ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସଲିଲ୍ ମିତ୍ର (୭ ଅପ୍ରେଲ ୧୯୬୭ - ୪ ଜୁନ ୨୦୧୯) ଜଣେ ଓଡ଼ିଆ ହାସ୍ୟ ଅଭିନେତା ଥିଲେ । ସେ ଓଡ଼ିଆ କଥାଚିତ୍ର ସମେତ ଓଡ଼ିଆ ଦୂରଦର୍ଶନ ଓ ବିଭିନ୍ନ ମଞ୍ଚରେ ଅଭିନୟ କରୁଥିଲେ । କରଞ୍ଜିଆ, ମୟୂରଭଞ୍ଜରେ ଜନ୍ମିତ ସଲିଲ ୧୯୯୯ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ କଥାଚିତ୍ର, ଧାରାବାହିକ, ଆଧୁନିକ ଗୀତ, ଭଜନ, ନାଟକ ଆଦିରେ ଅଭିନୟ କରିଥିଲେ । ଇ ଟିଭି ଓଡ଼ିଆରେ ପ୍ରସାରିତ ବଡ଼ ଘର ବଡ଼ ଗୁମର କଥା ଭଳି କିଛି ଧାରାବାହିକରେ ସେ ଖଳନାୟକ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ୧୨ ମଇ ୨୦୧୯ରେ ସେ ଏକ ଦୁର୍ଘଟଣାର ଶିକାର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ଏବଂ ୪ ଜୁନ ୨୦୧୯ରେ ସେ ମୃତ୍ୟୁବରଣ କରିଥିଲେ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଭାରତୀୟ ଜାତୀୟ କଂଗ୍ରେସ (ପ୍ରାୟତଃ କଂଗ୍ରେସ ପାର୍ଟି ବୋଲି ଜଣାଯାଏ) ଭାରତର କୋଣ ଅନୁକୋଣରେ ଥିବା ଏକ ବଡ଼ ରାଜନୈତିକ ଦଳ । ୧୮୮୫ ମସିହାରେ ଏହି ଦଳଟି ପ୍ରତିଷ୍ଠିତ ହୋଇଥିଲା । ଏହା ହେଉଛି ପ୍ରଥମ ଦଳ ଯାହା ବ୍ରିଟିଶ ଶାଶକଙ୍କୁ ଏସିଆ ଓ ଆଫ୍ରିକାରୁ ଔପନାସିକବାଦରୁ ଓହରିଯିବା ନିମିତ୍ତ ଆନ୍ଦୋଳନ କରିଥିଲା । ଅନେକ ରାଜ୍ୟ ସରକାରରେ ମଧ୍ୟ ଏହା ଏକ ଶକ୍ତିଶାଳୀ ଦଳ । ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସର ମେଣ୍ଟ ସରକାର ୟୁ.ପି.ଏ.
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୁଳଦେବତା ।ପୁରାଣମତେ ସେ ଅଷ୍ଟମ ବସୁଦେବତା ପ୍ରଭାସଙ୍କ ଔରସରେ ଯୋଗସିଦ୍ଧାଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ । ମତାନ୍ତରେ ପ୍ରଜାପିତା ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ । ଚତୁର୍ଭୁଜ ବିଶ୍ୱକର୍ମା, ବାମ ଉପର ହାତରେ ବଟାଳି ଓ ବାମ ତଳ ହାତରେ ମାର୍ତ୍ତୁଲି, ଦକ୍ଷିଣ ଉପର ହାତରେ ଚକ୍ର ଓ ତଳ ହାତରେ ଆଶୀର୍ବାଦ କରୁଥିବାର ଦୃଷ୍ଟିଗୋଚର ହେଇଥାନ୍ତି । ଦିବ୍ୟ ବସ୍ତ୍ର ପରିହିତ ଗଳାରେ ରତ୍ନହାର, ଅନୁପମ ରତ୍ନଅଳଙ୍କାରରେ ବିଭୂଷିତ, କର୍ଣ୍ଣରେ ମକର କୁଣ୍ଡଳ । ସେ ଜ୍ଞାନ ଓ ଅବସ୍ଥାରେ ସମୃଦ୍ଧ ହୋଇଥିଲେ ମଧ୍ୟ କିଶୋର ପରି ପ୍ରତିଭାତ । ଅତ୍ୟନ୍ତ ସୁନ୍ଦର ତେଜସ୍ୱୀ କାମଦେବଙ୍କ ପରି କାନ୍ତିମାନ ଅଟନ୍ତି । ବିଶ୍ୱକର୍ମା ସକଳ ଶିଳ୍ପକଳାର ଜନକ । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ବିଶ୍ୱକର୍ମା ସମଗ୍ର ସୃଷ୍ଟି ରଚନା କରିଥିଲେ । ଦେବତାମାନଙ୍କର ସମସ୍ତ ଶସ୍ତ୍ର ବିମାନ ଆଦି ଏହାଙ୍କଦ୍ୱାରା ବିନିର୍ମିତ । ସ୍ୱର୍ଗର ଅମରାବତୀ ହିଁ ତାଙ୍କ ନିର୍ମାଣର ଶ୍ରେଷ୍ଠ ନିଦର୍ଶନ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ ।
ବଉଳା କୁମ୍ଭୀର ବା ଲୁଣା କୁମ୍ଭୀର (ଇଂରାଜୀରେ The Saltwater Crocodile, ଜୀବବିଜ୍ଞାନ ନାମ Crocodylus porosus) ଅନ୍ୟ ସମସ୍ତ ଜଳଚର ମାଂସଭୋଜୀ ଶିକାରୀ ଜୀବଙ୍କ ମଧ୍ୟରେ ଆକାରରେ ବୃହତ୍ତମ । ବର୍ତ୍ତମାନ ସମୟରେ ଦେଖାଯାଉଥିବା ସମସ୍ତ ସରୀସୃପଙ୍କ ମଧ୍ୟରେ ବି ଏହା ବଡ଼ । ବ୍ୟବହାରିକ ଇଂରାଜୀ ଭାଷାରେ ଏହାର ଅନେକ ଗୁଡ଼ିଏ ନାମ ରହିଛି, ଯଥା : estuarine crocodile (ମୁହାଣୁଆ କୁମ୍ଭୀର), Indo-Pacific crocodile (ଭାରତ-ପ୍ରଶାନ୍ତ ମହାସାଗରୀୟ କୁମ୍ଭୀର), marine crocodile (ସାମୁଦ୍ରିକ କୁମ୍ଭୀର), sea crocodile (ସମୁଦ୍ର କୁମ୍ଭୀର) ଅଥବା saltie (ଲୁଣା) । ଏହି ପ୍ରଜାତିର ଅଣ୍ଡିରା କୁମ୍ଭୀରମାନେ ବଢ଼ି ପ୍ରାୟ ୭ ମିଟର୍ (୨୩ ଫୁଟ୍) ପର୍ଯ୍ୟନ୍ତ ଲମ୍ବା ହୋଇପାରନ୍ତି । କିନ୍ତୁ ଏକ ବୟସ୍କ ବଉଳା କୁମ୍ଭୀର ୬ ମିଟର୍ (୧୯.୭ ଫୁଟ୍) ଟପିବା ଉଦାହରଣ କ୍ୱଚିତ୍ ଦେଖାଯାଏ ଓ ଏମାନଙ୍କ ଓଜନ ୧୦୦୦ରୁ ୧୨୦୦ କିଲୋଗ୍ରାମ୍ ପର୍ଯ୍ୟନ୍ତ ହୋଇପାରେ । ମାଈ ବଉଳା କୁମ୍ଭୀରମାନେ ଆକାରରେ ଛୋଟ ଓ ପ୍ରାୟ ୩ ମିଟର୍ (୯.୮ ଫୁଟ୍) ପର୍ଯ୍ୟନ୍ତ ଲମ୍ବା ହୁଅନ୍ତି ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ଷଠି ଓଷା (ଷଠି ବ୍ରତ ଓ ଷଷ୍ଠୀ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ ପାରମ୍ପାରିକ ଓଷା । ଷଠି ଠାକୁରାଣୀଙ୍କୁ ଓଡ଼ିଶାରେ ଜନ୍ମଦେବୀ, ଜନ୍ମଦା,ଦେବସେନା ବାଳକଦା ବୋଲି କୁହାଯାଏ । ଷୋଡ଼ଶ ମାତୃକା (ଗୌରୀ ମେଧା ସଚୀ ଆଦି) ମଧ୍ୟରେ ତାଙ୍କୁ ଦେବସେନା ନାମରେ ପୂଜା କରାଯାଏ। ଗାଁରେ ମା'ମାନେ ତାଙ୍କୁ ପୂଜା କରିଥାନ୍ତି । ଷଠି ଠାକୁରାଣୀଙ୍କୁ ପିଲାଙ୍କ ଭଲ ମନ୍ଦ ପାଇଁ ମା'ମାନେ ପୂଜିଥାନ୍ତି ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଲାଜକୁଳୀ ଲତାର ଇଂରାଜୀ ନାମ 'Touch Me Not' ଓ ବୈଜ୍ଞାନିକ ନାମ ମାଇମୋସା ପୁଡିକା (Mimosa Pudica) । ଏହା ମାଇମୋସେସୀ(Mimosaceae) ବଂଶ ଅନ୍ତର୍ଗତ ଏକ କଣ୍ଟକପୂର୍ଣ୍ଣ କଠିନ ତୃଣଜାତୀୟ ଉଦ୍ଭିଦ । ଏହାର ଚେରରେ ଥିବା ଗଣ୍ଠିରେ ବହୁ ବୀଜାଣୁ ବାସ କରନ୍ତି ଓ ସେମାନେ ବାୟୁରୁ ଯବକ୍ଷାରଜାନ ସଂଗ୍ରହ କରନ୍ତି । ଛୁଇଁଦେଲେ ଲାଜକୁଳୀ ଲତା ଝାଉଁଳି ପଡେ଼ । ସ୍ପର୍ଶଜନିତ ଏହି ଗତିକୁ ଅନ୍ତର୍କୁଞ୍ଚନ (Nastic movement) କୁହାଯାଏ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ବିଦୁସ୍ମିତା ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ । ସେ ଓଡ଼ିଆ ଆଲବମ ଜଗତରେ ପ୍ରଥମେ ପ୍ରବେଶ କରିଥିଲେ । ଏହାପରେ ସେ ଓଡ଼ିଆ ଧାରାବାହିକ ଏବଂ କଥାଚିତ୍ରରେ ଅଭିନୟ କରିଥିଲେ । ବଧୂ ନୁହେଁ ମୁଁ ବନ୍ଧୁ ଚଳଚ୍ଚିତ୍ରରେ ସେ ନାୟିକା ଭାବରେ ଅଭିନୟ କରିଥିଲେ । ସାର୍ଥକ ଟିଭିରେ ପ୍ରସାରିତ ଧାରାବାହିକ ପରୀରେ ସେ ଅଭିନୟ କରିଥିଲେ । ସେ ଓଡ଼ିଆ କଥାଚିତ୍ରରେ ଆଇଟମ ନୃତ୍ୟ ପାଇଁ ଅଧିକ ପରିଚିତ । ଚକ୍ଲେଟ୍ ଚଳଚ୍ଚିତ୍ରରେ ସେ ପ୍ରଥମ ଥର ପାଇଁ ଆଇଟମ୍ ନୃତ୍ୟ କରିଥିଲେ ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଚନ୍ଦ୍ରଶେଖର ନନ୍ଦ (୧୮୬୮-୧୯୩୨) ଜଣେ ଓଡ଼ିଆ ଗାଳ୍ପିକ । ତାଙ୍କ ଗଳ୍ପପୁସ୍ତକ ଚିତ୍ରକୁ ପ୍ରଥମ ଓଡ଼ିଆ ଗଳ୍ପ ବହିର ମାନ୍ୟତା ଦିଆଯାଏ । ଗଳ୍ପ ବ୍ୟତିତ ସେ ଓଡ଼ିଆ ସାହିତ୍ୟର ଅନ୍ୟ ବିଭବ ଯଥା ପ୍ରବନ୍ଧ, ଉପନ୍ୟାସ, କବିତାରେ ମଧ୍ୟ ଲେଖନି ଚାଳନା କରିଥିଲେ । ସେ ଅନେକ ପାଠ୍ୟ ପୁସ୍ତକ ମଧ୍ୟ ରଚନା କରିଥିଲେ । ସେ ଫକୀର ମୋହନ ସେନାପତି ଓ ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ସମସାମୟିକ ଥିଲେ ।
ପ୍ରହ୍ଲାଦ ନାଟକ ବା ପ୍ରହଲ୍ଲାଦ ନାଟକ (ରଜା ନାଟ, ରଜା ନାଟକ ଭାବେ ମଧ୍ୟ ପରିଚିତ) ଗଞ୍ଜାମ ଜିଲ୍ଲାରେ ଅଭିନୀତ ଏକ ପାରମ୍ପରିକ ସଙ୍ଗୀତପ୍ରଧାନ ନାଟକ ଅଟେ । ଏଥିରେ ଉଭୟ ଶାସ୍ତ୍ରୀୟ ଓ ଲୌକିକ ଅଙ୍ଗ ପୂର୍ଣ୍ଣ ଭାବେ ରହିଛି । ଏହି ନାଟକରେ ନୃସିଂହ ଅବତାର ଚରିତ ଓଡ଼ିଶୀ ସଙ୍ଗୀତର ପ୍ରାୟ ୩୦ ଗୋଟି ପାରମ୍ପରିକ ରାଗ ରାଗିଣୀ ଆଧାରିତ ପ୍ରାୟ ୨୦୦ରୁ ଊର୍ଦ୍ଧ୍ୱ ଗୀତ ମାଧ୍ୟମରେ ପରିବେଷିତ ହୁଏ । ଏହି ପ୍ରହଲ୍ଲାଦ ନାଟକ(୧୮୫୭ ରୁ ୧୯୦୫ ମଧ୍ୟରେ ରଚିତ ହୋଇଛି ) ଏହାର ଲେଖା ଜଳନ୍ତ୍ରର ରାଜା ରାମକୃଷ୍ଣ ଛୋଟରାୟଙ୍କ ନାମରେ ଭଣିତ ହେଲେହେଁ ଏହାକୁ ପାରଳାଖେମୁଣ୍ଡିର ସଙ୍ଗୀତକାର କବି ଗୌରହରି ପରିଚ୍ଛା ପ୍ରଣୟନ କରିଛନ୍ତି ବୋଲି ଗବେଷକଙ୍କଦ୍ୱାରା ଗୃହୀତ। ପରେ ଏହାଙ୍କ ଅନୁକରଣରେ ଗଞ୍ଜାମର ଅନ୍ୟାନ୍ୟ ରାଜା ଯଥା ସୁରଙ୍ଗୀ ରଜା କିଶୋର ଚନ୍ଦ୍ର ହରିଚନ୍ଦନ ଜଗଦ୍ଦେବ ରାୟ, ତରଳା ରଜା ରାମଚନ୍ଦ୍ର ଶୂରଦେଓ, ଧରାକୋଟ ରଜା ମଦନମୋହନ ସିଂହଦେବ ଓ ପାରଳାଖେମୁଣ୍ଡିର ପଦ୍ମନାଭ ନାରୟଣ ଦେବ ପ୍ରହ୍ଲାଦନାଟକ ରଚନା କରିଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ଆଲୋକ ଏକ ପ୍ରକାରର ଶକ୍ତି ଅଟେ । ଏହା ଆମ ଆଖି ବାରି ପାରୁଥିବା ବିଦ୍ୟୁତ୍-ଚୁମ୍ବକୀୟ ତରଙ୍ଗ ଅଟେ । ପଦାର୍ଥ ବିଜ୍ଞାନରେ ଅନେକ ସମୟରେ ଏହା ଉଭୟ ଦୃଶ୍ୟ ଓ ଅଦୃଶ୍ୟ ବିଦ୍ୟୁତ୍-ଚୁମ୍ବକୀୟ ତରଙ୍ଗକୁ ବୁଝାଇଥାଏ । ଆଲୋକ କ୍ଷୁଦ୍ର ଗୁଚ୍ଛ ଆକାରରେ ବିଦ୍ୟମାନ ଥାଏ । ଏହା ଉଭୟ ତରଙ୍ଗ ଓ ପଦାର୍ଥର ଗୁଣ ପ୍ରଦର୍ଶନ କରିଥାଏ । ଆଲୋକବିଜ୍ଞାନ ଅଧୁନା ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ ଗବେଷଣା ଅଟେ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।
ନିର୍ମଳା କୁମାରୀ ମହାପାତ୍ର (ଜନ୍ମ: ୨୫ ଅକ୍ଟୋବର ୧୯୫୨) ଜଣେ ଭାରତୀୟ ଶିକ୍ଷକ ଓ ଓଡ଼ିଆ-ଭାଷୀ ଲେଖକ । ସେ ମୁଖତଃ ଶିଶୁସାହିତ୍ୟ ରଚନା ପାଇଁ ପରିଚିତ । ତାଙ୍କର ରଚନାବଳୀ ମଧ୍ୟରେ ଚୁମକୀ (୨୦୦୭) ଓ କଚ୍ଛପ ସମାବେଶ (୨୦୧୩), କାଳଜୟୀ (୨୦୦୦) ଅନ୍ୟତମ । ସେ କନ୍ଧମାଳ, ପୁରୀ ଆଦି ଜିଲ୍ଲାରେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଅଧୀନରେ ଜଣେ ଶିକ୍ଷକ-ପ୍ରଶିକ୍ଷକ ଥିଲେ । ତାଙ୍କର ସାହିତ୍ୟ ରଚନା ନିମନ୍ତେ ସେ ୨୦୨୧ ମସିହାରେ ଅନନ୍ତ ପଟ୍ଟନାୟକ ଦ୍ୱିଦଶନ୍ଧି ଶିଶୁ-ସାହିତ୍ୟ ସମ୍ମାନ ଓ କଚ୍ଛପ ସମାବେଶ ପାଇଁ ୨୦୧୩ ମସିହାରେ ପ୍ରାଣକୃଷ୍ଣ ପରିଜା ଲୋକପ୍ରିୟ ବିଜ୍ଞାନ ପୁରସ୍କାର ପାଇଥିଲେ ।
ନ’ ଅଙ୍କ ଦୁର୍ଭିକ୍ଷ ପୁରୀର ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ରାଜତ୍ୱର ନବମ ବର୍ଷ ବା ନଅ ଅଙ୍କରେ (୧୮୬୬-୬୭ ମସିହା) ଓଡ଼ିଶାର ଉପକୂଳବର୍ତ୍ତି ଅଞ୍ଚଳରେ ହୋଇଥିଲା । ଏଭଳି ଭୟାବହ ଦୁର୍ଭିକ୍ଷର ଇତିହାସରେ କୌଣସି ପଟାନ୍ତର ନାହିଁ । ଭାରତର ପୂର୍ବାଞ୍ଚଳ ମାନ୍ଦ୍ରାଜର ଉତ୍ତରକୁ ୧,୮୦,୦୦୦ ମାଇଲ ବ୍ୟାପୀ ସ୍ଥାନରେ ୪୭,୫୦୦,୦୦୦ ଲୋକ ଦୁର୍ଭିକ୍ଷର ଶିକାର ହୋଇଥିଲେ ଯାହା ମଧ୍ୟରେ ଓଡ଼ିଶା ଥିଲା । ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଥିବାର କାରଣ ମଧ୍ୟରୁ ଏହା ଦେଶର ଅନ୍ୟାନ୍ୟ ସ୍ଥାନଠାରୁ ଗମନାଗମନ ପଥ ନ ଥିବାରୁ ଅଲଗା ହୋଇ ରହିଥିଲା
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଇସଲାମ (اَلْإِسْلَامُ - ଅଲ୍-ଇସ୍ଲାମ୍ - ଅର୍ଥାତ୍ ଈଶ୍ବରଙ୍କଠାରେ ସମର୍ପଣ) ଏକ ଏକେଶ୍ୱରବାଦୀ ଆବ୍ରାହମୀୟ ଧର୍ମ । ଏହାର ମୂଳ ଶିକ୍ଷା ହେଉଛି ଆଲ୍ଲା ଏକ ଏବଂ ଅଦ୍ୱିତୀୟ ତଥା ମହମ୍ମଦ ଈଶ୍ବରଙ୍କ ପୈଗମ୍ବର । ଇସଲାମ ଧର୍ମପନ୍ଥୀ ମୁସଲମାନ ଭାବେ ପରିଚିତ । ଏହାର ବିଶ୍ୱର ଦ୍ୱିତୀୟ ବୃହତ୍ତମ ଧର୍ମ ଏବଂ ଏଥିରେ ୧୮୦ କୋଟି ଲୋକ ଅଛନ୍ତି । ୪୯ଟି ଦେଶରେ ମୁସଲମାନମାନେ ସଂଖ୍ଯା ଗରିଷ୍ଠ ଅଛନ୍ତି । ଇସଲାମ ଶିକ୍ଷା ଦିଏ ଯେ - ଆଲ୍ଲା ଦୟାମୟ, ସର୍ବଶକ୍ତିମାନ ଏବଂ ଅଦ୍ୱିତୀୟ ତଥା ଭବିଷ୍ଯଦ୍ବକ୍ତା, ଗ୍ରନ୍ଥ ଏବଂ ପ୍ରାକୃତିକ ସଙ୍କେତଦ୍ୱାରା ମନୁଷ୍ଯମାନଙ୍କର ପଥପ୍ରଦର୍ଶନ କରିଥିଲେ । ଇସଲାମର ପ୍ରମୁଖ ଗ୍ରନ୍ଥ ହେଉଛି କୋରାନ - ଆଲ୍ଲାଙ୍କ ମୁଖ ନିଃସୃତ ବାଣୀ ତଥା ସୁନ୍ନାଃ - ପୈଗମ୍ବର ମହମ୍ମଦଙ୍କ ନୈତିକ ଶିକ୍ଷା ତଥା ଜୀବନୀ ।
ପରଶୁରାମ (ସଂସ୍କୃତ: परशुराम, IAST: Paraśurāma, ଜଣେ ପରଶୁଧାରୀ ରାମ) ହିନ୍ଦୁ ଧର୍ମରେ ବିଷ୍ଣୁଙ୍କର ଷଷ୍ଠ ଅବତାର । ପୁରାଣ ଅନୁସାରେ ସେ ଜଣେ ଚିରଞ୍ଜୀବୀ ଓ ସେ କଳି ଯୁଗ ଶେଷରେ ବିଷ୍ଣୁଙ୍କ ଦଶମ ଏବଂ ଶେଷ ଅବତାର କଳ୍କୀଙ୍କର ଗୁରୁ ଭାବେ ଅବତରିବେ । ସେ ଆକ୍ରମଣ, ଯୁଦ୍ଧ ଓ ବୀରତ୍ୱ ପ୍ରଦର୍ଶନ ସହ ଶାନ୍ତି, ଜ୍ଞାନ ଏବଂ ଧୈର୍ଯ୍ୟ ଭଳି ଅନେକ ଗୁଣ ଧାରଣ କରିଥିଲେ । ଯେତେବେଳେ ପୃଥିବୀରେ ଅତ୍ୟଧିକ ପାପ ବୃଦ୍ଧି ହେଲା, ସେତେବେଳେ ବିଷ୍ଣୁଙ୍କର ପୃଥିବୀ ପୃଷ୍ଠରେ ପର୍ଶୁରାମ ଅବତାର ନେବା ପାଇଁ ପୂର୍ବରୁ ଭବିଷ୍ୟବାଣୀ କରାଯାଇଥିଲା । ଅସ୍ତ୍ରଶସ୍ତ୍ର ଓ କ୍ଷମତା ଯୋଗୁଁ କ୍ଷତ୍ରିୟମାନେ ସେମାନଙ୍କର କ୍ଷମତାର ଅପବ୍ୟବହାର କରିବା, ଅନ୍ୟର ଜିନିଷକୁ ବଳପୂର୍ବକ ଗ୍ରହଣ କରିବା ଏବଂ ଲୋକଙ୍କୁ ଅତ୍ୟାଚାର କରିବା ଆରମ୍ଭ କରି ଦେଇଥିଲେ । ପର୍ଶୁରାମ ଏହି କ୍ଷତ୍ରୀୟ ଯୋଦ୍ଧାମାନଙ୍କୁ ବିନାଶ କରି ବ୍ରହ୍ମାଣ୍ଡର ସନ୍ତୁଳନ ରକ୍ଷା କଲେ ।
ରାଧା (ହିନ୍ଦୀରେ राधा, ରୋମାନ ଲିପିରେ ଉଚ୍ଚାରଣଗତ ଦୃଷ୍ଟିରୁ ମୂଳ ସଂସ୍କୃତ ଶବ୍ଦ Rādhā), ଯିଏ ରାଧାରାଣୀ, ରାଧିକା, ରାଧୀକାରାଣୀ ବା ଶ୍ରୀମତୀ ରୂପେ ହିନ୍ଦୁଧର୍ମର ବୈଷ୍ଣବମାନଙ୍କଦ୍ୱାରା ପୂଜିତା, ବ୍ରହ୍ମ ବୈବର୍ତ ପୁରାଣ ଓ ଗୀତ ଗୋବିନ୍ଦ ଅନୁସାରେ ସିଏ ହେଉଛନ୍ତି ଶ୍ରୀକୃଷ୍ଣଙ୍କର ବାଳସଖି, ପ୍ରେମିକା। ରାଧା ପ୍ରାୟ ସର୍ବଦା କୃଷ୍ଣଙ୍କ ସହିତ ପୂଜିତା ହୋଇଥାନ୍ତି। ଗୌଡ଼ୀୟ ବୈଷ୍ଣବମାନଙ୍କ ମତରେ ସେ ହେଉଛନ୍ତି ଆଦିଶକ୍ତି। ନିମ୍ବାର୍କ ସମ୍ପ୍ରଦାୟର ବୈଷ୍ଣବମାନଙ୍କର ମଧ୍ୟ ମୂଖ୍ୟ ଆରାଧିତା ଦେବୀ ହେଉଛନ୍ତି ରାଧା। ନିମ୍ବାର୍କ ଋଷି, ଯିଏ ନିମ୍ବାର୍କ ସମ୍ପ୍ରଦାୟ ପ୍ରତିଷ୍ଠା କରିଥିଲେ, ତାଙ୍କ ମତରେ ରାଧା ଓ କୃଷ୍ଣଙ୍କର ମିଳିତ ସତ୍ତା ହେଉଛି ସତ୍ୟର ପ୍ରତୀକ। କୃଷ୍ଣଙ୍କ ସହିତ ରାଧାଙ୍କର ଅପ୍ରାକୃତ ପ୍ରେମର ବର୍ଣ୍ଣନା ବ୍ରହ୍ମ ବୈବର୍ତ ପୁରାଣ, ଗର୍ଗ ସଂହିତା ଓ ବୃହଦ୍ ଗୌତମୀୟ ତନ୍ତ୍ରରେ ଦେଖିବାକୁ ମିଳେ।
କବାଡି ଭାରତର ବିଭିନ୍ନ ଅଞ୍ଚଳରେ ଖେଳା ଯାଉଥିବା ଏକ ଲୋକପ୍ରିୟ ଖେଳ । ଏହା ସର୍ବପ୍ରଥମେ ଭାରତରୁ ଆରମ୍ଭ ହୋଇଥିବାର ନଜିର ରହିଛି । ଭାରତରେ ବିଭିନ୍ନ ପର୍ବ ପାଳନ ଅବସରରେ ତଥା ଅନ୍ୟ ସମୟରେ ଆମୋଦ ପାଇଁ ମଧ୍ୟ ଖେଳା ଯାଇଥାଏ । ଭାରତ ଛଡା ବିଭିନ୍ନ ସ୍ଥାନରେ ଏହି ଖେଳକୁ ଭିନ୍ନ ଭିନ୍ନ ଆଞ୍ଚଳିକ ନାମରେ ଲୋକମାନେ ଜାଣନ୍ତି । ବଙ୍ଗଳାଦେଶରେ ଏହି ଖେଳକୁ ହୁହୁଡୁ , ମାଳଦ୍ୱୀପରେ ଏହାକୁ ବାନାଟି , ଆନ୍ଧ୍ରପ୍ରଦେଶରେ ଏହାକୁ ଚୀଡୁଗୁଡୁ , ତାମିଲନାଡୁରେ ସାଡୁଗୁଡୁ ଆଦି ନାମରେ ଜଣାଯାଇଥାଏ । ଏହି ଖେଳଟି ବଙ୍ଗଳାଦେଶରେ ଜାତୀୟ ଖେଳ ଭାବରେ ଆଦୃତ ହୋଇଛି । ଏହାକୁ ଅଧିକ ଲୋକପ୍ରିୟ କରିବା ପାଇଁ ଏବେ ଭାରତରେ ଜାତୀୟ ସ୍ତରରେ ପ୍ରୋ କବାଡି ଲିଗ(Pro Kabaddi League) ଆୟୋଜନ କରାଯାଉଛି । ଯଦିଓ ଏହାର ନାମର ଉତ୍ପତ୍ତିକୁ ନେଇ ସେପରି କିଛି ନିର୍ଦ୍ଧିଷ୍ଟ ପ୍ରମାଣ ଆଜିଯାଏଁ ମିଳି ପାରିନାହିଁ , ତଥାପି ଉତ୍ତର ଭାରତରୁ ଏହାର ଉତ୍ପତ୍ତି ବିଷୟରେ ସୂଚନା ମିଳେ । ତାମିଲ ଶବ୍ଦ "କାଭିଡି"(ତାମିଲ ଅର୍ଥ ଅଧା ନଇଁ କରି ଖେଳିବାକୁ ବୁଝାଏ) କିମ୍ବା "କାଇ-ପିଡି"(ହାତକୁ ହାତ ଧରିକରି ଖେଳିବାକୁ ବୁଝାଏ )ରୁ "କବାଡି'" ଶବ୍ଦ ଆସିଥିବା ଅନୁମାନ କରାଯାଏ ।
ରଣା ସାପ ବା ରଣା (ଇଂରାଜୀରେ Banded Krait, ଜୀବବିଜ୍ଞାନ ନାମ Bungarus fasciatus) ଏଲାପିଡ୍ ପ୍ରଜାତିର ଏକ ସାପ ଯାହା ପ୍ରଧାନତଃ ଭାରତୀୟ ଉପମହାଦେଶ ଓ ଦକ୍ଷିଣ-ପୂର୍ବ ଏସିଆର ଦେଶମାନଙ୍କରେ ପରିଲକ୍ଷିତ ହୋଇଥାଏ । ଇଂରାଜୀରେ କ୍ରେଟ୍ (Krait) ବୋଲାଉଥିବା ସାପଙ୍କୁ ଓଡ଼ିଆ ଭାଷାରେ ଚିତି ସାପ ବା ଚିଟି ସାପ କୁହନ୍ତି । ଉଭୟ ରଣା ଓ ଚିତି ସାପ ଏଲାପିଡାଏ ପ୍ରଜାତିର ସାପ । ରଣା ସାପ ଏହି ପ୍ରଜାତିର ସାପମାନଙ୍କ ମଧ୍ୟରେ ଦୀର୍ଘତମ ଓ ଏମାନଙ୍କ ଦୈର୍ଘ୍ୟ ପ୍ରାୟ ୨.୧ ମିଟର ପର୍ଯ୍ୟନ୍ତ ହୋଇଥାଏ ।
ବିଷ୍ଣୁଚରଣ ସେଠୀ ([bisɳu t͡ʃɔɾɔɳɔ seʈʰi] ()) (୫ ଜୁନ ୧୯୬୧ – ୧୯ ସେପ୍ଟେମ୍ବର ୨୦୨୨) ଜଣେ ଓଡ଼ିଆ ସାହିତ୍ୟିକ ଏବଂ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୨୦୦୦ ମସିହା ଓ ୨୦୧୯ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ଚାନ୍ଦବାଲି ଓ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ସୂର୍ଯ୍ୟବଂଶୀ ସୂରଜ (ଜନ୍ମ: ୧୮ ମଇ ୧୯୯୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୨ ମସିହାରେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ-ନିର୍ବାଚନରେ ସେ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୨୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଚିନି, ୨୦୧୬ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ନବଜୀବନ ଫିଲ୍ମସ୍ ବ୍ୟାନରରେ ନିର୍ମିତ ହୋଇଥିଲା ଏହି ଚଳଚ୍ଚିତ୍ରଟି । ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ନିର୍ଦ୍ଦେଶକ ପ୍ରଦୀପ ଭୋଳ । ଚଳଚ୍ଚିତ୍ରଟିର ପ୍ରଯୋଜନା କରିଥିଲେ କୁମୁକ ପ୍ରକାଶ ପଣ୍ଡା ଏବଂ ସହ-ପ୍ରଯୋଜନା କରିଥିଲେ ଭବାନି ମାଝୀ ଓ ସ୍ନେହଲତା ପରିଡ଼ା । ଶଙ୍କର ପ୍ରଧାନ ଏବଂ ହେମନ୍ତ ପାଣ୍ଡେ ଏହି କଥାଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ । ପଦ୍ମଶ୍ରୀ ହଳଧର ନାଗ ଏହି ଚଳଚ୍ଚିତ୍ରରେ ଗୀତ ରଚନା କରିଥିଲେ ।