ଓଡ଼ିଆ ଉଇକିପିଡ଼ିଆ ଲୋକପ୍ରିୟ ୧୦୦

ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...

  1. 1

    ଗୋପବନ୍ଧୁ ଦାସ

    ଗୋପବନ୍ଧୁ ଦାସ

    ଉତ୍କଳମଣି ଗୋପବନ୍ଧୁ ଦାସ (୯ ଅକ୍ଟୋବର ୧୮୭୭–୧୭ ଜୁନ ୧୯୨୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ଓ ଓଡ଼ିଆ-ଭାଷୀ ଲେଖକ ଥିଲେ । ଭାରତୀୟ ସ୍ୱାଧୀନତା ସଂଗ୍ରାମକୁ ତାଙ୍କର ଅବଦାନ ନିମନ୍ତେ ସେ "ଉତ୍କଳମଣି" ନାମରେ ଜଣାଶୁଣା ।

    53 ପଠିତ (↑13 ଗତକାଲିଠାରୁ)49,28,30,20,14,11,28,22,40, 53

    9+ ଦିନ ଷ୍ଟ୍ରିକ

    🔍 🗞️
  2. 2

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।

    48 ପଠିତ (↓19 ଗତକାଲିଠାରୁ)48,15,11,8,35,33,31,63,67, 48

    9+ ଦିନ ଷ୍ଟ୍ରିକ

    🔍 🗞️
  3. 3

    ନୂଆଖାଇ

    ନୂଆଖାଇ

    ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।

    47 ପଠିତ (↑28 ଗତକାଲିଠାରୁ)19,16,16,15,20,20,19,43,19, 47

    9+ ଦିନ ଷ୍ଟ୍ରିକ

    🔍 🗞️
  4. 4

    ଗଙ୍ଗାଧର ମେହେର

    ଗଙ୍ଗାଧର ମେହେର

    "ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -

    44 ପଠିତ (↑12 ଗତକାଲିଠାରୁ)62,61,48,24,31,31,33,41,32, 44

    9+ ଦିନ ଷ୍ଟ୍ରିକ

    🔍 🗞️
  5. 5

    ସପ୍ତପୁରୀ ଅମାବାସ୍ୟା

    ସପ୍ତପୁରୀ ଅମାବାସ୍ୟା

    ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା ବା କୁଶଗ୍ରହଣୀ ଅମାବାସ୍ୟା ନାମରେ ପାଳନ କରାଯାଏ । ଏହି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଭଗବାନ ଜଗନ୍ନାଥଙ୍କଠାରେ ସପ୍ତପୁରୀ ଭୋଗ ଲାଗିଥାଏ । ଶ୍ରୀଜୀଉଙ୍କର ଏହିଦିନ ବିଶେଷ ପୂଜାନୀତି ଅନୁଷ୍ଠିତ ହେବା ସହ ସେବାୟତଙ୍କଦ୍ୱାରା ଏକ ବଡ଼ ସପ୍ତପୁରୀ (ସାତପୁରୀ) ପ୍ରସ୍ତୁତ କରାଯାଇ ଠାକୁରଙ୍କଠାରେ ଭୋଗଲାଗି ହୋଇଥାଏ । ଏହାକୁ ସପ୍ତପୁରୀ ତାଡ଼ ମଧ୍ୟ କୁହାଯାଇଥାଏ ।

    40 ପଠିତ (↑18 ଗତକାଲିଠାରୁ)0,0,0,0,0,0,10,0,22, 40

    2 ଦିନ ଷ୍ଟ୍ରିକ

    🔍 🗞️
  6. 6

    ସାରଳା ଦାସ

    ସାରଳା ଦାସ

    ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।

    40 ପଠିତ (↑5 ଗତକାଲିଠାରୁ)26,33,25,33,28,19,30,34,35, 40

    9+ ଦିନ ଷ୍ଟ୍ରିକ

    🔍 🗞️
  7. 7

    ରାଧାନାଥ ରାୟ

    ରାଧାନାଥ ରାୟ

    କବିବର ରାଧାନାଥ ରାୟ (୧୮୪୮-୧୯୦୮) ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଥିଲେ ଏବଂ ସେ ଓଡ଼ିଆ ସାହିତ୍ୟର ଆଧୁନିକ ଯୁଗର ସ୍ରଷ୍ଟା ଭାବରେ ପରିଚିତ ।

    40 ପଠିତ (↑6 ଗତକାଲିଠାରୁ)28,34,16,22,10,0,19,35,34, 40

    4 ଦିନ ଷ୍ଟ୍ରିକ

    🔍 🗞️
  8. 8

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

    38 ପଠିତ (↑11 ଗତକାଲିଠାରୁ)17,17,11,0,8,17,19,34,27, 38

    6 ଦିନ ଷ୍ଟ୍ରିକ

    🔍 🗞️
  9. 9

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।

    34 ପଠିତ (↑15 ଗତକାଲିଠାରୁ)17,14,0,8,0,13,15,12,19, 34

    5 ଦିନ ଷ୍ଟ୍ରିକ

    🔍 🗞️
  10. 10

    ମହାତ୍ମା ଗାନ୍ଧୀ

    ମହାତ୍ମା ଗାନ୍ଧୀ

    ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।

    33 ପଠିତ (↑1 ଗତକାଲିଠାରୁ)20,17,14,18,66,30,23,44,32, 33

    9+ ଦିନ ଷ୍ଟ୍ରିକ

    🔍 🗞️
  11. 11

    ସଚ୍ଚିଦାନନ୍ଦ ରାଉତରାୟ

    ସଚ୍ଚିଦାନନ୍ଦ ରାଉତରାୟ

    '

    33 ପଠିତ (↑3 ଗତକାଲିଠାରୁ)12,24,22,14,11,19,0,10,30, 33

    3 ଦିନ ଷ୍ଟ୍ରିକ

    🔍 🗞️
  12. 12

    ଓଡ଼ିଶା

    ଓଡ଼ିଶା

    ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.

    32 ପଠିତ (↑5 ଗତକାଲିଠାରୁ)36,23,28,14,7,16,18,21,27, 32

    9+ ଦିନ ଷ୍ଟ୍ରିକ

    🔍 🗞️
  13. 13

    ବ୍ୟାଙ୍କ

    ବ୍ୟାଙ୍କ

    ବ୍ୟାଙ୍କ ହେଉଛି ଏକ ଆର୍ଥିକ ସଂସ୍ଥା ଯାହା ଜନସାଧାରଣଙ୍କଠାରୁ ଜମା ଗ୍ରହଣ କରି ଋଣ ପ୍ରଦାନ କରିଥାଏ । କମ୍ ସୁଧ ହାରରେ ଜମା ଗ୍ରହଣ କରି ଅଧିକ ହାରରେ ଋଣ ଦେଇ ବ୍ୟାଙ୍କମାନେ ବ୍ୟବସାୟ କରିଥାଆନ୍ତି । ଭାରତୀୟ ରିଜର୍ଭ ବ୍ୟାଙ୍କ ହେଉଛି ଦେଶରେ ବ୍ୟାଙ୍କମାନଙ୍କର ନିୟାମକ । ଜମା, ଋଣର ସୁଧହାର ସମେତ ଅନ୍ୟାନ୍ୟ ଅନେକ ନିୟମ ଭାରତୀୟ ରିଜର୍ଭ ବ୍ୟାଙ୍କ ପ୍ରଣୟନ କରିଥାଏ ।

    32 ପଠିତ (↑32 ଗତକାଲିଠାରୁ)0,0,0,0,0,15,0,0,0, 32

    1 ଦିନ ଷ୍ଟ୍ରିକ

    🔍 🗞️
  14. 14

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍‍ଜୋସ୍‍ ଷ୍ଟେଟ୍‍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।

    30 ପଠିତ (0 ଗତକାଲିଠାରୁ)35,43,18,35,16,21,24,31,30, 30

    9+ ଦିନ ଷ୍ଟ୍ରିକ

    🔍 🗞️
  15. 15

    ଗଣେଶ ପୂଜା

    ଗଣେଶ ପୂଜା

    ଭାଦ୍ରବ ଶୁକ୍ଳ ଚତୁର୍ଥୀ ଦିନ ବିଦ୍ୟାର ଦେବତା, ଆଦିଦେବ ଅଗ୍ରପୂଜ୍ୟ ଗଣେଶଙ୍କର ପୂଜା କରାଯାଏ । ବିଶେଷକରି ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ଏହି ପୂଜା କରାଯାଇଥାଏ । ଆଲୋକମାଳା ମଣ୍ଡିତ ତୋରଣରେ ସୁସଜ୍ଜିତ ମଣ୍ଡପ ଗୁଡ଼ିକ ଆକର୍ଷକ ହୋଇଥାନ୍ତି । ଓଡ଼ିଶାର ଜଟଣୀରେ ଏହା ୧୧ଦିନ ଧରି ପାଳିତ ହୋଇଥାଏ ।

    29 ପଠିତ (↑14 ଗତକାଲିଠାରୁ)0,10,16,9,8,0,13,11,15, 29

    4 ଦିନ ଷ୍ଟ୍ରିକ

    🔍 🗞️
  16. 16

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ ।

    27 ପଠିତ (↑12 ଗତକାଲିଠାରୁ)12,13,9,0,0,12,0,15,15, 27

    3 ଦିନ ଷ୍ଟ୍ରିକ

    🔍 🗞️
  17. 17

    ପ୍ରତିଭା ରାୟ

    ପ୍ରତିଭା ରାୟ

    ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।

    27 ପଠିତ (↑11 ଗତକାଲିଠାରୁ)12,13,15,0,8,15,23,9,16, 27

    6 ଦିନ ଷ୍ଟ୍ରିକ

    🔍 🗞️
  18. 18

    ଜଗନ୍ନାଥ ଦାସ

    ଜଗନ୍ନାଥ ଦାସ

    ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ"‌) । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।

    26 ପଠିତ (↑2 ଗତକାଲିଠାରୁ)36,24,24,23,24,24,32,20,24, 26

    9+ ଦିନ ଷ୍ଟ୍ରିକ

    🔍 🗞️
  19. 19

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

    24 ପଠିତ (↓4 ଗତକାଲିଠାରୁ)17,14,15,8,7,11,17,30,28, 24

    9+ ଦିନ ଷ୍ଟ୍ରିକ

    🔍 🗞️
  20. 20

    ନନ୍ଦ କିଶୋର ବଳ

    ନନ୍ଦ କିଶୋର ବଳ

    ନନ୍ଦ କିଶୋର ବଳ (୨୨ ଡିସେମ୍ବର ୧୮୭୫-୧ ଜୁଲାଇ ୧୯୨୮) ଓଡ଼ିଆ ସାହିତ୍ୟର ପ୍ରାକ-ଆଧୁନିକ କାଳର ଜଣେ କବି ଥିଲେ । ସେ ଓଡ଼ିଶାର ପୁରପଲ୍ଲୀ ଉପରେ କାବ୍ୟ ରଚନା କରିଥିବାରୁ ତାଙ୍କୁ ପଲ୍ଲୀ କବି ବୋଲି ସମ୍ବୋଧନ କରାଯାଇଥାଏ ।

    24 ପଠିତ (↑24 ଗତକାଲିଠାରୁ)10,0,0,0,0,0,9,0,0, 24

    1 ଦିନ ଷ୍ଟ୍ରିକ

    🔍 🗞️
  21. 21

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ (୧୮୮୪-୧୯୬୭) ଓଡ଼ିଶାର ପୁରୀ ଜିଲ୍ଲାର ସାକ୍ଷୀଗୋପାଳଠାରେ ୧୮୮୪ରେ ଜନ୍ମିତ ଜଣେ ଲେଖକ, ସାମ୍ବାଦିକ ଓ ସ୍ୱାଧୀନତା ସଂଗ୍ରାମୀ । ତାଙ୍କୁ ଶ୍ରଦ୍ଧାରେ ପଣ୍ଡିତ ନୀଳକଣ୍ଠ ଦାସ ବୋଲି ମଧ୍ୟ ଡକାଯାଇଥାଏ ।

    23 ପଠିତ (↓13 ଗତକାଲିଠାରୁ)0,37,17,9,14,19,16,0,36, 23

    2 ଦିନ ଷ୍ଟ୍ରିକ

    🔍 🗞️
  22. 22

    ଅଭିମନ୍ୟୁ ସାମନ୍ତସିଂହାର

    ଅଭିମନ୍ୟୁ ସାମନ୍ତସିଂହାର

    ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।

    23 ପଠିତ (↑23 ଗତକାଲିଠାରୁ)0,0,11,9,0,0,0,11,0, 23

    1 ଦିନ ଷ୍ଟ୍ରିକ

    🔍 🗞️
  23. 23

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ (ଇଂରାଜୀ: Sexual intercourse) କିମ୍ବା ମୈଥୁନ କିମ୍ବା ସହବାସ ବୋଲି ସେହି କ୍ରିୟାକୁ କୁହାଯାଏ, ଯେଉଁଥିରେ ପୁରୁଷଙ୍କର ଲିଙ୍ଗ ସ୍ତ୍ରୀଙ୍କର ଯୋନିରେ ପ୍ରବେଶ କରେ । ସମ୍ଭୋଗ ବିଭିନ୍ନ ଜୀବଜନ୍ତୁ ଓ ପ୍ରଜାତି ଅନୁସାରେ ବିଭିନ୍ନ ପ୍ରକାରରେ ହୁଏ । ସମ୍ଭୋଗକୁ ଯୋନି ମୈଥୁନ, କାମ କ୍ରୀଡ଼ା କିମ୍ବା ରତି କ୍ରୀଡ଼ା ନାମରେ ବି ପ୍ରକାଶ କରାଯାଏ ।

    22 ପଠିତ (↓5 ଗତକାଲିଠାରୁ)10,18,10,15,21,21,13,25,27, 22

    9+ ଦିନ ଷ୍ଟ୍ରିକ

    🔍 🗞️
  24. 24

    ଓଡ଼ିଆ ଉଇକିପିଡ଼ିଆ

    ଓଡ଼ିଆ ଉଇକିପିଡ଼ିଆ

    ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।

    20 ପଠିତ (↑9 ଗତକାଲିଠାରୁ)20,15,15,0,0,12,12,0,11, 20

    2 ଦିନ ଷ୍ଟ୍ରିକ

    🔍 🗞️
  25. 25

    ଗୋଲୋକ ବିହାରୀ ଧଳ

    ଗୋଲୋକ ବିହାରୀ ଧଳ

    ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଜଣେ ଭାରତୀୟ ଭାଷାତତ୍ତ୍ୱବିତ୍, ପ୍ରଫେସର, ଧ୍ୱନିତତ୍ତ୍ୱବିତ୍, ଅନୁବାଦକ ଏବଂ ଓଡ଼ିଆ ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ସେ ତାଙ୍କର ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ପ୍ରବନ୍ଧମାନଙ୍କରେ ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ବାବଦରେ ଆଲୋଚନା କରୁଥିଲେ ।

    20 ପଠିତ (↑7 ଗତକାଲିଠାରୁ)12,16,10,0,0,0,0,10,13, 20

    3 ଦିନ ଷ୍ଟ୍ରିକ

    🔍 🗞️
  26. 26

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା (୧ ଜାନୁଆରୀ ୧୯୧୬ - ୧୬ ଅପେଲ ୨୦୦୧) ଜଣେ ଓଡ଼ିଆ ପ୍ରାବନ୍ଧିକ, ଅଧ୍ୟାପକ ଓ ବିଜ୍ଞାନ ଲେଖକ ଥିଲେ ।

    20 ପଠିତ (↑11 ଗତକାଲିଠାରୁ)0,23,8,0,0,16,16,0,9, 20

    2 ଦିନ ଷ୍ଟ୍ରିକ

    🔍 🗞️
  27. 27

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।

    19 ପଠିତ (↑10 ଗତକାଲିଠାରୁ)20,0,0,8,0,13,0,11,9, 19

    3 ଦିନ ଷ୍ଟ୍ରିକ

    🔍 🗞️
  28. 28

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର (ଶ୍ରୀମନ୍ଦିର କିମ୍ବା ବଡ଼ଦେଉଳ ଭାବରେ ମଧ୍ୟ ପରିଚିତ) ଭାରତର ଓଡ଼ିଶା ରାଜ୍ୟର ପୁରୀଠାରେ ଅବସ୍ଥିତ ଏକ ପ୍ରାଚୀନ ହିନ୍ଦୁ ଦେଉଳ । ଏହା ମୁଖ୍ୟତଃ ବିଷ୍ଣୁଙ୍କ ଅବତାର ଶ୍ରୀଜଗନ୍ନାଥଙ୍କୁ ସମର୍ପିତ । ଏଠାରେ ରତ୍ନସିଂହାସନ ଉପରେ ଚତୁର୍ଦ୍ଧାମୂର୍ତ୍ତି ଭାବରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜା ପାଆନ୍ତି ।

    19 ପଠିତ (↑6 ଗତକାଲିଠାରୁ)17,22,9,21,9,12,22,22,13, 19

    9+ ଦିନ ଷ୍ଟ୍ରିକ

    🔍 🗞️
  29. 29

    ମଧୁସୂଦନ ରାଓ

    ମଧୁସୂଦନ ରାଓ

    ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।

    19 ପଠିତ (↓1 ଗତକାଲିଠାରୁ)14,21,12,13,10,0,17,13,20, 19

    4 ଦିନ ଷ୍ଟ୍ରିକ

    🔍 🗞️
  30. 30

    ବାଜି ରାଉତ

    ବାଜି ରାଉତ

    ବାଜି ରାଉତ (୧୯୨୫-୧୯୩୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ । ସେ ଓଡ଼ିଶାର ଢେଙ୍କାନାଳ ଜିଲ୍ଲାର ନୀଳକଣ୍ଠପୁର ଗାଆଁରେ ଜନ୍ମ ନେଇଥିଲେ ।

    19 ପଠିତ (↑19 ଗତକାଲିଠାରୁ)0,9,0,0,0,0,10,0,0, 19

    1 ଦିନ ଷ୍ଟ୍ରିକ

    🔍 🗞️
  31. 31

    କାଳୀଚରଣ ପଟ୍ଟନାୟକ

    କାଳୀଚରଣ ପଟ୍ଟନାୟକ

    କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ (୨୩ ଡିସେମ୍ବର ୧୮୯୭ - ୨୪ ଜୁଲାଇ ୧୯୭୮)

    19 ପଠିତ (↓3 ଗତକାଲିଠାରୁ)0,14,13,19,10,11,13,0,22, 19

    2 ଦିନ ଷ୍ଟ୍ରିକ

    🔍 🗞️
  32. 32

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର (ଜନ୍ମ ୧୭ ସେପ୍ଟେମ୍ବର ୧୯୩୭) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ କବି ଓ ସାହିତ୍ୟ ସମାଲୋଚକ ।

    18 ପଠିତ (↑8 ଗତକାଲିଠାରୁ)10,11,9,0,7,9,10,26,10, 18

    6 ଦିନ ଷ୍ଟ୍ରିକ

    🔍 🗞️
  33. 33

    ବୈକୁଣ୍ଠନାଥ ପଟ୍ଟନାୟକ

    ବୈକୁଣ୍ଠନାଥ ପଟ୍ଟନାୟକ

    ବୈକୁଣ୍ଠନାଥ ପଟ୍ଟନାୟକ ସବୁଜଗୋଷ୍ଠୀର (ସବୁଜ ଯୁଗ)ର ଜଣେ କବି ଥିଲେ ।

    18 ପଠିତ (↑18 ଗତକାଲିଠାରୁ)10,0,0,0,0,0,0,0,0, 18

    1 ଦିନ ଷ୍ଟ୍ରିକ

    🔍 🗞️
  34. 34

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ ଜଣେ ଓଡ଼ିଆ ଗାୟିକା । ସେ ନମିତା ନାମରେ ଭଜନ ଓ ନିବେଦିତା ନାମରେ ଆଧୁନିକ ଏବଂ ଚଳଚ୍ଚିତ୍ର ସଂଗୀତ ଗାନ କରନ୍ତି ।

    18 ପଠିତ (↑4 ଗତକାଲିଠାରୁ)10,16,17,18,9,22,12,27,14, 18

    9+ ଦିନ ଷ୍ଟ୍ରିକ

    🔍 🗞️
  35. 35

    ଉପେନ୍ଦ୍ର ତ୍ରିପାଠୀ

    ଉପେନ୍ଦ୍ର ତ୍ରିପାଠୀ

    ଉପେନ୍ଦ୍ର ତ୍ରିପାଠୀ (୧୦ ସେପ୍ଟେମ୍ବର ୧୯୦୩ - ୨୩ ଡିସେମ୍ବର ୧୯୯୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖକ । ସେ ତାଙ୍କର ଶିଶୁ ସାହିତ୍ଯ ରଚନା ନିମନ୍ତେ ଭାରତର ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ପାଇଥିଲେ ।

    18 ପଠିତ (↑18 ଗତକାଲିଠାରୁ)0,0,0,0,0,0,0,0,0, 18

    1 ଦିନ ଷ୍ଟ୍ରିକ

    🔍 🗞️
  36. 36

    ଅଶୋକ (ସମ୍ରାଟ)

    ଅଶୋକ (ସମ୍ରାଟ)

    ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.

    18 ପଠିତ (↑9 ଗତକାଲିଠାରୁ)10,0,8,12,6,0,0,10,9, 18

    3 ଦିନ ଷ୍ଟ୍ରିକ

    🔍 🗞️
  37. 37

    ମନୋଜ ଦାସ

    ମନୋଜ ଦାସ

    ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।

    17 ପଠିତ (↓5 ଗତକାଲିଠାରୁ)28,13,19,15,0,8,15,16,22, 17

    5 ଦିନ ଷ୍ଟ୍ରିକ

    🔍 🗞️
  38. 38

    ଜଗନ୍ନାଥ

    ଜଗନ୍ନାଥ

    17 ପଠିତ (↑7 ଗତକାଲିଠାରୁ)21,0,9,10,12,12,0,19,10, 17

    3 ଦିନ ଷ୍ଟ୍ରିକ

    🔍 🗞️
  39. 39

    ରାଶି ଓ ନକ୍ଷତ୍ର

    ରାଶି ଓ ନକ୍ଷତ୍ର

    ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।

    17 ପଠିତ (↑2 ଗତକାଲିଠାରୁ)31,49,18,8,48,26,24,40,15, 17

    9+ ଦିନ ଷ୍ଟ୍ରିକ

    🔍 🗞️
  40. 40

    କୁଞ୍ଜବିହାରୀ ଦାଶ

    କୁଞ୍ଜବିହାରୀ ଦାଶ

    ଲୋକରତ୍ନ କୁଞ୍ଜବିହାରୀ ଦାଶ, (୭ ମାର୍ଚ୍ଚ ୧୯୧୪ - ୧୪ ମାର୍ଚ୍ଚ ୧୯୯୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଅଧ୍ୟାପକ, ଲେଖକ ଓ ଗବେଷକ ଥିଲେ । ତାଙ୍କର ଆମେରିକାରୁ ୟୁରୋପ୍ ଆଫ୍ରିକା ପୁସ୍ତକ ପାଇଁ ସେ ୧୯୬୫-୬୭ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଓ ମୋ କାହାଣୀ ପାଇଁ ୧୯୭୯ କେନ୍ଦ୍ର ସାହିତ୍ୟ ଅକାଦେମୀ ପୁରସ୍କାର ପାଇଥିଲେ । କଲିକତା ଏକାଡେମୀ ଅଫ୍ ଫୋକଲୋର ତାଙ୍କୁ ୧୯୭୮ ମସିହାରେ "ଲୋକରତ୍ନ" ଉପାଧି ପ୍ରଦାନ କରିଥିଲା । ଜଣେ ସାରସ୍ୱତ ସଂଗଠକ ଭାବରେ ସେ ବହୁ ସାହିତ୍ୟ ଅନୁଷ୍ଠାନ ସହିତ ଜଡ଼ିତ ଥିଲେ ।

    16 ପଠିତ (↑16 ଗତକାଲିଠାରୁ)0,0,0,0,0,0,0,35,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  41. 41

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩ (IAST: Bhāratīya Nyāya Saṃhitā; ଅର୍ଥାତ 'ଭାରତୀୟ ନ୍ୟାୟ ସଂହିତା, ୨୦୨୩') ହେଉଛି ଭାରତର ଆଧିକାରିକ ଦଣ୍ଡ ସଂହିତା । ଡିସେମ୍ବର ୨୦୨୩ ରେ ଭାରତର ସଂସଦରେ ପାରିତ ହୋଇଥିବା ଏହି ଆଇନ ଜୁଲାଇ ୧, ୨୦୨୪ ରୁ କାର୍ଯ୍ୟକାରୀ ହୋଇଛି, ଏବଂ ପୂର୍ବରୁ ପ୍ରଚଳିତ ଥିବା ଭାରତୀୟ ଦଣ୍ଡ ସଂହିତା (IPC) କୁ ପ୍ରତିସ୍ଥାପନ କରିଛି ।

    16 ପଠିତ (↑6 ଗତକାଲିଠାରୁ)17,13,10,9,7,14,0,0,10, 16

    2 ଦିନ ଷ୍ଟ୍ରିକ

    🔍 🗞️
  42. 42

    ଆଚାର୍ଯ୍ୟ ହରିହର

    ଆଚାର୍ଯ୍ୟ ହରିହର

    ଆଚାର୍ଯ୍ୟ ହରିହର (୮ ମାର୍ଚ୍ଚ ୧୮୭୯ -୨୧ ଫେବୃଆରୀ ୧୯୭୧) ଓଡ଼ିଶାରେ ଜନ୍ମିତ ଜଣେ ସ୍ୱାଧୀନତା ସଂଗ୍ରାମୀ, ଶିକ୍ଷକ ଓ ସମାଜସେବୀ ଥିଲେ । ସତ୍ୟବାଦୀ ବନବିଦ୍ୟାଳୟର ଶିକ୍ଷକ ରୂପେ ସତ୍ୟବାଦୀର ସାହିତ୍ୟ-କର୍ମରେ ସକ୍ରିୟ ଓ ସଫଳ ଅଂଶଗ୍ରହଣ କରିଥିଲେ । ସେ ଭଗବତ ଗୀତାର ଅନୁବାଦ ଓ ପିଲାଙ୍କ ବ୍ୟାକରଣ ପ୍ରଭୃତି ରଚନା କରିଥିଲେ ।

    16 ପଠିତ (↑3 ଗତକାଲିଠାରୁ)0,0,0,0,0,8,0,0,13, 16

    2 ଦିନ ଷ୍ଟ୍ରିକ

    🔍 🗞️
  43. 43

    ପାଣିପାଗ

    ପାଣିପାଗ

    ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।

    16 ପଠିତ (↑3 ଗତକାଲିଠାରୁ)21,14,23,28,15,21,26,26,13, 16

    9+ ଦିନ ଷ୍ଟ୍ରିକ

    🔍 🗞️
  44. 44

    ମଧୁସୂଦନ ଦାସ

    ମଧୁସୂଦନ ଦାସ

    ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-

    16 ପଠିତ (↓12 ଗତକାଲିଠାରୁ)27,19,15,12,9,22,22,25,28, 16

    9+ ଦିନ ଷ୍ଟ୍ରିକ

    🔍 🗞️
  45. 45

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।

    15 ପଠିତ (↓24 ଗତକାଲିଠାରୁ)25,26,12,8,0,0,29,43,39, 15

    4 ଦିନ ଷ୍ଟ୍ରିକ

    🔍 🗞️
  46. 46

    ବେଟି ବଚାଓ ବେଟି ପଢ଼ାଓ ଯୋଜନା

    ବେଟି ବଚାଓ ବେଟି ପଢ଼ାଓ ଯୋଜନା

    ଶିଶୁ କନ୍ୟାକୁ ବଞ୍ଚାଅ, ଝିଅକୁ ପଢ଼ାଅ (Beti Bachao, Beti Padhao)(BBBP) ଭାରତ ସରକାରଙ୍କ ଏକ ଯୋଜନା ଯାହାର ଲକ୍ଷ୍ୟ ହେଉଛି ଶିଶୁ କନ୍ୟାର ସୁରକ୍ଷା ପାଇଁ ସଚେତନତା ସୃଷ୍ଟି, ମହିଳାଙ୍କ କାର୍ଯ୍ୟଦକ୍ଷତା ଏବଂ ସାମଗ୍ରିକ ଅଭିବୃଦ୍ଧି । ନରେନ୍ଦ୍ର ମୋଦୀ ୨୨ ଜାନୁଆରୀ ୨୦୧୫ରେ ହରିଆଣାର ପାନିପଥଠାରେ ଏହି ଯୋଜନାର ଉଦ୍ଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମର ପ୍ରାରମ୍ଭିକ କର୍ପସ ପାଣ୍ଠି ହେଉଛି ୧୦୦ କୋଟି ।

    15 ପଠିତ (↑15 ଗତକାଲିଠାରୁ)0,0,0,0,0,0,0,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  47. 47

    ଦୀନକୃଷ୍ଣ ଦାସ

    ଦୀନକୃଷ୍ଣ ଦାସ

    ଦୀନକୃଷ୍ଣ ଦାସ ସପ୍ତଦଶ ଶତାବ୍ଦୀର ଜଣେ ଓଡ଼ିଶୀ ସଙ୍ଗୀତକାର, ରୀତି ଓ ଭକ୍ତି କବି । ସେ ରସକଲ୍ଲୋଳ ନାମକ କୃଷ୍ଣଲୀଳା ସମ୍ବଳିତ ଛାନ୍ଦକାବ୍ୟ ପାଇଁ ଜନାଦୃତ ।

    15 ପଠିତ (↑15 ଗତକାଲିଠାରୁ)0,9,10,0,0,0,10,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  48. 48

    ଚନ୍ଦ୍ରଶେଖର ରଥ

    ଚନ୍ଦ୍ରଶେଖର ରଥ

    ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।

    14 ପଠିତ (↑14 ଗତକାଲିଠାରୁ)16,0,0,0,0,0,13,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  49. 49

    ଓଡ଼ିଶାର ଇତିହାସ

    ଓଡ଼ିଶାର ଇତିହାସ

    ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.

    14 ପଠିତ (↑14 ଗତକାଲିଠାରୁ)0,11,9,0,7,0,0,9,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  50. 50

    ହରିହର ମହାପାତ୍ର (ଅଭିନେତା)

    ହରିହର ମହାପାତ୍ର (ଅଭିନେତା)

    ହରିହର ମହାପାତ୍ର, ଜଣେ ଜଣାଶୁଣା ଓଡ଼ିଆ ଅଭିନେତା । ବ୍ୟଙ୍ଗ ଅଭିନୟ ପାଇଁ ସେ ବିଶେଷ ଭାବରେ ପରିଚିତ । ଚଳଚ୍ଚିତ୍ର ବ୍ୟତିତ ରଙ୍ଗମଞ୍ଚ ଓ ଦୂରଦର୍ଶନରେ ମଧ୍ୟ ସେ ଅଭିନୟ ଓ ନିର୍ଦ୍ଦେଶନା କରନ୍ତି ।

    14 ପଠିତ (↓1 ଗତକାଲିଠାରୁ)0,0,0,0,0,0,0,0,15, 14

    2 ଦିନ ଷ୍ଟ୍ରିକ

    🔍 🗞️
  51. 51

    କୁନ୍ତଳା କୁମାରୀ ସାବତ

    କୁନ୍ତଳା କୁମାରୀ ସାବତ

    ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।

    14 ପଠିତ (↓9 ଗତକାଲିଠାରୁ)16,9,13,0,0,0,0,14,23, 14

    3 ଦିନ ଷ୍ଟ୍ରିକ

    🔍 🗞️
  52. 52

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ (The Constitution of India, ଦ କନଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ।

    13 ପଠିତ (↓7 ଗତକାଲିଠାରୁ)10,11,13,0,10,9,20,19,20, 13

    6 ଦିନ ଷ୍ଟ୍ରିକ

    🔍 🗞️
  53. 53

    ପୂରଣବାଚକ ସଂଖ୍ୟା

    ପୂରଣବାଚକ ସଂଖ୍ୟା

    13 ପଠିତ (↑13 ଗତକାଲିଠାରୁ)14,0,0,8,0,0,12,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  54. 54

    ବ୍ୟଞ୍ଜନ ବର୍ଣ୍ଣ

    ବ୍ୟଞ୍ଜନ ବର୍ଣ୍ଣ

    13 ପଠିତ (↑4 ଗତକାଲିଠାରୁ)0,0,0,0,0,0,10,0,9, 13

    2 ଦିନ ଷ୍ଟ୍ରିକ

    🔍 🗞️
  55. 55

    ୧୦ ସେପ୍ଟେମ୍ବର

    ୧୦ ସେପ୍ଟେମ୍ବର

    ଗ୍ରେଗୋରୀ ପାଞ୍ଜି ଅନୁସାରେ ୧୦ ସେପ୍ଟେମ୍ବର ବର୍ଷର ୨୫୩ତମ ଦିବସ ଅଟେ (ଅଧିବର୍ଷ ଗୁଡ଼ିକରେ - ୨୫୪ତମ) । ବର୍ଷ ଶେଷ ହେବା ପାଇଁ ଆଉ ୧୧୨ ଦିନ ବାକି ଅଛି ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  56. 56

    ଏ. ପି. ଜେ. ଅବଦୁଲ କଲାମ

    ଏ. ପି. ଜେ. ଅବଦୁଲ କଲାମ

    ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍‌ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।

    13 ପଠିତ (↑13 ଗତକାଲିଠାରୁ)0,0,8,0,14,10,12,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  57. 57

    ବିଶ୍ୱନାଥ କର

    ବିଶ୍ୱନାଥ କର

    ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।

    13 ପଠିତ (↑4 ଗତକାଲିଠାରୁ)0,0,20,0,0,0,12,11,9, 13

    4 ଦିନ ଷ୍ଟ୍ରିକ

    🔍 🗞️
  58. 58

    ପ୍ରାଣବନ୍ଧୁ କର

    ପ୍ରାଣବନ୍ଧୁ କର

    ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।

    12 ପଠିତ (↑12 ଗତକାଲିଠାରୁ)0,0,14,0,0,0,9,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  59. 59

    ଚିତ୍ତରଞ୍ଜନ ଦାସ

    ଚିତ୍ତରଞ୍ଜନ ଦାସ

    ଚିତ୍ତରଞ୍ଜନ ଦାସ (ଚିତ୍ତଭାଇ ଭାବେ ପରିଚିତ, ୩ ଅକ୍ଟୋବର ୧୯୨୩ - ୧୬ ଜାନୁଆରୀ ୨୦୧୧) ଜଣେ ଓଡ଼ିଆ ଲେଖକ, ଅନୁବାଦକ, ସମାଲୋଚକ ଓ ସମାଜ ସଂସ୍କାରକ ଥିଲେ । ଅନେକ ଭାଷାରେ ଦଖଲ ଥିବା ସତ୍ତ୍ୱେ ଓଡ଼ିଆ ଭାଷାରେ ଲେଖା ପାଇଁ ବ୍ୟାକୁଳ ଥିଲେ । ଏକ ନୂତନ ସମାଜର ପରିକଳ୍ପନା ପାଇଁ ସୁହ୍ରୁତ୍ ଅନୁଷ୍ଠାନ ଗଢିଛନ୍ତି ।

    12 ପଠିତ (↑12 ଗତକାଲିଠାରୁ)0,0,0,0,0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  60. 60

    ଗୌତମ ବୁଦ୍ଧ

    ଗୌତମ ବୁଦ୍ଧ

    ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ

    12 ପଠିତ (↑12 ଗତକାଲିଠାରୁ)16,19,0,0,0,9,11,9,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  61. 61

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ ଓଡ଼ିଆ ଭାଷାରେ ଲିଖିତ ସାହିତ୍ୟର ନାନା ବିଭବକୁ ବୁଝାଇଥାଏ ।

    11 ପଠିତ (↑1 ଗତକାଲିଠାରୁ)13,10,9,15,8,8,24,20,10, 11

    9+ ଦିନ ଷ୍ଟ୍ରିକ

    🔍 🗞️
  62. 62

    ଗଣେଶ

    ଗଣେଶ

    ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।

    11 ପଠିତ (↓5 ଗତକାଲିଠାରୁ)0,0,0,0,0,0,10,16,16, 11

    4 ଦିନ ଷ୍ଟ୍ରିକ

    🔍 🗞️
  63. 63

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ (୧ ଡିସେମ୍ବର ୧୯୦୯ - ୨୫ ଫେବୃଆରୀ ୧୯୮୭) ଜଣେ ଓଡ଼ିଆ ପ୍ରତ୍ନ‌ତ‌ତ୍ୱବିଦ, ଐତିହାସିକ ଏବଂ ଗବେଷକ । ସେ ବହୁ ଐତିହାସିକ ଓ ସମାଜ-ସାହିତ୍ୟ-ସଂସ୍କୃତ ଧର୍ମୀ ପ୍ରବନ୍ଧର ରଚୟୀତା ।

    11 ପଠିତ (↓5 ଗତକାଲିଠାରୁ)12,10,14,0,8,10,14,18,16, 11

    6 ଦିନ ଷ୍ଟ୍ରିକ

    🔍 🗞️
  64. 64

    ହନୁମାନ

    ହନୁମାନ

    ହନୁମାନ ରାମାୟଣରେ ବର୍ଣ୍ଣିତ ଜଣେ ହିନ୍ଦୁ ଦେବତା । ହିନ୍ଦୁ ପୁରାଣ ମତେ ସେ ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  65. 65

    ଆଦିବାସୀ

    ଆଦିବାସୀ

    ଆଦିବାସୀ ଭାରତୀୟ ଉପମହାଦେଶର ବିଭିନ୍ନ ଆଦିମ ଅଧିବାଷୀ ଗୋଷ୍ଠୀଙ୍କୁ ସାମୁହିକ ଭାବେ ବୁଝାଏ । ଏହି ଶବ୍ଦଟି ଏକ ସଂସ୍କୃତ ଶବ୍ଦ ଓ ଏହା ୧୯୩୦ ଦଶକରେ ରାଜନୈତିକ କର୍ମୀମାନେ ଆଦିମ ଅଧିବାସୀଙ୍କ ଏକ ଆଦିବାସୀ ଉତ୍ପତ୍ତି ଦାବି କରି ଏକ ଆଦିବାସୀ ପରିଚୟ ଦେବା ପାଇଁ ତିଆରି କରିଥିଲେ । ଏହି ଶବ୍ଦଟି ବଙ୍ଗଳାଦେଶର ଚକମା, ନେପାଳର ଭୂମିପୁତର ଖାସା ଏବଂ ଶ୍ରୀଲଙ୍କାର ବେଦା ପରି ଜାତିଗତ ସଂଖ୍ୟାଲଘୁଙ୍କ ପାଇଁ ମଧ୍ୟ ବ୍ୟବହୃତ ହୁଏ । ଭାରତୀୟ ସମ୍ବିଧାନରେ ଆଦିବାସୀ ଶବ୍ଦ ବ୍ୟବହାର କରାଯାଇନାହିଁ ଏବଂ ଅନୁସୂଚିତ ଜାତି ଓ ଜନଜାତି ନାମ ଉଲ୍ଲେଖ କରାଯାଇଛି । ଭାରତ ସରକାର ଆନୁଷ୍ଠାନିକ ଭାବରେ ଜନଜାତିମାନଙ୍କୁ ଆଦିବାସୀ ଭାବରେ ସ୍ୱୀକୃତି ଦିଅନ୍ତି ନାହିଁ । ଭାରତ ମିଳିତ ଜାତିସଂଘର ଆଦିବାସୀ ଓ ଜନଜାତି ଜନଜାତି ସମ୍ପର୍କିତ ଆନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଓ) ଚୁକ୍ତି ୧୦୭ (୧୯୫୭)କୁ ଅନୁମୋଦନ କରିବା ସହ ଆଇଏଲଓ ଚୁକ୍ତି ୧୬୯ରେ ସ୍ୱାକ୍ଷର କରିବାକୁ ମନା କରିଦେଇଛି । ଏମାନଙ୍କ ମଧ୍ୟରୁ ଅଧିକାଂଶ ଗୋଷ୍ଠୀ ଭାରତର ସାମ୍ବିଧାନିକ ବ୍ୟବସ୍ଥା ଅନୁଯାୟୀ ଅନୁସୂଚିତ ଜନଜାତି ବର୍ଗରେ ଅନ୍ତର୍ଭୁକ୍ତ ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  66. 66

    ଜଗନମୋହ‌ନ ଲାଲ

    ଜଗନମୋହ‌ନ ଲାଲ

    ଜଗନମୋହ‌ନ ଲାଲ (୨୫ ନଭେମ୍ବର ୧୮୩୮ - ୨୬ ଡିସେମ୍ବର ୧୯୧୩)

    11 ପଠିତ (↑1 ଗତକାଲିଠାରୁ)0,0,0,0,0,0,0,0,10, 11

    2 ଦିନ ଷ୍ଟ୍ରିକ

    🔍 🗞️
  67. 67

    ଓଡ଼ିଆ ଭାଷା

    ଓଡ଼ିଆ ଭାଷା

    ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।

    10 ପଠିତ (↓1 ଗତକାଲିଠାରୁ)22,24,34,19,35,27,17,19,11, 10

    9+ ଦିନ ଷ୍ଟ୍ରିକ

    🔍 🗞️
  68. 68

    ପଖାଳ

    ପଖାଳ

    ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ସାଧାରଣତଃ ଖରାବେଳେ ବା ଉପରଓଳି ପଖାଳ ଖିଆଯାଏ । ପଖାଳର ଲୋକାଦୃତି ଓ ପ୍ରସାର ଉଦ୍ଦେଶ୍ୟରେ ମାର୍ଚ୍ଚ ମାସ ୨୦ ତାରିଖକୁ ପଖାଳ ଦିବସ ଭାବେ ନାମିତ କରାଯାଇଛି ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  69. 69

    ଧ୍ୟାନଚାନ୍ଦ

    ଧ୍ୟାନଚାନ୍ଦ

    ଧ୍ୟାନ ଚାନ୍ଦ (୨୯ ଅଗଷ୍ଟ ୧୯୦୫ - ୩ ଡିସେମ୍ବର, ୧୯୭୯) ଜଣେ ଭାରତୀୟ ହକି ଖେଳାଳି ଓ ଅଧିନାୟକ ଥିଲେ । ହକି ଖେଳରେ ବିଶ୍ୱର ଜଣେ ସର୍ବକାଳୀନ ଶ୍ରେଷ୍ଠ ଖେଳାଳି ଭାବେ ତାଙ୍କର ମାନ୍ୟତା ରହିଛି ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,37,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  70. 70

    ନିତ୍ୟାନନ୍ଦ ମହାପାତ୍ର

    ନିତ୍ୟାନନ୍ଦ ମହାପାତ୍ର

    ନିତ୍ୟାନନ୍ଦ ମହାପାତ୍ର ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଏବଂ ଓଡ଼ିଆ ଔପନ୍ୟାସିକ ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ଆନ୍ଦୋଳନ କରି ସେ ତିନିଥର କାରାବରଣ କରିଥିଲେ । ସେ ୧୧ ଖଣ୍ଡ ଉପନ୍ୟାସ, ୪ ଖଣ୍ଡ ଗଳ୍ପ ସଙ୍କଳନ ଓ ଏକାଧିକ କବିତା ସଙ୍କଳନ ରଚନା କରିଥିଲେ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  71. 71

    ଲକ୍ଷ୍ମୀକାନ୍ତ ମହାପାତ୍ର

    ଲକ୍ଷ୍ମୀକାନ୍ତ ମହାପାତ୍ର

    କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।

    10 ପଠିତ (↓13 ଗତକାଲିଠାରୁ)40,38,23,35,15,23,42,40,23, 10

    9+ ଦିନ ଷ୍ଟ୍ରିକ

    🔍 🗞️
  72. 72

    ତପସ୍ୱିନୀ

    ତପସ୍ୱିନୀ

    ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟ ଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।

    10 ପଠିତ (↑10 ଗତକାଲିଠାରୁ)0,0,0,12,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  73. 73

    ଷ୍ଟ୍ରୋକ

    ଷ୍ଟ୍ରୋକ

    ଷ୍ଟ୍ରୋକ (ଇଂରାଜୀରେ ସ୍ଟ୍ରୋକ ବା ସେରେବ୍ରୋଭାସ୍କୁଲାର ଆକ୍ସିଡେଣ୍ଟ ସଂକ୍ଷେପରେ ସିଭିଏ, ବା ସେରେବ୍ରୋଭାସ୍କୁଲାର ଇନସଲଟ ସଂକ୍ଷେପରେ ସିଭିଆଇ ବା ବ୍ରେନ ଆଟାକ ଯଥାକ୍ରମେ Stroke, also known as cerebrovascular accident (CVA), cerebrovascular insult (CVI), or brain attack), ରୋଗ ହୁଏ ଯେତେବେଳେ ମସ୍ତିଷ୍କ‌କୁ କ୍ଷୀଣ ରକ୍ତ ସରବରାହ ହୋଇ ତାହାର ଜୀବକୋଷ ନଷ୍ଟ ହୋଇଯାଏ । ସାଧାରଣତଃ ଦୁଇ ପ୍ରକାର ସ୍ଟ୍ରୋକ ହୁଏ ଯଥା ରକ୍ତସଞ୍ଚାଳନ ବିହୀନ ସ୍ଟ୍ରୋକ (brain ischemia) ଓ ହେମୋରେଜିକ ସ୍ଟ୍ରୋକ (intracranial hemorrhage) । ରକ୍ତ ସରବରାହ କମିଯିବା ଫଳରେ ମସ୍ତିଷ୍କର କାର୍ଯ୍ୟକାରୀତା ସଠିକ ଭାବରେ ସମ୍ପାଦିତ ହୁଏନାହିଁ । ଏହି ରୋଗର ଚିହ୍ନ ଓ ଲକ୍ଷଣ: ଶରୀରର ଗୋଟିଏ ପାଖର ପକ୍ଷାଘାତ କିମ୍ବା ଏକପାଖିଆ ଦୁର୍ବଳତା, ବୁଝିବା ଅକ୍ଷମତା, କଥା କ‌ହିବା ଅକ୍ଷମତା, ଭର୍ଟିଗୋ କିମ୍ବା ଦୃଶ୍ୟର ଗୋଟିଏ ପାଖ ଅନ୍ଧତ୍ୱ । ଅଧିକାଂଶ ସମୟରେ ସ୍ଟ୍ରୋକ ହେବା ସଙ୍ଗେ ସଙ୍ଗେ ଚିହ୍ନ ଓ ଲକ୍ଷଣ ପ୍ରକାଶ ପାଏ । ଏକ ବା ଦୁଇ ଘଣ୍ଟାରୁ କମ ସମୟ ଲକ୍ଷଣ ରହିଲେ ତାହାକୁ ଟ୍ରାଞ୍ଜିଏଣ୍ଟ ଇସକେମିକ ଆଟାକ (ଟିଟିଏ) ବା କ୍ଷଣସ୍ଥାୟୀ ରକ୍ତାଭାବ ଆକ୍ରମଣ କୁହାଯାଏ । ରକ୍ତସ୍ରାବ ସ୍ଟ୍ରୋକ ହେଲେ ଅତ୍ୟଧିକ ମୁଣ୍ଡ ବିନ୍ଧା ହୋଇଥାଏ । ସ୍ଟ୍ରୋକ ରୋଗ ଲକ୍ଷଣ ସ୍ଥାୟୀ ହୋଇପାରେ । ଦୀର୍ଘସ୍ଥାୟୀ ଜଟୀଳତା ମଧ୍ୟରେ ନିମୋନିଆ କିମ୍ବା ପରିସ୍ରା ନିୟନ୍ତ୍ରଣ ଅକ୍ଷମତା ଉଲ୍ଲେଖ‌ଯୋଗ୍ୟ । ଉଚ୍ଚ ରକ୍ତଚାପ ଏହି ରୋଗର ମୂଖ୍ୟ ସଙ୍କଟ କାରକ । ଅନ୍ୟାନ୍ୟ କାରକ ମଧ୍ୟରେ ଧୂମ୍ରପାନ, ମୋଟାପଣ, ଅତ୍ୟଧିକ ରକ୍ତ କୋଲେସ୍ଟେରଲ, ଡାଏବେଟିସ ମେଲିଟସ, ଟିଆଇଏ ଓ ଆଟ୍ରିଆଲ ଫିବ୍ରିଲେସନ । ରକ୍ତନଳୀର ସଙ୍କୋଚନ ହେତୁ ଇସକେମିକ ସ୍ଟ୍ରୋକ ହୁଏ । ମସ୍ତିଷ୍କରେ ବା ସବଆରାକନଏଡ ସ୍ପେସରେ ରକ୍ତସ୍ରାବ ହେଲେ ହେମୋରେଜିକ ବା ରକ୍ତସ୍ରାବ ସ୍ଟ୍ରୋକ ହୁଏ । ମସ୍ତିଷ୍କ ଆନିଉରିଜ୍ମ ଯୋଗୁ ରକ୍ରସ୍ରାବ ହୋଇପାରେ । ଶାରୀରିକ ପରୀକ୍ଷା ସ‌ହିତ ମେଡିକାଲ ଇମେଜିଙ୍ଗ ଯେପରିକି ସିଟି ସ୍କାନ ବା ଏମ.ଆର.ଆଇ. ସ୍କାନ କରି ରୋଗ ନିର୍ଣ୍ଣୟ କରାଯାଏ । ଅନ୍ୟାନ୍ୟ ପରୀକ୍ଷା ମଧ୍ୟରେ ଇଲେକ୍ଟ୍ରୋକାର୍ଡ଼ିଓଗ୍ରାମ (ଇସିଜି) ଓ ରକ୍ତ ପରୀକ୍ଷା କରି ସଙ୍କଟାବସ୍ଥା ଓ ଅନ୍ୟାନ୍ୟ ସମ୍ଭାବ୍ୟ ରୋଗ ନିରୂପଣ କରାଯାଏ । ନିମ୍ନ ରକ୍ତଶର୍କରା ଥିଲେ ସମାନ ଲକ୍ଷଣ ଦେଖାଯାଇପାରେ । ସଙ୍କଟଦାୟୀ ଅବସ୍ଥା ନିମନ୍ତେ ପ୍ରତିକାର ଆବଶ୍ୟକ ଯେପରିକି ଆସ୍ପିରିନ ଓ ସ୍ଟାଟିନ ବ୍ୟବ‌ହାର ଉପରେ ଅଙ୍କୁଶ; ମସ୍ତିଷ୍କର ରକ୍ରନଳୀ ସଙ୍କୋଚନ ହୋଇଥିଲେ ମସ୍ତିଷ୍କରେ ଅପରେଶନ କରି କ୍ୟାରୋଟିଡ ସଙ୍କୋଚନ ଦୂର କରାଯାଏ; ଆଟ୍ରିଆଲ ଫିବ୍ରିଲେସନ ଥିଲେ ୱାରଫାରିନ ନିୟନ୍ତ୍ରଣ କରିବା ଆବଶ୍ୟକ । ସ୍ଟ୍ରୋକ ରୋଗ ନିମନ୍ତେ ଆଶୁଚିକିତ୍ସା ଆବଶ୍ୟକ ହୁଏ । ଇସ୍କେମିକ ସ୍ଟ୍ରୋକ ରୋଗ ୩ରୁ ୪ଘଣ୍ଟା ମଧ୍ୟରେ ଜଣାପଡ଼ିଲେ ଜମାଟ ରକ୍ତ ଭାଙ୍ଗିବା ନିମନ୍ତେ ଔଷଧ ଦେଇ ଚିକିତ୍ସା କରାଯାଏ । ଏଥିରେ ଆସ୍ପିରିନ ବ୍ୟବ‌ହାର କରାଯାଏ । ଅପରେଶନ କରି କେତେକ ରକ୍ରସ୍ରାବ ସ୍ଟ୍ରୋକରେ ଉପକାର ମିଳେ । ନଷ୍ଟ କାର୍ଯ୍ୟକ୍ଷମତାକୁ ପୁନରୁଦ୍ଧାର ନିମନ୍ତେ ସ୍ୱତନ୍ତ୍ର ସ୍ଟ୍ରୋକ ୟୁନିଟ ଆବଶ୍ୟକ ଯାହା ପୃଥିବୀର ସବୁ ସ୍ଥାନରେ ଉପଲବ୍‌ଧ ହୁଏ ନାହିଁ । ଉଚ୍ଚ ରକ୍ତଚାପ ଏହି ରୋଗର ମୂଖ୍ୟ ସଙ୍କଟ କାରକ । ଅନ୍ୟାନ୍ୟ କାରକ ମଧ୍ୟରେ ଧୂମ୍ରପାନ, ମୋଟାପଣ, ଅତ୍ୟଧିକ ରକ୍ତ କୋଲେସ୍ଟେରଲ, ଡାଏବେଟିସ ମେଲିଟସ, ଟିଆଇଏ ଓ ଆଟ୍ରିଆଲ ଫିବ୍ରିଲେସନ । ରକ୍ତନଳୀର ସଙ୍କୋଚନ ହେତୁ ଇସକେମିକ ସ୍ଟ୍ରୋକ ହୁଏ । ମସ୍ତିଷ୍କରେ ବା ସବଆରାକନଏଡ ସ୍ପେସରେ ରକ୍ତସ୍ରାବ ହେଲେ ହେମୋରେଜିକ ବା ରକ୍ତସ୍ରାବ ସ୍ଟ୍ରୋକ ହୁଏ । ମସ୍ତିଷ୍କ ଆନିଉରିଜ୍ମ ଯୋଗୁ ରକ୍ରସ୍ରାବ ହୋଇପାରେ । ଶାରୀରିକ ପରୀକ୍ଷା ସ‌ହିତ ମେଡିକାଲ ଇମେଜିଙ୍ଗ ଯେପରିକି ସିଟି ସ୍କାନ ବା ଏମ.ଆର.ଆଇ.

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  74. 74

    ଛବିଳ ମଧୁ ବର୍ଣ୍ଣବୋଧ

    ଛବିଳ ମଧୁ ବର୍ଣ୍ଣବୋଧ

    ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କଦ୍ୱାରା ୧୮୯୫ ମସିହାରେ ଲେଖାଯାଇଥିଲା । ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି । ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  75. 75

    ହନୁମାନ ଚାଳିଶା

    ହନୁମାନ ଚାଳିଶା

    ହନୁମାନ ଚାଳିଶା ହେଉଛି ହିନ୍ଦୁ ଭଗବାନ ହନୁମାନଙ୍କୁ ଉତ୍ସର୍ଗୀକୃତ କରି ଲେଖାଯାଇଥିବା ଏକ ସ୍ତୁତି । ଏଥିରେ ୪୦ଟି ଚଉପାଇ ଅଛି । କବିତାରେ ଚାରି ଧାଡ଼ି ବିଶିଷ୍ଟ ଏକ ପଦକୁ ଚଉପାଇ କୁହାଯାଏ । ଷୋଡ଼ଶ ଶତାବ୍ଦୀରେ ଜନ୍ମଗ୍ରହଣ କରିଥିବା ଭାରତୀୟ କବି, ଦାର୍ଶନିକ ତ‌ଥା ସନ୍ଥ ଶ୍ରୀ ଗୋସ୍ୱାମୀ ତୁଳସୀ ଦାସ ଏହାକୁ ଅବଧୀ ଭାଷାରେ ରଚନା କରିଥିଲେ ।

    10 ପଠିତ (↑10 ଗତକାଲିଠାରୁ)11,10,0,0,13,0,11,15,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  76. 76

    ଅନନ୍ତ ପଟ୍ଟନାୟକ

    ଅନନ୍ତ ପଟ୍ଟନାୟକ

    ଅନନ୍ତ ପଟ୍ଟନାୟକ (୧୧ ଜୁନ ୧୯୧୨-୨୫ ଜୁନ ୧୯୮୭) ଓଡ଼ିଶାରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ଅନୁବାଦକ ଥିଲେ । ୧୯୫୦ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ସପ୍ତଶଯ୍ୟାର ସେ କାହାଣୀ, ଚିତ୍ରନାଟ୍ୟ, ଗୀତ ଓ ସଂଳାପ ରଚନା କରିଥିଲେ ।

    10 ପଠିତ (↑10 ଗତକାଲିଠାରୁ)0,0,0,17,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  77. 77

    କୃଷ୍ଣ ଜନ୍ମାଷ୍ଟମୀ

    କୃଷ୍ଣ ଜନ୍ମାଷ୍ଟମୀ

    'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।

    10 ପଠିତ (↑10 ଗତକାଲିଠାରୁ)29,55,209,601,44,17,11,14,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  78. 78

    ଅଖିଳ ମୋହନ ପଟ୍ଟନାୟକ

    ଅଖିଳ ମୋହନ ପଟ୍ଟନାୟକ

    ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।

    10 ପଠିତ (↓6 ଗତକାଲିଠାରୁ)13,0,9,0,0,0,0,27,16, 10

    3 ଦିନ ଷ୍ଟ୍ରିକ

    🔍 🗞️
  79. 79

    ଭଦଭଦଳିଆ

    ଭଦଭଦଳିଆ

    ଭାରତୀୟ ଲୋଟଣୀ, ଭଦଭଦଳିଆ ଚଢ଼େଇ ଓଡ଼ିଶାର ଗର୍ବ ଓ ସଙ୍କେତ ଅଟେ । ଏହାକୁ ଓଡ଼ିଶାର ରାଜ୍ୟ ପକ୍ଷୀ (State Bird of Odisha) ଭାବେ ଘୋଷଣା କରାଯାଇଅଛି । ଏହି ପକ୍ଷୀ ମୁଖ୍ୟତଃ ଭାରତୀୟ ଉପମହାଦେଶରେ ଦେଖିବାକୁ ମିଳିଥାଏ । ଏହାଛଡା ଥାଇଲାଣ୍ଡ ଓ ଇରାକରେ ମଧ୍ୟ ଏମାନେ ଦେଖା ଯାଆନ୍ତି । ଭାରତର ଅନେକ ରାଜ୍ୟ ଏହି ପକ୍ଷୀକୁ ସେମାନଙ୍କର ରାଜ୍ୟ ପକ୍ଷୀ ଭାବେ ଘୋଷଣା କରିଛନ୍ତି ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  80. 80

    ଉପେନ୍ଦ୍ର ଭଞ୍ଜ

    ଉପେନ୍ଦ୍ର ଭଞ୍ଜ

    କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦, ଅନ୍ୟମତେ ୧୭୨୦) ସପ୍ତଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଶୀ ସଙ୍ଗୀତକାର କବି ଥିଲେ । ସେ ସପ୍ତଦଶ ଶତାବ୍ଦୀର ଶେଷ ପର୍ଯ୍ୟାୟରେ ପୁରାତନ ରାଜଶାସିତ ଘୁମୁସରର ରାଜବଂଶରେ କୁଲାଡ଼ଗଡଜନ୍ମଲାଭ କରିଥିଲେ। ରୀତିଯୁଗର ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି ।

    9 ପଠିତ (↓28 ଗତକାଲିଠାରୁ)31,22,19,9,17,20,31,23,37, 9

    9+ ଦିନ ଷ୍ଟ୍ରିକ

    🔍 🗞️
  81. 81

    ଓଡ଼ିଶାର ପଞ୍ଚାୟତ ସମିତି ତାଲିକା

    ଓଡ଼ିଶାର ପଞ୍ଚାୟତ ସମିତି ତାଲିକା

    ଏହା ଓଡ଼ିଶାର ପଞ୍ଚାୟତ ସମିତିମାନଙ୍କ ବାବଦରେ ଏକ ତାଲିକା ପ୍ରଦାନ କରିଥାଏ । ରାଜ୍ୟର ମୋଟ ୩୦ ଗୋଟି ଜିଲ୍ଲାରେ ୬୨୩୬ ଗ୍ରାମପଞ୍ଚାୟତ, ୬୨୩୪ ପଞ୍ଚାୟତ ସମିତି ସଭ୍ୟ, ୮୭, ୫୫୧ ୱାର୍ଡ଼ ସଭ୍ୟ ଓ ୮୫୪ ଜିଲ୍ଲା ପରିଷଦ ପଦବୀ ରହିଛି ।

    9 ପଠିତ (↑9 ଗତକାଲିଠାରୁ)14,17,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  82. 82

    ହାତୀ

    ହାତୀ

    ହାତୀ (ଇଂରାଜୀରେ Elephant) ଏକ ବୃହତାକାର ସ୍ତନ୍ୟପାୟୀ ପ୍ରାଣୀ ଓ ଏହା ସର୍ବବୃହତ୍ ସ୍ଥଳଚର ସ୍ଥନ୍ୟପାୟୀ ଜୀବ । ଜୀବବିଜ୍ଞାନ ଅନୁଯାୟୀ ହାତୀକୁ ଏଲିଫେଣ୍ଟିଡାଏ ପରିବାରରେ ସ୍ଥାନିତ କରାଯାଇଛି । ହାତୀଙ୍କର ତିନୋଟି ଉପ-ପ୍ରଜାତି ଚିହ୍ନଟ କରାଯାଇଛି । ସେଗୁଡ଼ିକ ହେଲେ – ଆଫ୍ରିକୀୟ ବୁଦା ହାତୀ (African bush elephant, ଜୀବବିଜ୍ଞାନ ନାମ Loxodonta africana), ଆଫ୍ରିକୀୟ ଜଙ୍ଗଲ ହାତୀ (African forest elephant, ଜୀବବିଜ୍ଞାନ ନାମ Loxodonta cyclotis) ଏବଂ ଏସୀୟ ହାତୀ (Asian elephant, ଜୀବବିଜ୍ଞାନ ନାମ Elephas maximus) । ଭୌଗୋଳିକ ବିତରଣ ଦୃଷ୍ଟିରୁ ଉପ-ସାହାରା ଆଫ୍ରିକା, ଦକ୍ଷିଣ ଏବଂ ଦକ୍ଷିଣ-ପୂର୍ବ ଏସିଆରେ ହାତୀମାନେ ବ୍ୟାପ୍ତ । ପ୍ରାଚୀନ କାଳର ପ୍ରୋବୋଶିଡିଆ (proboscis-ପ୍ରୋବୋଶିସ୍ ଶବ୍ଦର ଅର୍ଥ ଶୁଣ୍ଢ) ପରିବାରରୁ କେବଳ ଏଲିଫେଣ୍ଟିଡାଏ ପରିବାର ବର୍ତ୍ତମାନ ଜୀବିତ ରହିଛି; କିନ୍ତୁ ଅନ୍ୟ ପରିବାର ଯଥା ଡାଏନୋଥେରିସ୍, ଗୋମ୍ଫୋଥିଅର୍, ମାମ୍ମଥ୍ ଓ ମାଷ୍ଟୋଡନ୍ ଇତ୍ୟାଦିର ଜୀବସମୂହ ଲୋପ ପାଇଗଲେଣି ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  83. 83

    କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା

    କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା

    ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।

    9 ପଠିତ (0 ଗତକାଲିଠାରୁ)0,0,0,0,0,0,17,14,9, 9

    4 ଦିନ ଷ୍ଟ୍ରିକ

    🔍 🗞️
  84. 84

    ରାସନ କାର୍ଡ଼ (ଭାରତ)

    ରାସନ କାର୍ଡ଼ (ଭାରତ)

    {Politics of India}}

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  85. 85

    ରମାକାନ୍ତ ରଥ

    ରମାକାନ୍ତ ରଥ

    ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।

    9 ପଠିତ (↓34 ଗତକାଲିଠାରୁ)0,14,13,0,0,11,0,39,43, 9

    3 ଦିନ ଷ୍ଟ୍ରିକ

    🔍 🗞️
  86. 86

    ଓଡ଼ିଶାର ଭୂଗୋଳ

    ଓଡ଼ିଶାର ଭୂଗୋଳ

    ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ ଏକ ପ୍ରଶାସନିକ ରାଜ୍ୟ । ଏହାର ଦକ୍ଷିଣରେ ଆନ୍ଧ୍ର ପ୍ରଦେଶ, ପଶ୍ଚିମରେ ଛତିଶଗଡ଼, ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଏବଂ ପୂର୍ବରେ ବଙ୍ଗୋପ ସାଗର ରହିଛି । ରାଜ୍ୟର ପଶ୍ଚିମ ଓ ଉତ୍ତରାଂଶ ଛୋଟନାଗପୁର ମାଳଭୂମିର ଅଂଶବିଶେଷ । ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ମହାନଦୀ, ବ୍ରାହ୍ମଣୀଓ ବୈତରଣୀ ନଦୀ ପ୍ରଭୃତିର ମୁହାଣରେ ଉର୍ବର ପଟୁମୃତ୍ତିକା ଯୁକ୍ତ ସମତଳ ଭୂମି ଦେଖାଯାଏ । ଏହି ସମତଳ ଭୂମିରେ ମୂଖ୍ୟତଃ ଧାନଚାଷ କରାଯାଏ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  87. 87

    ପଞ୍ଚକନ୍ୟା

    ପଞ୍ଚକନ୍ୟା

    ପଞ୍ଚକନ୍ୟା (ଇଂରାଜୀ ଭାଷାରେ Panchakanya (पञ्चकन्या, pañcakanyā), ବା ପାଞ୍ଚ କୁମାରୀ) ହିନ୍ଦୁ ଗ୍ରନ୍ଥମାନଙ୍କରେ ଲିଖିତ ପାଞ୍ଚ ନାୟିକା ଯାହାଙ୍କର ନାମ ନେଲେ ସମସ୍ତ ପାପ ତାପ ହରଣ ହୋଇଯାଉଥିବା ବିଶ୍ୱାସ କରାଯାଏ । ସେମାନଙ୍କର ନାମ ଅହଲ୍ୟା (Ahalya), ଦ୍ରୌପଦୀ, ସୀତା, ତାରା Tara ଓ ମନ୍ଦୋଦରୀ । ଦ୍ରୌପଦୀଙ୍କର ନାମ ମହାଭାରତରେ ଲିପିବଦ୍ଧ ଥିବା ବେଳେ ।, ସୀତା, ଅହଲ୍ୟା, ତାରା ଓ ମନ୍ଦୋଦରୀଙ୍କର ନାମ ରାମାୟଣରେ ଅଛି । ଏହି ପଞ୍ଚ କନ୍ୟାଙ୍କୁ ସତୀ ଓ ପବିତ୍ର ମନେକରାଯାଏ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  88. 88

    ବାଘା ଯତୀନ

    ବାଘା ଯତୀନ

    ବାଘା ଯତୀନ (ଯତୀନ୍ଦ୍ରନାଥ ମୁଖୋପାଧ୍ୟାୟ) (୭ ଡିସେମ୍ବର ୧୮୭୯-୧୦ ସେପ୍ଟେମ୍ବର ୧୯୧୫) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଫିରିଙ୍ଗିମାନଙ୍କ ବିରୋଧରେ ଲଢ଼ାଇ କରି ଦେଶ ପାଇଁ ପ୍ରାଣବଳି ଦେଇଥିଲେ । ବାଲେଶ୍ୱର-ହଳଦୀପଦା ରାସ୍ତାରେ ଥିବା ଚଷାଖଣ୍ଡ ଗାଁରେ ତାଙ୍କର ଜନ୍ମ ହୋଇଥିଲା । ଏଠାରେ ତାଙ୍କ ସ୍ମୃତିରେ ସ୍ମାରକୀ ନିର୍ମିତ । ସବୁ ବର୍ଷ ସେପ୍ଟେମ୍ବର ୧୦ ତାରିଖରେ ଏଠାକାର ଲୋକମାନେ ତାଙ୍କର ସ୍ମାରକୀ ପାଳନ କରିଥାନ୍ତି ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  89. 89

    ମାୟାଧର ମାନସିଂହ

    ମାୟାଧର ମାନସିଂହ

    ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍‌ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।

    9 ପଠିତ (↑9 ଗତକାଲିଠାରୁ)0,13,0,11,7,8,10,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  90. 90

    ଉଷସୀ ମିଶ୍ର

    ଉଷସୀ ମିଶ୍ର

    ଉଷସୀ ମିଶ୍ର ଜଣେ ଓଡ଼ିଆ ଅଭିନେତ୍ରୀ । ଉଷସୀ ଉଭୟ ସକରାତ୍ମକ ଏବଂ ନକରାତ୍ମକ ଚରିତ୍ରରେ ଅନେକ ଚଳଚ୍ଚିତ୍ର, ଯାତ୍ରା ଓ ଟିଭି ଧାରାବାହିକ ଓ ଓଡ଼ିଆ ଆଲବମ ଗୀତରେ ଅଭିନୟ କରିଛନ୍ତି ।

    9 ପଠିତ (↑9 ଗତକାଲିଠାରୁ)0,9,13,10,9,9,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  91. 91

    ରାମଶଙ୍କର ରାୟ

    ରାମଶଙ୍କର ରାୟ

    ରାମଶଙ୍କର ରାୟ (୨୫ ମଇ ୧୮୫୭ - ୧୩ ସେପ୍ଟେମ୍ବର ୧୯୩୧) ଜଣେ ଓଡ଼ିଆ ସାହିତ୍ୟିକ ଥିଲେ, ସେ ଆଧୁନିକ ଓଡ଼ିଆ ନାଟକର ଜନକ ଭାବେ ପରିଚିତ । ୧୮୫୭ ମସିହା ଜ୍ଯେଷ୍ଠ ଶୁକ୍ଳ ଦ୍ୱିତୀୟା ତିଥିରେ ସେ ଅସୁରେଶ୍ୱର ଅନ୍ତର୍ଗତ ଦିକ୍ଷୀତପଡ଼ାରେ ଏକ ସମ୍ଭ୍ରାନ୍ତ ପରିବାରରେ ଜନ୍ମ ନେଇଥିଲେ । ସେ ନଟବର ରାମଶଙ୍କର ରାୟ ଭାବେ ଜଣା ।

    9 ପଠିତ (↑9 ଗତକାଲିଠାରୁ)0,0,10,0,0,0,23,16,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  92. 92

    ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ

    ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ

    ଭାରତ ଏକ ସଂଘୀୟ ରାଷ୍ଟ୍ର, ଯାହା ୨୮ଟି ରାଜ୍ୟ ଏବଂ ୮ଟି କେନ୍ଦ୍ରଶାସିତ ଅଞ୍ଚଳକୁ ନେଇ ଗଠିତ। ମୋଟ ଉପରେ ଏହି ୩୬ଟି ଉପ-ଜାତୀୟ ପ୍ରଶାସନିକ ଏକକ ରହିଛି। ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ପୁନଶ୍ଚ ଅନେକ ଜିଲ୍ଲାରେ ବିଭକ୍ତ କରାଯାଇଛି। ସମଗ୍ର ଭାରତରେ ସମୁଦାୟ ୭୮୪ଟି ଜିଲ୍ଲା ରହିଛି, ଯାହାର ଅଧୀନରେ ଆହୁରି ଅନେକ ପ୍ରଶାସନିକ ସ୍ତର ସ୍ଥିର କରାଯାଇଛି।

    9 ପଠିତ (↑9 ଗତକାଲିଠାରୁ)0,0,9,10,0,0,0,18,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  93. 93

    ଶିବାଜୀ

    ଶିବାଜୀ

    ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।

    9 ପଠିତ (↑9 ଗତକାଲିଠାରୁ)0,11,0,0,0,0,0,15,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  94. 94

    ଜୟୀ ରାଜଗୁରୁ

    ଜୟୀ ରାଜଗୁରୁ

    ଜୟକୃଷ୍ଣ ରାଜଗୁରୁ ମହାପାତ୍ର (୨୯ ଅକ୍ଟୋବର ୧୭୩୯ - ୬ ଡିସେମ୍ବର ୧୮୦୬) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଖୋର୍ଦ୍ଧାର ରାଜା ଗଜପତି ମୁକୁନ୍ଦ ଦେବ ଦ୍ୱିତୀୟଙ୍କ ରାଜଦରବାରରେ ରାଜକୀୟ ରାଜଗୁରୁ ହେବା ସହ ରାଜାଙ୍କ ସେନାବାହିନୀର ମୁଖ୍ୟ ସେନାପତି ଓ ରାଜାଙ୍କ ପ୍ରଶାସନିକ ପ୍ରତିନିଧି ମଧ୍ୟ ଥିଲେ ।

    9 ପଠିତ (↓2 ଗତକାଲିଠାରୁ)0,13,0,0,0,0,0,10,11, 9

    3 ଦିନ ଷ୍ଟ୍ରିକ

    🔍 🗞️
  95. 95

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ (୨୫ ଅଗଷ୍ଟ ୧୯୧୧ - ୨୧ ଫେବୃଆରୀ, ୨୦୦୦) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନପ୍ରାପ୍ତ ଓଡ଼ିଆ କବି ଥିଲେ । ତାଙ୍କର କବିତା ଗୁଡ଼ିକରେ ସ୍ୱଦେଶ ପ୍ରୀତି ଓ ସୌନ୍ଦର୍ଯ୍ୟର ଅନୁଭୂତି ଲକ୍ଷ୍ୟ କରାଯାଇଥାଏ । ସବୁଜ ଗୋଷ୍ଠୀର ସାହିତ୍ୟ ସାଧନା କାଳରେ ଏକକ କବି ଭାବରେ ସେ ପରିଚିତ ଥିଲେ ।

    9 ପଠିତ (↓4 ଗତକାଲିଠାରୁ)12,0,0,0,0,0,0,9,13, 9

    3 ଦିନ ଷ୍ଟ୍ରିକ

    🔍 🗞️
  96. 96

    ପଞ୍ଚସଖା

    ପଞ୍ଚସଖା

    ୧୫ ଓ ୧୬ଶ ଶତାବ୍ଦୀକୁ ପଞ୍ଚସଖା ଯୁଗ କୁହାଯାଏ । ଏହି ଯୁଗରେ ପାଞ୍ଚଜଣ ଭକ୍ତିକବି ଅନନ୍ତ ଦାସ, ଯଶୋବନ୍ତ ଦାସ, ଅଚ୍ୟୁତାନନ୍ଦ ଦାସ, ଜଗନ୍ନାଥ ଦାସ ଓ ବଳରାମ ଦାସଙ୍କୁ ନେଇ ପଞ୍ଚସଖା ଗଠିତ । ଏହି ପାଞ୍ଚଜଣଙ୍କୁ ଚୈତନ୍ୟଙ୍କ ପଞ୍ଚସଖା ମଧ୍ୟ କୁହାଯାଏ ।

    9 ପଠିତ (↓3 ଗତକାଲିଠାରୁ)11,21,0,24,14,10,13,11,12, 9

    7 ଦିନ ଷ୍ଟ୍ରିକ

    🔍 🗞️
  97. 97

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ (୧୦ ମାର୍ଚ୍ଚ ୧୯୨୩ - ୧୭ ଫେବୃଆରୀ ୨୦୧୩)ଓଡ଼ିଶାରେ ଜନ୍ମିତ ଜଣେ ଗାଳ୍ପିକ, ପ୍ରାବନ୍ଧିକ, ନାଟ୍ୟକାର । ସେ ଓଡ଼ିଆ ସାହିତ୍ୟରେ ନବନାଟ୍ୟ ଆନ୍ଦୋଳନର ମୁଖ୍ୟ ପୁରୋଧା ଥିଲେ ।

    9 ପଠିତ (↓3 ଗତକାଲିଠାରୁ)12,12,13,8,0,9,14,0,12, 9

    2 ଦିନ ଷ୍ଟ୍ରିକ

    🔍 🗞️
  98. 98

    ଗୋବିନ୍ଦ ତ୍ରିପାଠୀ

    ଗୋବିନ୍ଦ ତ୍ରିପାଠୀ

    ଗୋବିନ୍ଦ ତ୍ରିପାଠୀ (୧୩ ମଇ ୧୮୯୯ - ୦୯ ସେପ୍ଟେମ୍ବର ୧୯୬୨) ଜଣେ ଓଡ଼ିଆ ପ୍ରାବନ୍ଧିକ ଥିଲେ । ଅନୁବାଦ, ନାଟକ ଓ ଉପନ୍ୟାସ ସାହିତ୍ୟରେ ମଧ୍ୟ ତାଙ୍କର ପ୍ରବେଶ ରହିଥିଲା ।

    9 ପଠିତ (↑9 ଗତକାଲିଠାରୁ)10,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  99. 99

    ବେଦ

    ବେଦ

    ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହାକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହାଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  100. 100

    ଅନ୍ନଦା ଶଙ୍କର ରାୟ

    ଅନ୍ନଦା ଶଙ୍କର ରାୟ

    ଅନ୍ନଦା ଶଙ୍କର ରାୟ (୧୫ ମଇ ୧୯୦୪ - ୨୮ ଅକ୍ଟୋବର, ୨୦୦୨) ଢେଙ୍କାନାଳରେ ଜନ୍ମିତ ସବୁଜଗୋଷ୍ଠୀର ଜଣେ ଲେଖକ ଓ କବି ଥିଲେ ।

    8 ପଠିତ (↑8 ଗତକାଲିଠାରୁ)0,12,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️

ତଥ୍ୟ ଆହରଣ ସମୟ: