ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଋଷିକୁଲ୍ୟା ନଦୀ ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ପ୍ରବାହିତ ହେଉଥିବା ଏକ ନଦୀ । ଏହି ନଦୀଟି ଓଡ଼ିଶାର ବଡ଼ ନଦୀମାନଙ୍କ ମଧ୍ୟରୁ ଗୋଟିଏ, ଯାହାକି ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାର ଅଧିକାଂଶ ଅଞ୍ଜଳରେ ପ୍ରବାହିତ ହେଉଛି । ଋଷିକୁଲ୍ୟା ନଦୀ ପୂର୍ବଘାଟ ଅଞ୍ଚଳର ଦାରିଙ୍ଗବାଡ଼ି ପାହାଡ଼ର ୧୦୦୦ ମିଟର ଉଚ୍ଚତାରୁ ଉତ୍ପନ୍ନ ହୋଇଛି । ଏହା ଛତ୍ରପୁରର ପୁରୁଣା ବନ୍ଧ ନିକଟରେ ବଙ୍ଗୋପ ସାଗର ସହିତ ମିଶିଛି । ଏହାର ଉପନଦୀଗୁଡ଼ିକ ହେଉଛି ବାଘୁଆ, ଧାନେଇ, ବଡ଼ନଦୀ ଇତ୍ୟାଦି । ଏହି ନଦୀର କୌଣସି ମୁହାଣ ନାହିଁ ।
ଖୁଦୁରୁକୁଣୀ ଓଷା ଓଡ଼ିଶାର ଏକ ପାରମ୍ପାରିକ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହାକୁ କୁଆଁରୀ ଓଡ଼ିଆ ଝିଅମାନେ ପାଳନ କରିଥାନ୍ତି । ଏଥିରେ ଖୁଦୁରୁକୁଣୀଙ୍କର ପୂଜାର୍ଚ୍ଚନା କରାଯାଇଥାଏ । ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣୀଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ ଓ ଏହା ଦକ୍ଷିଣ ଏସିଆରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି ।[୧] Archived 2019-10-21 at the Wayback Machine.
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ମେନିଞ୍ଜାଇଟିସ ଏକ ରୋଗ ଯାହା ମସ୍ତିଷ୍କ ଓ ମେରୁଦଣ୍ଡର ସୁରକ୍ଷାକାରୀ ଆବରଣ ମେନିଞ୍ଜେସର ପ୍ରଦାହକୁ କୁହାଯାଏ । ଜ୍ୱର, ମୁଣ୍ଡବଥା ଓ ଦୃଢ଼଼ ବେକ ଆଦି ଲକ୍ଷଣ ଏହି ରୋଗରେ ଦେଖାଯାଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଦ୍ୱନ୍ଦ୍ୱ ଓ ପରିବର୍ତ୍ତିତ ଚେତନା, ବାନ୍ତି ଓ ଆଲୋକ ଭୀତି ବା ଶବ୍ଦ ଭୀତି ମଧ୍ୟ ପ୍ରକାଶ ପାଏ । ଅଳ୍ପ ବୟସ୍କ ପିଲାମାନଙ୍କର ଅନିର୍ଦ୍ଦିଷ୍ଟ ଲକ୍ଷଣ ଯେପରିକି ଚିଡ଼ିଚିଡ଼ା ଭାବ, ଢୁଳ ଲାଗିବା ଓ କମ୍ ଖାଇବା ଆଦି ଦେଖାଯାଏ । ମେନିଙ୍ଗୋକୋକାଲ ମେନିଞ୍ଜାଇଟିସ ହୋଇଥିଲେ ଏକ ନିର୍ଦ୍ଦିଷ୍ଟ ଧରଣର ରାସ୍ ଦେଖାଯାଏ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଶ୍ରୀ ବିନାୟକ ଆଚାର୍ଯ୍ୟ ୧୯୧୮ ମସିହା ଅଗଷ୍ଟ ମାସ ୩୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସ୍ୱର୍ଗୀୟ ଶ୍ରୀ ରଘୁନାଥ ଆଚାର୍ଯ୍ୟ । ସେ କଳା ବିଭାଗରେ +୩ କରିସାରି ଶିକ୍ଷକତା ନିମନ୍ତେ ତାଲିମ ନେଇଥିଲେ । ରାଜନୀତିରେ ଯୋଗଦେବା ଆଗରୁ ସେ ଶିକ୍ଷକତା କରୁଥିଲେ । ପତ୍ରିକା ଅଧ୍ୟୟନ ତାଙ୍କର ଅନ୍ୟତମ ରୁଚି ଥିଲା ଓ ସେ ତାଙ୍କ ବନ୍ଧୁମାନକଙ୍କ ସହିତ ଭାରତ ରାଜନୀତି ବିଷୟରେ ଚର୍ଚ୍ଚା କରୁଥିଲେ, ଯାହା ତାଙ୍କୁ ଭବିଷ୍ୟତ ଜୀବନରେ ରାଜନୀତିରେ ଯୋଗ ଦେବାପାଇଁ ପ୍ରେରଣା ଯୋଗାଇଥିଲା । ୧୯୪୨ ମସିହାରେ ହୋଇଥିବା ଭାରତଛାଡ଼ ଆନ୍ଦୋଳୋନରେ ସେ ଯୋଗଦେଇ ବନ୍ଦୀମାନଙ୍କ ପରିବାର ଲୋକଙ୍କୁ ଦେଖାଶୁଣା କରିଥିଲେ । ତେଣୁ ପୁଲିସର ସନ୍ଧାନବେଳେ ତାଙ୍କ ଭାଇ ଶ୍ରୀ ସତ୍ୟନାରାୟଣ ଆଚାର୍ଯ୍ୟ ଧରାପଡ଼ିଥିଲେ ଓ ତାଙ୍କୁ କାରାଦଣ୍ଡାଦେଶ ହୋଇଥିଲା । ତାଙ୍କର ରାଜନୈତିକ ଜୀବନ ୧୯୬୭ ମସିହାରେ ଆରମ୍ଭ ହୋଇଥିଲା ଓ ସେ ବିଧାୟକ ପାଇ ନିର୍ବାଚନରେ ଭାଗନେଇଥିଲେ । ସେ ୧୯୬୭ ଓ ୧୯୭୧ରେ ୨ଥର ବିଧାୟକ ଭାବେ ବ୍ରହ୍ମପୁର ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ୧୯୬୭ରୁ ୧୯୭୨ ପର୍ଯ୍ୟନ୍ତ ବିରୋଧିଦଳର ନେତୃତ୍ୱ ମଧ୍ୟ ନେଇଥିଲେ । ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ୨୯ ଡିସେମ୍ବର ୧୯୭୬ଠାରୁ ୩୦ ଅପ୍ରେଲ ୧୯୭୭ ପର୍ଯ୍ୟନ୍ତ ଦାୟିତ୍ୱ ନିର୍ବାହ କରିଥିଲେ । ୧୧ ଡିସେମ୍ବର ୧୯୮୩ରେ ସେ ପ୍ରାଣତ୍ୟାଗ କରିଥିଲେ । ଆଚାର୍ଯ୍ୟଙ୍କ ମୃତ୍ୟୁପରେ ତାଙ୍କ ସ୍ମୃତିରେ ବ୍ରହ୍ମପୁରଠାରେ ସରକାର ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟ ଓ ଏକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା କରିଥିଲେ ଯାହା ତାଙ୍କ ନାମରେ ନାମିତ ହୋଇଛି ।
ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱରକୁ ୧୯୬୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ସ୍ଥାପିତ ହେଲା । ଏହି ନଗର, ଯାହାକି ଏକ ଗାଁ ଥିଲା, ପାଖାପାଖି ଦୁଇହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ । ମନ୍ଦିରଗୁଡ଼ିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।
ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟ ଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।
ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା ବା କୁଶଗ୍ରହଣୀ ଅମାବାସ୍ୟା ନାମରେ ପାଳନ କରାଯାଏ । ଏହି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଭଗବାନ ଜଗନ୍ନାଥଙ୍କଠାରେ ସପ୍ତପୁରୀ ଭୋଗ ଲାଗିଥାଏ । ଶ୍ରୀଜୀଉଙ୍କର ଏହିଦିନ ବିଶେଷ ପୂଜାନୀତି ଅନୁଷ୍ଠିତ ହେବା ସହ ସେବାୟତଙ୍କଦ୍ୱାରା ଏକ ବଡ଼ ସପ୍ତପୁରୀ (ସାତପୁରୀ) ପ୍ରସ୍ତୁତ କରାଯାଇ ଠାକୁରଙ୍କଠାରେ ଭୋଗଲାଗି ହୋଇଥାଏ । ଏହାକୁ ସପ୍ତପୁରୀ ତାଡ଼ ମଧ୍ୟ କୁହାଯାଇଥାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ବିଶ୍ୱ ଓଜୋନ ଦିବସ ବା ଅନ୍ତଃରାଷ୍ଟ୍ରୀୟ ଓଜୋନ ସ୍ତର ସଂରକ୍ଷଣ ଦିବସ ସାରା ବିଶ୍ୱରେ ପ୍ରତିବର୍ଷ ୧୬ ସେପ୍ଟେମ୍ବର ଦିନ ପାଳିତ ହୁଏ । ୧୯୯୪ ମସିହାରୁ ପାଳିତ ହୋଇ ଆସୁଥିବା ଏହି ଦିବସର ମୂଳ ଉଦ୍ଦେଶ୍ୟ ହେଲା ବାୟୁ ମଣ୍ଡଳକୁ ଘେରି ରହିଥିବା ଓଜୋନ ସ୍ତରର ସଂରକ୍ଷଣ କରିବା ସହ ଓଜନ ସ୍ତର କ୍ଷୀଣ ହେବା ଜନିତ ସୃଷ୍ଟ ଭୟାବହତା ସଂପର୍କରେ ବିଶ୍ୱବାସୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଇବା ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ହରପ୍ପା ( Punjabi pronunciation: [ɦəɽəppaː] ; ଉର୍ଦ୍ଦୁ / Punjabi ) ପାକିସ୍ତାନର ପଞ୍ଜାବର ଏକ ପ୍ରତ୍ନତାତ୍ତ୍ୱିକ ସ୍ଥାନ, ସାହିୱାଲର ପ୍ରାୟ 24 km (15 mi) ପଶ୍ଚିମରେ ଏହି ସାଇଟ୍ ରବି ନଦୀର ପୂର୍ବ ପଥ ନିକଟରେ ଅବସ୍ଥିତ । ରବି ନଦୀ ନିକଟରେ ଅବସ୍ଥିତ ଏକ ଆଧୁନିକ ଗାଁରୁ ଏହାର ନାମକରଣ ହୋଇଛି । ରବି ନଦୀ ବର୍ତ୍ତମାନ 8 km (5.0 mi) ଉତ୍ତରରେ ଚାଲୁଛି । ହରପ୍ପାର ପ୍ରାଚୀନ ସ୍ଥାନଟି ବର୍ତ୍ତମାନର ହରପ୍ପା ଗାଁରୁ 1 km (0.62 mi)ରୁ କମ୍ ଦୂରରେ ଅବସ୍ଥିତ । ଯଦିଓ ଆଧୁନିକ ହରପ୍ପା ବ୍ରିଟିଶ ରାଜ ସମୟରୁ ଏକ ପୁରୁଣା ରେଳ ଷ୍ଟେସନ ଅଛି, ଏହା ଆଜି ୧୫,୦୦୦ ଲୋକଙ୍କ ଏକ ଛୋଟ ଛକ ସହର ଅଟେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଦାଶ ବେନହୁର (ଜନ୍ମ ୩ ଅଗଷ୍ଟ ୧୯୫୩) ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଖଣ୍ଡପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର । ଶିଶୁ ସାହିତ୍ୟ, କ୍ଷୁଦ୍ରଗଳ୍ପ ଓ ଉପନ୍ୟାସ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ତାଙ୍କର ଅବଦାନ ରହିଛି । ପ୍ରବନ୍ଧ ଓ ଗବେଷଣାତ୍ମକ ନିବନ୍ଧ ଆଦି ଲେଖିବାକୁ ସେ ନିଜ ନାମ ଜିତେନ୍ଦ୍ର ନାରାୟଣ ଦାଶ ବ୍ୟବହାର କରୁଥିବା ସମୟରେ ଗଳ୍ପ ଓ ଶିଶୁ ସାହିତ୍ୟ ଦାଶ ବେନହୁର ନାମରେ ଲେଖିଥାନ୍ତି । ଅଧ୍ୟାପନାକୁ ପେସା ଭାବରେ ଗ୍ରହଣ କରିଥିବା ଦାଶ ପୁରୀର ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବରେ ସେବା ନିବୃତ ହୋଇସାରିଛନ୍ତି । ସାହିତ୍ୟ ଓ ଅଧ୍ୟାପନା ବ୍ୟତିତ ସେ ଜଣେ ସଂଗଠକ ହିସାବରେ 'ପ୍ରଫୁଲ୍ଲ କର ଫାଉଣ୍ଡେସନ, ଇଟିକିଲି ମିଟିକିଲି, ଆମ ଓଡ଼ିଶା ଆଦି ଅନୁଷ୍ଠାନମାନଙ୍କ ସହିତ ଜଡ଼ିତ ଅଛନ୍ତି । ସେ ଆଦିବାସୀ ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ 'ସର୍ଗୀଫୁଲ' ନାମକ ପତ୍ରିକାର ସମ୍ପାଦନା ମଧ୍ୟ କରିଥାନ୍ତି ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି
ଅନୁସୂଚିତ ଜାତି ଭାରତୀୟ ସମ୍ବିଧାନର ଅନୁସୂଚିତ ଧାରା ଅନୁସାରେ ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀକୁ ବୁଝାଏ । ଜାତିଗତ ଦୃଷ୍ଟିରୁ ଦଳିତ ଓ ହରିଜନ ଆଦି ନାମ ମଧ୍ୟ ଅନୁସୂଚିତ ଜାତି ପାଇଁ ବ୍ୟବହାର କରାଯାଏ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ବର୍ଷା ପ୍ରିୟଦର୍ଶିନୀ (ଜନ୍ମ: ୭ ଅଗଷ୍ଟ ୧୯୮୪) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଓଡ଼ିଆ ଚଳଚ୍ଚିତ୍ର ସହିତ କିଛି ବଙ୍ଗଳା ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି । ୨୦୦୩ ମସିହାରେ ସେ ଉତ୍ତମ ମହାନ୍ତି ଏବଂ ମିଥୁନ ଚକ୍ରବର୍ତ୍ତୀ ଅଭିନୀତ ଓଡ଼ିଆ କଥାଚିତ୍ର ଏ ଯୁଗର କୃଷ୍ଣ ସୁଦାମା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ସାବତ ମାଆ, ବାଜି, ତୁ ମୋ ଆଖିର ତାରା, ଟୋପାଏ ସିନ୍ଦୁର ଦି ଟୋପା ଲୁହ, ତୋତେ ମୋ ରାଣ, ଥ୍ୟାଙ୍କ୍ ୟୁ ଭଗବାନ ଭଳି ସଫଳ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ୨୦୦୮ ମସିହାରେ ସେ ବଙ୍ଗଳା ଚଳଚ୍ଚିତ୍ର ଜୋର୍ ଜରିଆରେ ବଙ୍ଗଳା କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗୋଲ୍ମାଲ୍, ଲଭ୍ ଷ୍ଟୋରୀ, ବାଳିକା ବଧୂ, ଟକ୍କର, ହସି ଖୁସି କ୍ଲବ୍, ଟୁପୁରୁ ଟୁପୁର ବ୍ରିଷ୍ଟି ପଡ଼େ, ଅଚେନା ପ୍ରେମ୍ ଭଳି ବଙ୍ଗଳା କଥାଚିତ୍ରରେ ସେ ଅଭିନୟ କରିଛନ୍ତି ।
କଟକ, କଟକ ଜିଲ୍ଲାର ମୁଖ୍ୟାଳୟ ହେବା ସହିତ ଓଡ଼ିଶାର ଉପ-ରାଜଧାନୀ ତଥା ତତ୍ ସହିତ ରାଜ୍ୟର ସର୍ବପୁରାତନ ନଗର ମଧ୍ୟ । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ତଥା ରାଜଧାନୀ ଭାବେ ପ୍ରତିଷ୍ଠିତ । ଏହି ସହର ପାଖରେ ଭୁବନେଶ୍ୱର, ପୁରୀ ଓ କୋଣାର୍କର ଅଛି । ୧୯୬୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ତରୁଣକାନ୍ତି ମିଶ୍ର(ଜନ୍ମ : ୦୨ ଅଗଷ୍ଟ ୧୯୫୦) ଜଣେ ଓଡ଼ିଆ ଗାଳ୍ପିକ ଅଟନ୍ତି । ତାଙ୍କର ୧୫ରୁ ଉର୍ଦ୍ଧ୍ୱ ପୁସ୍ତକ ପ୍ରକାଶିତ ହୋଇସାରିଛି । ସାହିତ୍ୟ କ୍ଷେତ୍ରରେ ଉତ୍କୃଷ୍ଟତା ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ଶାରଳା ପୁରସ୍କାର ଭଳି ବହୁ ପୁରସ୍କାର ଲାଭ କରିଛନ୍ତି । ବୃତ୍ତିରେ ସେ ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ ଏବଂ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଭାବରେ କାର୍ଯ୍ୟକରି ସେବାନିବୃତ ହୋଇସାରିଛନ୍ତି । ପରେ ସେ ଓଡ଼ିଶାର ସୂଚନା କମିଶନର ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି ।
କବାଡି ଭାରତର ବିଭିନ୍ନ ଅଞ୍ଚଳରେ ଖେଳା ଯାଉଥିବା ଏକ ଲୋକପ୍ରିୟ ଖେଳ । ଏହା ସର୍ବପ୍ରଥମେ ଭାରତରୁ ଆରମ୍ଭ ହୋଇଥିବାର ନଜିର ରହିଛି । ଭାରତରେ ବିଭିନ୍ନ ପର୍ବ ପାଳନ ଅବସରରେ ତଥା ଅନ୍ୟ ସମୟରେ ଆମୋଦ ପାଇଁ ମଧ୍ୟ ଖେଳା ଯାଇଥାଏ । ଭାରତ ଛଡା ବିଭିନ୍ନ ସ୍ଥାନରେ ଏହି ଖେଳକୁ ଭିନ୍ନ ଭିନ୍ନ ଆଞ୍ଚଳିକ ନାମରେ ଲୋକମାନେ ଜାଣନ୍ତି । ବଙ୍ଗଳାଦେଶରେ ଏହି ଖେଳକୁ ହୁହୁଡୁ , ମାଳଦ୍ୱୀପରେ ଏହାକୁ ବାନାଟି , ଆନ୍ଧ୍ରପ୍ରଦେଶରେ ଏହାକୁ ଚୀଡୁଗୁଡୁ , ତାମିଲନାଡୁରେ ସାଡୁଗୁଡୁ ଆଦି ନାମରେ ଜଣାଯାଇଥାଏ । ଏହି ଖେଳଟି ବଙ୍ଗଳାଦେଶରେ ଜାତୀୟ ଖେଳ ଭାବରେ ଆଦୃତ ହୋଇଛି । ଏହାକୁ ଅଧିକ ଲୋକପ୍ରିୟ କରିବା ପାଇଁ ଏବେ ଭାରତରେ ଜାତୀୟ ସ୍ତରରେ ପ୍ରୋ କବାଡି ଲିଗ(Pro Kabaddi League) ଆୟୋଜନ କରାଯାଉଛି । ଯଦିଓ ଏହାର ନାମର ଉତ୍ପତ୍ତିକୁ ନେଇ ସେପରି କିଛି ନିର୍ଦ୍ଧିଷ୍ଟ ପ୍ରମାଣ ଆଜିଯାଏଁ ମିଳି ପାରିନାହିଁ , ତଥାପି ଉତ୍ତର ଭାରତରୁ ଏହାର ଉତ୍ପତ୍ତି ବିଷୟରେ ସୂଚନା ମିଳେ । ତାମିଲ ଶବ୍ଦ "କାଭିଡି"(ତାମିଲ ଅର୍ଥ ଅଧା ନଇଁ କରି ଖେଳିବାକୁ ବୁଝାଏ) କିମ୍ବା "କାଇ-ପିଡି"(ହାତକୁ ହାତ ଧରିକରି ଖେଳିବାକୁ ବୁଝାଏ )ରୁ "କବାଡି'" ଶବ୍ଦ ଆସିଥିବା ଅନୁମାନ କରାଯାଏ ।
ଡମ୍ବରୁ ମାଝି (୧ ଜୁଲାଇ ୧୯୪୦ - ୩୦ ଅଗଷ୍ଟ ୨୦୨୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ପାଞ୍ଚ ଥର କାର୍ଯ୍ୟ କରିଥିଲେ । ୧୯୬୭, ୧୯୭୧, ୧୯୭୭, ୧୯୮୦ ଓ ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋଡ଼ିଙ୍ଗା ଓ ଡାବୁଗାଁ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ, ୫ମ, ୭ମ, ୮ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଶିବବ୍ରତ ଦାସ (୨୬ ଅଗଷ୍ଟ ୧୯୩୦–୮ ସେପ୍ଟେମ୍ବର ୧୯୮୮) ଜଣେ ଓଡ଼ିଆ ଗୀତିକାର ଓ ପୁଲିସ ବିଭାଗର କର୍ମଚାରୀ ଥିଲେ । ୬୦ରୁ ୯୦ ଦଶକ ମଧ୍ୟରେ ସେ ପ୍ରାୟ ୫୦ରୁ ଉର୍ଦ୍ଧ ଓଡ଼ିଆ କଥାଚିତ୍ରରେ ଗୀତ ଲେଖିଥିଲେ । ତାଙ୍କର କିଛି ଜନପ୍ରିୟ କଥାଚିତ୍ର ଗୀତ ମଧ୍ୟରେ "ଚନ୍ଦ୍ରମଲ୍ଲି ହସେ, ଚିତ୍ରଲେଖା ଓଠେ", "ନଦୀର ନାମ ଅଳସ କନ୍ୟା", "ଉର୍ମି ଅଧିର ରୂପସୀ ଚିଲିକା", "ଯା ଯାରେ ଭାସି ଯା", "ମୁଁ ଯେ ଅମୃତ ସାଗର ବିନ୍ଦୁ" ଆଦି ଅନ୍ୟତମ । ଅକ୍ଷୟ ମହାନ୍ତି ତାଙ୍କୁ ଆଦ୍ୟ ପ୍ରେରଣା ଦେବା ସହ ତାଙ୍କର ଅନେକ ଜନପ୍ରିୟ ଗୀତରେ ସ୍ୱର ଓ କଣ୍ଠଦାନ କରିଥିଲେ । ଓଡ଼ିଆ ଗାୟିକା ଓ କବି କୁମୁଦିନୀ ମହାପାତ୍ର ତାଙ୍କ ମାଆ ଓ ଓଡ଼ିଆ ଲେଖକ ଲକ୍ଷ୍ମୀକାନ୍ତ ମହାପାତ୍ର ତାଙ୍କ ମାମୁଁ ଥିଲେ ।
ରଘୁନାଥ ପାଣିଗ୍ରାହୀ (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ ଓଡ଼ିଶୀ କଣ୍ଠଶିଳ୍ପୀ । ସେ ରାୟଗଡ଼ା ଜିଲ୍ଲାର ଗୁଣପୁର ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ସ୍ୱାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣି ପାଣିଗ୍ରାହୀଙ୍କଠାରୁ ସେ ୫ବର୍ଷ ବୟସରେ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ୱନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କଠାରୁ ପାରମ୍ପରିକ ଓଡ଼ିଶୀ ସଙ୍ଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି.