ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରୂପାଳୀ ଗାଙ୍ଗୁଲୀ (ବଙ୍ଗଳା ଉଚ୍ଚାରଣ: [ରୁପାଲି ଗାଙ୍ଗୁଲି]; ଜନ୍ମ: ୫ ଏପ୍ରିଲ ୧୯୭୭) ଜଣେ ଭାରତୀୟ ଅଭିନେତ୍ରୀ, ଯିଏ ପ୍ରଧାନତଃ ହିନ୍ଦୀ ଟେଲିଭିଜନରେ କାମ କରନ୍ତି। ହିନ୍ଦୀ ଟେଲିଭିଜନରେ ନାରୀଙ୍କ ପାତ୍ରଚିତ୍ରଣରେ ପରିବର୍ତ୍ତନ ଆଣିବାରେ ସେ ପ୍ରବର୍ତ୍ତକ ଭାବେ ପରିଚିତ। ଭାରତର ସର୍ବାଧିକ ପାରିଶ୍ରମିକ ପାଉଥିବା ଟେଲିଭିଜନ ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ ଥିବା ଗାଙ୍ଗୁଲୀ, ସିଟକମ୍ ସରଭାଇ ବନାମ ସରଭାଇ (2004–2006) ରେ ମୋନିଶା ସିଂହ ସରଭାଇ ଏବଂ ଡ୍ରାମା ଧାରାବାହିକ ଅନୁପମା (2020–ବର୍ତ୍ତମାନ) ରେ ଅନୁପମା ଯୋଶୀ ଭୂମିକା ପାଇଁ ସବୁଠାରୁ ଅଧିକ ପରିଚିତ। ସେ ଦୁଇଟି ଆଇଟିଏ ପୁରସ୍କାର ଓ ଚାରିଟି ଇଣ୍ଡିଆନ୍ ଟେଲି ଅୱାର୍ଡସ୍ ସହିତ ଅନେକ ସମ୍ମାନ ପାଇଛନ୍ତି। ଅନିଲ ଗାଙ୍ଗୁଲୀଙ୍କ କନ୍ୟା ଭାବେ ଜନ୍ମଗ୍ରହଣ କରିଥିବା ଗାଙ୍ଗୁଲୀ, ସାତ ବର୍ଷ ବୟସରେ ତାଙ୍କ ପିତାଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର ସାହେବ (1985) ମାଧ୍ୟମରେ ଅଭିନୟ ଜୀବନ ଆରମ୍ଭ କରିଥିଲେ। ପରେ ସେ ତାଙ୍କ ପିତାଙ୍କ ନିର୍ଦ୍ଦେଶିତ ବଙ୍ଗଳା ଚଳଚ୍ଚିତ୍ର ବଳିଦାନ (1990) ରେ ତାପସ ପାଲଙ୍କ ବିପରୀତ ଭୂମିକାରେ ଅଭିନୟ କରିଥିଲେ, ଯାହା ବିପୁଳ ବ୍ୟବସାୟିକ ସଫଳତା ଲାଭ କରିଥିଲା। ତଥାପି, ଏହି ଚଳଚ୍ଚିତ୍ରର ସଫଳତା ସତ୍ତ୍ୱେ ସେ ବଙ୍ଗଳା ସିନେମାରେ ଆଗକୁ ଅଧିକ କାର୍ଯ୍ୟ କରିନଥିଲେ। ପରବର୍ତ୍ତୀକାଳରେ ସେ ଚିକିତ୍ସା ଆଧାରିତ ଧାରାବାହିକ ସଞ୍ଜୀବନୀ: ଏ ମେଡିକାଲ୍ ବୁନ୍ (2003–2005) ରେ ଡ଼ା.
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ମହାକାଳୀ (ସଂସ୍କୃତ: Mahākālī, Devanagari: महाकाली), କାଳ (ସମୟ) ଓ ମୃତ୍ୟୁର ଦେବୀ, ମହାନ ଦେବୀ, ମହାଦେବୀ। ତାଙ୍କୁ ଶିବଙ୍କର ସହଚରୀ ବୋଲି କୁହାଯାଏ। ସେ ହେଉଛନ୍ତି ଚିତ୍ ଶକ୍ତି, ବାସ୍ତବତା (ତଳେ ଦେଖନ୍ତୁ) ଏବଂ ଅସ୍ତିତ୍ୱର ଆଧାର। ସେ ହେଉଛନ୍ତି ମହାକାଳ (ସମୟ ବା ମୃତ୍ୟୁ) ଶିବଙ୍କର ପ୍ରକୃତିରୂପା (ସ୍ତ୍ରୀ-ରୂପା) ଶକ୍ତି। ସେ ସମୟାତୀତା, ଦେବୀ ଦୁର୍ଗାଙ୍କ କୋପ ସମ୍ଭୂତା, ତଥା ଆଦି ପରାଶକ୍ତି, ନୀଳାଭ କାନ୍ତିଯୁକ୍ତା। ମା କାଳୀଙ୍କର ଶ୍ରେଷ୍ଠତମ ରୂପ, ଯାହାଙ୍କୁ ହିନ୍ଦୁମାନେ ଦିବ୍ୟ ଜନନୀ ବୋଲି ପରିଗଣିତ କରିଥାନ୍ତି।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଜଗନ୍ନାଥ ମନ୍ଦିର ଏକ ହିନ୍ଦୁ ମନ୍ଦିର ଯାହା ଭାରତର ଗୁଜରାଟ ପ୍ରଦେଶର ଅହମଦାବାଦରେ ଅବସ୍ଥିତ ଓ ହିନ୍ଦୁ ଠାକୁର ଶ୍ରୀ ଜଗନ୍ନାଥଙ୍କୁ ସମର୍ପିତ ହୋଇଛି । ଏହା ଗୁଜରାଟର ଜମାଲପୁର ଇଲାକାରେ ଅଛି ଯାହା ୪୫୦ ବର୍ଷ ପୂର୍ବେ ସାଧୁ ସାରଙ୍ଗଦାସଜୀ ତିଆରି କରେଇଥିଲେ । ଏହି ସ୍ଥାନ ବାର୍ଷିକ ରଥ ଯାତ୍ରା ପାଇଁ ପ୍ରସିଦ୍ଧ ଯାହା ପୁରୀ ରଥଯାତ୍ରା ପରେ ଦ୍ୱିତୀୟ ବୃହତ୍ ରଥଯାତ୍ରା । ଭକ୍ତମାନଙ୍କ ପାଇଁ ସକାଳ ୪:୩୦ରୁ ଦିନ ଗୋଟାଏ ଓ ଦିନ ୩ଟାରୁ ରାତି ୯ଟା ଯାଏ ଖୋଲା ରହେ ।
ରୋସୁଭାସ୍ଟାଟିନ (ଇଂରାଜୀ ଭାଷାରେ Rosuvastatin, ଏକ ବିକ୍ରୟ ନାମ କ୍ରେସ୍ଟର/ Crestor) ଏକ ପ୍ରକାର ସ୍ଟାଟିନ ଔଷଧ (statin) ଯାହା ଅଧିକ ହୃଦରକ୍ତନାଳୀ ରୋଗ ସଙ୍କଟାପନ୍ନ ରୋଗର ପ୍ରତିଷେଧ ଓ ଅସାଧାରଣ ଲିପିଡ (abnormal lipids) ଥିବା ରୋଗର ଚିକିତ୍ସାରେ ଦିଆଯାଏ । ଏହା ଔଷଧ ସହିତ ଖାଦ୍ୟରେ ପରିବର୍ତ୍ତନ, ବ୍ୟାୟାମ ଓ ଓଜନ ହ୍ରାସ ପ୍ରତି ଧ୍ୟାନ ଦେବାକୁ ଉପଦେଶ ଦିଆଯାଏ । ଏହା ପାଟିରେ ଦିଆଯାଏ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଉତ୍କଳ ବିଶ୍ୱବିଦ୍ୟାଳୟ ଓଡ଼ିଶାର ସର୍ବ ପୁରାତନ ତଥା ଭାରତର ସତରତମ ପୁରାତନ ବିଶ୍ୱବିଦ୍ୟାଳୟ ଅଟେ। ବାଣୀ ବିହାର ଭାବେ ପରିଚିତ ଏହାର ୩୯୯.୯ ଏକର ପରିମିତ ଏହାର ପରିସରଟି ଭୁବନେଶ୍ୱରର କେନ୍ଦ୍ରସ୍ଥଳରେ ଅବସ୍ଥିତ। ଏହି ବିଶ୍ୱବିଦ୍ୟାଳୟରେ ନିଜସ୍ୱ ଶିକ୍ଷା ବ୍ୟବସ୍ଥା ଥିବା ସାଙ୍ଗରେ ଅନ୍ୟ ବହୁ ମହାବିଦ୍ୟାଳୟ ଅନୁବନ୍ଧିତ ଭାବେ ରହିଛନ୍ତି। ଏବେ ଏହି ବିଶ୍ୱବିଦ୍ୟାଳୟରେ ୨୭ଟି ସ୍ନାତକୋତ୍ତର ବିଭାଗ ବିଜ୍ଞାନ, କଳା ଓ ବାଣିଜ୍ୟ କ୍ଷେତ୍ରରେ ଶିକ୍ଷାଦାନ କରୁଛନ୍ତି । ଏହାଛଡା ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷା ନିର୍ଦ୍ଦେଶାଳୟ, ଆଇନଶିକ୍ଷା ମହାବିଦ୍ୟାଳୟ ଓ ବହୁ ସେଲ୍ଫ ଫାଇନାନ୍ସ ବିଭାଗ ମଧ୍ୟ ଅଛି । ସମ୍ପ୍ରତି ବିଭିନ୍ନ ସ୍ନାତକୋତ୍ତର ବିଭାଗରେ ପ୍ରାୟ ୩୦୦୦ରୁ ଅଧିକ ଛାତ୍ର ପଢୁଛନ୍ତି। ଗତ ଅଡ଼ଷଠି ବର୍ଷଧରି ବାଣୀବିହାର ଶିକ୍ଷା କ୍ଷେତ୍ରରେ ଯୋଗଦାନ କରିଆସୁଛି ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ହୃତ୍ପିଣ୍ଡ ହେଉଛି ସମସ୍ତ ମେରୁଦଣ୍ଡୀ ପ୍ରାଣୀଙ୍କ ଶରୀରରେ ଥିବା ଏକ ମାଂସଳ ଅଙ୍ଗ ଯାହା ମାନବ ଓ ଅନ୍ୟ ପଶୁମାନଙ୍କ ଦେହରେ ଥାଏ ଓ ରକ୍ତ ସଞ୍ଚାଳନ ପ୍ରଣାଳୀରେ ଥିବା ରକ୍ତନଳୀ ଭିତରକୁ ରକ୍ତ ପମ୍ପ କରେ । ରକ୍ତ ଶରୀରକୁ ଅମ୍ଳଜାନ ଓ ପୋଷକ (nutrients) ଯୋଗାଏ ତଥା ବିପାକ ଜନିତ ବର୍ଜ୍ୟବସ୍ତୁ ନିଷ୍କାସନରେ ସାହାଯ୍ୟ କରେ । ଛାତିର ମେଡ଼ିଆସ୍ଟାଇନମ୍ର ମଧ୍ୟ କୋଠରୀରେ ଏହା ଅବସ୍ଥିତ । ଅତି ଶକ୍ତ ମାଂସପେଶୀରେ ଗଠିତ ଏହି ଅଙ୍ଗର ଆକାର ହାତମୁଠା ପରି । ଏହା ନିୟମିତ ସଙ୍କୁଚିତ ଓ ପ୍ରସାରିତ ହୋଇ ଶରୀରରେ ରକ୍ତ ସଞ୍ଚାଳନ କରେ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ () (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
କପିଳେନ୍ଦ୍ର ଦେବ (୧୪୩୫–୧୪୬୫, ଜନ୍ମ: କପିଳେନ୍ଦ୍ର ରାଉତ) ଜଣେ ଉତ୍କଳୀୟ ସମ୍ରାଟ ଥିଲେ । ତାଙ୍କ ସମୟରେ ଉତ୍କଳର ସୀମା ଉତ୍ତରରେ ଗଙ୍ଗା ନଦୀଠାରୁ ଦକ୍ଷିଣରେ କାବେରୀ ନଦୀ ପର୍ଯ୍ୟନ୍ତ ବିସ୍ତୃତ ଥିଲା ।ଯାଏଁ ଅଞ୍ଚଳ ଅଧୀକାର କରି "ଗଜପତି ଗୌଡେଶ୍ବର ନବକୋଟି କର୍ଣ୍ଣାଟ କଳବର୍ଗେଶ୍ୱର ଉପାଧୀ" ପାଇଥିଲେ । ସେ ସୂର୍ଯ୍ୟ ବଂଶର ପ୍ରତିଷ୍ଠାତା ତଥା ପ୍ରଥମ ନରପତି ଥିଲେ । "ଗୌଡ଼େଶ୍ବର"ର ଅର୍ଥ ଗୌଡ଼ ଅର୍ଥାତ୍ ବଙ୍ଗର ଅଧୀଶ୍ବର ଏବଂ "ନବକୋଟି କର୍ଣାଟ କଳବର୍ଗେଶ୍ୱର"ର ଅର୍ଥ କର୍ଣ୍ଣାଟ (ବିଜୟନଗର ସାମ୍ରାଜ୍ଯ) ଏବଂ କଳବର୍ଗ (ବାହମନୀ ସାମ୍ରାଜ୍ୟର ପୂର୍ବତନ ରାଜଧାନୀ ନାମ ଥିଲା ଗୁଲବର୍ଗା)ର ନଅକୋଟି ଅଧିବାସୀଙ୍କର ପ୍ରଭୁ । ସେ ନିଜକୁ ଜଗନ୍ନାଥଙ୍କ ପରମ ସେବକ ମଣୁଥିଲେ ଓ ଗଜପତି ଉପାଧିରେ ଭୂଷିତ କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ପ୍ରଶାନ୍ତ କୁମାର ପଟ୍ଟନାୟକ (ଜନ୍ମ : ୪ ମଇ ୧୯୪୩),ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଜଣେ ଅର୍ଥନୀତିଜ୍ଞ । ସେ କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟରେ ଶିକ୍ଷାଦାନ କରିବା ସହିତ,'ଅକ୍ସଫୋର୍ଡ଼ ଦାରିଦ୍ର୍ୟ ଓ ମାନବ ବିକାଶ'ର ଜଣେ ରିସର୍ଚ୍ଚ ଆସୋସିଏଟ ତଥା 'ମାନବ ବିକାଶ ଏବଂ କ୍ଷମତା' ଅନୁଷ୍ଠାନର ରିସର୍ଚ୍ଚ ଫେଲୋ ଅଟନ୍ତି । ସେ ଅମର୍ତ୍ୟ ସେନ ଓ କିନିଥ ଆରୋଙ୍କ ସହିତ ମିଶି 'ସୋସିଆଲ ଚଏସ ଆଣ୍ଡ ୱେଲଫେଆର'(Social Choice and Welfare) ନାମକ ଏକ ପତ୍ରିକା ସମ୍ପାଦନା କରନ୍ତି ।
ସରଳା ଦେବୀ (୯ ଅଗଷ୍ଟ ୧୯୦୪ - ୪ ଅକ୍ଟୋବର ୧୯୮୬ ) ଜଣେ ଭାରତୀୟ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଓ ଲେଖିକା ଥିଲେ । ବିଂଶ ଶତାବ୍ଦୀର ପ୍ରଥମ ଭାଗରେ ବ୍ରିଟିଶ ସରକାର ଅଧୀନରେ ଥିବା ବେଳେ ଭାରତରେ ନାରୀମାନଙ୍କର ସାମାଜିକ ଓ ରାଜନୈତିକ ଅଧିକାର ପାଇଁ ଆନ୍ଦୋଳନ ଆରମ୍ଭ ହେବା ସହ ନାରୀ ଶିକ୍ଷାର ପ୍ରଚାର ପ୍ରସାର ହୋଇଥିଲା । ସେହି ସମୟରେ ଏହାର ପ୍ରଭାବରେ ଓଡ଼ିଶାର ନାରୀନେତ୍ରୀ ରମାଦେବୀ, ମାଳତୀ ଚୌଧୁରୀ, ଗୋଦାବରୀ ଦେବୀ ପ୍ରମୁଖଙ୍କ ସହ ସେ ଭାରତର ସ୍ୱାଧୀନତା ଓ ନାରୀ ସ୍ୱାଧୀନତା ପାଇଁ ଲଢ଼ିଥିଲେ । ସେ ସତ୍ୟାଗ୍ରହରେ ଭାଗନେଇଥିବା ପ୍ରଥମ ଓଡ଼ିଆ ମହିଳା । ଇଞ୍ଚୁଡ଼ିଠାରେସେ ଲବଣ ସତ୍ୟାଗ୍ରହରେ ଭାଗନେଇଥିଲେ । ସ୍ୱାଧୀନତା ଆନ୍ଦୋଳନର ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସେ ଜେଲଦଣ୍ଡ ଭୋଗ କରିଥିଲେ ।