ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୁଳଦେବତା ।ପୁରାଣମତେ ସେ ଅଷ୍ଟମ ବସୁଦେବତା ପ୍ରଭାସଙ୍କ ଔରସରେ ଯୋଗସିଦ୍ଧାଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ । ମତାନ୍ତରେ ପ୍ରଜାପିତା ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ । ଚତୁର୍ଭୁଜ ବିଶ୍ୱକର୍ମା, ବାମ ଉପର ହାତରେ ବଟାଳି ଓ ବାମ ତଳ ହାତରେ ମାର୍ତ୍ତୁଲି, ଦକ୍ଷିଣ ଉପର ହାତରେ ଚକ୍ର ଓ ତଳ ହାତରେ ଆଶୀର୍ବାଦ କରୁଥିବାର ଦୃଷ୍ଟିଗୋଚର ହେଇଥାନ୍ତି । ଦିବ୍ୟ ବସ୍ତ୍ର ପରିହିତ ଗଳାରେ ରତ୍ନହାର, ଅନୁପମ ରତ୍ନଅଳଙ୍କାରରେ ବିଭୂଷିତ, କର୍ଣ୍ଣରେ ମକର କୁଣ୍ଡଳ । ସେ ଜ୍ଞାନ ଓ ଅବସ୍ଥାରେ ସମୃଦ୍ଧ ହୋଇଥିଲେ ମଧ୍ୟ କିଶୋର ପରି ପ୍ରତିଭାତ । ଅତ୍ୟନ୍ତ ସୁନ୍ଦର ତେଜସ୍ୱୀ କାମଦେବଙ୍କ ପରି କାନ୍ତିମାନ ଅଟନ୍ତି । ବିଶ୍ୱକର୍ମା ସକଳ ଶିଳ୍ପକଳାର ଜନକ । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ବିଶ୍ୱକର୍ମା ସମଗ୍ର ସୃଷ୍ଟି ରଚନା କରିଥିଲେ । ଦେବତାମାନଙ୍କର ସମସ୍ତ ଶସ୍ତ୍ର ବିମାନ ଆଦି ଏହାଙ୍କଦ୍ୱାରା ବିନିର୍ମିତ । ସ୍ୱର୍ଗର ଅମରାବତୀ ହିଁ ତାଙ୍କ ନିର୍ମାଣର ଶ୍ରେଷ୍ଠ ନିଦର୍ଶନ ।
ଷଠି ଓଷା (ଷଠି ବ୍ରତ ଓ ଷଷ୍ଠୀ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ ପାରମ୍ପାରିକ ଓଷା । ଷଠି ଠାକୁରାଣୀଙ୍କୁ ଓଡ଼ିଶାରେ ଜନ୍ମଦେବୀ, ଜନ୍ମଦା,ଦେବସେନା ବାଳକଦା ବୋଲି କୁହାଯାଏ । ଷୋଡ଼ଶ ମାତୃକା (ଗୌରୀ ମେଧା ସଚୀ ଆଦି) ମଧ୍ୟରେ ତାଙ୍କୁ ଦେବସେନା ନାମରେ ପୂଜା କରାଯାଏ। ଗାଁରେ ମା'ମାନେ ତାଙ୍କୁ ପୂଜା କରିଥାନ୍ତି । ଷଠି ଠାକୁରାଣୀଙ୍କୁ ପିଲାଙ୍କ ଭଲ ମନ୍ଦ ପାଇଁ ମା'ମାନେ ପୂଜିଥାନ୍ତି ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ନରେନ୍ଦ୍ର ଦାମୋଦର ଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଜଣେ ବିଶିଷ୍ଟ ରାଜନୀତିଜ୍ଞ। ମୋଦୀ ୨୦୦୧ରୁ ୨୦୧୪ ପର୍ଯ୍ୟନ୍ତ ଗୁଜରାଟର ମୁଖ୍ୟମନ୍ତ୍ରୀ ଥିଲେ ଏବଂ ବାରଣାସୀର ସାଂସଦ ଥିଲେ । ସେ ଭାରତୀୟ ଜନତା ପାର୍ଟି (ବିଜେପି) ଏବଂ ଦକ୍ଷିଣପନ୍ଥୀ ହିନ୍ଦୁ ଜାତୀୟତାବାଦୀ ଅର୍ଦ୍ଧସାମରିକ ସ୍ୱେଚ୍ଛାସେବୀ ସଂଗଠନ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ସଦସ୍ୟ । ସେ ଭାରତୀୟ ଜାତୀୟ କଂଗ୍ରେସ ବାହାରେ ସର୍ବାଧିକ କାଳ ଧରି ଥିବା ପ୍ରଧାନମନ୍ତ୍ରୀ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ସରୋଜିନୀ ସାହୁ ଜଣେ (ଜନ୍ମ ୧୯୫୬) ଭାରତୀୟ ଓଡ଼ିଆ-ଭାଷୀ ଔପନ୍ୟାସିକା, ଗାଳ୍ପିକା, କବି, ପ୍ରାବନ୍ଧିକା । ତାଙ୍କର ସାହିତ୍ୟ କୃତି ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମି ପୁରସ୍କାର ଓ ଶାରଳା ପୁରସ୍କାରରେ ସମ୍ମାନୀତ । ସେ ଜଣେ ଭାରତୀୟ ନାରୀବାଦୀ ଲେଖିକା ଭାବରେ ଜଣାଶୁଣା ଓ ଇଂରାଜୀ ଖବରକାଗଜ ଦି ନିଉ ଇଣ୍ଡିଆନ ଏକ୍ସପ୍ରେସର ନିୟମିତ ପ୍ରାବନ୍ଧିକା ଓ ଚେନ୍ନାଇରେ ଥିବା ଇଂରାଜୀ ପତ୍ରିକା ଇଣ୍ଡିଆନ ଏଜର ସହ-ସମ୍ପାଦିକା । ସେ କିଣ୍ଡଲେ ପତ୍ରିକା ଦ୍ୱାରାଭାରତର ୨୫ ଜଣ ଅସାଧାରଣ ନାରୀଙ୍କ ମଧ୍ୟରୁ ଜଣେ ଭାବେ ନିର୍ବାଚିତା ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଷଷ୍ଠୀ, ଦୁର୍ଗା ବା ପ୍ରକୃତିଙ୍କ ଷଷ୍ଠୀ କଳା ଓ ସ୍କନ୍ଧ ଭାର୍ଯ୍ୟା; ଏ ଷୋଡ଼ଶ ମାତୃକାଙ୍କ ମଧ୍ୟରେ ପ୍ରଧାନ ଦେବୀ ଅଟନ୍ତି ଏହାଙ୍କର ଅନ୍ୟ ନାମ ଦେବସେନା । ଏହାଙ୍କ ପ୍ରସାଦରେ ପୁତ୍ରପୌତ୍ରାଦି ଲାଭ ହୁଏ ଏ ଜଗତର ଶିଶୁମାନଙ୍କର ପାଳିକା ଓ ରକ୍ଷାକାରିଣୀ ପିଲା ଜନ୍ମର 'ଷଠି' ଓ 'ଏକୋଇଶା' ଦିନ ଏହାଙ୍କ ପୂଜା କରାଯାଏ । ଅପୁତ୍ର ବ୍ୟକ୍ତି ଏକବର୍ଷ ଷଷ୍ଠୀଦେବୀଙ୍କ ସ୍ତବ ଶ୍ରବଣ କଲେ ପୁତ୍ରଲାଭ କରେ ଓ ରୁଗ୍ଣ ସନ୍ତାନ ନୀରୋଗ ହୁଏ । ସନ୍ତାନବତୀ ରମଣୀମାନଙ୍କର ପ୍ରତିମାସର ଶୁକ୍ଳ ଷଷ୍ଠୀରେ ନିଜ ନିଜର ସନ୍ତାନଙ୍କ ମଙ୍ଗଳାର୍ଥ ଷଷ୍ଠୀ ବ୍ରତ କରିବା ବିଧେୟ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହାକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହାଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
୧୯୪୮ ମସିହା ଏପ୍ରିଲ ୭ ତାରିଖରେ ଜାତିସଂଘ ପକ୍ଷରୁ ପ୍ରତିଷ୍ଠା ହେଇଥିଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(WHO)। ବିଶ୍ୱରେ ସ୍ୱାଥ୍ୟ ସେବା ସମ୍ପର୍କିତ ବିବରଣୀ ସଂଗ୍ରହ କରିବା ଏବଂ ଏହାର ମୁକାବିଲା ଦିଗରେ ଆବଶ୍ୟକ ପଦକ୍ଷେପ ନେବା ଥିଲା ଏହି ସଂଗଠନର ଉଦ୍ଦେଶ୍ୟ ।ଏହାର ମୂଖ୍ୟାଳୟ ସୁଇଜରଲାଣ୍ଡର ଜେନେଭାଠାରେ ପ୍ରତିଷ୍ଠା ହେଇଥିଲା ।ଅବଶ୍ୟ ଏହା ପୂର୍ବରୁ ସଂଗଠନ ପ୍ରତିଷ୍ଠା ଲାଗି ୧୯୪୬ ଜୁଲାଇ ୨୨ରେ ଜାତିସଂଘର ୬୧ଟି ସଦସ୍ୟ ରାଷ୍ଟ୍ର ଏକ ରାଜିନାମା ସ୍ୱାକ୍ଷର କରିଥିଲେ ।ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ପ୍ରଥମ ବୈଠକ ୧୯୪୮ ଜୁଲାଇ ୨୪ରେ ଶେଷ ହେଇଥିଲା ।ପ୍ରତିଷ୍ଠା ହେବା ଦିନରୁ ସଂଗଠନ ବିଶ୍ୱରୁ ବସନ୍ତରୋଗ ସମ୍ପୁର୍ଣ୍ଣ ଭାବେ ଲୋପ କରିବା ଲାଗି ଉଦ୍ୟମ ଆରମ୍ଭ କରିଥିଲା ଏବଂ ଏଦିଗରେ ସଫଳ ମଧ୍ୟ ହେଇଥିଲା ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଏଲୋରା (ଈଂରାଜୀରେ Ellora, ମରାଠୀ ଭାଷାରେ वेरूळ, ମରାଠୀ ଉଚ୍ଚାରଣ - ୱେରୁଳ୍) ଗୁମ୍ଫା ସମୂହ ଭାରତର ମହାରାଷ୍ଟ୍ର ରାଜ୍ୟର ଔରଙ୍ଗାବାଦ ଜିଲ୍ଲାରେ ଅବସ୍ଥିତ । ଗୋଟିଏ ବିଶାଳକାୟ ପଥରକୁ କାଟି ନିର୍ମିତ ଗୁମ୍ଫା-ମନ୍ଦିର ଭାବେ ଏହା ବିଶ୍ୱରେ ସର୍ବବିଦିତ । UNESCO ବିଶ୍ୱ ଐତିହ୍ୟ ସ୍ଥଳ ମାନ୍ୟତାପ୍ରାପ୍ତ ଏହି ଗୁମ୍ଫା ମନ୍ଦିରରେ ବୌଦ୍ଧ, ହିନ୍ଦୁ ଓ ଜୈନ ଧାର୍ମିକ ଭାବନା ପ୍ରତିଫଳିତ ହୋଇଛି । ଏହି ଗୁମ୍ଫାର ମୂର୍ତ୍ତି ଓ ଶିଳ୍ପକଳା ଖ୍ରୀ.
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ସିନ୍ଧୁ ନଦୀ(ଇଂରାଜୀରେ Indus River) ଏସିଆ ମହାଦେଶର ଦୀର୍ଘତମ ନଦୀମାନଙ୍କ ମଧ୍ୟରୁ ଅନ୍ୟତମ । ତିବ୍ବତ ମାଳଭୂମିରେ ମାନସରୋବର ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରୁ ଏହି ନଦୀର ଉତ୍ପତ୍ତି । ନିଜ ଉତ୍ପତ୍ତିସ୍ଥଳରୁ ବାହାରି ଏହି ନଦୀ ଲଦାଖ ଅଞ୍ଚଳ ଅତିକ୍ରମ କରି ଗିଲ୍ଗିଟ୍-ବାଲ୍ଟିସ୍ତାନରେ ହିନ୍ଦୁକୁଶ ପର୍ବତମାଳାର ଉପତ୍ୟକାରେ ପ୍ରବେଶ କରିଛି । ତାହା ପରେ ଏହା ଦକ୍ଷିଣମୁଖୀ ହୋଇ ପାକିସ୍ତାନରେ ପ୍ରବାହିତ ହୋଇ ବନ୍ଦର ନଗରୀ କରାଚୀ ନିକଟରେ ଆରବ ସାଗର ସହିତ ସମ୍ମିଳିତ ହୋଇଛି । ସିନ୍ଧୁ ନଦୀ ପାକିସ୍ତାନର ଦୀର୍ଘତମ ନଦୀ ଓ ଏହାକୁ ପାକିସ୍ତାନର ଜାତୀୟ ନଦୀ ବୋଲି କୁହାଯାଏ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ଖୁଦୁରୁକୁଣୀ ଓଷା ଓଡ଼ିଶାର ଏକ ପାରମ୍ପାରିକ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହାକୁ କୁଆଁରୀ ଓଡ଼ିଆ ଝିଅମାନେ ପାଳନ କରିଥାନ୍ତି । ଏଥିରେ ଖୁଦୁରୁକୁଣୀଙ୍କର ପୂଜାର୍ଚ୍ଚନା କରାଯାଇଥାଏ । ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣୀଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।
ଜୈନଧର୍ମ ଏକ ପ୍ରାଚୀନ ଧର୍ମ ବୋଲି ଐତିହାସିକମାନେ ମତବ୍ୟକ୍ତ କରନ୍ତି । ସମ୍ଭବତଃ ଜୈନଧର୍ମ ହିଁ ବୈଦିକ କର୍ମକାଣ୍ଡ, ଜୀବହତ୍ୟା, ବ୍ୟୟସାପେକ୍ଷ ଯଜ୍ଞାନୁଷ୍ଠାନ , ଜାତିପ୍ରଥା ଆଦିର ବିରୋଧ କରିଥିଲା । ଅଙ୍ଗସୂତ୍ର,ଉପାଙ୍ଗସୂତ୍ର, କଳ୍ପସୂତ୍ର ପ୍ରଭୃତି ଜୈନମାନଙ୍କର ପ୍ରଧାନ ଧର୍ମଗ୍ରନ୍ଥ । ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରେ ବର୍ଦ୍ଧମାନ ମହାବୀର ଜୈନ ଧର୍ମ ପ୍ରଚାର କରିଥିଲେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.