ଓଡ଼ିଆ ଉଇକିପିଡ଼ିଆ ଲୋକପ୍ରିୟ ୧୦୦

ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...

  1. 1

    ଲକ୍ଷ୍ମୀକାନ୍ତ ମହାପାତ୍ର

    ଲକ୍ଷ୍ମୀକାନ୍ତ ମହାପାତ୍ର

    କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।

    73 ପଠିତ (↓21 ଗତକାଲିଠାରୁ)31,61,56,85,58,106,75,89,94, 73

    9+ ଦିନ ଷ୍ଟ୍ରିକ

    🔍 🗞️
  2. 2

    ଗଙ୍ଗାଧର ମେହେର

    ଗଙ୍ଗାଧର ମେହେର

    "ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -

    73 ପଠିତ (↑32 ଗତକାଲିଠାରୁ)53,49,28,35,37,20,42,44,41, 73

    9+ ଦିନ ଷ୍ଟ୍ରିକ

    🔍 🗞️
  3. 3

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।

    61 ପଠିତ (↓27 ଗତକାଲିଠାରୁ)75,60,62,80,55,44,64,87,88, 61

    9+ ଦିନ ଷ୍ଟ୍ରିକ

    🔍 🗞️
  4. 4

    ଯକ୍ଷ୍ମା

    ଯକ୍ଷ୍ମା

    ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସ‌ହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।

    50 ପଠିତ (↑15 ଗତକାଲିଠାରୁ)11,19,21,21,19,13,12,20,35, 50

    9+ ଦିନ ଷ୍ଟ୍ରିକ

    🔍 🗞️
  5. 5

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍‍ଜୋସ୍‍ ଷ୍ଟେଟ୍‍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।

    45 ପଠିତ (0 ଗତକାଲିଠାରୁ)46,26,37,31,20,22,34,52,45, 45

    9+ ଦିନ ଷ୍ଟ୍ରିକ

    🔍 🗞️
  6. 6

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ (ଇଂରାଜୀ: Sexual intercourse) କିମ୍ବା ମୈଥୁନ କିମ୍ବା ସହବାସ ବୋଲି ସେହି କ୍ରିୟାକୁ କୁହାଯାଏ, ଯେଉଁଥିରେ ପୁରୁଷଙ୍କର ଲିଙ୍ଗ ସ୍ତ୍ରୀଙ୍କର ଯୋନିରେ ପ୍ରବେଶ କରେ । ସମ୍ଭୋଗ ବିଭିନ୍ନ ଜୀବଜନ୍ତୁ ଓ ପ୍ରଜାତି ଅନୁସାରେ ବିଭିନ୍ନ ପ୍ରକାରରେ ହୁଏ । ସମ୍ଭୋଗକୁ ଯୋନି ମୈଥୁନ, କାମ କ୍ରୀଡ଼ା କିମ୍ବା ରତି କ୍ରୀଡ଼ା ନାମରେ ବି ପ୍ରକାଶ କରାଯାଏ ।

    43 ପଠିତ (↑20 ଗତକାଲିଠାରୁ)13,28,33,37,31,16,25,18,23, 43

    9+ ଦିନ ଷ୍ଟ୍ରିକ

    🔍 🗞️
  7. 7

    ଗୋପବନ୍ଧୁ ଦାସ

    ଗୋପବନ୍ଧୁ ଦାସ

    ଉତ୍କଳମଣି ଗୋପବନ୍ଧୁ ଦାସ (୯ ଅକ୍ଟୋବର ୧୮୭୭–୧୭ ଜୁନ ୧୯୨୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ଓ ଓଡ଼ିଆ-ଭାଷୀ ଲେଖକ ଥିଲେ । ଭାରତୀୟ ସ୍ୱାଧୀନତା ସଂଗ୍ରାମକୁ ତାଙ୍କର ଅବଦାନ ନିମନ୍ତେ ସେ "ଉତ୍କଳମଣି" ନାମରେ ଜଣାଶୁଣା ।

    41 ପଠିତ (↑1 ଗତକାଲିଠାରୁ)25,41,26,30,39,26,28,49,40, 41

    9+ ଦିନ ଷ୍ଟ୍ରିକ

    🔍 🗞️
  8. 8

    ପରଶୁରାମ

    ପରଶୁରାମ

    ପରଶୁରାମ (ସଂସ୍କୃତ: परशुराम, IAST: Paraśurāma, ଜଣେ ପରଶୁଧାରୀ ରାମ) ହିନ୍ଦୁ ଧର୍ମରେ ବିଷ୍ଣୁଙ୍କର ଷଷ୍ଠ ଅବତାର । ପୁରାଣ ଅନୁସାରେ ସେ ଜଣେ ଚିରଞ୍ଜୀବୀ ଓ ସେ କଳି ଯୁଗ ଶେଷରେ ବିଷ୍ଣୁଙ୍କ ଦଶମ ଏବଂ ଶେଷ ଅବତାର କଳ୍କୀଙ୍କର ଗୁରୁ ଭାବେ ଅବତରିବେ । ସେ ଆକ୍ରମଣ, ଯୁଦ୍ଧ ଓ ବୀରତ୍ୱ ପ୍ରଦର୍ଶନ ସହ ଶାନ୍ତି, ଜ୍ଞାନ ଏବଂ ଧୈର୍ଯ୍ୟ ଭଳି ଅନେକ ଗୁଣ ଧାରଣ କରିଥିଲେ । ଯେତେବେଳେ ପୃଥିବୀରେ ଅତ୍ୟଧିକ ପାପ ବୃଦ୍ଧି ହେଲା, ସେତେବେଳେ ବିଷ୍ଣୁଙ୍କର ପୃଥିବୀ ପୃଷ୍ଠରେ ପର୍ଶୁରାମ ଅବତାର ନେବା ପାଇଁ ପୂର୍ବରୁ ଭବିଷ୍ୟବାଣୀ କରାଯାଇଥିଲା । ଅସ୍ତ୍ରଶସ୍ତ୍ର ଓ କ୍ଷମତା ଯୋଗୁଁ କ୍ଷତ୍ରିୟମାନେ ସେମାନଙ୍କର କ୍ଷମତାର ଅପବ୍ୟବହାର କରିବା, ଅନ୍ୟର ଜିନିଷକୁ ବଳପୂର୍ବକ ଗ୍ରହଣ କରିବା ଏବଂ ଲୋକଙ୍କୁ ଅତ୍ୟାଚାର କରିବା ଆରମ୍ଭ କରି ଦେଇଥିଲେ । ପର୍ଶୁରାମ ଏହି କ୍ଷତ୍ରୀୟ ଯୋଦ୍ଧାମାନଙ୍କୁ ବିନାଶ କରି ବ୍ରହ୍ମାଣ୍ଡର ସନ୍ତୁଳନ ରକ୍ଷା କଲେ ।

    35 ପଠିତ (↑13 ଗତକାଲିଠାରୁ)0,0,0,0,0,0,0,0,22, 35

    2 ଦିନ ଷ୍ଟ୍ରିକ

    🔍 🗞️
  9. 9

    ପାଣିପାଗ

    ପାଣିପାଗ

    ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।

    33 ପଠିତ (↑11 ଗତକାଲିଠାରୁ)39,22,0,17,25,12,23,16,22, 33

    7 ଦିନ ଷ୍ଟ୍ରିକ

    🔍 🗞️
  10. 10

    ଶ୍ରୀନିବାସ ରାମାନୁଜନ

    ଶ୍ରୀନିବାସ ରାମାନୁଜନ

    {{Use British English|date=November 2011}} ଶ୍ରୀନିବାସ ରାମାନୁଜନ () (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?

    31 ପଠିତ (↑19 ଗତକାଲିଠାରୁ)15,0,30,29,25,11,12,24,12, 31

    8 ଦିନ ଷ୍ଟ୍ରିକ

    🔍 🗞️
  11. 11

    ରାଧାନାଥ ରାୟ

    ରାଧାନାଥ ରାୟ

    କବିବର ରାଧାନାଥ ରାୟ (୧୮୪୮-୧୯୦୮) ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଥିଲେ ଏବଂ ସେ ଓଡ଼ିଆ ସାହିତ୍ୟର ଆଧୁନିକ ଯୁଗର ସ୍ରଷ୍ଟା ଭାବରେ ପରିଚିତ ।

    30 ପଠିତ (↓1 ଗତକାଲିଠାରୁ)23,23,21,14,19,34,22,40,31, 30

    9+ ଦିନ ଷ୍ଟ୍ରିକ

    🔍 🗞️
  12. 12

    ବନ୍ଦେ ମାତରମ

    ବନ୍ଦେ ମାତରମ

    ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।

    30 ପଠିତ (↑3 ଗତକାଲିଠାରୁ)41,29,22,43,38,14,23,29,27, 30

    9+ ଦିନ ଷ୍ଟ୍ରିକ

    🔍 🗞️
  13. 13

    ସ୍ୱାଧୀନତା ଦିବସ‌ (ଭାରତ)

    ସ୍ୱାଧୀନତା ଦିବସ‌ (ଭାରତ)

    ଭାରତର ସ୍ୱାଧୀନତା ଦିବସ‌ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।

    29 ପଠିତ (↑4 ଗତକାଲିଠାରୁ)0,0,0,0,9,15,0,15,25, 29

    3 ଦିନ ଷ୍ଟ୍ରିକ

    🔍 🗞️
  14. 14

    ଜଗନ୍ନାଥ

    ଜଗନ୍ନାଥ

    29 ପଠିତ (↓2 ଗତକାଲିଠାରୁ)26,26,23,0,25,26,14,22,31, 29

    6 ଦିନ ଷ୍ଟ୍ରିକ

    🔍 🗞️
  15. 15

    ସାରଳା ଦାସ

    ସାରଳା ଦାସ

    ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।

    28 ପଠିତ (↓29 ଗତକାଲିଠାରୁ)55,34,32,32,20,39,43,31,57, 28

    9+ ଦିନ ଷ୍ଟ୍ରିକ

    🔍 🗞️
  16. 16

    ଜୟୀ ରାଜଗୁରୁ

    ଜୟୀ ରାଜଗୁରୁ

    ଜୟକୃଷ୍ଣ ରାଜଗୁରୁ ମହାପାତ୍ର (୨୯ ଅକ୍ଟୋବର ୧୭୩୯ - ୬ ଡିସେମ୍ବର ୧୮୦୬) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଖୋର୍ଦ୍ଧାର ରାଜା ଗଜପତି ମୁକୁନ୍ଦ ଦେବ ଦ୍ୱିତୀୟଙ୍କ ରାଜଦରବାରରେ ରାଜକୀୟ ରାଜଗୁରୁ ହେବା ସହ ରାଜାଙ୍କ ସେନାବାହିନୀର ମୁଖ୍ୟ ସେନାପତି ଓ ରାଜାଙ୍କ ପ୍ରଶାସନିକ ପ୍ରତିନିଧି ମଧ୍ୟ ଥିଲେ ।

    26 ପଠିତ (0 ଗତକାଲିଠାରୁ)10,0,18,19,14,14,28,28,26, 26

    8 ଦିନ ଷ୍ଟ୍ରିକ

    🔍 🗞️
  17. 17

    ଓଡ଼ିଶା

    ଓଡ଼ିଶା

    ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.

    26 ପଠିତ (0 ଗତକାଲିଠାରୁ)20,24,23,11,24,18,28,34,26, 26

    9+ ଦିନ ଷ୍ଟ୍ରିକ

    🔍 🗞️
  18. 18

    ମହାତ୍ମା ଗାନ୍ଧୀ

    ମହାତ୍ମା ଗାନ୍ଧୀ

    ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।

    25 ପଠିତ (↓9 ଗତକାଲିଠାରୁ)29,16,16,17,16,26,15,36,34, 25

    9+ ଦିନ ଷ୍ଟ୍ରିକ

    🔍 🗞️
  19. 19

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।

    24 ପଠିତ (↑8 ଗତକାଲିଠାରୁ)10,0,0,15,13,0,0,18,16, 24

    3 ଦିନ ଷ୍ଟ୍ରିକ

    🔍 🗞️
  20. 20

    ବିଭୁ କିଶୋର

    ବିଭୁ କିଶୋର

    ଭୁବନେଶ୍ୱରଠାରେ ଜନ୍ମିତ ବିଭୁ କିଶୋର, ଜଣେ ପ୍ରଚ୍ଛଦପଟ୍ଟ ଗାୟକ ଓ ସଙ୍ଗୀତକାର । କୌଣସି ଧରାବନ୍ଧା ସଙ୍ଗୀତ ଶିକ୍ଷାଲାଭ କରିନଥିବା ବିଭୁ କିଶୋର, ଓଡ଼ିଆ ସିନେମା ଜଗତର ଜଣେ ଲୋକପ୍ରିୟ ଗାୟକ । ସେ କ୍ୟାପିଟାଲ ହାଇ ସ୍କୁଲ ତଥା ବିଜେବି କଲେଜରେ ପାଠ ପଢ଼ିଥିଲେ । ୧୯୮୯ ମସିହାରେ ବିଜେବି କଲେଜରେ ପାଠ ପଢ଼ିବା ସମୟରେ, ସେ କଲେଜର ଡ୍ରାମାଟିକ ସେକ୍ରେଟାରୀ ମଧ୍ୟ ରହିଥିଲେ । ୧୯୯୧ ମସିହାରେ ପ୍ରଥମ ଥର ପାଇଁ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ମନ୍ମଥ ମିଶ୍ର ଏକ ଯାତ୍ରା ପାଇଁ ତାଙ୍କୁ ଗୀତ ଗାଇବାର ସୁଯୋଗ ଦେଇଥିଲେ। ପ୍ରଥମ ଆଲବମ୍ ଗୀତ ଶ୍ରୀକାନ୍ତ ଗୌତମଙ୍କ ’କଟକବାଣୀ’ରୁ ଆରମ୍ଭ ହୋଇଥିଲା। ୧୯୯୭ ମସିହାରେ ସୁନା ସଂସାର ଚଳଚ୍ଚିତ୍ରରୁ, ସେ ସିନେମାରେ କଣ୍ଠଦାନ କରିଆସୁଛନ୍ତି । ବିଭୁ କିଶୋର,ସରକାରୀ ଚାକିରି କରିଥିଲେ ମଧ୍ୟ, ସେଥିରୁ ସ୍ୱେଚ୍ଛାକୃତ ଅବସର ଗ୍ରହଣ କରି, ନିଜକୁ ସମ୍ପୂର୍ଣ୍ଣ ରୂପେ ସଙ୍ଗୀତ ପାଇଁ ସମର୍ପଣ କରିଛନ୍ତି ।

    24 ପଠିତ (↑12 ଗତକାଲିଠାରୁ)0,0,0,0,0,0,0,15,12, 24

    3 ଦିନ ଷ୍ଟ୍ରିକ

    🔍 🗞️
  21. 21

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ (The Constitution of India, ଦ କନଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ।

    23 ପଠିତ (↓8 ଗତକାଲିଠାରୁ)0,0,26,14,12,11,14,25,31, 23

    8 ଦିନ ଷ୍ଟ୍ରିକ

    🔍 🗞️
  22. 22

    ବିଜ୍ଞାନ

    ବିଜ୍ଞାନ

    ବିଜ୍ଞାନ (ବିଶେଷ ଜ୍ଞାନ) (ବା Science Latin: scientiaରୁ ଆସିଅଛି ଯାହାର ଅର୍ଥ "ଜ୍ଞାନ") ବିଶ୍ୱର ଏକ ଜ୍ଞାନକୁ ଏକ ଉପଯୁକ୍ତ ପରଖାଯାଇ ପାରୁଥିବା ବୈଜ୍ଞାନିକ ସିଦ୍ଧାନ୍ତ ଓ ଅନୁମାନ ସହ ପ୍ରମାଣ କରାଯାଇପାରୁଥିବା ବ୍ୟବସ୍ଥା ।ପୂର୍ବେ ବିଜ୍ଞାନ ଅଧିକ ଦର୍ଶନ ପର୍ଯବେଶିତ ଥିଲା ।

    23 ପଠିତ (↑23 ଗତକାଲିଠାରୁ)0,0,0,13,0,0,15,12,0, 23

    1 ଦିନ ଷ୍ଟ୍ରିକ

    🔍 🗞️
  23. 23

    ରଥଯାତ୍ରା

    ରଥଯାତ୍ରା

    ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.

    21 ପଠିତ (↑4 ଗତକାଲିଠାରୁ)34,0,0,21,9,13,16,14,17, 21

    7 ଦିନ ଷ୍ଟ୍ରିକ

    🔍 🗞️
  24. 24

    ଭାରତର ଜାତୀୟ ପତାକା

    ଭାରତର ଜାତୀୟ ପତାକା

    ଭାରତର ଜାତୀୟ ପତାକା ସଂପୂର୍ଣ୍ଣ ଭାରତ ଦେଶକୁ ପ୍ରତିନିଧିତ୍ୱ କରୁଥିବା ଏକ ପତାକା ଅଟେ । ଏହା ୧୯୪୭ ମସିହା ଜୁଲାଇ ୨୨ ତାରିଖରେ ପିଙ୍ଗଳି ଭେଙ୍କୟାଙ୍କଦ୍ୱାରା ପ୍ରସ୍ତୁତ ହୋଇଥିଲା । ପତାକାଟି ଏକ ନିର୍ଦ୍ଧିଷ୍ଟ ଶୈଳୀରେ ନିର୍ମିତ, ଯାହାର ପ୍ରତିଟି ଅଂଶର ନିର୍ଦ୍ଧିଷ୍ଟ ଅର୍ଥ ରହିଛି ।

    21 ପଠିତ (↑9 ଗତକାଲିଠାରୁ)0,0,0,24,0,0,0,0,12, 21

    2 ଦିନ ଷ୍ଟ୍ରିକ

    🔍 🗞️
  25. 25

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା (୧ ଜାନୁଆରୀ ୧୯୧୬ - ୧୬ ଅପେଲ ୨୦୦୧) ଜଣେ ଓଡ଼ିଆ ପ୍ରାବନ୍ଧିକ, ଅଧ୍ୟାପକ ଓ ବିଜ୍ଞାନ ଲେଖକ ଥିଲେ ।

    21 ପଠିତ (↓2 ଗତକାଲିଠାରୁ)0,0,0,0,0,0,17,31,23, 21

    4 ଦିନ ଷ୍ଟ୍ରିକ

    🔍 🗞️
  26. 26

    ସ୍ୱାମୀ ବିବେକାନନ୍ଦ

    ସ୍ୱାମୀ ବିବେକାନନ୍ଦ

    ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।

    21 ପଠିତ (↑21 ଗତକାଲିଠାରୁ)0,22,0,0,0,0,0,0,0, 21

    1 ଦିନ ଷ୍ଟ୍ରିକ

    🔍 🗞️
  27. 27

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ ଜଣେ ଓଡ଼ିଆ ଗାୟିକା । ସେ ନମିତା ନାମରେ ଭଜନ ଓ ନିବେଦିତା ନାମରେ ଆଧୁନିକ ଏବଂ ଚଳଚ୍ଚିତ୍ର ସଂଗୀତ ଗାନ କରନ୍ତି ।

    21 ପଠିତ (↑4 ଗତକାଲିଠାରୁ)50,29,24,17,14,13,21,20,17, 21

    9+ ଦିନ ଷ୍ଟ୍ରିକ

    🔍 🗞️
  28. 28

    ସଚ୍ଚିଦାନନ୍ଦ ରାଉତରାୟ

    ସଚ୍ଚିଦାନନ୍ଦ ରାଉତରାୟ

    '

    21 ପଠିତ (↓7 ଗତକାଲିଠାରୁ)30,19,31,18,0,37,21,27,28, 21

    5 ଦିନ ଷ୍ଟ୍ରିକ

    🔍 🗞️
  29. 29

    ବିଜୟ କୁମାର ଶତପଥୀ

    ବିଜୟ କୁମାର ଶତପଥୀ

    ବିଜୟ କୁମାର ଶତପଥୀ, ଜଣେ ଓଡ଼ିଆ ଭାରୋତ୍ତଳକ ଥିଲେ । କୌଣସି ଆନ୍ତରାଷ୍ଟ୍ରୀୟ ପ୍ରତିଯୋଗୀତାରେ ପଦକ ଜିତିବାରେ ସେ ଥିଲେ ପ୍ରଥମ ଓଡ଼ିଆ ଖେଳାଳି ।

    20 ପଠିତ (↑9 ଗତକାଲିଠାରୁ)0,23,0,0,0,0,0,0,11, 20

    2 ଦିନ ଷ୍ଟ୍ରିକ

    🔍 🗞️
  30. 30

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

    20 ପଠିତ (↓8 ଗତକାଲିଠାରୁ)18,26,0,16,11,15,32,17,28, 20

    7 ଦିନ ଷ୍ଟ୍ରିକ

    🔍 🗞️
  31. 31

    ମଧୁସୂଦନ ଦାସ

    ମଧୁସୂଦନ ଦାସ

    ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-

    20 ପଠିତ (↑8 ଗତକାଲିଠାରୁ)16,0,25,37,0,12,18,14,12, 20

    5 ଦିନ ଷ୍ଟ୍ରିକ

    🔍 🗞️
  32. 32

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ ଓଡ଼ିଆ ଭାଷାରେ ଲିଖିତ ସାହିତ୍ୟର ନାନା ବିଭବକୁ ବୁଝାଇଥାଏ ।

    19 ପଠିତ (↓1 ଗତକାଲିଠାରୁ)30,23,28,13,24,17,25,25,20, 19

    9+ ଦିନ ଷ୍ଟ୍ରିକ

    🔍 🗞️
  33. 33

    ଜଗନ୍ନାଥ ଦାସ

    ଜଗନ୍ନାଥ ଦାସ

    ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ"‌) । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।

    19 ପଠିତ (↓18 ଗତକାଲିଠାରୁ)48,21,28,16,20,37,32,30,37, 19

    9+ ଦିନ ଷ୍ଟ୍ରିକ

    🔍 🗞️
  34. 34

    ବାଜି ରାଉତ

    ବାଜି ରାଉତ

    ବାଜି ରାଉତ (୧୯୨୫-୧୯୩୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ । ସେ ଓଡ଼ିଶାର ଢେଙ୍କାନାଳ ଜିଲ୍ଲାର ନୀଳକଣ୍ଠପୁର ଗାଆଁରେ ଜନ୍ମ ନେଇଥିଲେ ।

    18 ପଠିତ (↓2 ଗତକାଲିଠାରୁ)0,0,0,0,14,25,16,12,20, 18

    6 ଦିନ ଷ୍ଟ୍ରିକ

    🔍 🗞️
  35. 35

    ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ

    ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ

    ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ସଂକ୍ଷେପରେ "ଆରଏସଏସ") ଏକ ଭାରତୀୟ ଦକ୍ଷିଣପନ୍ଥୀ, ହିନ୍ଦୁ ଜାତୀୟତାବାଦୀ, ଅର୍ଦ୍ଧସାମରିକ ସ୍ୱେଚ୍ଛାସେବୀ ସଂଗଠନ । ଆରଏସଏସ ହେଉଛି ସଂଘ ପରିବାରର ନାମକ ଏକ ବୃହତ ସଂସ୍ଥାସମୂହର ମୂଳ ସଂଗଠନ ଏବଂ ତାହା ଭାରତୀୟ ସମାଜର ସମସ୍ତ ଦିଗରେ ଉପସ୍ଥିତି ରହିଛି । ଆରଏସଏସ ୧୯୨୫ ସେପ୍ଟେମ୍ବର ୨୭ରେ ସ୍ଥାପିତ ହୋଇଥିଲା । ୨୦୧୪ ବେଳକୁ ଏହାର ସଦସ୍ୟତା ଥିଲା ୫୦-୬୦ ଲକ୍ଷ (୫-୬ ନିୟୁତ) ।

    18 ପଠିତ (↑18 ଗତକାଲିଠାରୁ)21,19,27,37,0,20,0,14,0, 18

    1 ଦିନ ଷ୍ଟ୍ରିକ

    🔍 🗞️
  36. 36

    ଇଲେକ୍ଟ୍ରୋନିକ କମର୍ସ

    ଇଲେକ୍ଟ୍ରୋନିକ କମର୍ସ

    ଇଲେକ୍ଟ୍ରୋନିକ କମର୍ସ (ସାଧାରଣତ ଇ-କମର୍ସ (e-commerce ବା e-comm) ଭାବେ ଜଣାଶୁଣା) ଅଥବା ଇଲେକ୍ଟ୍ରୋନିକ ବିପଣନ ଇଣ୍ଟରନେଟ କିମ୍ବା ଅନ୍ୟାନ୍ୟ କମ୍ପ୍ୟୁଟର ନେଟୱର୍କ ଜରିଆରେ କୌଣସି ଉତ୍ପାଦର କିଣାବିକାକୁ ବୁଝାଇଥାଏ । ଇଲେକ୍ଟ୍ରୋନିକ ଇ-କମର୍ସ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର, ସପ୍ଲାଇ ଚେନ ମାନେଜମେଣ୍ଟ, ଇଣ୍ଟରନେଟ ମାର୍କେଟିଂ, ଅନଲାଇନ ଟ୍ରାଞ୍ଜେକସନ ପ୍ରସେସିଂ, ଇଲେକ୍ଟ୍ରୋନିକ ଡାଟା ଇଣ୍ଟରଚେଞ୍ଜ (EDI), ଇନଭେଣ୍ଟରି ମାନେଜମେଣ୍ଟ ସିଷ୍ଟମ ଆଉ ସ୍ୱୟଂଚାଳିତ ଡାଟା କଲେକସନ ସିଷ୍ଟମ ଆଦି ଟେକନୋଲୋଜିର ବ୍ୟବହାର କରିଥାଏ । ଯଦିଓ ଏହା ଅନେକ ଗୁଡିଏ ଟେକନୋଲୋଜି ଯଥା; ଇ-ମେଲ, ମୋବାଇଲ ଉପକରଣ ଓ ଟେଲିଫୋନ ଆଦିର ବ୍ୟବହାର କରିଥାଏ ତେବେ ଆଧୁନିକ ଇଲେକ୍ଟ୍ରୋନିକ କମର୍ସ ସାଧାରଣତ ୱାର୍ଲଡ଼ ୱାଇଡ଼ ୱେବ ବ୍ୟବହାର କରି ଅର୍ଥ-ପରିବହନ (ଟ୍ରାଞ୍ଜେକସନ)ର ଜୀବନକାଳ ବ୍ୟବହାର କରିଥାଏ ।

    18 ପଠିତ (↑18 ଗତକାଲିଠାରୁ)0,0,0,0,0,0,0,0,0, 18

    1 ଦିନ ଷ୍ଟ୍ରିକ

    🔍 🗞️
  37. 37

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।

    17 ପଠିତ (↓4 ଗତକାଲିଠାରୁ)15,0,0,20,0,16,15,19,21, 17

    5 ଦିନ ଷ୍ଟ୍ରିକ

    🔍 🗞️
  38. 38

    ଉପେନ୍ଦ୍ର ଭଞ୍ଜ

    ଉପେନ୍ଦ୍ର ଭଞ୍ଜ

    କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦, ଅନ୍ୟମତେ ୧୭୨୦) ସପ୍ତଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଶୀ ସଙ୍ଗୀତକାର କବି ଥିଲେ । ସେ ସପ୍ତଦଶ ଶତାବ୍ଦୀର ଶେଷ ପର୍ଯ୍ୟାୟରେ ପୁରାତନ ରାଜଶାସିତ ଘୁମୁସରର ରାଜବଂଶରେ କୁଲାଡ଼ଗଡଜନ୍ମଲାଭ କରିଥିଲେ। ରୀତିଯୁଗର ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି ।

    17 ପଠିତ (↓5 ଗତକାଲିଠାରୁ)14,0,0,26,13,15,16,29,22, 17

    7 ଦିନ ଷ୍ଟ୍ରିକ

    🔍 🗞️
  39. 39

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର (ଶ୍ରୀମନ୍ଦିର କିମ୍ବା ବଡ଼ଦେଉଳ ଭାବରେ ମଧ୍ୟ ପରିଚିତ) ଭାରତର ଓଡ଼ିଶା ରାଜ୍ୟର ପୁରୀଠାରେ ଅବସ୍ଥିତ ଏକ ପ୍ରାଚୀନ ହିନ୍ଦୁ ଦେଉଳ । ଏହା ମୁଖ୍ୟତଃ ବିଷ୍ଣୁଙ୍କ ଅବତାର ଶ୍ରୀଜଗନ୍ନାଥଙ୍କୁ ସମର୍ପିତ । ଏଠାରେ ରତ୍ନସିଂହାସନ ଉପରେ ଚତୁର୍ଦ୍ଧାମୂର୍ତ୍ତି ଭାବରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜା ପାଆନ୍ତି ।

    16 ପଠିତ (0 ଗତକାଲିଠାରୁ)46,24,30,27,8,14,25,11,16, 16

    9+ ଦିନ ଷ୍ଟ୍ରିକ

    🔍 🗞️
  40. 40

    ଅଖିଳ ମୋହନ ପଟ୍ଟନାୟକ

    ଅଖିଳ ମୋହନ ପଟ୍ଟନାୟକ

    ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।

    16 ପଠିତ (↑16 ଗତକାଲିଠାରୁ)15,0,19,0,13,20,12,0,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  41. 41

    ପଠାଣି ସାମନ୍ତ

    ପଠାଣି ସାମନ୍ତ

    ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, ପଠାଣି ସାମନ୍ତ ନାମରେ ପରିଚିତ, ଜଣେ ଭାରତୀୟ ଜ୍ୟୋତିର୍ବିଦ, ଗଣିତଜ୍ଞ ଓ ବିଦ୍ୱାନ ଥିଲେ । ସେ ବାଉଁଶ ନଳୀ ସାହାଯ୍ୟରେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ଗଣନା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବା ନିମନ୍ତେ ଜଣା। ସେ ନିଜ ଗବେଷଣା ସିଦ୍ଧାନ୍ତ ଦର୍ପଣ ଗ୍ରନ୍ଥ ରଚନା କରି ପ୍ରକାଶ କରିଥିଲେ । ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ନାମ ଏକ ପାଞ୍ଜି ପ୍ରଚଳିତ ।

    16 ପଠିତ (↑3 ଗତକାଲିଠାରୁ)17,0,23,26,14,12,0,0,13, 16

    2 ଦିନ ଷ୍ଟ୍ରିକ

    🔍 🗞️
  42. 42

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ (୧୮୮୪-୧୯୬୭) ଓଡ଼ିଶାର ପୁରୀ ଜିଲ୍ଲାର ସାକ୍ଷୀଗୋପାଳଠାରେ ୧୮୮୪ରେ ଜନ୍ମିତ ଜଣେ ଲେଖକ, ସାମ୍ବାଦିକ ଓ ସ୍ୱାଧୀନତା ସଂଗ୍ରାମୀ । ତାଙ୍କୁ ଶ୍ରଦ୍ଧାରେ ପଣ୍ଡିତ ନୀଳକଣ୍ଠ ଦାସ ବୋଲି ମଧ୍ୟ ଡକାଯାଇଥାଏ ।

    16 ପଠିତ (↓95 ଗତକାଲିଠାରୁ)17,0,0,0,0,11,14,60,111, 16

    5 ଦିନ ଷ୍ଟ୍ରିକ

    🔍 🗞️
  43. 43

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

    16 ପଠିତ (↓10 ଗତକାଲିଠାରୁ)17,0,0,21,14,23,22,18,26, 16

    7 ଦିନ ଷ୍ଟ୍ରିକ

    🔍 🗞️
  44. 44

    ବୀଜାଣୁ

    ବୀଜାଣୁ

    ଜୀବାଣୁ (ଇଂରାଜୀ ଭାଷାରେ Bacteria ( (); ବିଶେଷ୍ୟ ବ୍ୟାକ୍ଟେରିଆ, ଏକବଚନ ବ୍ୟାକ୍ଟେରିଅମ)) ଏକ ପ୍ରକାର ଜୀବକୋଷ । ଏହା ଏକ ବିରାଟ ପ୍ରୋକାରିଓଟିକ ଅଣୁଜୀବମାନଙ୍କର ସମଷ୍ଟି । ସ୍ୱଭାବିକ ଭାବରେ ଏମାନଙ୍କର ଦୈର୍ଘ୍ୟ ଅଳ୍ପ କେତେକ ମାଇକ୍ରୋମିଟ ହୋଇଥାଏ ଓ ବାସିଲସ ବା କୋକସ ହେଉ, ସେମାନଙ୍କର ସାଧାରଣ ଜୀବକୋଷର ଆକୃତି ଥାଏ । ପୃଥିବୀ ପୃଷ୍ଠରେ ଜୀବାଣୁ ପ୍ରଥମେ ସୃଷ୍ଟି ହୋଇଥିଲେ ଓ ଏବେ ସୁଦ୍ଧ ପ୍ରତ୍ୟେକ ବାସସ୍ଥାନରେ ଏମାନଙ୍କୁ ଦେଖିବାକୁ ମିଳେ । ଏମାନେ ମାଟିରେ, ଜଳରେ, ଉଷ୍ଣପ୍ରସ୍ରବଣରେ , ତେଜସ୍କ୍ରିୟ-ବର୍ଜ୍ଯବସ୍ତୁରେ ରହନ୍ତି, ଭୂ-ପୃଷ୍ଠର ଗଭୀର ଜୈବମଣ୍ଡଳରେ ମଧ୍ୟ ରହନ୍ତି । ପ୍ରାଣୀ ଓ ଉଦ୍‌ଭିଦମାନଙ୍କ ସ‌ହିତ ପରଜୀବୀ ସମ୍ପର୍କ ରଖି ମଧ୍ୟ ରହନ୍ତି । ଅଧିକାଂଶ ଜୀବାଣୁଙ୍କର ପରିଚୟ ଅଜ୍ଞାତ ଥିଲେ ମଧ୍ୟ ପ୍ରାୟ ୨୭% ଜୀବାଣୁଙ୍କୁ ପରୀକ୍ଷାଗାରରେ ରଖି ବୃଦ୍ଧି କରାଯାଇ ପାରୁଛି । ଜୀବାଣୁମାନଙ୍କ ଅନୁଶୀଳନ କରାଯାଉଥିବା ବିଜ୍ଞାନ‌କୁ ଜୀବାଣୁ ବିଜ୍ଞାନ ଯାହା ଅଣୁଜୀବ ବିଜ୍ଞାନର ଏକ ଶାଖା ।

    16 ପଠିତ (↑16 ଗତକାଲିଠାରୁ)0,0,0,0,0,0,0,0,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  45. 45

    ସ୍ତନ୍ୟପାୟୀ

    ସ୍ତନ୍ୟପାୟୀ

    ସ୍ତନ୍ୟପାୟୀ (English: Mammal; ଶ୍ରେଣୀ Mammalia ) ସମୂହର ପ୍ରାଣୀମାନେ (ନାରୀ) ନିଜ ନବଜାତ ଶିଶୁକୁ ସ୍ତନ୍ୟ ପାନ କରାଇଥାନ୍ତି । ମହିଳାମାନଙ୍କ କ୍ଷେତ୍ରରେ ସ୍ତନ ଗ୍ରନ୍ଥି ଦେଖାଯାଇଥାଏ, ଯାହାକି ସରୀସୃପ କିମ୍ବା ପକ୍ଷୀମାନଙ୍କ କ୍ଷେତ୍ରରେ ଦେଖାଯାଇନଥାଏ । ସ୍ତନ୍ୟପାୟୀ ସମୂହର ଚାରି କୋଠରି ବିଶିଷ୍ଟ ହୃତପିଣ୍ଡ ରହିଥାଏ ଓ ମସ୍ତିସ୍କ ଗଠନ ଅପେକ୍ଷାକୃତ ଉନ୍ନତ ହୋଇଥାଏ ।

    16 ପଠିତ (↑16 ଗତକାଲିଠାରୁ)0,0,0,0,0,0,0,10,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  46. 46

    ହରେକୃଷ୍ଣ ମହତାବ

    ହରେକୃଷ୍ଣ ମହତାବ

    ହରେକୃଷ୍ଣ ମହତାବ (୨୧ ନଭେମ୍ବର ୧୮୯୯ -୨ ଜାନୁଆରୀ ୧୯୮୭) ଜଣେ ଲେଖକ ଓ ଭାରତୀୟ ଜାତୀୟ କଂଗ୍ରେସ ନେତା ଥିଲେ । ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ ୧୯୪୬-୫୦ ଯାଏଁ କାମ କରିଥିଲେ । ସେ ଉତ୍କଳ କେଶରୀ ନାମରେ ମଧ୍ୟ ଜଣାଶୁଣା ।

    15 ପଠିତ (↑15 ଗତକାଲିଠାରୁ)0,0,0,0,0,0,0,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  47. 47

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩ (IAST: Bhāratīya Nyāya Saṃhitā; ଅର୍ଥାତ 'ଭାରତୀୟ ନ୍ୟାୟ ସଂହିତା, ୨୦୨୩') ହେଉଛି ଭାରତର ଆଧିକାରିକ ଦଣ୍ଡ ସଂହିତା । ଡିସେମ୍ବର ୨୦୨୩ ରେ ଭାରତର ସଂସଦରେ ପାରିତ ହୋଇଥିବା ଏହି ଆଇନ ଜୁଲାଇ ୧, ୨୦୨୪ ରୁ କାର୍ଯ୍ୟକାରୀ ହୋଇଛି, ଏବଂ ପୂର୍ବରୁ ପ୍ରଚଳିତ ଥିବା ଭାରତୀୟ ଦଣ୍ଡ ସଂହିତା (IPC) କୁ ପ୍ରତିସ୍ଥାପନ କରିଛି ।

    15 ପଠିତ (↑15 ଗତକାଲିଠାରୁ)11,0,0,0,0,0,0,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  48. 48

    ଛ ମାଣ ଆଠ ଗୁଣ୍ଠ

    ଛ ମାଣ ଆଠ ଗୁଣ୍ଠ

    ଛ ମାଣ ଆଠ ଗୁଣ୍ଠ ୧୮୯୭ ମସିହାରେ ଫକୀର ମୋହନ ସେନାପତିଙ୍କ ରଚିତ ଏକ ଓଡ଼ିଆ ଉପନ୍ୟାସ । ଏହା ପ୍ରଥମେ ଏକ ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା । ଫକୀର ମୋହନ ଏହାକୁ "ଧୂର୍ଜଟୀ" ଛଦ୍ମନାମରେ ପ୍ରକାଶ କରାଇଥିଲେ । ସେତେବେଳର ଓଡ଼ିଶାର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା । ୧୯୮୬ରେ ପାର୍ବତୀ ଘୋଷ ଏହି ଉପନ୍ୟାସକୁ ଆଧାର କରି ସମାନ ନାମରେ ଏକ ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ ।

    15 ପଠିତ (↑15 ଗତକାଲିଠାରୁ)0,0,0,0,0,0,0,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  49. 49

    ଜୟ ଜଗନ୍ନାଥ

    ଜୟ ଜଗନ୍ନାଥ

    ସବ୍ୟସାଚୀ ମହାପାତ୍ରଙ୍କ ନିର୍ଦ୍ଦେଶନାରେ ନିର୍ମିତ ବହୁଭାଷି କଥାଚିତ୍ର ଜୟ ଜଗନ୍ନାଥ ୨୦୦୭ ମସିହା ରଥଯାତ୍ରା ଅବସରରେ ମୁକ୍ତିଲାଭ କରିଥିଲା । ଏହି କଥାଚିତ୍ରଟି ଓଡ଼ିଆ ଓ ହିନ୍ଦୀ ଭାଷାରେ ତିଆରି କରାଯାଇଥିଲା । ପରେ ଏହାକୁ ଇଂରାଜୀ ସମେତ ୧୩ଟି ଆଞ୍ଚଳିକ ଭାଷାରେ ଅନୁଦିତ କରାଯାଇ ଥିଲା ।

    15 ପଠିତ (↓1 ଗତକାଲିଠାରୁ)37,20,0,20,12,16,11,12,16, 15

    7 ଦିନ ଷ୍ଟ୍ରିକ

    🔍 🗞️
  50. 50

    ହନୁମାନ ଚାଳିଶା

    ହନୁମାନ ଚାଳିଶା

    ହନୁମାନ ଚାଳିଶା ହେଉଛି ହିନ୍ଦୁ ଭଗବାନ ହନୁମାନଙ୍କୁ ଉତ୍ସର୍ଗୀକୃତ କରି ଲେଖାଯାଇଥିବା ଏକ ସ୍ତୁତି । ଏଥିରେ ୪୦ଟି ଚଉପାଇ ଅଛି । କବିତାରେ ଚାରି ଧାଡ଼ି ବିଶିଷ୍ଟ ଏକ ପଦକୁ ଚଉପାଇ କୁହାଯାଏ । ଷୋଡ଼ଶ ଶତାବ୍ଦୀରେ ଜନ୍ମଗ୍ରହଣ କରିଥିବା ଭାରତୀୟ କବି, ଦାର୍ଶନିକ ତ‌ଥା ସନ୍ଥ ଶ୍ରୀ ଗୋସ୍ୱାମୀ ତୁଳସୀ ଦାସ ଏହାକୁ ଅବଧୀ ଭାଷାରେ ରଚନା କରିଥିଲେ ।

    15 ପଠିତ (↑5 ଗତକାଲିଠାରୁ)0,0,19,0,14,0,11,23,10, 15

    4 ଦିନ ଷ୍ଟ୍ରିକ

    🔍 🗞️
  51. 51

    ଭକ୍ତ ଚରଣ ଦାସ

    ଭକ୍ତ ଚରଣ ଦାସ

    ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।

    15 ପଠିତ (↓14 ଗତକାଲିଠାରୁ)38,0,0,14,9,0,16,38,29, 15

    4 ଦିନ ଷ୍ଟ୍ରିକ

    🔍 🗞️
  52. 52

    ନିତ୍ୟାନନ୍ଦ ମହାପାତ୍ର

    ନିତ୍ୟାନନ୍ଦ ମହାପାତ୍ର

    ନିତ୍ୟାନନ୍ଦ ମହାପାତ୍ର ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଏବଂ ଓଡ଼ିଆ ଔପନ୍ୟାସିକ ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ଆନ୍ଦୋଳନ କରି ସେ ତିନିଥର କାରାବରଣ କରିଥିଲେ । ସେ ୧୧ ଖଣ୍ଡ ଉପନ୍ୟାସ, ୪ ଖଣ୍ଡ ଗଳ୍ପ ସଙ୍କଳନ ଓ ଏକାଧିକ କବିତା ସଙ୍କଳନ ରଚନା କରିଥିଲେ ।

    14 ପଠିତ (↑1 ଗତକାଲିଠାରୁ)0,0,0,0,0,0,0,0,13, 14

    2 ଦିନ ଷ୍ଟ୍ରିକ

    🔍 🗞️
  53. 53

    ସୁନ୍ଦର ପିଚାଇ

    ସୁନ୍ଦର ପିଚାଇ

    ପିଚାଇ ସୁନ୍ଦରରାଜନ୍ (ଜନ୍ମ: ୧୨ ଜୁଲାଇ ୧୯୭୨, ସୁନ୍ଦର ପିଚାଇ ନାମରେ ପରିଚିତ) ଭାରତୀୟ ବଂଶୋଦ୍ଭବ ଆମେରିକୀୟ ବ୍ୟବସାୟ କାର୍ଯ୍ୟନିର୍ବାହୀ । ସେ ଆଲଫାବେଟ୍ ଇନକର୍ପୋରେଟେଡ୍ ଏବଂ ଏହାର ସହାୟକ ସଂସ୍ଥା ଗୁଗୁଲର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ।

    14 ପଠିତ (↑14 ଗତକାଲିଠାରୁ)0,0,0,0,0,0,0,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  54. 54

    ଗୋପାଳ ଛୋଟରାୟ

    ଗୋପାଳ ଛୋଟରାୟ

    ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।

    14 ପଠିତ (↑14 ଗତକାଲିଠାରୁ)11,0,0,25,0,0,0,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  55. 55

    ପ୍ରାଣବନ୍ଧୁ କର

    ପ୍ରାଣବନ୍ଧୁ କର

    ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।

    14 ପଠିତ (↑14 ଗତକାଲିଠାରୁ)0,0,0,0,0,0,0,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  56. 56

    ଭାରତ

    ଭାରତ

    ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।

    14 ପଠିତ (0 ଗତକାଲିଠାରୁ)19,30,20,0,0,11,0,13,14, 14

    3 ଦିନ ଷ୍ଟ୍ରିକ

    🔍 🗞️
  57. 57

    ନନ୍ଦିନୀ ଶତପଥୀ

    ନନ୍ଦିନୀ ଶତପଥୀ

    ନନ୍ଦିନୀ ଶତପଥୀ (୯ ଜୁନ ୧୯୩୧-୪ ଅଗଷ୍ଟ ୨୦୦୬ ), ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ତଥା ଜଣେ ଲେଖିକା ଥିଲେ । ସେ ଓଡ଼ିଶାର ଲୌହମାନବୀ ରୂପେ ସୁପରିଚିତ। । ସେ ଦୁଇଥର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିଲେ । ୧୯୭୨ରୁ ୧୯୭୩ ଓ ୧୯୭୪ରୁ ୧୯୭୬ ମସିହାରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ।

    14 ପଠିତ (↓4 ଗତକାଲିଠାରୁ)0,0,17,13,0,9,0,10,18, 14

    3 ଦିନ ଷ୍ଟ୍ରିକ

    🔍 🗞️
  58. 58

    ଚନ୍ଦ୍ରଶେଖର ରଥ

    ଚନ୍ଦ୍ରଶେଖର ରଥ

    ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।

    14 ପଠିତ (↑14 ଗତକାଲିଠାରୁ)0,0,0,0,0,0,0,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  59. 59

    ଓଡ଼ିଆ ଭାଷା

    ଓଡ଼ିଆ ଭାଷା

    ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।

    14 ପଠିତ (↓11 ଗତକାଲିଠାରୁ)20,17,0,0,12,19,25,22,25, 14

    6 ଦିନ ଷ୍ଟ୍ରିକ

    🔍 🗞️
  60. 60

    ରେବତୀ (କ୍ଷୁଦ୍ରଗଳ୍ପ)

    ରେବତୀ (କ୍ଷୁଦ୍ରଗଳ୍ପ)

    ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।

    14 ପଠିତ (↑14 ଗତକାଲିଠାରୁ)0,70,29,21,13,17,25,17,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  61. 61

    ଜନ ଗଣ ମନ

    ଜନ ଗଣ ମନ

    ଜନ ଗଣ ମନ' ଭାରତର ଜାତୀୟ ସଙ୍ଗୀତ ଅଟେ । ଏହା ୨୪ ଜାନୁଆରୀ ୧୯୫୦ରେ ସମ୍ବିଧାନ ସଭାଦ୍ୱାରା ସରକାରୀ ଭାବେ ଗ୍ରହଣ କରାଯାଇଥିଲା । ୨୭ ଡିସେମ୍ବର ୨୦୧୧ରେ ଏହାର ପ୍ରଥମ ଗାନର ଶତବର୍ଷ ପାଳନ କରାଯାଇଥିଲା ।

    14 ପଠିତ (↓2 ଗତକାଲିଠାରୁ)0,0,0,0,0,0,12,0,16, 14

    2 ଦିନ ଷ୍ଟ୍ରିକ

    🔍 🗞️
  62. 62

    ମୟୂର

    ମୟୂର

    ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଅନୁସାରେ ମୟୁର କର୍ଷକ ବର୍ଗର ଏକ ପକ୍ଷୀ ବିଶେଷ । ମୟୂର ପ୍ରଜାତିର ପୁରୁଷପକ୍ଷୀକୁ ମୟୂର ଓ ସ୍ତ୍ରୀ ପକ୍ଷୀକୁ ମୟୂରୀ କୁହାଯାଏ । ମୟୂରର ଲାଞ୍ଜ ଖୁବ ବଡ଼ ହୋଇଥିବାରୁ ତାହାକୁ ଲୋକୋକ୍ତିରେ ଲଞ୍ଜା ମୟୁର ଏବଂ ମୟୂରୀର ଲାଞ୍ଜ ଛୋଟ ହେଇଥିବାରୁ ତାହାକୁ ଲାଣ୍ଡୀ ମୟୂର ବୋଲି ମଧ୍ୟ କୁହାଯାଏ । ମୟୂରର ଲାଞ୍ଜର ବଡ଼ ପକ୍ଷ ଓ କଣ୍ଠର କ୍ଷୁଦ୍ର ପର ନାନା ବର୍ଣ୍ଣରେ ରଞ୍ଜିତ । ମୟୂରୀର ପରର ରଙ୍ଗ ମୟୁର ତୁଳନାରେ ଅପେକ୍ଷା କୃତ ମ୍ଲାନ ହେଲେହେଁ ମୟୂର ପରି ମୟୂରୀ ମଧ୍ୟ ସମମାତ୍ରାରେ ଆକର୍ଷଣୀୟ । ଏଣୁ ଏହି ପକ୍ଷୀ ପ୍ରଜାତି କାଳେ କାଳେ ବିଶ୍ୱର ବିହଙ୍ଗ ବିବିଧତା ମଧ୍ୟରେ ପ୍ରମୁଖତା ପାଇଆସିଛି। । ଏହା ସଂସ୍କୃତ ମି ଧାତୁରୁ ଉର୍ ପ୍ରତ୍ୟୟଦ୍ୱାରା ନିଷ୍ପନ୍ନ । ମିର ଅର୍ଥ କ୍ଷେପଣକରିବା ବୋଲି ଭାଷାକୋଷ ଲେଖିଥିଲେହେଁ ଏହାର ପ୍ରକୃତ ଅର୍ଥ ମାରିପକାଇବା । ମୟୂରର ଏକ ବିଶେଷତ୍ୱ ହେଉଛି, ପ୍ରାଣନାଶକାରୀ ବିଷଧର ସର୍ପକୁ ସେ ମାରିପକାଏ । ସେଥିପାଇଁ ହିଁ ମି ଧାତୁର ଉର୍ ପ୍ରତ୍ୟୟ ଯୋଗରେ ମୟୁର ଶବ୍ଦର ସୃଷ୍ଟି ହୋଇଛି । ଭାଷାକୋଷ ଅନୁସାରେ ମୟୂରର ଅନ୍ୟନାମ କେକୀ, ଶିଖି, ଶିଖଣ୍ଡୀ ।

    13 ପଠିତ (↑13 ଗତକାଲିଠାରୁ)0,25,19,0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  63. 63

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ (୧ ଡିସେମ୍ବର ୧୯୦୯ - ୨୫ ଫେବୃଆରୀ ୧୯୮୭) ଜଣେ ଓଡ଼ିଆ ପ୍ରତ୍ନ‌ତ‌ତ୍ୱବିଦ, ଐତିହାସିକ ଏବଂ ଗବେଷକ । ସେ ବହୁ ଐତିହାସିକ ଓ ସମାଜ-ସାହିତ୍ୟ-ସଂସ୍କୃତ ଧର୍ମୀ ପ୍ରବନ୍ଧର ରଚୟୀତା ।

    13 ପଠିତ (↓10 ଗତକାଲିଠାରୁ)10,0,0,0,10,17,11,18,23, 13

    6 ଦିନ ଷ୍ଟ୍ରିକ

    🔍 🗞️
  64. 64

    ହଳଧର ନାଗ

    ହଳଧର ନାଗ

    ହଳଧର ନାଗ ଜଣେ ଭାରତୀୟ କୋଶଳୀ-ସମ୍ବଲପୁରୀ-ଭାଷୀ ଲୋକକବି, ଲେଖକ ଓ ରାମକଥା ଗାୟକ । ଜଣେ ଲୋକ କବି ଭାବରେ ସେ ପ୍ରାରମ୍ଭିକ ଜୀବନରେ ଭଜନ, ରସରକେଲି, ଡାଲଖାଇ, ସଜନୀ ଆଦି ପାରମ୍ପରିକ ସମ୍ବଲପୁରୀ ଗୀତ ରଚନା କରିଥିଲେ ଓ ସେସବୁ ସ୍ଥାନୀୟ ଦଣ୍ଡ ନାଟରେ ପରିବେଷଣ କରାଯାଉଥିଲା । ମହାସତୀ ଉର୍ମିଳା, ଆଛିଆ, ତାରା ମନ୍ଦୋଦରୀ, ବଛର, ସିରି ସମଲାଇ, ବୀର ସୁରେନ୍ଦ୍ର ସାଏ, କରମସାଣୀ, ରସିଆ କବି, ପ୍ରେମ ପ୍ରଧାନ ଆଦି ତାଙ୍କର ଉଲ୍ଲେଖନୀୟ ରଚନା । ତାଙ୍କର ସାହିତ୍ୟ ରଚନା ନିମନ୍ତେ ସେ ୨୦୧୪ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ୨୦୧୭ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ଭାଷା ସମ୍ମାନ ପାଇଥିଲେ । ୨୦୧୬ ମସିହାରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରିଥିଲେ ଓ ୨୦୨୦ ମସିହାରେ ତାଙ୍କ ନାମରେ ପଦ୍ମଶ୍ରୀ ହଳଧର ନାଗ ସାଧନା କୁଟୀର ଓ ସଂଗ୍ରହାଳୟ ଉଦ୍‌ଘାଟନ କରିଥିଲେ । ତାଙ୍କୁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଡକ୍ଟରେଟ ସମ୍ମାନ ପ୍ରଦାନ କରାଥିଲେ । ତାଙ୍କ ରଚନାବଳୀ ଓଡ଼ିଆ, ହିନ୍ଦୀ ଓ ଇଂରାଜୀରେ ଅନୂଦିତ ହୋଇଛି । ତାଙ୍କ ନାମରେ ଜନ୍ମଭୂମି ବରଗଡ଼ ଜିଲ୍ଲାର ଘେଁସଠାରେ ଏକ କୋଶଳୀ ଭାଷା ଓ ସାହିତ୍ୟ ଗବେଷଣା ପ୍ରତିଷ୍ଠାନ ସ୍ଥାପିତ ହୋଇଥିଲା ।

    13 ପଠିତ (↑13 ଗତକାଲିଠାରୁ)0,0,0,13,0,0,0,11,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  65. 65

    ବନ୍ଦେ ଉତ୍କଳ ଜନନୀ

    ବନ୍ଦେ ଉତ୍କଳ ଜନନୀ

    ବନ୍ଦେ ଉତ୍କଳ ଜନନୀ, ଓଡ଼ିଶାର ରାଜ୍ୟ ସଙ୍ଗୀତ ଅଟେ । ଏହା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କଦ୍ୱାରା ରଚିତ । ଏହି ଗୀତକୁ ୧୯୧୨ ମସିହାରେ ବାଲେଶ୍ୱରଠାରେ ଅନୁଷ୍ଠିତ ଉତ୍କଳ ସମ୍ମିଳନୀ ଅଧିବେଶନରେ ପ୍ରଥମଥର ପାଇଁ ଗାନ କରାଯାଇଥିଲା ।

    13 ପଠିତ (↑2 ଗତକାଲିଠାରୁ)18,24,0,24,12,15,17,14,11, 13

    7 ଦିନ ଷ୍ଟ୍ରିକ

    🔍 🗞️
  66. 66

    ଲିଙ୍ଗରାଜ ମନ୍ଦିର

    ଲିଙ୍ଗରାଜ ମନ୍ଦିର

    ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।

    13 ପଠିତ (↓16 ଗତକାଲିଠାରୁ)0,0,0,0,0,0,12,20,29, 13

    4 ଦିନ ଷ୍ଟ୍ରିକ

    🔍 🗞️
  67. 67

    ମଧୁସୂଦନ ରାଓ

    ମଧୁସୂଦନ ରାଓ

    ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।

    13 ପଠିତ (↓5 ଗତକାଲିଠାରୁ)36,24,21,23,14,15,15,23,18, 13

    9+ ଦିନ ଷ୍ଟ୍ରିକ

    🔍 🗞️
  68. 68

    ମନୋଜ ଦାସ

    ମନୋଜ ଦାସ

    ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।

    13 ପଠିତ (↑2 ଗତକାଲିଠାରୁ)12,22,0,18,16,11,17,17,11, 13

    7 ଦିନ ଷ୍ଟ୍ରିକ

    🔍 🗞️
  69. 69

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।

    13 ପଠିତ (↑1 ଗତକାଲିଠାରୁ)22,0,0,0,15,12,17,23,12, 13

    6 ଦିନ ଷ୍ଟ୍ରିକ

    🔍 🗞️
  70. 70

    ଶକୁନ୍ତଳା ଦେବୀ

    ଶକୁନ୍ତଳା ଦେବୀ

    ଶକୁନ୍ତଳା ଦେବୀ (ନଭେମ୍ବର ୪, ୧୯୨୯ - ୨୧ ଏପ୍ରିଲ, ୨୦୧୩) ଜଣେ ଭାରତୀୟ ଗଣିତଜ୍ଞ ଓ ବିସ୍ମୟକାରୀ ମାନସିକ ସଂଖ୍ୟା ଗଣକ ଥିଲେ, ଯିଏ ମାନବ କମ୍ପ୍ୟୁଟର ନାମରେ ମଧ୍ୟ ପ୍ରସିଦ୍ଧ ଥିଲେ । ତାଙ୍କର ଜନ୍ମ ବେଙ୍ଗାଲୁରୁଠାରେ ଏକ ନୈଷ୍ଠିକ ବ୍ରାହ୍ମଣ ପରିବାରରେ ହୋଇଥିଲା ।

    13 ପଠିତ (0 ଗତକାଲିଠାରୁ)10,0,0,0,12,0,14,13,13, 13

    4 ଦିନ ଷ୍ଟ୍ରିକ

    🔍 🗞️
  71. 71

    କୁନ୍ତଳା କୁମାରୀ ସାବତ

    କୁନ୍ତଳା କୁମାରୀ ସାବତ

    ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।

    13 ପଠିତ (↓10 ଗତକାଲିଠାରୁ)10,0,0,12,8,0,29,18,23, 13

    4 ଦିନ ଷ୍ଟ୍ରିକ

    🔍 🗞️
  72. 72

    ହୃତ୍‌ପିଣ୍ଡ

    ହୃତ୍‌ପିଣ୍ଡ

    ହୃତ୍‌ପିଣ୍ଡ ହେଉଛି ସମସ୍ତ ମେରୁଦଣ୍ଡୀ ପ୍ରାଣୀଙ୍କ ଶରୀରରେ ଥିବା ଏକ ମାଂସଳ ଅଙ୍ଗ ଯାହା ମାନବ ଓ ଅନ୍ୟ ପଶୁମାନଙ୍କ ଦେହରେ ଥାଏ ଓ ରକ୍ତ ସଞ୍ଚାଳନ ପ୍ରଣାଳୀରେ ଥିବା ରକ୍ତନଳୀ ଭିତରକୁ ରକ୍ତ ପମ୍ପ କରେ । ରକ୍ତ ଶରୀରକୁ ଅମ୍ଳଜାନ ଓ ପୋଷକ (nutrients) ଯୋଗାଏ ତ‌ଥା ବିପାକ ଜନିତ ବର୍ଜ୍ୟବସ୍ତୁ ନିଷ୍କାସନରେ ସାହାଯ୍ୟ କରେ । ଛାତିର ମେଡ଼ିଆସ୍ଟାଇନମ୍‌ର ମଧ୍ୟ କୋଠରୀରେ ଏହା ଅବସ୍ଥିତ । ଅତି ଶକ୍ତ ମାଂସପେଶୀରେ ଗଠିତ ଏହି ଅଙ୍ଗର ଆକାର ହାତମୁଠା ପରି । ଏହା ନିୟମିତ ସଙ୍କୁଚିତ ଓ ପ୍ରସାରିତ ହୋଇ ଶରୀରରେ ରକ୍ତ ସଞ୍ଚାଳନ କରେ ।

    12 ପଠିତ (↑12 ଗତକାଲିଠାରୁ)0,0,0,13,0,0,14,11,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  73. 73

    ଭୀମ ଭୋଇ

    ଭୀମ ଭୋଇ

    ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।

    12 ପଠିତ (↓23 ଗତକାଲିଠାରୁ)18,19,19,16,8,0,24,31,35, 12

    4 ଦିନ ଷ୍ଟ୍ରିକ

    🔍 🗞️
  74. 74

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.

    12 ପଠିତ (0 ଗତକାଲିଠାରୁ)32,0,25,33,8,0,0,0,12, 12

    2 ଦିନ ଷ୍ଟ୍ରିକ

    🔍 🗞️
  75. 75

    ମ୍ୟାଲେରିଆ

    ମ୍ୟାଲେରିଆ

    ମ୍ୟାଲେରିଆ ରୋଗ ହୁଏ ଏକ ପ୍ରୋଟୋଜୋଆନ ପ୍ଲାଜମୋଡିଅମ ଟାଇପର ଏକ-କୋଷି ଅଣୁବୀକ୍ଷଣିକ ପରଜୀବୀଦ୍ୱାରା (protozoans, a type of single cell microorganism) ଯାହା ମଶା ବାହିତ ହୁଏ ଓ ମାନବ ତ‌ଥା ଅନ୍ୟାନ୍ୟ ପଶୁମାନଙ୍କୁ ଆକ୍ରମଣ କରେ । ଏହି ରୋଗରେ ସ୍ୱାଭାବିକ ଭାବେ ଜ୍ୱର, ଶରୀର ବେଆରାମ ଓ ଥକ୍କା ଲାଗେ, ବାନ୍ତି ଓ ମୁଣ୍ଡ ବଥା ହୁଏ । ରୋଗ ଗମ୍ଭୀର ହେଲେ କାମଳ ବା ଜଣ୍ଡିସ ହୁଏ, ବାତ ମାରେ ଓ କୋମା ହୋଇ ମୃତ୍ୟୁ ହୁଏ । ମଶା କାମଡ଼ିବାର ୧୦ରୁ ୧୫ ଦିନ ପରେ ମ୍ୟାଲେରିଆ ଆରମ୍ଭ ହୁଏ । ଉପ‌ଯୁକ୍ତ ଚିକିତ୍ସା ନ ହେଲେ ମାସାଧିକ କାଳ ପରେ ଏହି ରୋଗ ଲେଉଟେ । ଯେଉଁ ରୋଗୀ ଅଳ୍ପ ଦିନ ହେଲା ଭଲ ହୋଇଛି ତାକୁ ପୁନଃସଂକ୍ରମଣ ହେଲେ ଲକ୍ଷଣ ସ୍ୱଳ୍ପ ମାତ୍ରାରେ ଦେଖାଯାଏ । ପୁନଶ୍ଚ ସଂକ୍ରମିତ ନ ହେଲେ ଏହି ଆଂଶିକ ପ୍ରତିରୋଧ ଶକ୍ତି କିଛି ମାସ ବା ବର୍ଷ ପରେ କମିଯାଏ । ସାଧାରଣତଃ ଏହି ରୋଗ ସଂକ୍ରମିତ ମାଈ ଆନୋଫିଲିସ୍ ମଶା କାମୁଡ଼ିଲେ ତାହାର ଲାଳରେ ଥିବା ପରଜୀବୀ ଶୁଣ୍ଢ ମାଧ୍ୟମରେ ମଣିଷର ରକ୍ତରେ ପ୍ରବେଶ କରେ । ଏହି ପରଜୀବୀ ରକ୍ତରେ ପ୍ରବାହିତ ହୋଇ ଯକୃତରେ ପ୍ରବେଶ କରେ ଓ ସେଠାରେ ବଡ଼ ହୋଇ ପ୍ରଜନନ କରେ । ଅଧିକାଂଶ ମୃତ୍ୟୁ ପ୍ଲାଜ୍‌ମୋଡ଼ିଅମ୍ ଫାଲସିପ୍ୟାରମ ଯୋଗୁ ହୁଏ ଓ ପ୍ଲାଜ୍‌ମୋଡ଼ିଅମ୍ ଭାଇଭାକ୍ସ, ପ୍ଲାଜ୍‌ମୋଡ଼ିଅମ୍ ଓଭେଲ ଇତ୍ୟାଦି ପରଜୀବୀମାନଙ୍କଦ୍ୱରା ସାମାନ୍ୟ ଲକ୍ଷଣ ପ୍ରକାଶ ପାଏ । ମଣିଷ ଦେହରେ ପ୍ଲାଜ୍‌ମୋଡ଼ିଅମ୍ ନଲେସି (P. knowlesi) କ୍ୱଚିତ୍ ରୋଗ କରେ । ରୋଗୀର ରକ୍ତ ଫିଲ୍‌ମକୁ ଅଣୁବୀକ୍ଷଣ ଯନ୍ତ୍ରରେ ପରୀକ୍ଷା କରି ପରଜୀବୀ ମିଳିଲେ, କିମ୍ବା ମ୍ୟାଲେରିଆ ଆଣ୍ଟିଜେନ ଡିଟେକ୍‌ସନ୍ ଟେଷ୍ଟ (rapid diagnostic tests) କରି ଯୁକ୍ତାତ୍ମକ ଫଳ ମିଳିଲେ ରୋଗ ନିର୍ଣ୍ଣୟ କରାଯାଏ । ମ୍ୟାଲେରିଆ ପ୍ରବଣ ଇଲାକାରେ ପଲିମରେଜ ଚେନ ରିଆକ୍‌ସନ ପରୀକ୍ଷାଦ୍ୱାରା ମଶାର ଡି.ଏନ.ଏ ଚିହ୍ନଟ କରି ରୋଗ ନିର୍ଣ୍ଣୟ କରିବା ଜଟିଳତା ଓ ବହୁଳ ବ୍ୟୟସାପେକ୍ଷ ଯୋଗୁ ସମ୍ଭବ ହେଉନି । ମ୍ୟାଲେରିଆ ସଙ୍କଟ ଚାରି ଉପାୟରେ ରୋକି ହୁଏ: ମଶାରୀ ବ୍ୟବ‌ହାର କରି ମଶା କାମୁଡ଼ାରୁ ରକ୍ଷା ପାଇବା, ମଶାଦୂରକାରୀ ଔଷଧ ବ୍ୟବ‌ହାର କରିବା, ମଶାମାରୀ ଔଷଧ ସିଞ୍ଚି ତାଙ୍କୁ ମାରିବା ଓ ସ୍ଥିର ଜଳାଶୟକୁ ନିଷ୍କାସନ କରିବା । ମ୍ୟାଲେରିଆ ପ୍ରବଣ ଇଲାକାକୁ ଯାଉଥିବା ଲୋକଙ୍କୁ ଏହି ରୋଗରୁ ରକ୍ଷା କରିବା ନିମନ୍ତେ କେତେକ ମ୍ୟାଲେରିଆ ପ୍ରତିଷେଧକ ଔଷଧ ଦିଆଯାଏ । ଅତ୍ୟଧିକ ମ୍ୟାଲେରିଆ ହେଉଥିବା ଇଲାକାରେ ପ୍ରଥମ ତିନିମାସ ପରର ଗର୍ଭବତୀ ମହିଳା ଓ ଶିଶୁମାନଙ୍କୁ ସଲ୍‌ଫାଡକ୍‌ସିନ/ପାଇରିମେଥାମିନ ବଟିକା ଦିଆଯାଏ । ଆବଶ୍ୟକ ହେଉଥିବା ଟିକା ବାହାରି ନାହିଁ, ଚେଷ୍ଟା ଚାଲିଛି । କେତେକ ମ୍ୟାଲେରିଆ ଦୂରକାରୀ ଔଷଧ ସ‌ହ ଆର୍ଟେମିସିନିନ ଦେବାକୁ ସୁପାରିସ କରାଯାଏ । ଦ୍ୱିତୀୟ ଧାଡ଼ିରେ ମେଫ୍‌ଲୋକ୍ୱିନ, ଲୁମେଫାଣ୍ଟ୍ରିନ କିମ୍ବା ସଲ୍‌ଫାଡକ୍‌ସିନ/ପାଇରିମେଥାମିନ ଦିଆଯାଏ । ଆର୍ଟେମିସିନିନ ନ ମିଳିଲେ କୁଇନାଇନ୍ ଓ ଡକ୍‌ସିସାଇକ୍ଲିନ ବ୍ୟବ‌ହାର କରାଯାଇ ପାରେ । ଔଷଧ ପ୍ରତିରୋଧ ସମସ୍ୟା ଯୋଗୁ ଚିକିତ୍ସା ଆରମ୍ଭ କରିବା ପୂର୍ବରୁ ମ୍ୟାଲେରିଆ ନିଶ୍ଚିତ‌ତା ପରୀକ୍ଷା କରିବା ଆବଶ୍ୟକ । ଅନେକ ଔଷଧର ପ୍ରତିରୋଧ ବାହାରିଲାଣି ଯଥା କ୍ଲୋରୋକ୍ୱିନ ପ୍ରତିରୋଧକାରୀ ଫ୍ୟାଲ୍‌ସିପ୍ୟାରମ ଓ ଦକ୍ଷିଣପୂର୍ବ ଏସିଆରେ ଆର୍ଟେମିସିନିନ ପ୍ରତିରୋଧ ଏକ ସମସ୍ୟା ସୃଷ୍ଟି କଲାଣି । ପ୍ଲାଜମୋଡିୟମର ପାଞ୍ଚଟି ପ୍ରଜାତି ମନୁଷ୍ୟମାନଙ୍କୁ ଆକ୍ରମଣ କରିପାରେ ତଥା ସଂକ୍ରାମକ ହୋଇଥାଏ । ଅତ୍ୟଧିକ ମାତ୍ରାରେ ମ୍ୟାଲେରିଆ କରାଉଥିବା ଜୀବାଣୁଟି ହେଲା ପି. ଫାଲସିପାରମ; କିନ୍ତୁ ପି. ଭିଭାକ୍ସ, ପି.

    12 ପଠିତ (↓1 ଗତକାଲିଠାରୁ)0,0,0,0,0,0,0,0,13, 12

    2 ଦିନ ଷ୍ଟ୍ରିକ

    🔍 🗞️
  76. 76

    ଆର୍ଯ୍ୟଭଟ୍ଟ

    ଆର୍ଯ୍ୟଭଟ୍ଟ

    ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।

    12 ପଠିତ (↑12 ଗତକାଲିଠାରୁ)0,0,0,11,10,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  77. 77

    ଦେବବ୍ରତ ଦାସ

    ଦେବବ୍ରତ ଦାସ

    ଦେବବ୍ରତ ଦାସ (ଜନ୍ମ : ୮ ଜୁନ ୧୯୮୭), ଜଣେ ଓଡ଼ିଆ ଗାଳ୍ପିକ । ସେ ୨୦୨୧ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ଲାଭ କରିଥିଲେ ।

    12 ପଠିତ (↑12 ଗତକାଲିଠାରୁ)0,0,0,0,0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  78. 78

    କାଳୀଚରଣ ପଟ୍ଟନାୟକ

    କାଳୀଚରଣ ପଟ୍ଟନାୟକ

    କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ (୨୩ ଡିସେମ୍ବର ୧୮୯୭ - ୨୪ ଜୁଲାଇ ୧୯୭୮)

    12 ପଠିତ (↑1 ଗତକାଲିଠାରୁ)16,0,0,13,0,11,21,32,11, 12

    5 ଦିନ ଷ୍ଟ୍ରିକ

    🔍 🗞️
  79. 79

    ରାଣୀ ଲକ୍ଷ୍ମୀବାଈ

    ରାଣୀ ଲକ୍ଷ୍ମୀବାଈ

    ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  80. 80

    ସିପାହୀ ବିଦ୍ରୋହ

    ସିପାହୀ ବିଦ୍ରୋହ

    ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କଦ୍ୱାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ୱାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  81. 81

    କବିସୂର୍ଯ୍ୟ ବଳଦେବ ରଥ

    କବିସୂର୍ଯ୍ୟ ବଳଦେବ ରଥ

    କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।

    11 ପଠିତ (↑11 ଗତକାଲିଠାରୁ)0,0,0,20,0,0,22,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  82. 82

    ବଳରାମ ଦାସ

    ବଳରାମ ଦାସ

    ବଳରାମ ଦାସ ପଞ୍ଚଦଶ ଶତାବ୍ଦୀର ଓଡ଼ିଆ ସନ୍ଥକବି ଓ ପଞ୍ଚସଖାଙ୍କ ମଧ୍ୟରୁ ଜ୍ୟେଷ୍ଠ । ସେ ଓଡ଼ିଆରେ ଅନେକ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିଛନ୍ତି । ଦାଣ୍ଡି ବା ଜଗମୋହନ ରାମାୟଣ ଓ ଲକ୍ଷ୍ମୀ ପୁରାଣ ତହିଁ ମଧ୍ୟରୁ ଅନ୍ୟତମ ।

    11 ପଠିତ (↓7 ଗତକାଲିଠାରୁ)17,0,17,0,0,12,16,18,18, 11

    5 ଦିନ ଷ୍ଟ୍ରିକ

    🔍 🗞️
  83. 83

    ଓଡ଼ିଆ ଭାଗବତ

    ଓଡ଼ିଆ ଭାଗବତ

    ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।

    11 ପଠିତ (↓1 ଗତକାଲିଠାରୁ)10,0,0,0,0,11,0,0,12, 11

    2 ଦିନ ଷ୍ଟ୍ରିକ

    🔍 🗞️
  84. 84

    ଅଭିମନ୍ୟୁ ସାମନ୍ତସିଂହାର

    ଅଭିମନ୍ୟୁ ସାମନ୍ତସିଂହାର

    ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,12,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  85. 85

    କାର୍ତ୍ତିକ ଚନ୍ଦ୍ର ରଥ

    କାର୍ତ୍ତିକ ଚନ୍ଦ୍ର ରଥ

    କାର୍ତ୍ତିକ ଚନ୍ଦ୍ର ରଥ (୨୧ ମାର୍ଚ୍ଚ ୧୯୪୯ - ୧ ଅପ୍ରେଲ ୨୦୧୯) ଜଣେ ଓଡ଼ିଆ ନାଟ୍ୟକାର ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  86. 86

    ପ୍ରତିଭା ରାୟ

    ପ୍ରତିଭା ରାୟ

    ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।

    11 ପଠିତ (↓6 ଗତକାଲିଠାରୁ)0,17,0,0,9,0,0,10,17, 11

    3 ଦିନ ଷ୍ଟ୍ରିକ

    🔍 🗞️
  87. 87

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ (୨୫ ଅଗଷ୍ଟ ୧୯୧୧ - ୨୧ ଫେବୃଆରୀ, ୨୦୦୦) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନପ୍ରାପ୍ତ ଓଡ଼ିଆ କବି ଥିଲେ । ତାଙ୍କର କବିତା ଗୁଡ଼ିକରେ ସ୍ୱଦେଶ ପ୍ରୀତି ଓ ସୌନ୍ଦର୍ଯ୍ୟର ଅନୁଭୂତି ଲକ୍ଷ୍ୟ କରାଯାଇଥାଏ । ସବୁଜ ଗୋଷ୍ଠୀର ସାହିତ୍ୟ ସାଧନା କାଳରେ ଏକକ କବି ଭାବରେ ସେ ପରିଚିତ ଥିଲେ ।

    11 ପଠିତ (↓3 ଗତକାଲିଠାରୁ)0,16,0,12,0,0,11,30,14, 11

    4 ଦିନ ଷ୍ଟ୍ରିକ

    🔍 🗞️
  88. 88

    ରାଜନୀତି ବିଜ୍ଞାନ

    ରାଜନୀତି ବିଜ୍ଞାନ

    ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  89. 89

    ଓଡ଼ିଶାର ଇତିହାସ

    ଓଡ଼ିଶାର ଇତିହାସ

    ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.

    11 ପଠିତ (↑1 ଗତକାଲିଠାରୁ)0,0,0,0,12,14,11,18,10, 11

    6 ଦିନ ଷ୍ଟ୍ରିକ

    🔍 🗞️
  90. 90

    ରାମଚନ୍ଦ୍ର ବେହେରା

    ରାମଚନ୍ଦ୍ର ବେହେରା

    ରାମଚନ୍ଦ୍ର ବେହେରା (ଜନ୍ମ : ୦୨ ନଭେମ୍ବର ୧୯୪୫) କେନ୍ଦୁଝର ଜିଲ୍ଲାର ଘଟଗାଁ ନିକଟସ୍ଥ ବାରହାଟିପୁରା ଗାଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ, ଔପନ୍ୟାସିକ ଓ ନାଟ୍ୟକାର । ଅନେକ ସାଧାରଣ ଘଟଣା ଓ ଚରିତ୍ରରେ ଲୁଚି ରହିଥିବା ଦାର୍ଶନିକ ଓ ପ୍ରତୀକାତ୍ମକ ବିଶ୍ଲେଷଣ, ସମବେଦନା ଓ ମନନଶୀଳତାକୁ ନିଜ ରଚନା ମାଧ୍ୟମରେ ସେ ପ୍ରକାଶ କରିଥାନ୍ତି ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  91. 91

    ବୈକୁଣ୍ଠନାଥ ପଟ୍ଟନାୟକ

    ବୈକୁଣ୍ଠନାଥ ପଟ୍ଟନାୟକ

    ବୈକୁଣ୍ଠନାଥ ପଟ୍ଟନାୟକ ସବୁଜଗୋଷ୍ଠୀର (ସବୁଜ ଯୁଗ)ର ଜଣେ କବି ଥିଲେ ।

    11 ପଠିତ (↑11 ଗତକାଲିଠାରୁ)0,0,0,14,0,0,0,18,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  92. 92

    ବାଲ୍ୟବିବାହ

    ବାଲ୍ୟବିବାହ

    ବାଲ୍ୟ ବିବାହ ହେଉଛି ନିର୍ଦ୍ଦିଷ୍ଟ ବୟସ ସୀମା ନ ହେଉଣୁ ଦୁଇ ବ୍ୟକ୍ତିଙ୍କ ମଧ୍ୟରେ ଓୌପଚାରିକ ଅବା ଅଣ ଓୌପଚାରିକ ବିବାହ । ବିଭିନ୍ନ ସଙ୍ଗଠନ ଓ ୟୁନିସେଫଦ୍ୱାରା ନାବାଳକଙ୍କ ବୟସ ସୀମା ୧୮ବର୍ଷ ଧାର୍ଯ୍ୟ କରାଯାଇଛି । ଆଇନଗତ ଭାବେ ବିବାହ ବୟସ ୧୮ ବର୍ଷରୁ କମ୍ ହୋଇଥିଲେ ଏହା ଆଇନର ବିରୁଦ୍ଧ ଅଟେ । ଅଭିଭାବକଙ୍କ ସହମତି ଅବା ଟିନ ଏଜ ଗର୍ଭଧାରଣ କରିବା ଭଳି କ୍ଷେତ୍ରରେ ଅନେକ ଆଇନ ବୟସ ପୁର୍ବରୁ ବିବାହକୁ ସ୍ୱୀକୃତି ଦେଇଥାନ୍ତି । ଯଦିଓ କିଛି ଦେଶରେ ବିବାହର ବୟସ ସୀମା ୧୮ ବର୍ଷ ରହିଛି କିନ୍ତୁ ପାରମ୍ପରିକ ବିଶ୍ୱାସ ଏକ୍ଷେତ୍ରରେ ଆଇନ ଉପରେ ଭାରି ପଡିଥାଏ । ମାତ୍ର ଏକଥାକୁ ଅସ୍ୱୀକାର କରାଯାଇ ନପାରେ ଯେ ବାଲ୍ୟ ବିବାହ ଉଭୟ ପୁଅ ଓ ଝିଅଙ୍କ ଉପରେ କୁପ୍ରଭାବ ପାକାଇଥାଏ, ଏହି କ୍ଷେତ୍ରରେ ବିଶେଷ ଭାବେ ଝିଅମାନେ ଅଧିକ ପ୍ରଭାବିତ ହୋଇଥାନ୍ତି । ବହୁ ଦିନ ଧରି ବହୁ ସ୍ଥାନରେ ବାଲ୍ୟ ବିବାହ ପରମ୍ପରା ଚାଲି ଆସୁଛି । ଜାତିସଙ୍ଘର ବିଭିନ୍ନ ସଂସ୍ଥାର କହିବା କଥା କେବଳ ସମ୍ମନ୍ୱିତ ଯୌନ ଶିକ୍ଷା ଏଭଳି ପରମ୍ପରାକୁ ଦୂର କରିପାରିବ ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  93. 93

    ଜେବ୍ରା

    ଜେବ୍ରା

    ଜେବ୍ରା (Zebras ( ZEE-brə, ZEB-rə)) ଏକ ପ୍ରକାର ଆଫ୍ରିକାର ବଣ୍ୟ ଜନ୍ତୁ (African) ଜାତି ଯାହାକୁ ଘୋଡ଼ା ପରିବାରର (equids) ସଦସ୍ୟ ଭାବରେ ଗ୍ରହଣ କରାଯାଇଛି ଓ ସେମାନଙ୍କର ଚର୍ମରେ କଳା ଧଳା ପଟା ପଟା ଦାଗ ଥାଏ । ସେମାନେ ସାମାଜିକ ପ୍ରାଣୀ ଓ ଛୋଟରୁ ବଡ଼ ଦଳରେ ରହନ୍ତି । ଘୋଡ଼ା ବା ଗଧ ଭଳି ଏମାନେ ଗୃହପାଳିତ ହୁଅନ୍ତି ନାହିଁ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  94. 94

    ଓଡ଼ିଆ ଲିପି

    ଓଡ଼ିଆ ଲିପି

    ଓଡ଼ିଆ ଲିପି (ଉତ୍କଳ ଲିପି/ ଉତ୍କଳାକ୍ଷର) ଓଡ଼ିଆ ଭାଷା ଲେଖିବା ପାଇଁ ବ୍ୟବହାର କରାଯାଏ । ଏହା ପୁରାତନ କଳିଙ୍ଗ ଲିପିରୁ ତିଆରି । ଅତୀତର କଳିଙ୍ଗ ଲିପିର ଅବଶେଷ ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫାର ମଞ୍ଚପୁରୀ ଗୁମ୍ଫା ତଥା ଓଡ଼ିଶାର ବାକି ଅନେକ ସ୍ଥାନରୁ ମିଳିଥିବା ପଥର ଅଭିଲେଖରୁ ମିଳିଥାଏ ।

    10 ପଠିତ (0 ଗତକାଲିଠାରୁ)0,0,0,0,0,0,0,0,10, 10

    2 ଦିନ ଷ୍ଟ୍ରିକ

    🔍 🗞️
  95. 95

    ସ୍ତନ୍ୟପାନ

    ସ୍ତନ୍ୟପାନ

    ସ୍ତନ୍ୟପାନ, (ଇଂରାଜୀ ଭାଷାରେ ବ୍ରେଷ୍ଟଫିଡ/breastfeed ବା ନର୍ସିଙ୍ଗ/nursing) ଶବ୍ଦ ମହିଳା ସ୍ତନରୁ ଶିଶୁ ଦୁଗଧ ପାନ କରିବାକୁ ବୁଝାଏ । ଶିଶୁ ଜନ୍ମ ପରେ ପରେ ସ୍ତନ୍ୟପାନ ଆରମ୍ଭ କରିବା ଉଚିତ ଓ ଶୁଶୁର ଇଚ୍ଛା ଅନୁଯାୟୀ ଦେବା ଉଚିତ । ଜୀବନର ପ୍ରଥମ କିଛି ସପ୍ତାହ ପର୍ଯ୍ୟନ୍ତ ଛୁଆକୁ ଦିନ‌କୁ ୮ରୁ ୧୨ ଥର ପିଏଇବା ଉଚିତ । ପ୍ରତ୍ୟେକ ସ୍ତନରୁ ୧୦ରୁ ୧୫ ମିନିଟ ପର୍ଯ୍ୟନ୍ତ ପିଆଯାଏ । ଶିଶୁର ବୟସ ବୃଦ୍ଧି ସ‌ହିତ ସ୍ତନ୍ୟପାନର ଆବୃତ୍ତି କମିଯାଏ । କେତେକ ମାତା ସ୍ତନରୁ ପମ୍ପ ସାହାଯ୍ୟରେ ଦୁଧ ପରବର୍ତ୍ତୀ ବ୍ୟବ‌ହାର ନିମନ୍ତେ ବା ଅନ୍ୟମାନଙ୍କ ନିମନ୍ତେ ବାହାର କରି ଗଚ୍ଛିତ କରି ରଖନ୍ତି । ସ୍ତନ୍ୟପାନ ଉଭୟ ମାତା ଓ ଶିଶୁର ଉପକାର କରେ । ଇନଫ୍ୟାଣ୍ଟ ଫର୍ମୁଲା ଏକ ବ୍ୟବସାୟ ପ୍ରସ୍ତୁତ ଶିଶୁ ଖାଦ୍ୟ ଯାହାର ଅନେକ ଉପକାରୀତା ନାହିଁ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  96. 96

    ଚିଲିକା ହ୍ରଦ

    ଚିଲିକା ହ୍ରଦ

    ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଖାରିଆ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଖାର ପାଣି ହ୍ରଦ।

    10 ପଠିତ (↑10 ଗତକାଲିଠାରୁ)10,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  97. 97

    ପୁଷ୍ଟିସାର

    ପୁଷ୍ଟିସାର

    ଏହି ବିଷୟଟି ପୁଷ୍ଟିସାର (ପୋଷକ) ସମ୍ବନ୍ଧରେ ଲେଖା ହୋଇଛି । ମଲିକ୍ୟୁଲ ସମ୍ପର୍କରେ ଦେଖିବାକୁ ଇଚ୍ଛା କଲେ en: Proteins ଦେଖନ୍ତୁ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  98. 98

    ନୀଳ ମାଷ୍ଟରାଣୀ

    ନୀଳ ମାଷ୍ଟରାଣୀ

    ନୀଳ ମାଷ୍ଟରାଣୀ, ୧୯୯୬ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରବି ରଥ । ଗୋଦାବରୀଶ ମହାପାତ୍ର ଓ ଚକ୍ରଧର ସାହୁ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଚକ୍ରଧର ସାହୁ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  99. 99

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।

    10 ପଠିତ (↑10 ଗତକାଲିଠାରୁ)15,24,0,14,9,0,12,14,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  100. 100

    ଜଳବାୟୁ

    ଜଳବାୟୁ

    ଜଳବାୟୁ (ଇଂରାଜୀ ଭାଷାରେ Climate) କ‌ହିଲେ ଦୀର୍ଘ ୩୦ ବର୍ଷର ସ୍ୱାଭାବିକ ପାଣିପାଗର ହାରାହାରି ପରିସଂଖ୍ୟାନ‌କୁ ବୁଝାଏ । ବାୟୁମଣ୍ଡଳର ଚାପ, ଆର୍ଦ୍ରତା, ଉତ୍ତାପ, ଆର୍ଦ୍ରତା, ପବନ ଓ ପ୍ରେସିପିଟେସନ‌କୁ ହିସାବକୁ ନେଇ ଏହି ଜଳବାୟୁ ବିଷୟରେ ପୁର୍ବାନୁମାନ କରାଯାଏ । ବ୍ୟାପକ ଅର୍ଥରେ ସମୁଦ୍ର ଓ ପୃଥିବୀରେ ଥିବା ବରଫକୁ ଜଳବାୟୁ ମଣ୍ଡଳର (climate system) ଅଂଶ ଭାବରେ ହିସାବକୁ ନେଲେ ଯାହା ବୁଝାଏ ତାହାକୁ ଜଳବାୟୁ କୁହାଯାଏ । କୌଣସି ସ୍ଥାନର ଜଳବାୟୁ ତାହାର ଦ୍ରାଘିମା, ଇଲାକା (terrain), ଉଚ୍ଚତା (altitude), ଜଳ ଭଣ୍ଡାର (water bodies) ଓ ତାହାର ସ୍ରୋତ ଅନୁସାରେ ପ୍ରଭାବିତ ହୁଏ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️

ତଥ୍ୟ ଆହରଣ ସମୟ: