ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଦାଶରଥି ପଟ୍ଟନାୟକ (୧୨ ଜୁଲାଇ ୧୯୦୭ - ୧୨ ସେପ୍ଟେମ୍ବର ୧୯୯୭) ଓଡ଼ିଶାର ଜଣେ ସଂଗ୍ରାହକ ଓ ଓଡ଼ିଆ ପାଠାଗାର ଆନ୍ଦୋଳନର ପୁରୋଧା । ସେ ଦଶ ପଇସାର ରାଜା ଓ ଖୁଣ୍ଟାତଡ଼ା ରାଜା ଓ ଦାଶିଆ ଅଜା ଭାବରେ ମଧ୍ୟ ପରିଚିତ । ସେ ବାଞ୍ଛାନିଧି ପାଠାଗାର (୧୯୫୯), ଶ୍ରୀ ଅରବିନ୍ଦ ସଂଗ୍ରହାଳୟ (୧୯୭୩) ଓ ଯଦୁମଣି ସାହିତ୍ୟ ସଂସଦ (୧୯୭୫) ପ୍ରତିଷ୍ଠା କରିଥିଲେ । ୧୯୯୭ ମସିହା ସେପ୍ଟେମ୍ବର ୧୨ତାରିଖରେ ତାଙ୍କର ଦେହାନ୍ତ ହୋଇଥିଲା ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ବାଲି ତୃତୀୟା ବ୍ରତ , ଭାଦ୍ରବ ମାସ ଶୁକ୍ଳ ପକ୍ଷ ତୃତୀୟା ଦିନ ହସ୍ତା ନକ୍ଷତ୍ରରେ ପାଳନ କରାଯାଏ । ବିବାହିତା ନାରୀମାନେ ସ୍ୱାମୀଙ୍କ ଦୀର୍ଘ, ନିରାମୟ ଜୀବନ କାମନା କରି ଏହି ବ୍ରତ ରଖିଥାନ୍ତି । କେତେକ ସ୍ଥାନରେ ଅବିବାହିତା ଝିଅମାନେ ମଧ୍ୟ ସର୍ବଗୁଣସମ୍ପନ୍ନ ପତି କାମନା କରି ଏହି ବ୍ରତ ପାଳନ କରନ୍ତି । ଅତି ନିଷ୍ଠାର ସହ ତୃତୀୟା ଦିନ ସୂର୍ଯ୍ୟୋଦୟଠାରୁ ଚତୁର୍ଥୀ ଦିନ ପ୍ରତ୍ୟୁଷ ପର୍ଯ୍ୟନ୍ତ ଉପବାସ ରହିବାକୁ ହୁଏ । ଜଳସ୍ପର୍ଶ ନିଷେଧ, ଏପରିକି ଛେପ ଢୋକିବାକୁ ମଧ୍ୟ ବାରଣ କରାଯାଏ । ଏହି ବ୍ରତର ଆରାଧ୍ୟ ଦେବତା ହେଉଛନ୍ତି ମହାଦେବ । ମହାଦେବ ଯେପରି ଆଶୁତୋଷ ସେମିତି ବି ରୁଦ୍ର । ତେଣୁ ଏହି ବ୍ରତକୁ ନିଷ୍ଠାର ସହ ପାଳନ କଲେ ଅନେକ ସୁଫଳ ମିଳେ ବୋଲି ବିଶ୍ୱାସ ରହିଛି । ମା' ପାର୍ବତୀ ମୃତ୍ୟୁଞ୍ଜୟୀ ଶିବଙ୍କୁ ପତି ରୂପେ ପାଇବା ପାଇଁ କୈଳାସ ପର୍ବତରେ କଠୋର ତପ କରିଥିଲେ । ପାର୍ବତୀଙ୍କ ତପସ୍ୟାରେ ଶିବ ସନ୍ତୁଷ୍ଟ ହୋଇଥିଲେ । ତେଣୁ ବିବାହିତା ନାରୀମାନେ ବାଲି ତୃତୀୟା ଦିନ ସକାଳେ ନଦୀ ବା ପୁଷ୍କରିଣୀରେ ସ୍ନାନ କରନ୍ତି । ପୁଣି ଥରେ ଅପରାହ୍ଣରେ ସ୍ନାନ କରି ପାଣିରେ ବୁଡି ସାତ ମୁଠା ବାଲି ଆଣନ୍ତି । ସେଥିରେ ଜଳାଶୟ କୂଳରେ ଶିବ ଲିଙ୍ଗ ବା ବାଲୁଙ୍କା ପୂଜା କରନ୍ତି । ପରଦିନ ସ୍ନାନ ସମୟରେ ବାଲୁଙ୍କା ବିସର୍ଜନ କରାଯାଏ । ନୂତନ ବସ୍ତ୍ର ପରିଧାନ ପୂର୍ବକ ଚତୁର୍ଥୀ ଦିନ ବ୍ରତ ଉଦ୍ଯାପନ କରାଯାଏ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା ବା କୁଶଗ୍ରହଣୀ ଅମାବାସ୍ୟା ନାମରେ ପାଳନ କରାଯାଏ । ଏହି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଭଗବାନ ଜଗନ୍ନାଥଙ୍କଠାରେ ସପ୍ତପୁରୀ ଭୋଗ ଲାଗିଥାଏ । ଶ୍ରୀଜୀଉଙ୍କର ଏହିଦିନ ବିଶେଷ ପୂଜାନୀତି ଅନୁଷ୍ଠିତ ହେବା ସହ ସେବାୟତଙ୍କଦ୍ୱାରା ଏକ ବଡ଼ ସପ୍ତପୁରୀ (ସାତପୁରୀ) ପ୍ରସ୍ତୁତ କରାଯାଇ ଠାକୁରଙ୍କଠାରେ ଭୋଗଲାଗି ହୋଇଥାଏ । ଏହାକୁ ସପ୍ତପୁରୀ ତାଡ଼ ମଧ୍ୟ କୁହାଯାଇଥାଏ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।
ଜଲ୍ଳୀୟାଁୱାଲା ବାଗ୍ ହତ୍ୟାକାଣ୍ଡ, ଯାହା ଅମୃତସର ହତ୍ୟାକାଣ୍ଡ, ଭାବେ ମଧ୍ୟ ପରିଚିତ, ୧୩ ଅପ୍ରେଲ୍ ୧୯୧୯ ଦିନ ଘଟିଥିଲା, ଯେଉଁଥିରେ କଲୋନେଲ୍ ରେଗିନାଲ୍ଡ ଡାୟାର୍ଙ୍କ ନେତୃତ୍ୱରେ ବ୍ରିଟିଶ୍ ଭାରତୀୟ ସେନା, ଅମୃତସର, ପଞ୍ଜାବର ଜାଲିଆନାୱାଲା ବାଗ୍ଠାରେ ଏକତ୍ରିତ ହୋଇଥିବା ଭାରତୀୟଙ୍କ ଉପରକୁ ଗୁଳି ଚଳାଇଥିଲେ । ଏହି ବେସାମରିକ ଭାରତୀୟମାନେ ଦୁଇ ଜାତୀୟ ନେତା ସତ୍ୟ ପାଲ୍ ଓ ସୈଫୁଦିନ୍ କିଚ୍ଲୁଙ୍କ ଗିରଫ୍ ଓ ଦେଶାନ୍ତରୀକରଣ ପ୍ରତିବାଦରେ ଏକତ୍ରିତ ହୋଇଥିଲେ । ଏହା ଏବେ ମଧ୍ୟ ତର୍କର ବିଷୟ ଯେ, ଭାରତୀୟମାନେ ଡାୟାର୍ଙ୍କ ´´´କୌଣସି ସଭା ହୋଇ ପାରିବ ନାହିଁ´´´ର ଘୋଷଣାନାମା ବିଷୟରେ ଜାଣିଥିଲେ ନା ନାହିଁ । ମାତ୍ର ରାଜା ରାମଙ୍କ ମତରେ ଭାରତୀୟମାନେ ସ୍ୱଇଚ୍ଛାରେ ଏକତ୍ରିତ ହୋଇଥିଲେ, ଯାହା ଭାରତୀୟ ଜାତୀୟତାବାଦର ପ୍ରାରମ୍ଭ ଥିଲା ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ରାଜେନ୍ଦ୍ର କିଶୋର ପଣ୍ଡା ( ୨୪ ଜୁନ ୧୯୪୪ - ୨୪ ଅକ୍ଟୋବର ୨୦୨୫) ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଓଡ଼ିଆ କବି ଓ ଲେଖକ ଥିଲେ । ସେ ୧୯୬୭ରୁ ୨୦୦୪ ମସିହା ପର୍ଯ୍ୟନ୍ତ ଭାରତୀୟ ପ୍ରଶାସନିକ ସେବାରେ ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ସେ ତାଙ୍କ ରଚନା ଶୈଳକଳ୍ପ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଏହା ବ୍ୟତୀତ ତାଙ୍କର ବିଭିନ୍ନ ରଚନା ଓ ଓଡ଼ିଆ ସାହିତ୍ୟକୁ ଅବଦାନ ନିମନ୍ତେ ୨୦୨୧ରେ ସାରଳା ସମ୍ମାନ, ୨୦୧୨ରେ ଗଙ୍ଗାଧର ଜାତୀୟ ସମ୍ମାନ, ୨୦୦୪ରେ ଉଭୟ ବିଷୁବ ପୁରସ୍କାର ଓ ସାହିତ୍ୟ ଭାରତୀ ସମ୍ମାନ, ୧୯୯୪ରେ ଝଙ୍କାର ପୁରସ୍କାର ଆଦିରେ ସମ୍ମାନୀତ ହୋଇଥିଲେ । ସେ ୧୬ଟି କବିତା ସଂକଳନ ପ୍ରକାଶ କରିଥିଲେ। ସେଗୁଡ଼ିକ ଭିତରୁ ଶତ୍ରଦ୍ରୁ ଅନେକ, ନିଜ ପାଇଁ ନାନାବାୟା, ଚଉକାଠରେ ଚିରକାଳ, ଶୈଳକଳ୍ପ, ବହୁବ୍ରୀହି ଆଦି ପ୍ରମୁଖ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଇବୋଲା ଭୂତାଣୁ ରୋଗ (English: Ebola virus disease ବା EVD କିମ୍ବା Ebola hemorrhagic fever ବା EHF) ମଣିଷ ଦେହରେ ହେଉଥିବା ଏକ ରୋଗ ଯାହା ଇବୋଲା ଭୂତାଣୁ ଦ୍ୱାରା ହୁଏ । ଭୂତାଣୁ ସଂସ୍ପର୍ଶରେ ଆସିବାର ୨ ଦିନଠାରୁ ୩ ସପ୍ତାହ ମଧ୍ୟରେ ଲକ୍ଷଣ ପ୍ରକାଶ ପାଏ । ଜ୍ୱର, ତଣ୍ଟି ଘାଆ, ମାଂସ ପେଶୀ ଯନ୍ତ୍ରଣା, ଓ ମୁଣ୍ଡ ବ୍ୟଥା ଏହାର ମୂଖ୍ୟ ଲକ୍ଷଣ । ଏହା ପରେ ପରେ ଓକାଳ, ବାନ୍ତି, ଡାଇରିଆ ବା ତରଳ ଝାଡା ହୁଏ ଓ ଏହା ସହ ଯକୃତ ଓ ବୃକକ ଦ୍ୱୟର କାର୍ଯ୍ୟ କ୍ଷମତା କମିଯାଏ । ଏହି ସମୟରେ ଦେହ ଭିତରେ ଓ ବାହାରେ ରକ୍ତ ସ୍ରାବ ମଧ୍ୟ ଆରମ୍ଭ ହୁଏ ।. ସଂକ୍ରମିତ ପଶୁମାନଙ୍କ (ମାଙ୍କଡ କିମ୍ବା ଫୃଟ ବ୍ୟାଟ/ fruit bat ) ରକ୍ତ ବା ଦେହର ତରଳ ପଦାର୍ଥର ସଂସ୍ପର୍ଶରେ ଆସିଲେ ଏହି ଜୀବାଣୁ ସୁସ୍ଥ ଲୋକ ଦେହକୁ ଯାଏ । ବାୟୁ ମାଧ୍ୟମକୁ କିନ୍ତୁ ଏହାର ବିସ୍ତାରର ପ୍ରମାଣ ମିଳି ନାହିଁ ।. । ଫୃଟ ବ୍ୟାଟଦ୍ୱାରା (fruit bat) ଏହି ଜୀବାଣୁ ବ୍ୟାପିଲେ ମଧ୍ୟ ତାହାକୁ ରୋଗ ହୁଏ ନାହିଁ । ସଂକ୍ରମିତ ମଣିଷଠାରୁ ଅନ୍ୟ ମଣିଷ ସଂକ୍ରମିତ ହୁଏ । ବୀର୍ଯ୍ୟ ମାଧ୍ୟମରେ ପୁରୁଷ ଦୁଇ ମାସ ପର୍ଯ୍ୟନ୍ତ ଏହି ରୋଗ ସଂକ୍ରମିତ କରି ପାରିବ । ଏହି ରୋଗ ନିର୍ଣ୍ଣୟ ନିମନ୍ତେ ପ୍ରଥମେ ମ୍ୟାଲେରିଆ, କଲେରା ଓ ଅନ୍ୟାନ୍ୟ ଭୂତାଣୁ ରକ୍ତସ୍ରାବୀ ରୋଗ ନ ଥିବା ସ୍ଥିର କରିବାକୁ ହୁଏ । ରୋଗ ନିର୍ଣ୍ଣୟ ନିମନ୍ତେ ଭୂତାଣୁ ଆଣ୍ଟିବଡି, ଭୂତାଣୁ ଆର.ଏନ.ଏ.
ଏୟାର ଇଣ୍ଡିଆ (Air India), ଭାରତର ଏକ ବିମାନସେବା । ଭାରତ ସରକାରଙ୍କ ଦ୍ୱାର ଚାଳିତ ଦୁଇ ବିମାନସେବା ମଧ୍ୟରୁ ଏହା ଅନ୍ୟତମ (ଅନ୍ୟଟି ଇଣ୍ଡିଆନ ଏୟାରଲାଇନ୍ସ । ୧୯୩୨ ଅକ୍ଟୋବର ୧୫ ତାରିଖରେ ଏୟାର ଇଣ୍ଡିଆର ବିମାନ ସେବା ଆରମ୍ଭ ହେଇଥିଲା । ସେତେବେଳେ ଏହାର ନାମ ଟାଟା ଏୟାରଲାଇନ୍ସ ରହିଥିଲା । ୧୯୩୨ ମସିହା ଜୁଲାଇ ମାସରେ ଏହା ପ୍ରତିଷ୍ଠା କରାଯାଇଥିଲା । ଏହାର କର୍ପୋରେଟ କାର୍ଯ୍ୟାଳୟ ଦକ୍ଷିଣ ବମ୍ବେର ନରିମାନ ପଇଣ୍ଟରେ ଅବସ୍ଥିତ । ଏହାର ଦୁଇଟି କେନ୍ଦ୍ରମଧ୍ୟ ରହିଛି । ଗୋଟିଏ ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ରହିଥିବା ବେଳେ ଅନ୍ୟଟି ଛତ୍ରପତି ଶିବାଜୀ ଇଣ୍ଟରନ୍ୟାଶନାଲ ଟର୍ମିନାଲରେ ରହିଛି । ଏହି ଏୟାରଲାଇନ୍ସ ଉଭୟ ଏୟାରବସ ଓ ବୋଇଂ ବିମାନସେବା ଯୋଗାଉଛି । ବର୍ତ୍ତମାନ ଏହା ସମଗ୍ର ଏସିଆ, ୟୁରୋପ ଓ ଉତ୍ତର ଆମେରିକାକୁ ବିମାନସେବା ଯୋଗାଇବାରେ ସକ୍ଷମ ହୋଇଛି । ଭାରତୀୟ ଉପମହାଦେଶରେ ସର୍ବବୃହତ ଅପରେଟର ହୋଇଥିଲେ ମଧ୍ୟ ଏୟାର ଇଣ୍ଡିଆ ୪ର୍ଥ ସ୍ଥାନରେ ରହିଛି । ୨୦୧୪ରେ ଏୟାର ଇଣ୍ଡିଆ ବିଶ୍ୱର ସର୍ବବୃହତ୍ ବିମାନ ଆଲାଏନ୍ସ, ସ୍ଟାର ଆଲାଏନ୍ସର ସଭ୍ୟଭାବେ ଯୋଗ ଦେଇଛି ।
ଓଡ଼ିଶା ସରକାରଙ୍କ ଯୋଜନାସବୁର ତାଲିକା
ଭାରତରେ ଓଡ଼ିଶା ସରକାର ରାଜ୍ୟବାସୀଙ୍କ ପାଇଁ ସମୟ ସମୟରେ ବିଭିନ୍ନ କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛନ୍ତି ଯାହାକୁ ଆମେ ସ୍କିମ୍ (ଯୋଜନା) ବୋଲି କହିଥାଉ । ନିମ୍ନରେ ସରକାରୀ ଯୋଜନାର ତାଲିକା ଗୁଡ଼ିକୁ ଉଲ୍ଲେଖ କରାଯାଇଛି । ଉପସ୍ଥିତ ତାଲିକାରେ ଜାତୀୟ ଯୋଜନାଗୁଡିକର ରାଜ୍ୟ କାର୍ଯ୍ୟକାରିତା (ଯଥା: ଜାତୀୟ ପୁଷ୍ଟିକର ମିଶନ୍; ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟ; ବାଲ୍ୟ ବିବାହ ନିଷେଧ ଆଇନ, ୨୦୦୬; ସମନ୍ୱିତ ଶିଶୁ ବିକାଶ ସେବା) ମଧ୍ୟ ଅନ୍ତର୍ଭୂକ୍ତ କରାଯାଇଛି ।
ବାଘା ଯତୀନ (ଯତୀନ୍ଦ୍ରନାଥ ମୁଖୋପାଧ୍ୟାୟ) (୭ ଡିସେମ୍ବର ୧୮୭୯-୧୦ ସେପ୍ଟେମ୍ବର ୧୯୧୫) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ଫିରିଙ୍ଗିମାନଙ୍କ ବିରୋଧରେ ଲଢ଼ାଇ କରି ଦେଶ ପାଇଁ ପ୍ରାଣବଳି ଦେଇଥିଲେ । ବାଲେଶ୍ୱର-ହଳଦୀପଦା ରାସ୍ତାରେ ଥିବା ଚଷାଖଣ୍ଡ ଗାଁରେ ତାଙ୍କର ଜନ୍ମ ହୋଇଥିଲା । ଏଠାରେ ତାଙ୍କ ସ୍ମୃତିରେ ସ୍ମାରକୀ ନିର୍ମିତ । ସବୁ ବର୍ଷ ସେପ୍ଟେମ୍ବର ୧୦ ତାରିଖରେ ଏଠାକାର ଲୋକମାନେ ତାଙ୍କର ସ୍ମାରକୀ ପାଳନ କରିଥାନ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ମାନସିକ ସ୍ୱାସ୍ଥ୍ୟ ହେଉଛି ମାନସିକ ସୁସ୍ଥତାର ସ୍ତର କିମ୍ବା ମାନସିକ ରୋଗର ଅନୁପସ୍ଥିତିକୁ ସୁଚାଇଥାଏ । ଏହା ହେଉଛି ଜଣଙ୍କର ଅବସ୍ଥା ଯିଏ “ଭାବପ୍ରବଣ ଏବଂ ଆଚରଣଗତ ସମନ୍ୱୟର ସନ୍ତୋଷଜନକ ସ୍ତରରେ କାର୍ଯ୍ୟ କରିବାକୁ ସୁଚାଇଥାଏ” । ସକରାତ୍ମକ ମନୋବିଜ୍ଞାନ ଦୃଷ୍ଟିକୋଣରୁ, ମାନସିକ ସ୍ୱାସ୍ଥ୍ୟ ଜଣେ ବ୍ୟକ୍ତିଙ୍କର ଜୀବନକୁ ଉପଭୋଗ କରିବାର କ୍ଷମତା ଅନ୍ତର୍ଭୁକ୍ତ କରିପାରେ ଏବଂ ଜୀବନ କାର୍ଯ୍ୟକଳାପ ଏବଂ ମାନସିକ ସ୍ଥିରତା ହାସଲ ପାଇଁ ପ୍ରୟାସ ମଧ୍ୟରେ ସନ୍ତୁଳନ ସୃଷ୍ଟି କରିପାରେ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ଅନୁଯାୟୀ, ମାନସିକ ସ୍ୱାସ୍ଥ୍ୟରେ "ସୁସ୍ଥତା, ଅନୁଭବ ହୋଇଥିବା ଆତ୍ମ-ପ୍ରଭାବ, ସ୍ୱାଧୀନତା, ଦକ୍ଷତା, ନିଜସ୍ୱ ନିର୍ଭରଶୀଳତା ଏବଂ ଅନ୍ୟମାନଙ୍କ ମଧ୍ୟରେ ବୌଦ୍ଧିକ ତଥା ଭାବଗତ ସାମର୍ଥ୍ୟର ଆତ୍ମ-ବାସ୍ତବତା" ଅନ୍ତର୍ଭୁକ୍ତ ହୋଇଥାଏ । WHO ଆହୁରି ମଧ୍ୟ କହିଛି ଯେ ଜଣେ ବ୍ୟକ୍ତିର ଭଲରେ ରହିବା ସେମାନଙ୍କର ଦକ୍ଷତାକୁ ହୃଦୟଙ୍ଗମ କରିବା, ଜୀବନର ସାଧାରଣ ଚାପ, ଉତ୍ପାଦନକାରୀ କାର୍ଯ୍ୟ ଏବଂ ସେମାନଙ୍କ ସମ୍ପ୍ରଦାୟରେ ଅବଦାନ ସହିତ ମୁକାବିଲା କରିବା ଉପରେ ମଧ୍ୟ ନିର୍ଭର କରିଥାଏ । ଜଣେ “ମାନସିକ ସ୍ୱାସ୍ଥ୍ୟ”କୁ କିଭଳି ବ୍ୟାଖ୍ୟା କରେ ତାହା ସାଂସ୍କୃତିକ ପାର୍ଥକ୍ୟ, ମୂଲ୍ୟାଙ୍କନ, ଏବଂ ପ୍ରତିଯୋଗୀ ବୃତ୍ତିଗତ ତତ୍ତ୍ୱ ଗୁଡିକଦ୍ୱାରା ପ୍ରଭାବିତ ହୋଇଥାଏ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।
ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କଦ୍ୱାରା ୧୮୯୫ ମସିହାରେ ଲେଖାଯାଇଥିଲା । ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି । ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଅସୀମା ପଣ୍ଡା ଜଣେ ଓଡ଼ିଆ କଣ୍ଠଶିଳ୍ପୀ । ସେ ମୁଖ୍ୟତଃ ଓଡ଼ିଆ ଏବଂ ସମ୍ବଲପୁରୀ ଗୀତ ଗାଆନ୍ତି । ଅସୀମା ଓଡ଼ିଆ ଆଲବମ୍, ଭଜନ ଓ କଥାଚିତ୍ର ଜଗତରେ ଜଣେ ଜଣାଶୁଣା ଗାୟିକା । ଅସୀମା ପଣ୍ଡା ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଗୀତ ଗାଇବା ଆରମ୍ଭ କରିଥିଲେ । ଓଡ଼ିଆ କଥାଚିତ୍ର ହରି ଓମ୍ ହରିରେ ସେ ପ୍ରଥମଥର ପାଇଁ ଓଡ଼ିଆ କଥାଚିତ୍ର ପାଇଁ ଗୀତ ଗାଇଥିଲେ ଏବଂ ଏହାପରେ ଗଞ୍ଜା ଲଢ଼େଇ, ୱାନ୍ ୱେ ଟ୍ରାଫିକ୍, ଗଞ୍ଜା ଲଢ଼େଇ, ଆଶିକ୍, ତୁ କହିବୁ ନା ମୁଁ, ତୁ ମୋର ସପନ ରାଣୀ, ପ୍ରେମର ନିଶା ନିଆରା ନିଆରା, ମୁଁ ପରଦେଶୀ ଚଢ଼େଇ, ତୁ ମୋ ସୁନା ଚଢ଼େଇ, ଫ୍ରମ୍ ମି ଟୁ ୟୁ, ଟାଇଗର, ଲଭ୍ ଟୁଇଷ୍ଟ, ମୁଁ ଖାଣ୍ଟି ଓଡ଼ିଆ ଝିଅ, ତୋ ପ୍ରେମରେ ପଡ଼ିଲା ପରେ, ଏମିତି ବି ହେଇପାରେ, ଅଭିମାନ, ମୁଇଁ ଦିୱାନା ତୁଇ ଦିୱାନୀ, ତୁ ମୋ ହିରୋ, ଅଦୃଶ୍ୟମ୍, ବାପା ତମେ ଭାରି ଦୁଷ୍ଟ, ଦେଲେ ଧରା କଥା ସରେ, ସୀତାରାମଙ୍କ ବାହାଘର କଳିଯୁଗରେ, ସେଲଫିସ୍ ଦିଲ୍, ଏକ୍ସକ୍ୟୁଜ ମି, ଲୋକାଲ ଟୋକା ଲଭ୍ ଚୋଖା, ପ୍ୟାର ଅଲଗା ପ୍ରକାର, ଲଭ୍ ଏକ୍ସପ୍ରେସ୍, ଟିକେ ଅନାଡ଼ି ପୂରା ଖିଲାଡ଼ି, ନାୟକର ନାଁ ଦେବଦାସ, ମିଠା ମିଠା, ଲୈଲା ଓ ଲୈଲା, ହାପି ଲକି, ହେଲୋ- ଇନ୍ ଲଭ୍, ଟୋକାଟା ଫସିଗଲା, ଯୋଗୀ, ବିଶ୍ୱରୂପ ଆଦି କଥାଚିତ୍ରରେ କଣ୍ଠଦାନ କରିଥିଲେ । ଅସୀମା ଓଡ଼ିଆ କଥାଚିତ୍ର ବ୍ୟତୀତ ବିଭିନ୍ନ ଆଲବମ୍ ଗୀତ ଏବଂ ଭଜନରେ କଣ୍ଠଦାନ କରିଛନ୍ତି । ପ୍ରାର୍ଥନା ଟିଭିରେ ପ୍ରସାରିତ ଭଜନ ଅନ୍ତାକ୍ଷରୀ, ପ୍ରାର୍ଥନା ମଞ୍ଚ ଭଳି କାର୍ଯକ୍ରମରେ ଭଜନ ପରିବେଷଣ କରନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଅହିରାଜ (ଇଂରାଜୀ: King Cobra, Ophiophagus hannah) ମୁଖ୍ୟତଃ ଦକ୍ଷିଣ ଭାରତର ଜଙ୍ଗଲମାନଙ୍କରେ ଦେଖାଯାଉଥିବା ବୃହତ ବିଷଧର ସର୍ପ ପ୍ରଜାତି । ଏହାର ଲମ୍ବ ୫.୬-୫.୭ ମିଟର । ସାଧାରଣରେ ନାଗ ନାମରେ ନାମିତ କିନ୍ତୁ ଏହା ପ୍ରକୃତ ନାଗ (Naja Genus)ପ୍ରଜାତିର ନୁହେଁ ଅହିରାଜ ନିଜ ପ୍ରଜାତିରେ ଏକ ମାତ୍ର ଜୀବ ଯିଏକି ଅନ୍ୟ ସାପ,ଝିଟିପିଟି ଓ ମୂଷାମାନଙ୍କୁ ଆହାର ରୂପେ ଗ୍ରହଣ କରେ । ଅହିରାଜ ନିଜ ଅଞ୍ଚଳରେ ଭୟଙ୍କର ଓ ବିପଦ ଜଣକ ବୋଲି ନିଜ ସମ୍ମାନ ବଜାୟ ରଖିଛି । ମନୁଷ୍ୟ ସହ ମୁକାବିଲା କରିବାରେ ନିଜକୁ ବହୁତ ଦୂର ରଖେ ତଥାପି କିଛି ଗୁରୁତ୍ୱପୂର୍ଣ ସଂସ୍କୃତି ଓ ଅନ୍ଧବିଶ୍ୱାସରେ ଘେରି ରହିଛି ।
ସିଂହ Panthera ପ୍ରଜାତିର ଏକ ଅନ୍ୟତମ ଜୀବ ଓ Felidae ପରିବାରର ଏକ ସଦସ୍ୟ ।ବାଘ ପରେ ବଞ୍ଚି ରହିଥିବା ଏହା ୨ୟ ବୃହତ ବିଲେଇ ଜାତି । ଆଫ୍ରିକାର ଉପ-ଶାହାରା ଅଞ୍ଚଳ ଓ ଦକ୍ଷିଣ ଏସିଆ ଯାହାକି ଭାରତର ଗିର ଜାତୀୟ ଉଦ୍ଦ୍ୟାନରେ ସର୍ବାଧିକ ପରିମାଣରେ ଦେଖିବାକୁ ମିଳନ୍ତି । କୁହାଯାଏ କି ୧୦,୦୦୦ ବର୍ଷ ପୂର୍ବେ ସିଂହ ମନୁଷ୍ୟ ପରି ବିସ୍ତାରିତ ଭାବେ ରହୁଥିଲେ । ସିଂହ ୧୦-୧୪ ବର୍ଷ ବଞ୍ଚନ୍ତି ଜଙ୍ଗଲରେ ହଁ କେତେକ ୨୦ ବର୍ଷ ମଧ୍ୟ ବଞ୍ଚନ୍ତି । ସିଂହ ଅନ୍ୟ ବିଲେଇ ବଂଶଠାରୁ ସାମାଜିକ ଜୀବନ ନିର୍ବାହ କରନ୍ତି ।
କ୍ୱାଣ୍ଟମ କମ୍ପ୍ୟୁଟିଙ୍ଗ, ହେଉଛି ଏକ ଉଦୀୟମାନ ହାର୍ଡ଼ୱେର ଏବଂ ସଫ୍ଟୱେରର ପ୍ରଯୁକ୍ତିବିଦ୍ୟା, ଯାହା କଠିନ ଗାଣିତିକ ସମସ୍ୟାଗୁଡ଼ିକର ସମାଧାନ ପାଇଁ ଉପ-ପାରମାଣବିକ ଘଟଣାଗୁଡ଼ିକର ଉପଯୋଗ କରିଥାଏ । ଏହା ପଦାର୍ଥର କ୍ୱାଣ୍ଟମ ମେକାନିକାଲ ଘଟଣାସମୂହ ଯଥା ସୁପରପୋଜିସନ କିମ୍ବା ଏଣ୍ଟାଗ୍ଲମେଣ୍ଟ ଉପଯୋଗକରି ଗଣନା କରିଥାଏ । ଗୋଟିଏ କ୍ୱାଣ୍ଟମ କମ୍ପ୍ୟୁଟରକୁ ବାସ୍ତବରେ ଉପଯୋଗ କରିବା ପାଇଁ ଦୁଇଟି ମୁଖ୍ୟ ପନ୍ଥା ରହିଛି : ଡିଜିଟାଲ ଏବଂ ଆନାଲଗ । ବିଭିନ୍ନ ଆନାଲଗ ଉପାୟଗୁଡ଼ିକ ହେଲା: କ୍ୱାଣ୍ଟମ ସିମୁଲେସନ, କ୍ୱାଣ୍ଟମ ଆନିଲିଙ୍ଗ ଏବଂ ଆଡିଆବାଟିକ କ୍ୱାଣ୍ଟମ କମ୍ପ୍ୟୁଟେସନ । ଡିଜିଟାଲ କ୍ୱାଣ୍ଟମ କମ୍ପ୍ୟୁଟରଗୁଡ଼ିକ କ୍ୱାଣ୍ଟମ ଲଜିକ ଗେଟ ଉପଯୋଗ କରି ଗଣନା କରିଥାନ୍ତି । ଉଭୟ ଦୃଷ୍ଟିକୋଣଗୁଡ଼ିକ କ୍ୱାଣ୍ଟମ ବିଟ ବା କ୍ୟୁବିଟ (Qubit) ଉପଯୋଗ କରନ୍ତି ।
ଅସ୍ତ୍ର ( ସଂସ୍କୃତ : "ପ୍ରକ୍ଷେପ୍ୟ ଭାବରେ ଫୋପାଡି ଦିଆଯାଇଥିବା ଅସ୍ତ୍ର" ) ହେଉଛି ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ ଦ୍ୱାରା ବିକଶିତ ଦୃଶ୍ୟ-ସୀମା ପାର ବାୟୁରୁ-ବାୟୁ କ୍ଷେପଣାସ୍ତ୍ର । ଏହା ଭାରତଦ୍ୱାରା ବିକଶିତ ହୋଇଥିବା ପ୍ରଥମ ବାୟୁରୁ-ବାୟୁ କ୍ଷେପଣାସ୍ତ୍ର। ବିଭିନ୍ନ ପରିସର ଏବଂ ଉଚ୍ଚତାରେ ଲକ୍ଷ୍ୟଗୁଡିକୁ ଭେଦ କରିବାରେ ସକ୍ଷମ ହେବା ପାଇଁ ଅସ୍ତ୍ର ଡିଜାଇନ୍ କରାଯାଇଛି ଯାହା 10 km (6.2 mi) 110 km (68 mi) ଦୂରତା ପର୍ଯ୍ୟନ୍ତ ଦୂରଗାମୀ ଲକ୍ଷ୍ୟ | ଅସ୍ତ୍ର ଭାରତୀୟ ବାୟୁସେନାର ସୁଖୋଇ ସୁ-30 ମ.କ.ଇ.
ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଭାଦ୍ରବ ମାସର ୪ଟି କିମ୍ବା ପାଞ୍ଚଟି ବୁଧବାରରେ ପାଳିତ ହୁଏ । କେତେକ ସ୍ଥାନରେ ୫ଟି ବୁଧବାରରେ ପାଳିତ ହୁଏ । ଅନେକ ଗହ୍ମାପୂର୍ଣ୍ଣିମାଠାରୁ ଇନ୍ଦୁପୂର୍ଣ୍ଣିମା ଆଉ କେତେକ ସଂକ୍ରାନ୍ତି ଅନୁଯାୟୀ ଭାଦ୍ର ସଂକ୍ରାନ୍ତିରୁ ଆଶ୍ୱିନ ସଂକ୍ରାନ୍ତିକୁ ହିସାବକୁ ନେଇଥାନ୍ତି । ସାଧାରଣତଃ ସଧବା ନାରୀମାନେ ସନ୍ତାନ କାମନା କରିବା ଓ ତାର ଶୁଭ ମନାସିବା ଉଦ୍ଦେଶ୍ୟ ନେଇ ଏହି ଓଷା କରିଥାନ୍ତି । ଏହି ଓଷାଟି ନିର୍ଜଳ ଭାବେ ନିଷ୍ଠାର ସହ ପାଳନ କରାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ମାସ ଶବ୍ଦ ସଂସ୍କୃତ ମସ (ଚନ୍ଦ୍ର) ଶବ୍ଦରୁ ଉତ୍ପନ୍ନ । ଓଡ଼ିଆ ପଞ୍ଜିକାରେ ୧୨ ମାସ ଥାଏ। ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଲୋକେ ସୌର ମାସକୁ ମାନନ୍ତି। ଅନ୍ୟ ଆଡ଼େ ଚାନ୍ଦ୍ରମାନ ମାସ ମନା ଯାଏ। ଚାନ୍ଦ୍ରମାନ ମାସର ଅନ୍ତ ପୂର୍ଣ୍ଣିମାରେ ହୁଏ। ସୌର ମାସର ଅନ୍ତ ସଂକ୍ରାନ୍ତି ପୂର୍ବଦିନ ହୁଏ। ସୌର ପାଞ୍ଜି ଅନୁସାରେ ପଣା (ମେଷ) ସଂକ୍ରାନ୍ତି ଓଡ଼ିଆ ନବବର୍ଷ। ଚାନ୍ଦ୍ରମାନ ପାଞ୍ଜି ଅନୁସାରେ ବୈଶାଖ କୃଷ୍ଣ ପ୍ରତିପଦ ଓଡ଼ିଆ ନବବର୍ଷ।
ଉଇକିମିଡ଼ିଆ ମୁଭମେଣ୍ଟ କିମ୍ବା ଉଇକିମିଡ଼ିଆ, ଉଇକିମିଡ଼ିଆ ଫାଉଣ୍ଡେସନ ପରିଯୋଜନା ପାଇଁ ଯୋଗଦାନ କର୍ତ୍ତାମାନଙ୍କ ବୈଶିକ ସମୁଦାୟ ଅଟେ । ଏହା ଉଇକିପିଡ଼ିଆର ସମୁଦାୟ ପାଖାପାଖି ତିଆରି ହୋଇଥିଲା। ଏବଂ ଏହା ପରେ ଅନ୍ୟ ଉଇକିମିଡ଼ିଆ ପରିଯୋଜନାରେ ବିସ୍ତାର କରାଗଲା , ଯେଉଁଥିରେ ଉଇକିମିଡ଼ିଆ କମନ୍ସ ପରିଯୋଜନା ଏବଂ ଉଇକି ଡାଟା ସାମିଲ ଅଛି । ମିଡ଼ିଆଉଇକିରେ ଯୋଗଦାନ କରିଥିବା ସଫ୍ଟୱେର ଡେଭଲପରମାନେ ଏହି ସ୍ୱୟଂ ସେବକଙ୍କୁ ସମଗ୍ର ଦୁନିଆର ବହୁ ସଂଗଠନଦ୍ୱାରା ସମର୍ଥିତ ହୋଇଛନ୍ତି, ଯେଉଁଥିରେ ଉଇକିମିଡ଼ିଆ ଫାଉଣ୍ଡେସନ, ସମ୍ବନ୍ଧିତ ଅଧ୍ୟାୟ, ବିଷୟଗତ ସଂଗଠନ ଏବଂ ଉପଯୋଗ କର୍ତ୍ତା ସମୂହ ସାମିଲ ହୋଇଛନ୍ତି ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଟୋରାସେମାଇଡ (ଇଂରାଜୀ ଭାଷାରେ Torasemide, ଅନ୍ୟ ନାମ ଟର୍ସେମାଇଡ/ torsemide) ଏକ ଔଷଧ ଯାହା ଉଚ୍ଚ ରକ୍ତଚାପ, ହୃଦ୍ପାତ ଯୋଗୁ ହେଉଥିବା ହାଇପରଭଲେମିଆ (fluid overload), ବୃକ୍କ ରୋଗ (kidney disease) ଓ ଯକୃତ ରୋଗ (liver disease) ଇତ୍ୟାଦି ରୋଗମାନଙ୍କର ଚିକିତ୍ସା ନିମନ୍ତେ ଦିଆଯାଏ । ଉଚ୍ଚ ରକ୍ତଚାପ ରୋଗ ଚିକିତ୍ସା ନିମନ୍ତେ ବିଶେଷ ପସନ୍ଦ କରାଯାଏ ନାହିଁ । ଏହା ପାଟିରେ ବା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ ।