଏସିଆ ଏବଂ ମଧ୍ୟ ଏସିଆକୁ ହିନ୍ଦୁ ଏବଂ ବୌଦ୍ଧ ସଂସ୍କୃତି ବ୍ୟାପିବା ପରେ ଏହା ଧର୍ମ ଏବଂ ଉଚ୍ଚ ସଂସ୍କୃତିର ଭାଷା ଏବଂ ଏହି କ୍ଷେତ୍ରରେ ରାଜନୈତିକ ଉଚ୍ଚବର୍ଗଙ୍କ ଭାଷାରେ ପରିଣତ ହୋଇଥିଲା । ଫଳରେ ବିଶେଷ କରି ବିଭିନ୍ନ ଦକ୍ଷିଣ ଏସିଆ, ଦକ୍ଷିଣପୂର୍ବ ଏସିଆ ଏବଂ ପୂର୍ବ ଏସିଆର ଭାଷାଗୁଡ଼ିକର ଔପଚାରିକ ଏବଂ ପରିବର୍ତ୍ତିତ ଶବ୍ଦାବଳୀ ଉପରେ ସଂସ୍କୃତ ସ୍ଥାୟୀ ପ୍ରଭାବ ପକାଇଥିଲା । ସଂସ୍କୃତ ସାଧାରଣତଃ ଅନେକ ପୁରୁଣା ଇଣ୍ଡୋ-ଆର୍ଯ୍ୟ ଭାଷା ପ୍ରକାରକୁ ସୂଚାଏ । ଏହାର ସବୁଠାରୁ ପୁରୁଣା ହେଉଛି ଋକବେଦରେ ମିଳୁଥିବା ବୈଦିକ ସଂସ୍କୃତ । ତାହା ଖ୍ରୀ.ପୂ. ୧୫୦୦ ମସିହାରୁ ଖ୍ରୀ.ପୂ. ୧୨୦୦ ମସିହା ମଧ୍ୟରେ ରଚନା କରାଯାଇଥିବା ୧,୦୨୮ଟି ଶ୍ଳୋକକୁ ନେଇ ଗଠିତ ଓ ଏସବୁକୁ ବର୍ତ୍ତମାନର ଉତ୍ତର ପାକିସ୍ତାନ ଓ ଆଫଗାନିସ୍ତାନରୁ ଉତ୍ତର ଭାରତର ଆଡ଼କୁ ପୂର୍ବମୁଖୀ ହୋଇ ପ୍ରବାସ କରୁଥିବା ଇଣ୍ଡୋ-ଆର୍ଯ୍ୟ ଜନଜାତିମାନେ ରଚନା କରିଥିଲେ । ବୈଦିକ ସଂସ୍କୃତ ଭାରତୀୟ ଉପମହାଦେଶର ପୂର୍ବବର୍ତ୍ତୀ ପ୍ରାଚୀନ ଭାଷାମାନଙ୍କ ସହ ଆଦାନ ପ୍ରଦାନ କରିବା ବେଳେ ପ୍ରଥମ କରି ଭେଟିଥିବା ଗଛ ଏବଂ ପଶୁମାନଙ୍କ ନାମ ମଧ୍ୟ ଆହରଣ କରିଥିଲା । ଏହା ବ୍ୟତୀତ ପ୍ରାଚୀନ ଦ୍ରାବିଡ଼ ଭାଷାଗୋଷ୍ଠୀ ସଂସ୍କୃତର ଧ୍ୱନିବିଜ୍ଞାନ ଏବଂ ଗଠନକୁ ପ୍ରଭାବିତ କରିଥିଲେ । "ସଂସ୍କୃତ" ମଧ୍ୟ ଅତି ସାଧାରଣ ଭାବେ ଶାସ୍ତ୍ରୀୟ ସଂସ୍କୃତକୁ ସୂଚାଏ । ଶାସ୍ତ୍ରୀୟ ସଂସ୍କୃତ ଏକ ୧ମ ମସିହାର ମଧ୍ୟଭାଗରେ ଉତ୍ପନ୍ନ ହୋଇଥିବା ଏବଂ ପ୍ରାଚୀନ ବ୍ୟାକରଣଗୁଡ଼ିକ ମଧ୍ୟରେ ସବୁଠାରୁ ବ୍ୟାପକ ଭାବେ ପାଣିନୀଙ୍କ ଅଷ୍ଟାଧ୍ୟାୟୀଦ୍ୱାରା ("ଆଠଟି ଅଧ୍ୟାୟ") ମାନକୀକରଣ ହୋଇଥିଲା । କାଳିଦାସ ସଂସ୍କୃତ ଭାଷାର ସର୍ବଶ୍ରେଷ୍ଠ ନାଟ୍ୟକାର ଓ ସେ ଶାସ୍ତ୍ରୀୟ ସଂସ୍କୃତରେ ଲେଖୁଥିଲେ । ଆଧୁନିକ ଗଣିତର ମୂଳଦୁଆ ପ୍ରଥମେ ଶାସ୍ତ୍ରୀୟ ସଂସ୍କୃତରେ ବର୍ଣ୍ଣନା କରାଯାଇଥିଲା । ତେବେ ସଂସ୍କୃତରେ ରଚିତ ଦୁଇ ପ୍ରମୁଖ ମହାକାବ୍ୟ ମହାଭାରତ ଏବଂ ରାମୟଣ ବିଭିନ୍ନ ମୌଖିକ କାହାଣୀ ବର୍ଣ୍ଣନା ଶୈଳୀରେ ରଚିତ ଓ ଏହି ସଂସ୍କୃତକୁ ମହାକାବ୍ୟ ସଂସ୍କୃତ କୁହାଯାଉଥିଲା । ଏହା ଉତ୍ତର ଭାରତରେ ଖ୍ରୀ.ପୂ.
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ଭାରତର ପୂର୍ବ ଉପକୂଳରେ ଅବସ୍ଥିତ ଓଡ଼ିଶା ରାଜ୍ୟକୁ ପ୍ରଶାସନିକ ସୁବିଧା ଏବଂ ସୁପରିଚାଳନା ଦୃଷ୍ଟିରୁ ସର୍ବମୋଟ ୩୦ ଗୋଟି ଭୌଗୋଳିକ ପ୍ରଶାସନିକ ଏକକ ବା ଜିଲ୍ଲାରେ ବିଭକ୍ତ କରାଯାଇଛି । ପ୍ରଶାସନିକ ବିକେନ୍ଦ୍ରୀକରଣ ଏବଂ ଶୃଙ୍ଖଳିତ ଶାସନ ପାଇଁ ଏହି ୩୦ଟି ଜିଲ୍ଲାକୁ ୩ଟି ପୃଥକ ରାଜସ୍ୱ ଖଣ୍ଡ (Revenue Divisions) ଅଧୀନରେ ରଖାଯାଇଛି । ସେହି ଖଣ୍ଡଗୁଡ଼ିକ ହେଲା: କେନ୍ଦ୍ରାଞ୍ଚଳ (ସଦର ମହକୁମା: କଟକ), ଉତ୍ତରାଞ୍ଚଳ (ସଦର ମହକୁମା: ସମ୍ବଲପୁର) ଏବଂ ଦକ୍ଷିଣାଞ୍ଚଳ (ସଦର ମହକୁମା: ବ୍ରହ୍ମପୁର) । ପ୍ରତ୍ୟେକ ରାଜସ୍ୱ ଖଣ୍ଡ ଅଧୀନରେ ୧୦ଟି ଲେଖାଏଁ ଜିଲ୍ଲା ରହିଛି ଏବଂ ଏହାର ପ୍ରଶାସନିକ ମୁଖ୍ୟ ଭାବରେ ଜଣେ ରାଜସ୍ୱ ଖଣ୍ଡାଧିକାରୀ ବା ଆର.ଡି.ସି. କାର୍ଯ୍ୟ କରନ୍ତି, ଯିଏକି ଭାରତୀୟ ପ୍ରଶାସନିକ ସେବା (IAS) ର ଜଣେ ବରିଷ୍ଠ ଅଧିକାରୀ ଅଟନ୍ତି । ରାଜ୍ୟ ସଚିବାଳୟ ଏବଂ ଜିଲ୍ଲା ପ୍ରଶାସନ ମଧ୍ୟରେ ସମନ୍ୱୟ ରକ୍ଷା କରିବା ହେଉଛି ଆର.ଡି.ସି.
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।
ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ ଏକ ପ୍ରଶାସନିକ ରାଜ୍ୟ । ଏହାର ଦକ୍ଷିଣରେ ଆନ୍ଧ୍ର ପ୍ରଦେଶ, ପଶ୍ଚିମରେ ଛତିଶଗଡ଼, ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଏବଂ ପୂର୍ବରେ ବଙ୍ଗୋପ ସାଗର ରହିଛି । ରାଜ୍ୟର ପଶ୍ଚିମ ଓ ଉତ୍ତରାଂଶ ଛୋଟନାଗପୁର ମାଳଭୂମିର ଅଂଶବିଶେଷ । ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ମହାନଦୀ, ବ୍ରାହ୍ମଣୀଓ ବୈତରଣୀ ନଦୀ ପ୍ରଭୃତିର ମୁହାଣରେ ଉର୍ବର ପଟୁମୃତ୍ତିକା ଯୁକ୍ତ ସମତଳ ଭୂମି ଦେଖାଯାଏ । ଏହି ସମତଳ ଭୂମିରେ ମୂଖ୍ୟତଃ ଧାନଚାଷ କରାଯାଏ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
କଙ୍ଗନା ରାଣାବତ (ଜନ୍ମ: ୨୩ ମାର୍ଚ୍ଚ ୧୯୮୭) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ । କଙ୍ଗନା ୩ଟି ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିବା ବେଳେ ୪ଟି ଭିନ୍ନ ଭିନ୍ନ ବିଭାବର ଫିଲ୍ମଫେୟାର ପୁରସ୍କାର ପାଇଥିଲେ । ହିମାଚଳ ପ୍ରଦେଶର ଭମ୍ବଳାଠାରେ ଜନ୍ମିତ କଙ୍ଗନା ଛୋଟବେଳୁ ତାଙ୍କ ପିତାମାତାଙ୍କ କଥାନୁସାରେ ଡାକ୍ତର ହେବାର ସ୍ୱପ୍ନ ଦେଖିଥିଲେ । ମାତ୍ର ପରେ ସେ ତାଙ୍କ ପଥ ନିଜେ ବାଛିଥିଲେ ଏବଂ ଦିଲ୍ଲୀ ଯାଇଥିଲେ । ସେଠାରେ ସେ ଜଣେ ମଡେଲ ଭାବରେ କିଛିଦିନ କାମ କରିଥିଲେ । ଏହପରେ ନିର୍ଦ୍ଦେଶକ ଅରବିନ୍ଦ ଗୌରଙ୍କ ଅଧିନରେ ପ୍ରଶିକ୍ଷଣ ନେବା ପରେ କଙ୍ଗନା ୨୦୦୬ରେ ହିନ୍ଦୀ କଥାଚିତ୍ର ଗ୍ୟାଙ୍ଗଷ୍ଟାରରେ ତାଙ୍କର ଅଭିନୟ ଆରମ୍ଭ କରିଥିଲେ । ଏହି ଚଳଚ୍ଚିତ୍ର ପାଇଁ ତାଙ୍କୁ ଫିଲ୍ମଫେୟାରରେ ଶ୍ରେଷ୍ଠ ନବାଗତା ପୁରସ୍କାର ମିଳିଥିଲା । ଏହାପରେ ସେ ଓ ଲମ୍ହା, ଲାଇଫ୍ ଇନ୍ ଏ ମେଟ୍ରୋ, ଫ୍ୟାସନ ଭଳି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ଏବଂ ଫ୍ୟାସନ ଚଳଚ୍ଚିତ୍ର ପାଇଁ ସେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଏବଂ ଫିଲ୍ମଫେୟାରରେ ଶ୍ରେଷ୍ଠ ସହକାରୀ ଅଭିନେତ୍ରୀ ପୁରସ୍କାର ପାଇଥିଲେ ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ବର୍ଷା ସିଂହ ବରିହା ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୨ ମସିହାରେ ପଦ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ-ନିର୍ବାଚନରେ ସେ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚରେ, ସେ ପଦ୍ମପୁରରୁ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଇଲେକ୍ଟ୍ରୋନିକ କମର୍ସ (ସାଧାରଣତ ଇ-କମର୍ସ (e-commerce ବା e-comm) ଭାବେ ଜଣାଶୁଣା) ଅଥବା ଇଲେକ୍ଟ୍ରୋନିକ ବିପଣନ ଇଣ୍ଟରନେଟ କିମ୍ବା ଅନ୍ୟାନ୍ୟ କମ୍ପ୍ୟୁଟର ନେଟୱର୍କ ଜରିଆରେ କୌଣସି ଉତ୍ପାଦର କିଣାବିକାକୁ ବୁଝାଇଥାଏ । ଇଲେକ୍ଟ୍ରୋନିକ ଇ-କମର୍ସ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର, ସପ୍ଲାଇ ଚେନ ମାନେଜମେଣ୍ଟ, ଇଣ୍ଟରନେଟ ମାର୍କେଟିଂ, ଅନଲାଇନ ଟ୍ରାଞ୍ଜେକସନ ପ୍ରସେସିଂ, ଇଲେକ୍ଟ୍ରୋନିକ ଡାଟା ଇଣ୍ଟରଚେଞ୍ଜ (EDI), ଇନଭେଣ୍ଟରି ମାନେଜମେଣ୍ଟ ସିଷ୍ଟମ ଆଉ ସ୍ୱୟଂଚାଳିତ ଡାଟା କଲେକସନ ସିଷ୍ଟମ ଆଦି ଟେକନୋଲୋଜିର ବ୍ୟବହାର କରିଥାଏ । ଯଦିଓ ଏହା ଅନେକ ଗୁଡିଏ ଟେକନୋଲୋଜି ଯଥା; ଇ-ମେଲ, ମୋବାଇଲ ଉପକରଣ ଓ ଟେଲିଫୋନ ଆଦିର ବ୍ୟବହାର କରିଥାଏ ତେବେ ଆଧୁନିକ ଇଲେକ୍ଟ୍ରୋନିକ କମର୍ସ ସାଧାରଣତ ୱାର୍ଲଡ଼ ୱାଇଡ଼ ୱେବ ବ୍ୟବହାର କରି ଅର୍ଥ-ପରିବହନ (ଟ୍ରାଞ୍ଜେକସନ)ର ଜୀବନକାଳ ବ୍ୟବହାର କରିଥାଏ ।
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।