ଓଡ଼ିଆ ଉଇକିପିଡ଼ିଆ ଲୋକପ୍ରିୟ ୧୦୦

ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...

  1. 1

    ଏକାଦଶୀ

    ଏକାଦଶୀ

    ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍‌ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।

    63 ପଠିତ (↑52 ଗତକାଲିଠାରୁ)0,0,0,0,0,0,11, 63

    2 ଦିନ ଷ୍ଟ୍ରିକ

    🔍 🗞️
  2. 2

    ଓଡ଼ିଆ ଭାଷା

    ଓଡ଼ିଆ ଭାଷା

    ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।

    59 ପଠିତ (↓2 ଗତକାଲିଠାରୁ)20,13,18,16,21,26,61, 59

    7+ ଦିନ ଷ୍ଟ୍ରିକ

    🔍 🗞️
  3. 3

    ରାଧାନାଥ ରାୟ

    ରାଧାନାଥ ରାୟ

    କବିବର ରାଧାନାଥ ରାୟ (୧୮୪୮-୧୯୦୮) ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଥିଲେ ଏବଂ ସେ ଓଡ଼ିଆ ସାହିତ୍ୟର ଆଧୁନିକ ଯୁଗର ସ୍ରଷ୍ଟା ଭାବରେ ପରିଚିତ ।

    58 ପଠିତ (↑15 ଗତକାଲିଠାରୁ)22,17,20,37,23,31,43, 58

    7+ ଦିନ ଷ୍ଟ୍ରିକ

    🔍 🗞️
  4. 4

    ରାଶି ଓ ନକ୍ଷତ୍ର

    ରାଶି ଓ ନକ୍ଷତ୍ର

    ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।

    43 ପଠିତ (↑31 ଗତକାଲିଠାରୁ)21,43,9,11,0,0,12, 43

    2 ଦିନ ଷ୍ଟ୍ରିକ

    🔍 🗞️
  5. 5

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।

    41 ପଠିତ (↓7 ଗତକାଲିଠାରୁ)35,37,25,54,29,42,48, 41

    7+ ଦିନ ଷ୍ଟ୍ରିକ

    🔍 🗞️
  6. 6

    ଜଗନ୍ନାଥ ଦାସ

    ଜଗନ୍ନାଥ ଦାସ

    Odia

    38 ପଠିତ (↑5 ଗତକାଲିଠାରୁ)33,29,50,47,94,27,33, 38

    7+ ଦିନ ଷ୍ଟ୍ରିକ

    🔍 🗞️
  7. 7

    ଅପ୍ରେଲ

    ଅପ୍ରେଲ

    ଅପ୍ରେଲ ମାସ ଜୁଲିଆନ ଓ ଗ୍ରେଗୋରିଆନ କ୍ୟାଲେଣ୍ଡରରେ ବର୍ଷର ଚତୁର୍ଥ ମାସ । ଲାଟିନ୍‌ ଶବ୍ଦ ଏପ୍ରିଲିସ୍‌ରୁ ଅପ୍ରେଲ ମାସର ନାମକରଣ କରାଯାଇଛି ।

    35 ପଠିତ (↑35 ଗତକାଲିଠାରୁ)0,0,0,0,0,0,0, 35

    1 ଦିନ ଷ୍ଟ୍ରିକ

    🔍 🗞️
  8. 8

    ମଧୁସୂଦନ ରାଓ

    ମଧୁସୂଦନ ରାଓ

    ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।

    35 ପଠିତ (↑4 ଗତକାଲିଠାରୁ)17,16,7,16,21,27,31, 35

    7+ ଦିନ ଷ୍ଟ୍ରିକ

    🔍 🗞️
  9. 9

    ସାରଳା ଦାସ

    ସାରଳା ଦାସ

    ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।

    34 ପଠିତ (↑9 ଗତକାଲିଠାରୁ)34,15,32,20,14,20,25, 34

    7+ ଦିନ ଷ୍ଟ୍ରିକ

    🔍 🗞️
  10. 10

    ବାଲ୍ମିକୀ

    ବାଲ୍ମିକୀ

    ବାଲ୍ମିକୀ ସଂସ୍କୃତ ସାହିତ୍ୟର ଅଗ୍ରଗଣ୍ୟ କବି ତଥା ସଂସ୍କୃତ ରାମାୟଣର ସ୍ରଷ୍ଟା । ରାମାୟଣ ମହାକାବ୍ୟରେ ଭଗବାନ ରାମଙ୍କ ଜୀବନ ମାଧ୍ୟମରେ ସେ ବିଶ୍ୱବାସୀଙ୍କୁ ମାନବ ଜୀବନର ସତ୍ୟ ତଥା କର୍ତ୍ତବ୍ୟ ବିଷୟରେ ଅବଗତ କରାଇଛନ୍ତି । ପ୍ରଥମ ସଂସ୍କୃତ ମହାକାବ୍ୟ ଭାବେ ରାମାୟଣ ଗ୍ରନ୍ଥ ରଚନା କରିଥିବରୁ ସେ ମଧ୍ୟ ଆଦିକବି ଭାବେ ଖ୍ୟାତ ।

    30 ପଠିତ (↑30 ଗତକାଲିଠାରୁ)0,0,0,0,0,0,0, 30

    1 ଦିନ ଷ୍ଟ୍ରିକ

    🔍 🗞️
  11. 11

    ଗୋପବନ୍ଧୁ ଦାସ

    ଗୋପବନ୍ଧୁ ଦାସ

    ଉତ୍କଳମଣି ଗୋପବନ୍ଧୁ ଦାସ (୯ ଅକ୍ଟୋବର ୧୮୭୭–୧୭ ଜୁନ ୧୯୨୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ଓ ଓଡ଼ିଆ-ଭାଷୀ ଲେଖକ ଥିଲେ । ଭାରତୀୟ ସ୍ୱାଧୀନତା ସଂଗ୍ରାମକୁ ତାଙ୍କର ଅବଦାନ ନିମନ୍ତେ ସେ "ଉତ୍କଳମଣି" ନାମରେ ଜଣାଶୁଣା ।

    30 ପଠିତ (↓4 ଗତକାଲିଠାରୁ)19,16,20,22,32,41,34, 30

    7+ ଦିନ ଷ୍ଟ୍ରିକ

    🔍 🗞️
  12. 12

    ଗଙ୍ଗାଧର ମେହେର

    ଗଙ୍ଗାଧର ମେହେର

    "ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -

    30 ପଠିତ (↓2 ଗତକାଲିଠାରୁ)17,9,21,25,16,26,32, 30

    7+ ଦିନ ଷ୍ଟ୍ରିକ

    🔍 🗞️
  13. 13

    ଗୋପାଳକୃଷ୍ଣ ପଟ୍ଟନାୟକ

    ଗୋପାଳକୃଷ୍ଣ ପଟ୍ଟନାୟକ

    କବିକଳହଂସ ଗୋପାଳକୃଷ୍ଣ ପଟ୍ଟନାୟକ (୧୭୮୪ - ୧୮୬୨) ଅଷ୍ଟାଦଶ ଶତାବ୍ଦୀର ଜଣେ ପ୍ରଖ୍ୟାତ ଓଡ଼ିଶୀ ସଙ୍ଗୀତକାର କବି । ସେ ପ୍ରାଚୀନ ଉତ୍କଳୀୟ ସଙ୍ଗୀତ ଅନୁସରଣରେ ବହୁସଂଖ୍ୟକ ଓଡ଼ିଶୀ ପ୍ରବନ୍ଧ, ଛାନ୍ଦ, ଚଉତିଶା, ଭଜନ ଓ ଜଣାଣ, କୋଇଲି, ଚଉତିଶା ଆଦି ରଚନା କରିଛନ୍ତି । 'ଉଠିଲୁ ଏଡ଼େ ବେଗି କାହିଁକି ରେ', 'ଅନୁସରିତ ପ୍ରଭୋ କାଳଯାକ ଗଲା ସରିତ', 'ସଙ୍ଗିନୀରେ ରାସ ରଙ୍ଗିନୀରେ' ଇତ୍ୟାଦି ଗୋପାଳକୃଷ୍ଣଙ୍କ ଅସଂଖ୍ୟ ଗୀତଗୁଡ଼ିକ ଅଦ୍ୟାବଧି ଓଡ଼ିଶାର ଗ୍ରାମେ ଗ୍ରାମେ ଲୋକମୁଖରେ ଶୁଣାଯାଏ । ତାଙ୍କ କବିତାଗୁଡ଼ିକ ସଂଗୃହିତ ହୋଇ ରଚନାବଳୀ ବା ଗ୍ରନ୍ଥାବଳୀ ଭାବେ ଅନେକବାର ପ୍ରକାଶିତ ହୋଇଛି ।

    29 ପଠିତ (↑29 ଗତକାଲିଠାରୁ)0,0,0,0,0,0,0, 29

    1 ଦିନ ଷ୍ଟ୍ରିକ

    🔍 🗞️
  14. 14

    ମହାତ୍ମା ଗାନ୍ଧୀ

    ମହାତ୍ମା ଗାନ୍ଧୀ

    ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।

    28 ପଠିତ (↓1 ଗତକାଲିଠାରୁ)21,35,40,73,24,15,29, 28

    7+ ଦିନ ଷ୍ଟ୍ରିକ

    🔍 🗞️
  15. 15

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

    28 ପଠିତ (↑3 ଗତକାଲିଠାରୁ)19,18,0,25,11,43,25, 28

    5 ଦିନ ଷ୍ଟ୍ରିକ

    🔍 🗞️
  16. 16

    କାଳୀଚରଣ ପଟ୍ଟନାୟକ

    କାଳୀଚରଣ ପଟ୍ଟନାୟକ

    କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ (୨୩ ଡିସେମ୍ବର ୧୮୯୭ - ୨୪ ଜୁଲାଇ ୧୯୭୮)

    28 ପଠିତ (↑16 ଗତକାଲିଠାରୁ)0,13,9,10,9,0,12, 28

    2 ଦିନ ଷ୍ଟ୍ରିକ

    🔍 🗞️
  17. 17

    ନୂଆଖାଇ

    ନୂଆଖାଇ

    ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।

    26 ପଠିତ (↓15 ଗତକାଲିଠାରୁ)613,78,40,31,21,30,41, 26

    7+ ଦିନ ଷ୍ଟ୍ରିକ

    🔍 🗞️
  18. 18

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ (ଇଂରାଜୀ: Sexual intercourse) କିମ୍ବା ମୈଥୁନ କିମ୍ବା ସହବାସ ବୋଲି ସେହି କ୍ରିୟାକୁ କୁହାଯାଏ, ଯେଉଁଥିରେ ପୁରୁଷଙ୍କର ଲିଙ୍ଗ ସ୍ତ୍ରୀଙ୍କର ଯୋନିରେ ପ୍ରବେଶ କରେ । ସମ୍ଭୋଗ ବିଭିନ୍ନ ଜୀବଜନ୍ତୁ ଓ ପ୍ରଜାତି ଅନୁସାରେ ବିଭିନ୍ନ ପ୍ରକାରରେ ହୁଏ । ସମ୍ଭୋଗକୁ ଯୋନି ମୈଥୁନ, କାମ କ୍ରୀଡ଼ା କିମ୍ବା ରତି କ୍ରୀଡ଼ା ନାମରେ ବି ପ୍ରକାଶ କରାଯାଏ ।

    26 ପଠିତ (↑2 ଗତକାଲିଠାରୁ)13,16,15,16,20,19,24, 26

    7+ ଦିନ ଷ୍ଟ୍ରିକ

    🔍 🗞️
  19. 19

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ (The Constitution of India, ଦ କନଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ।

    26 ପଠିତ (↓1 ଗତକାଲିଠାରୁ)8,12,15,14,16,28,27, 26

    7+ ଦିନ ଷ୍ଟ୍ରିକ

    🔍 🗞️
  20. 20

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ (୧୦ ମାର୍ଚ୍ଚ ୧୯୨୩ - ୧୭ ଫେବୃଆରୀ ୨୦୧୩)ଓଡ଼ିଶାରେ ଜନ୍ମିତ ଜଣେ ଗାଳ୍ପିକ, ପ୍ରାବନ୍ଧିକ, ନାଟ୍ୟକାର । ସେ ଓଡ଼ିଆ ସାହିତ୍ୟରେ ନବନାଟ୍ୟ ଆନ୍ଦୋଳନର ମୁଖ୍ୟ ପୁରୋଧା ଥିଲେ ।

    24 ପଠିତ (↑11 ଗତକାଲିଠାରୁ)0,0,17,10,0,0,13, 24

    2 ଦିନ ଷ୍ଟ୍ରିକ

    🔍 🗞️
  21. 21

    ଓଡ଼ିଆ ଭାଗବତ

    ଓଡ଼ିଆ ଭାଗବତ

    ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।

    24 ପଠିତ (↑2 ଗତକାଲିଠାରୁ)8,7,0,8,16,9,22, 24

    5 ଦିନ ଷ୍ଟ୍ରିକ

    🔍 🗞️
  22. 22

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

    23 ପଠିତ (↑7 ଗତକାଲିଠାରୁ)12,15,9,12,9,13,16, 23

    7+ ଦିନ ଷ୍ଟ୍ରିକ

    🔍 🗞️
  23. 23

    କଳ୍ପନା ଦାଶ

    କଳ୍ପନା ଦାଶ

    କଳ୍ପନା ଦାଶ (୭ ଜୁଲାଇ ୧୯୬୬ – ୨୩ ମଇ ୨୦୧୯) ଜଣେ ଓକିଲ ଓ ପର୍ବତ ଆରୋହଣକାରୀ ଥିଲେ । ସେ ପ୍ରଥମ ଓଡ଼ିଆ, ପ୍ରଥମ ଭାରତୀୟ ବେସାମରିକ ଓ ସବୁଠାରୁ ବୟସ୍କା ମହିଳା (୪୨) ଏଭରେଷ୍ଟ ଶୃଙ୍ଗ ଆରୋହଣକାରୀ । ସେ ପ୍ରଥମେ ୨୦୦୮ ମସିହା ମଇ ୨୧ ତାରିଖରେ ପ୍ରଥମଥର ଯୁକ୍ତରାଷ୍ଟ୍ର ଆମେରିକା, କାନାଡ଼ା ଓ ନେପାଳର ଅଧିବାସୀଙ୍କ ସଙ୍ଗେ ଏକ ପାଞ୍ଚଜଣିଆ ଦଳର ଅଂଶ ଭାବେ ଏଭରେଷ୍ଟ ଆରୋହଣ କରିଥିଲେ ।

    22 ପଠିତ (↑22 ଗତକାଲିଠାରୁ)0,0,0,0,0,0,0, 22

    1 ଦିନ ଷ୍ଟ୍ରିକ

    🔍 🗞️
  24. 24

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର (ଶ୍ରୀମନ୍ଦିର କିମ୍ବା ବଡ଼ଦେଉଳ ଭାବରେ ମଧ୍ୟ ପରିଚିତ) ଭାରତର ଓଡ଼ିଶା ରାଜ୍ୟର ପୁରୀଠାରେ ଅବସ୍ଥିତ ଏକ ପ୍ରାଚୀନ ହିନ୍ଦୁ ଦେଉଳ । ଏହା ମୁଖ୍ୟତଃ ବିଷ୍ଣୁଙ୍କ ଅବତାର ଶ୍ରୀଜଗନ୍ନାଥଙ୍କୁ ସମର୍ପିତ । ଏଠାରେ ରତ୍ନସିଂହାସନ ଉପରେ ଚତୁର୍ଦ୍ଧାମୂର୍ତ୍ତି ଭାବରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜା ପାଆନ୍ତି ।

    22 ପଠିତ (↑6 ଗତକାଲିଠାରୁ)7,0,13,13,12,15,16, 22

    6 ଦିନ ଷ୍ଟ୍ରିକ

    🔍 🗞️
  25. 25

    ମଧୁସୂଦନ ଦାସ

    ମଧୁସୂଦନ ଦାସ

    ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-

    21 ପଠିତ (↑12 ଗତକାଲିଠାରୁ)13,8,12,0,15,0,9, 21

    2 ଦିନ ଷ୍ଟ୍ରିକ

    🔍 🗞️
  26. 26

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ

    ରାଧାମୋହନ ଗଡ଼ନାୟକ (୨୫ ଅଗଷ୍ଟ ୧୯୧୧ - ୨୧ ଫେବୃଆରୀ, ୨୦୦୦) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନପ୍ରାପ୍ତ ଓଡ଼ିଆ କବି ଥିଲେ । ତାଙ୍କର କବିତା ଗୁଡ଼ିକରେ ସ୍ୱଦେଶ ପ୍ରୀତି ଓ ସୌନ୍ଦର୍ଯ୍ୟର ଅନୁଭୂତି ଲକ୍ଷ୍ୟ କରାଯାଇଥାଏ । ସବୁଜ ଗୋଷ୍ଠୀର ସାହିତ୍ୟ ସାଧନା କାଳରେ ଏକକ କବି ଭାବରେ ସେ ପରିଚିତ ଥିଲେ ।

    20 ପଠିତ (↑8 ଗତକାଲିଠାରୁ)0,0,7,8,9,0,12, 20

    2 ଦିନ ଷ୍ଟ୍ରିକ

    🔍 🗞️
  27. 27

    ଦାମୋଦର ହୋତା

    ଦାମୋଦର ହୋତା

    ଦାମୋଦାର ହୋତା ([d̪amod̪ɔɾɔ hot̪a] ();୨୫ ଡିସେମ୍ବର ୧୯୩୫- ୫ ଫେବୃଆରୀ ୨୦୨୨) ଜଣେ ପାରମ୍ପରିକ ଓଡ଼ିଶୀ ବା ଉଡ୍ରପଦ୍ଧତୀୟ ଶାସ୍ତ୍ରୀୟ ସଙ୍ଗୀତ ଓ ହିନ୍ଦୁସ୍ତାନୀ ସଙ୍ଗୀତ ଗାୟକ ଏବଂ ଗବେଷକ ଥିଲେ । ସେ ଆକାଶବାଣୀ କଟକ ଓ ଦୂରଦର୍ଶନ କେନ୍ଦ୍ର ଭୁବନେଶ୍ୱରର ଜଣେ ସ୍ୱୀକୃତିପ୍ରାପ୍ତ କଣ୍ଠଶିଳ୍ପୀ ଥିଲେ । ତାଙ୍କୁ ପଦ୍ମକେଶରୀ ଉପାଧିରେ ଭୂଷିତ କରାଯାଇଥିଲା । ସେ ଆଜୀବନ ଶିକ୍ଷାଦାନ, ଗବେଷଣା ଓ ଲେଖନୀ ଚାଳନାରେ ଲିପ୍ତ ଥିଲେ ।

    18 ପଠିତ (↑18 ଗତକାଲିଠାରୁ)0,0,0,0,0,0,0, 18

    1 ଦିନ ଷ୍ଟ୍ରିକ

    🔍 🗞️
  28. 28

    ଗୋଲୋକ ବିହାରୀ ଧଳ

    ଗୋଲୋକ ବିହାରୀ ଧଳ

    ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଜଣେ ଭାରତୀୟ ଭାଷାତତ୍ତ୍ୱବିତ୍, ପ୍ରଫେସର, ଧ୍ୱନିତତ୍ତ୍ୱବିତ୍, ଅନୁବାଦକ ଏବଂ ଓଡ଼ିଆ ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ସେ ତାଙ୍କର ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ପ୍ରବନ୍ଧମାନଙ୍କରେ ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ବାବଦରେ ଆଲୋଚନା କରୁଥିଲେ ।

    18 ପଠିତ (↑18 ଗତକାଲିଠାରୁ)0,0,0,0,7,0,0, 18

    1 ଦିନ ଷ୍ଟ୍ରିକ

    🔍 🗞️
  29. 29

    ଉପେନ୍ଦ୍ର ଭଞ୍ଜ

    ଉପେନ୍ଦ୍ର ଭଞ୍ଜ

    କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦, ଅନ୍ୟମତେ ୧୭୨୦) ସପ୍ତଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଶୀ ସଙ୍ଗୀତକାର କବି ଥିଲେ । ସେ ସପ୍ତଦଶ ଶତାବ୍ଦୀର ଶେଷ ପର୍ଯ୍ୟାୟରେ ପୁରାତନ ରାଜଶାସିତ ଘୁମୁସରର ରାଜବଂଶରେ କୁଲାଡ଼ଗଡଜନ୍ମଲାଭ କରିଥିଲେ। ରୀତିଯୁଗର ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି ।

    18 ପଠିତ (↑5 ଗତକାଲିଠାରୁ)10,11,15,21,13,8,13, 18

    7+ ଦିନ ଷ୍ଟ୍ରିକ

    🔍 🗞️
  30. 30

    ଦୀନକୃଷ୍ଣ ଦାସ

    ଦୀନକୃଷ୍ଣ ଦାସ

    ଦୀନକୃଷ୍ଣ ଦାସ ସପ୍ତଦଶ ଶତାବ୍ଦୀର ଜଣେ ଓଡ଼ିଶୀ ସଙ୍ଗୀତକାର, ରୀତି ଓ ଭକ୍ତି କବି । ସେ ରସକଲ୍ଲୋଳ ନାମକ କୃଷ୍ଣଲୀଳା ସମ୍ବଳିତ ଛାନ୍ଦକାବ୍ୟ ପାଇଁ ଜନାଦୃତ ।

    18 ପଠିତ (↑7 ଗତକାଲିଠାରୁ)12,0,0,0,0,0,11, 18

    2 ଦିନ ଷ୍ଟ୍ରିକ

    🔍 🗞️
  31. 31

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍‍ଜୋସ୍‍ ଷ୍ଟେଟ୍‍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।

    18 ପଠିତ (↑3 ଗତକାଲିଠାରୁ)18,16,19,17,15,16,15, 18

    7+ ଦିନ ଷ୍ଟ୍ରିକ

    🔍 🗞️
  32. 32

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ ଜଣେ ଓଡ଼ିଆ ଗାୟିକା । ସେ ନମିତା ନାମରେ ଭଜନ ଓ ନିବେଦିତା ନାମରେ ଆଧୁନିକ ଏବଂ ଚଳଚ୍ଚିତ୍ର ସଂଗୀତ ଗାନ କରନ୍ତି ।

    18 ପଠିତ (↑18 ଗତକାଲିଠାରୁ)19,8,11,17,12,21,0, 18

    1 ଦିନ ଷ୍ଟ୍ରିକ

    🔍 🗞️
  33. 33

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।

    18 ପଠିତ (↓8 ଗତକାଲିଠାରୁ)41,35,44,70,25,18,26, 18

    7+ ଦିନ ଷ୍ଟ୍ରିକ

    🔍 🗞️
  34. 34

    ସୁନିଆଁ

    ସୁନିଆଁ

    ଓଡ଼ିଶାରେ ରାଜକୀୟ ନବବର୍ଷ ଆରମ୍ଭ ହୁଏ ଭାଦ୍ରବ ମାସ ଶୁକ୍ଳ ଦ୍ୱାଦଶୀ ତିଥିରେ ସୁନିଆଁଠାରୁ। ଓଡ଼ିଆ ପାଞ୍ଜିର ଆରମ୍ଭ ହୁଏ ବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତିରୁ ଏବଂ ଏହି ଦିନଟି ସାଧାରଣରେ ଓଡ଼ିଆ ନବବର୍ଷ ଭାବେ ଗୃହୀତ ହୋଇଛି। ମାତ୍ର ସୁନିଆଁ ହେଉଛି ଓଡ଼ିଆ ରାଜାଙ୍କର ରାଜତ୍ୱର ଅଙ୍କ ଗଣନା ବର୍ଷର ପ୍ରଥମ ଦିନ । ପୁଣି ରାଜାଙ୍କର ରାଜସ୍ୱ ଆଦାୟ ଓ ନୂଆ ଖାତା ଆରମ୍ଭ ହୁଏ ଏହି ସୁନିଆଁ ଦିନ। ସୁନିଆଁ ଦିନ ଗୋଟିଏ ସୁନା ମୋହର ଉପରେ ରାଜାଙ୍କ ରାଜତ୍ୱର ଅଙ୍କ ବା ବର୍ଷ ଚିହ୍ନିତ କରାଯାଏ। ଏହାକୁ ସାଧାରଣ ଭାଷାରେ କହନ୍ତି ଅଙ୍କକଟା। ଏହିଦିନଟି ରାଜକୀୟ ବର୍ଷ ଆରମ୍ଭର ପ୍ରଥମ ଦିନ ଏବଂ ସୁନା ଶବ୍ଦ ସହ ଜଡ଼ିତ ହୋଇଥିବାରୁ ସମ୍ଭବତଃ ସୁନିଆଁ ଭାବେ ପାଳିତ ହେଉଛି । ପୁଣି ଏହି ଦିନ ସର୍ବତ୍ର ବାମନ ଜନ୍ମ ପାଳିତ ହୋଇଥାଏ। ବିଷ୍ଣୁଙ୍କ ଦଶ ଅବତାର ମଧ୍ୟରୁ ବାମନ ହେଉଛନ୍ତି ଏଭଳି ରାଜନୀତି ପ୍ରବଣ ଯେ ନିଜ ବୁଦ୍ଧି ବିଚକ୍ଷଣତାଦ୍ୱାରା ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ତିନି ଭୁବନକୁ ନିଜ ପାଦତଳେ ରଖିବା ସହ ବଳୀ ପରି ଶାସକଙ୍କୁ ମଧ୍ୟ ପାତାଳକୁ ଚାପି ଦେଇଥିଲେ। ତେଣୁ ଫସଲ ଅମଳ ପରେ ରାଜକୋଷକୁ ସମୃଦ୍ଧ କରି ରାଜାମାନେ ତ୍ରିବିକ୍ରମ ବାମନଙ୍କ ପରାକ୍ରମକୁ ପାଥେୟ କରି ବାହାରୁଥିଲେ ଦେଶଜୟ କରିବାକୁ । ସୁନିଆଁଠାରୁ ସନ ଓ ସାଲ ଗଣନା ଆରମ୍ଭ ହୁଏ।

    17 ପଠିତ (↑17 ଗତକାଲିଠାରୁ)0,0,0,0,0,7,0, 17

    1 ଦିନ ଷ୍ଟ୍ରିକ

    🔍 🗞️
  35. 35

    ହନୁମାନ ଚାଳିଶା

    ହନୁମାନ ଚାଳିଶା

    ହନୁମାନ ଚାଳିଶା ହେଉଛି ହିନ୍ଦୁ ଭଗବାନ ହନୁମାନଙ୍କୁ ଉତ୍ସର୍ଗୀକୃତ କରି ଲେଖାଯାଇଥିବା ଏକ ସ୍ତୁତି । ଏଥିରେ ୪୦ଟି ଚଉପାଇ ଅଛି । କବିତାରେ ଚାରି ଧାଡ଼ି ବିଶିଷ୍ଟ ଏକ ପଦକୁ ଚଉପାଇ କୁହାଯାଏ । ଷୋଡ଼ଶ ଶତାବ୍ଦୀରେ ଜନ୍ମଗ୍ରହଣ କରିଥିବା ଭାରତୀୟ କବି, ଦାର୍ଶନିକ ତ‌ଥା ସନ୍ଥ ଶ୍ରୀ ଗୋସ୍ୱାମୀ ତୁଳସୀ ଦାସ ଏହାକୁ ଅବଧୀ ଭାଷାରେ ରଚନା କରିଥିଲେ ।

    17 ପଠିତ (↑8 ଗତକାଲିଠାରୁ)14,0,10,0,16,9,9, 17

    4 ଦିନ ଷ୍ଟ୍ରିକ

    🔍 🗞️
  36. 36

    ବାରବାଟି-କଟକ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

    ବାରବାଟି-କଟକ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

    ବାରବାଟି-କଟକ (କ୍ରମିକ ସଂଖ୍ୟା: ୯୦) କଟକ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।

    17 ପଠିତ (↑17 ଗତକାଲିଠାରୁ)0,0,0,0,0,0,0, 17

    1 ଦିନ ଷ୍ଟ୍ରିକ

    🔍 🗞️
  37. 37

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।

    17 ପଠିତ (↑17 ଗତକାଲିଠାରୁ)23,16,13,8,9,0,0, 17

    1 ଦିନ ଷ୍ଟ୍ରିକ

    🔍 🗞️
  38. 38

    ଲକ୍ଷ୍ମୀକାନ୍ତ ମହାପାତ୍ର

    ଲକ୍ଷ୍ମୀକାନ୍ତ ମହାପାତ୍ର

    କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।

    17 ପଠିତ (↑5 ଗତକାଲିଠାରୁ)26,18,10,9,23,23,12, 17

    7+ ଦିନ ଷ୍ଟ୍ରିକ

    🔍 🗞️
  39. 39

    ମନୋଜ ଦାସ

    ମନୋଜ ଦାସ

    ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।

    17 ପଠିତ (↓5 ଗତକାଲିଠାରୁ)16,16,21,20,14,22,22, 17

    7+ ଦିନ ଷ୍ଟ୍ରିକ

    🔍 🗞️
  40. 40

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ (୧ ଡିସେମ୍ବର ୧୯୦୯ - ୨୫ ଫେବୃଆରୀ ୧୯୮୭) ଜଣେ ଓଡ଼ିଆ ପ୍ରତ୍ନ‌ତ‌ତ୍ୱବିଦ, ଐତିହାସିକ ଏବଂ ଗବେଷକ । ସେ ବହୁ ଐତିହାସିକ ଓ ସମାଜ-ସାହିତ୍ୟ-ସଂସ୍କୃତ ଧର୍ମୀ ପ୍ରବନ୍ଧର ରଚୟୀତା ।

    16 ପଠିତ (↓1 ଗତକାଲିଠାରୁ)0,0,7,0,8,0,17, 16

    2 ଦିନ ଷ୍ଟ୍ରିକ

    🔍 🗞️
  41. 41

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।

    16 ପଠିତ (↑16 ଗତକାଲିଠାରୁ)0,11,18,11,11,0,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  42. 42

    ବିଶ୍ୱ ସଂସ୍କୃତ ଦିବସ

    ବିଶ୍ୱ ସଂସ୍କୃତ ଦିବସ

    ବିଶ୍ୱ ସଂସ୍କୃତ ଦିବସ, ବା ବିଶ୍ୱ ସଂସ୍କୃତ ଦିନମ (ସଂସ୍କୃତ: विश्वसंस्कृतदिनम्), ପ୍ରତିବର୍ଷ ଶ୍ରାବଣ ପୂର୍ଣ୍ଣିମା ଦିନ ପାଳନ କରାଯାଏ । ଏହା ପ୍ରାୟତଃ ଇଂରାଜୀ କ୍ୟାଲେଣ୍ଡରର ଅଗଷ୍ଟ ମାସରେ ପଡ଼ିଥାଏ । ସଂସ୍କୃତ ଭାଷାର ସାଂସ୍କୃତିକ ବିଶେଷତ୍ୱ ତଥା ଏହାର ଗୁରୁତ୍ୱ ସମ୍ବନ୍ଧରେ ସଚେତନତା ସୃଷ୍ଟି କରିବା ଏହି ଦିବସ ପାଳନ କରାଯାଏ । ୧୯୬୯ ମସିହାରେ ଭାରତ ସରକାର ଏହି ଦିବସ ପାଳନ କରିବା ନିମନ୍ତେ ନିଷ୍ପତି ନେଇଥିଲେ ।

    16 ପଠିତ (↑16 ଗତକାଲିଠାରୁ)0,0,0,0,0,0,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  43. 43

    କେଶବ କୋଇଲି

    କେଶବ କୋଇଲି

    କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚ‍ଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚ‍ଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।

    16 ପଠିତ (↓5 ଗତକାଲିଠାରୁ)0,8,16,15,23,8,21, 16

    7 ଦିନ ଷ୍ଟ୍ରିକ

    🔍 🗞️
  44. 44

    ପ୍ରାଣବନ୍ଧୁ କର

    ପ୍ରାଣବନ୍ଧୁ କର

    ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।

    16 ପଠିତ (↑16 ଗତକାଲିଠାରୁ)0,0,14,0,11,9,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  45. 45

    କଳିଙ୍ଗ ଯୁଦ୍ଧ

    କଳିଙ୍ଗ ଯୁଦ୍ଧ

    ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି ।

    15 ପଠିତ (↑5 ଗତକାଲିଠାରୁ)0,0,0,0,8,0,10, 15

    2 ଦିନ ଷ୍ଟ୍ରିକ

    🔍 🗞️
  46. 46

    ପଞ୍ଚସଖା

    ପଞ୍ଚସଖା

    ୧୫ ଓ ୧୬ଶ ଶତାବ୍ଦୀକୁ ପଞ୍ଚସଖା ଯୁଗ କୁହାଯାଏ । ଏହି ଯୁଗରେ ପାଞ୍ଚଜଣ ଭକ୍ତିକବି ଅନନ୍ତ ଦାସ, ଯଶୋବନ୍ତ ଦାସ, ଅଚ୍ୟୁତାନନ୍ଦ ଦାସ, ଜଗନ୍ନାଥ ଦାସ ଓ ବଳରାମ ଦାସଙ୍କୁ ନେଇ ପଞ୍ଚସଖା ଗଠିତ । ଏହି ପାଞ୍ଚଜଣଙ୍କୁ ଚୈତନ୍ୟଙ୍କ ପଞ୍ଚସଖା ମଧ୍ୟ କୁହାଯାଏ ।

    15 ପଠିତ (↑6 ଗତକାଲିଠାରୁ)0,0,0,8,0,0,9, 15

    2 ଦିନ ଷ୍ଟ୍ରିକ

    🔍 🗞️
  47. 47

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ (୧୮୮୪-୧୯୬୭) ଓଡ଼ିଶାର ପୁରୀ ଜିଲ୍ଲାର ସାକ୍ଷୀଗୋପାଳଠାରେ ୧୮୮୪ରେ ଜନ୍ମିତ ଜଣେ ଲେଖକ, ସାମ୍ବାଦିକ ଓ ସ୍ୱାଧୀନତା ସଂଗ୍ରାମୀ । ତାଙ୍କୁ ଶ୍ରଦ୍ଧାରେ ପଣ୍ଡିତ ନୀଳକଣ୍ଠ ଦାସ ବୋଲି ମଧ୍ୟ ଡକାଯାଇଥାଏ ।

    14 ପଠିତ (↑4 ଗତକାଲିଠାରୁ)12,15,0,11,9,8,10, 14

    5 ଦିନ ଷ୍ଟ୍ରିକ

    🔍 🗞️
  48. 48

    ଚିଲିକା (କବିତା)

    ଚିଲିକା (କବିତା)

    ଏହା ରାଧାନାଥ ରାୟଙ୍କଦ୍ୱାରା ଲେଖା ଯାଇଥିବା ଏକ ଖଣ୍ଡ କାବ୍ୟ । ୧୮୯୨ ମସିହାରେ ଏହି କାବ୍ୟ ଉତ୍କଳ ପ୍ରଭାରେ ପ୍ରକାଶ ପାଇଥିଲା । ଏହାର ରଚନା କାଳ ହେଉଛି ୧୮୯୧ ।।

    14 ପଠିତ (↑14 ଗତକାଲିଠାରୁ)0,0,0,0,0,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  49. 49

    ଓଡ଼ିଆ ଉଇକିପିଡ଼ିଆ

    ଓଡ଼ିଆ ଉଇକିପିଡ଼ିଆ

    ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।

    13 ପଠିତ (↑4 ଗତକାଲିଠାରୁ)0,9,0,0,0,0,9, 13

    2 ଦିନ ଷ୍ଟ୍ରିକ

    🔍 🗞️
  50. 50

    ଭୀମ ଭୋଇ

    ଭୀମ ଭୋଇ

    ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।

    13 ପଠିତ (↓3 ଗତକାଲିଠାରୁ)0,0,15,11,0,13,16, 13

    3 ଦିନ ଷ୍ଟ୍ରିକ

    🔍 🗞️
  51. 51

    ରାମକୃଷ୍ଣ ନନ୍ଦ

    ରାମକୃଷ୍ଣ ନନ୍ଦ

    ରାମକୃଷ୍ଣ ନନ୍ଦ (୨୫ ଫେବୃଆରୀ ୧୯୦୬ - ୨୮ ସେପ୍ଟେମ୍ବର ୧୯୯୪) ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଶିଶୁ ସାହିତ୍ୟକ ଓ ଗୀତିକାର । ସେ ଛାପାଖାନା ଓ ମୁଦ୍ରଣାଳୟ ପ୍ରତିଷ୍ଠା କରି, ବହୁ ଓଡ଼ିଆ ପୁସ୍ତକ ଓ ପତ୍ରିକା ପ୍ରକାଶନା କରିଥିଲେ । ତାଙ୍କ ରଚିତ ଆହେ ଦୟାମୟ ବିଶ୍ୱ ବିହାରୀ ଓଡ଼ିଶାର ବହୁ ବିଦ୍ୟାଳୟରେ ପ୍ରାର୍ଥନା ଭାବରେ ଗାନ କରାଯାଏ ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  52. 52

    ଯକ୍ଷ୍ମା

    ଯକ୍ଷ୍ମା

    ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସ‌ହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।

    13 ପଠିତ (↑13 ଗତକାଲିଠାରୁ)0,0,18,10,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  53. 53

    ପ୍ରତିଭା ରାୟ

    ପ୍ରତିଭା ରାୟ

    ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।

    13 ପଠିତ (0 ଗତକାଲିଠାରୁ)0,20,9,0,13,8,13, 13

    4 ଦିନ ଷ୍ଟ୍ରିକ

    🔍 🗞️
  54. 54

    କୁନ୍ତଳା କୁମାରୀ ସାବତ

    କୁନ୍ତଳା କୁମାରୀ ସାବତ

    ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।

    13 ପଠିତ (↓3 ଗତକାଲିଠାରୁ)0,26,47,44,14,22,16, 13

    7 ଦିନ ଷ୍ଟ୍ରିକ

    🔍 🗞️
  55. 55

    ବନ୍ଦେ ମାତରମ

    ବନ୍ଦେ ମାତରମ

    ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  56. 56

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର (ଜନ୍ମ ୧୭ ସେପ୍ଟେମ୍ବର ୧୯୩୭) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ କବି ଓ ସାହିତ୍ୟ ସମାଲୋଚକ ।

    12 ପଠିତ (↓1 ଗତକାଲିଠାରୁ)20,13,56,10,8,12,13, 12

    7+ ଦିନ ଷ୍ଟ୍ରିକ

    🔍 🗞️
  57. 57

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ ।

    12 ପଠିତ (↑12 ଗତକାଲିଠାରୁ)11,10,10,15,8,23,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  58. 58

    ଛବିଳ ମଧୁ ବର୍ଣ୍ଣବୋଧ

    ଛବିଳ ମଧୁ ବର୍ଣ୍ଣବୋଧ

    ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କଦ୍ୱାରା ୧୮୯୫ ମସିହାରେ ଲେଖାଯାଇଥିଲା । ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି । ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।

    12 ପଠିତ (↑4 ଗତକାଲିଠାରୁ)0,0,0,9,0,8,8, 12

    3 ଦିନ ଷ୍ଟ୍ରିକ

    🔍 🗞️
  59. 59

    ଜଗନ୍ନାଥ

    ଜଗନ୍ନାଥ

    12 ପଠିତ (↓7 ଗତକାଲିଠାରୁ)0,11,13,8,20,15,19, 12

    7 ଦିନ ଷ୍ଟ୍ରିକ

    🔍 🗞️
  60. 60

    କାଶ୍ମୀର ବିବାଦ

    କାଶ୍ମୀର ବିବାଦ

    ଭାରତ ଓ ପାକିସ୍ତାନ ମଧ୍ୟରେ କାଶ୍ମୀର ବିବାଦ ୧୯୪୭ ମସିହାରୁ ଆରମ୍ଭ ହୋଇଥିବା ଏକ ଆଭ୍ୟନ୍ତରୀଣ ବିବାଦ । ଧାର୍ମିକ ଆଧାରରେ ଭାରତୀୟ ଉପମହାଦେଶର ବିଭାଜନ ଫଳରେ ଭାରତ ଏବଂ ପାକିସ୍ତାନ ଗଠନ ହୋଇଥିଲା । ଅବଶ୍ୟ, ଭାରତ ବିଭାଜନର ସିଦ୍ଧାନ୍ତ ଅନୁସାରେ ଦୁଇଟି ନୂତନ ଦେଶ ମଧ୍ୟରେ ରହିଥିବା ୬୫୦ରୁ ଅଧିକ ଗଡଜାତ ରାଜ୍ୟର ଶାସକମାନଙ୍କ ପାଇଁ ସେମାନେ କେଉଁ ଦେଶରେ ଯୋଗ ଦେବେ ତାହା ସେମାନଙ୍କ ଅଧିକାରଭୁକ୍ତ ଥିଲା । ଏପରିକି ସେମାନେ ଚାହିଁଲେ ସ୍ୱାଧୀନ ମଧ୍ୟ ରହିପାରିବେ ଏଭଳି ସର୍ତ୍ତରେ ବ୍ରିଟିଶଦ୍ୱାରା ଭାରତର ବିଭାଜନ କରାଯାଇଥିଲା । ତେବେ ବାସ୍ତବ କ୍ଷେତ୍ରରେ ଲୋକମାନେ ବ୍ରିଟିଶ ଶାସନରୁ ମୁକ୍ତି ପାଇଁ ଏହି ସ୍ୱାଧୀନତା ସଂଗ୍ରାମର ଅନ୍ତିମ ଅଧ୍ୟାୟରେ ଚାହୁଁ ନ ଥିଲେ ଯେ କିଛି ଗଡଜାତ ରାଜା ସେମାନଙ୍କୁ ଶାସନ କରନ୍ତୁ । ଅପର ପକ୍ଷରେ କାଶ୍ମୀରର ଭୌଗୋଳିକ ଅବସ୍ଥାନ ହେତୁ କାଶ୍ମୀର, ଭାରତ କିମ୍ବା ପାକିସ୍ତାନରେ ଯୋଗଦେବାକୁ ବାଛିବା ପାଇଁ ସ୍ୱାଧୀନ ଥିଲା । କାଶ୍ମୀରର ଶାସକ ମହାରାଜା ହରି ସିଂ ହିନ୍ଦୁ ହୋଇଥିବାବେଳେ ତାଙ୍କର ଅଧିକାଂଶ ଅଧିବାସୀ ମୁସଲମାନ ଥିଲେ । କାଶ୍ମୀର କେଉଁ ରାଷ୍ଟ୍ରରେ ଯୋଗଦେବା ଉଚିତ୍ ତାହା ସ୍ଥିର କରିବାରେ ଅସମର୍ଥ ହରି ସିଂ ନିରପେକ୍ଷ ରହିବାକୁ ବାଛିଥିଲେ । କାଶ୍ମୀରର ମହାରାଜା ହରି ସିଂ ପ୍ରଥମେ ଭାବିନେଲେ ଯେ ସେ ତାଙ୍କ ନିଷ୍ପତ୍ତିରେ ବିଳମ୍ବ କରି ସେ କାଶ୍ମୀରର ସ୍ୱାଧୀନତା ବଜାୟ ରଖିପାରିବେ । କିନ୍ତୁ ଏକ ଘଟଣାଚକ୍ରରେ ସେତେବେଳେ ରାଜ୍ୟର ପଶ୍ଚିମ ସୀମାରେ ରହୁଥିବା ମୁସଲମାନ ଅଧିବାସୀମାନଙ୍କ ମଧ୍ୟରେ ଏକ ଅସନ୍ତୋଷ ଭରି ରହିଥିଲା । ଏହାର ସୂଯୋଗ ନେଇ ପାକିସ୍ତାନ ମୁସଲମାନ ଆଦୀବାସୀଙ୍କଦ୍ୱାରା ଶ୍ରୀନଗର ଉପରେ ଆକ୍ରମଣ କରି କାଶ୍ମୀର ଅଧୀକାର ନିମନ୍ତେ ଷଡଯନ୍ତ୍ର ଆରମ୍ଭ କରିଦେଇଥିଲା । ହରି ସିଂ ସାମରିକ ସହାୟତା ପାଇଁ ଭାରତ ସରକାରଙ୍କୁ ନିବେଦନ କରି ଭାରତକୁ ପଳାଇଥିଲେ । କାଶ୍ମୀରର ସମ୍ଭାବ୍ୟ ପରାଜୟକୁ ଆଖି ଆଗରେ ରଖି କାଶ୍ମୀରର ତତ୍କାଳୀନ ରାଜା ହରି ସିଂହ ଅକ୍ଟୋବର ୧୯୪୭ରେ ଭାରତୀୟ ୟୁନିଅନସହ ଏକ ଚୁକ୍ତି (ଇନଷ୍ଟ୍ରୁମେଣ୍ଟ ଅଫ୍ ଆକ୍ସେସନ୍)ସ୍ୱାକ୍ଷର କରିଥିଲେ ଯେଉଁଥିରେ ସେ ଭାରତ ସହ ରହିବା ନିମନ୍ତେ କାଶ୍ମୀରବାସୀଙ୍କ ଇଚ୍ଛା ପ୍ରକଟ କରିଥିଲେ । ରାଜା ହରି ସିଂହଙ୍କଦ୍ୱାରା ଭାରତ ସହ କାଶ୍ମୀରର ମିଶ୍ରଣ ପାଇଁ ଏହି ଚୁକ୍ତିନାମା ୨୬ ଅକ୍ଟୋବର ୧୯୪୭ ଦିନ ସ୍ୱାକ୍ଷରିତ ହୋଇଥିଲା ଏବଂ ୨୭ ଅକ୍ଟୋବର ଦିନ ରାଜ୍ୟପାଳ ଜେନେରାଲ୍ ମାଉଣ୍ଟବ୍ୟାଟେନ୍ ଏହାକୁ ଅନୁମୋଦନ ମଧ୍ୟ କରିସାରିଥିଲେ । ଏହି ଚୁକ୍ତି ସ୍ୱାକ୍ଷର ପରେ ଭାରତୀୟ ସୈନ୍ୟ କାଶ୍ମୀରର ମୁକ୍ତି ନିମନ୍ତେ ଅଗ୍ରସର ହେଲେ । ପାକିସ୍ତାନ ମଧ୍ୟ ଏହି ସନ୍ଧି କ୍ଷଣରେ କାଶ୍ମୀର ଅଧୀକାର କରିନେବାକୁ ଯୋଜନା କରି ସୈନ୍ୟ ପ୍ରେରଣ କରିସାରିଥିଲା । ଫଳରେ, ୧୯୪୭-୪୮ ମସିହାରେ ଭାରତ ଏବଂ ପାକିସ୍ତାନୀ ସେନା କାଶ୍ମୀର ଅଧୀକାର ନିମନ୍ତେ ପ୍ରଥମ ଯୁଦ୍ଧ କରିଥିଲେ । ଜାନୁଆରୀ ୧ ୧୯୪୮ରେ ଭାରତ ଏହି ବିବାଦକୁ ମିଳିତ ଜାତିସଂଘକୁ ପଠାଇଥିଲା । ଅଗଷ୍ଟ ୧୩, ୧୯୪୮ରେ ହୋଇଥିବା ଏକ ଘୋଷଣାନାମାରେ ଜାତିସଂଘ ପାକିସ୍ତାନକୁ ନିଜର ସୈନ୍ୟ ହଟାଇବାକୁ କହିଲା । ଏହା ପରେ ଭାରତକୁ ମଧ୍ୟ ଏହାର ବହୁ ଅଂଶରୁ ସୈନ୍ୟ ପ୍ରତ୍ୟାହାର କରିବାକୁ ପଡିଥିଲା । ଏହାପରେ ଉଭୟ ଦେଶର ସମ୍ମତି କ୍ରମେ କାଶ୍ମୀରରେ ଏକ ମୁକ୍ତ ଏବଂ ନିରପେକ୍ଷ ଜନମତ ସର୍ଭେ କରାଯାଇ ବହୁମତ କ୍ରମେ କାଶ୍ମୀରବାସୀଙ୍କ ସମ୍ମତି ଆଧାରରେ ପରବର୍ତ୍ତୀ ନିର୍ଣ୍ନୟ ନେବାର ସ୍ଥିର ହେଲା ।

    12 ପଠିତ (↑12 ଗତକାଲିଠାରୁ)0,0,0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  61. 61

    ବିଦୁସ୍ମିତା

    ବିଦୁସ୍ମିତା

    ବିଦୁସ୍ମିତା ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ । ସେ ଓଡ଼ିଆ ଆଲବମ ଜଗତରେ ପ୍ରଥମେ ପ୍ରବେଶ କରିଥିଲେ । ଏହାପରେ ସେ ଓଡ଼ିଆ ଧାରାବାହିକ ଏବଂ କଥାଚିତ୍ରରେ ଅଭିନୟ କରିଥିଲେ । ବଧୂ ନୁହେଁ ମୁଁ ବନ୍ଧୁ ଚଳଚ୍ଚିତ୍ରରେ ସେ ନାୟିକା ଭାବରେ ଅଭିନୟ କରିଥିଲେ । ସାର୍ଥକ ଟିଭିରେ ପ୍ରସାରିତ ଧାରାବାହିକ ପରୀରେ ସେ ଅଭିନୟ କରିଥିଲେ । ସେ ଓଡ଼ିଆ କଥାଚିତ୍ରରେ ଆଇଟମ ନୃତ୍ୟ ପାଇଁ ଅଧିକ ପରିଚିତ । ଚକ୍‌ଲେଟ୍‌ ଚଳଚ୍ଚିତ୍ରରେ ସେ ପ୍ରଥମ ଥର ପାଇଁ ଆଇଟମ୍ ନୃତ୍ୟ କରିଥିଲେ ।

    12 ପଠିତ (↑12 ଗତକାଲିଠାରୁ)11,17,0,0,8,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  62. 62

    ଓଡ଼ିଶା

    ଓଡ଼ିଶା

    ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.

    12 ପଠିତ (↓16 ଗତକାଲିଠାରୁ)18,14,16,15,20,16,28, 12

    7+ ଦିନ ଷ୍ଟ୍ରିକ

    🔍 🗞️
  63. 63

    ଜଗନ୍ନାଥ ମହାନ୍ତି

    ଜଗନ୍ନାଥ ମହାନ୍ତି

    ଜଗନ୍ନାଥ ମହାନ୍ତି (୭ ଜାନୁଆରୀ ୧୯୩୭ - ୧୨ ମାର୍ଚ୍ଚ ୨୦୧୧) ଜଣେ ଶିକ୍ଷାବିତ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଶିଶୁ ସାହିତ୍ୟିକ ଓ ଔପନ୍ୟାସିକ ଥିଲେ ।

    12 ପଠିତ (↑12 ଗତକାଲିଠାରୁ)0,7,0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  64. 64

    ବଳରାମ ଦାସ

    ବଳରାମ ଦାସ

    ବଳରାମ ଦାସ ପଞ୍ଚଦଶ ଶତାବ୍ଦୀର ଓଡ଼ିଆ ସନ୍ଥକବି ଓ ପଞ୍ଚସଖାଙ୍କ ମଧ୍ୟରୁ ଜ୍ୟେଷ୍ଠ । ସେ ଓଡ଼ିଆରେ ଅନେକ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିଛନ୍ତି । ଦାଣ୍ଡି ବା ଜଗମୋହନ ରାମାୟଣ ଓ ଲକ୍ଷ୍ମୀ ପୁରାଣ ତହିଁ ମଧ୍ୟରୁ ଅନ୍ୟତମ ।

    11 ପଠିତ (↑11 ଗତକାଲିଠାରୁ)6,7,8,13,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  65. 65

    ବାଲେଶ୍ୱର ଜିଲ୍ଲା

    ବାଲେଶ୍ୱର ଜିଲ୍ଲା

    ବାଲେଶ୍ୱର ଜିଲ୍ଲା ଓଡ଼ିଶାର ଉତ୍ତରରେ ଥିବା ଏକ ପ୍ରଶାସନିକ ଜିଲ୍ଲା । ଏହା ରାଜଧାନୀ ଭୁବନେଶ୍ୱରରୁ ୧୯୪ କିମି ଦୁରରେ ଅବସ୍ଥିତ । ବାଲେଶ୍ୱର ସହର ଏହି ଜିଲ୍ଲାର ପ୍ରଶାସନିକ ମୁଖ୍ୟସ୍ଥଳ ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  66. 66

    ପାଣିପାଗ

    ପାଣିପାଗ

    ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।

    11 ପଠିତ (↑11 ଗତକାଲିଠାରୁ)14,8,0,9,9,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  67. 67

    ଗୋପାଳ ଚନ୍ଦ୍ର ପ୍ରହରାଜ

    ଗୋପାଳ ଚନ୍ଦ୍ର ପ୍ରହରାଜ

    ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।

    11 ପଠିତ (↑11 ଗତକାଲିଠାରୁ)0,8,8,10,10,11,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  68. 68

    ବାଲେଶ୍ୱର

    ବାଲେଶ୍ୱର

    ବାଲେଶ୍ୱର ଓଡ଼ିଶାର ଉତ୍ତରରେ ଥିବା ବାଲେଶ୍ୱର ଜିଲ୍ଲାର ମୁଖ୍ୟ ସହର ଓ ସଦର ମହକୁମା ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  69. 69

    ବ୍ୟାଙ୍କ

    ବ୍ୟାଙ୍କ

    ବ୍ୟାଙ୍କ ହେଉଛି ଏକ ଆର୍ଥିକ ସଂସ୍ଥା ଯାହା ଜନସାଧାରଣଙ୍କଠାରୁ ଜମା ଗ୍ରହଣ କରି ଋଣ ପ୍ରଦାନ କରିଥାଏ । କମ୍ ସୁଧ ହାରରେ ଜମା ଗ୍ରହଣ କରି ଅଧିକ ହାରରେ ଋଣ ଦେଇ ବ୍ୟାଙ୍କମାନେ ବ୍ୟବସାୟ କରିଥାଆନ୍ତି । ଭାରତୀୟ ରିଜର୍ଭ ବ୍ୟାଙ୍କ ହେଉଛି ଦେଶରେ ବ୍ୟାଙ୍କମାନଙ୍କର ନିୟାମକ । ଜମା, ଋଣର ସୁଧହାର ସମେତ ଅନ୍ୟାନ୍ୟ ଅନେକ ନିୟମ ଭାରତୀୟ ରିଜର୍ଭ ବ୍ୟାଙ୍କ ପ୍ରଣୟନ କରିଥାଏ ।

    11 ପଠିତ (↑11 ଗତକାଲିଠାରୁ)6,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  70. 70

    ଗୋପାଳ ଛୋଟରାୟ

    ଗୋପାଳ ଛୋଟରାୟ

    ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।

    11 ପଠିତ (↑11 ଗତକାଲିଠାରୁ)0,7,10,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  71. 71

    ଛାନ୍ଦ

    ଛାନ୍ଦ

    ଛାନ୍ଦ ଓଡ଼ିଆ ସାହିତ୍ୟ ଓ ଓଡ଼ିଶୀ ସଙ୍ଗୀତର ଏକ ପ୍ରକାରର ରଚନା ଯାହା ଛନ୍ଦରେ ଲିଖିତ । ପ୍ରତ୍ୟେକ ଛନ୍ଦର ନିର୍ଦ୍ଦିଷ୍ଟ ଆକ୍ଷରିକ ବା ମାତ୍ରା ଛନ୍ଦ, ଯତି, ସ୍ୱର ଓ ନାମ ରହିଛି । ଓଡ଼ିଆ ସାହିତ୍ୟରେ ଶତାଧିକ ଛନ୍ଦ ରହିଥିବା ଦେଖାଯାଏ । ପୁରାତନ ଓଡ଼ିଆ ସାହିତ୍ୟର ପ୍ରାୟତଃ ସମସ୍ତ ଲେଖା ଛାନ୍ଦସାହିତ୍ୟ ବା ଛାନ୍ଦକାବ୍ୟ ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  72. 72

    ବିନୋଦ ଚନ୍ଦ୍ର ନାୟକ

    ବିନୋଦ ଚନ୍ଦ୍ର ନାୟକ

    ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।

    11 ପଠିତ (↑11 ଗତକାଲିଠାରୁ)0,0,0,11,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  73. 73

    ଭକ୍ତ ଚରଣ ଦାସ

    ଭକ୍ତ ଚରଣ ଦାସ

    ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।

    11 ପଠିତ (↑3 ଗତକାଲିଠାରୁ)10,13,8,9,0,0,8, 11

    2 ଦିନ ଷ୍ଟ୍ରିକ

    🔍 🗞️
  74. 74

    ବିଜୟ କୁମାର ଶତପଥୀ

    ବିଜୟ କୁମାର ଶତପଥୀ

    ବିଜୟ କୁମାର ଶତପଥୀ, ଜଣେ ଓଡ଼ିଆ ଭାରୋତ୍ତଳକ ଥିଲେ । କୌଣସି ଆନ୍ତରାଷ୍ଟ୍ରୀୟ ପ୍ରତିଯୋଗୀତାରେ ପଦକ ଜିତିବାରେ ସେ ଥିଲେ ପ୍ରଥମ ଓଡ଼ିଆ ଖେଳାଳି ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,8,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  75. 75

    ବିଭୂତି ପଟ୍ଟନାୟକ

    ବିଭୂତି ପଟ୍ଟନାୟକ

    ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।

    11 ପଠିତ (↑3 ଗତକାଲିଠାରୁ)9,0,0,0,0,0,8, 11

    2 ଦିନ ଷ୍ଟ୍ରିକ

    🔍 🗞️
  76. 76

    ଶିବାଜୀ

    ଶିବାଜୀ

    ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।

    11 ପଠିତ (↓4 ଗତକାଲିଠାରୁ)0,0,0,0,0,9,15, 11

    3 ଦିନ ଷ୍ଟ୍ରିକ

    🔍 🗞️
  77. 77

    ସୋରଡା

    ସୋରଡା

    ସୋରଡ଼ା ଭାରତର ଓଡ଼ିଶା ରାଜ୍ୟରେ ଥିବା ଗଞ୍ଜାମ ଜିଲ୍ଲାର ଏକ ପ୍ରମୁଖ ସହର ଏବଂ ଏକ ବିଜ୍ଞାପିତ ଅଞ୍ଚଳ ପରିଷଦ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  78. 78

    ରାମ

    ରାମ

    ରାମ (ରାମଚନ୍ଦ୍ର),ହିନ୍ଦୁ ଧର୍ମ ଶାସ୍ତ୍ର ଅନୁସାରେ ଭଗବାନ ବିଷ୍ଣୁଙ୍କ ଦଶ ଅବତାର ମଧ୍ୟରେ ଏକ ଅବତାର ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  79. 79

    ମାଧବୀ ଦାସୀ

    ମାଧବୀ ଦାସୀ

    ମାଧବୀ ଦେବୀ ବା ମାଧବୀ ଦେଈ (ଜନ୍ମନାମ : ମାଧବୀ ପଟ୍ଟନାୟକ) ଷୋଡ଼ଶ ଶତାବ୍ଦୀର ଭକ୍ତିମାର୍ଗର ଜଣେ କବି ଓ ଓଡ଼ିଆ ଭାଷାର ସବୁଠୁଁ ପ୍ରାଚୀନତମ ମହିଳା କବି ଥିଲେ । ସେ ଓଡ଼ିଆ, ବଙ୍ଗାଳୀ ଓ ବ୍ରଜବୋଲି ଭାଷାଗୁଡ଼ିକରେ ବହୁ ପଦ୍ୟ ରଚନା କରିଥିଲେ । ତାଙ୍କ ରଚନାଗୁଡ଼ିକ ମୁଖ୍ୟତଃ ଭକ୍ତିମୂଳକ ରଚନା ଓ ସେଗୁଡ଼ିକ ଜଗନ୍ନାଥଙ୍କ ନିମନ୍ତେ ଲିଖିତ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  80. 80

    କଳାକଳେବର ଚଉତିଶା

    କଳାକଳେବର ଚଉତିଶା

    କଳାକଳେବର ଚଉତିଶା କବି ଭକ୍ତଚରଣ ଦାସଙ୍କ ରଚିତ ଏକ ଚଉତିଶା | ଏହି ଚଉତିଶାରେ କୃଷ୍ଣ ଓ ବଳରାମଙ୍କ ମଥୁରା ଗମନ କାଳୀନ ଦୃଶ୍ୟ ଏବଂ ଗୋପୀମାନଙ୍କର ବିହର ବେଦନା ଏଥିରେ ବର୍ଣ୍ଣନା କରାଯାଇ ଅଛି | ପୁରାତନ ରଚନା ମାନଙ୍କ ମଧ୍ୟରେ ଏହା ଖୁବ ଲୋକପ୍ରିୟ |

    10 ପଠିତ (↓5 ଗତକାଲିଠାରୁ)0,0,19,0,0,9,15, 10

    3 ଦିନ ଷ୍ଟ୍ରିକ

    🔍 🗞️
  81. 81

    ବୁଢ଼ାବଳଙ୍ଗ ନଦୀ

    ବୁଢ଼ାବଳଙ୍ଗ ନଦୀ

    ବୁଢାବଳଙ୍ଗ ନଦୀ' ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ପର୍ବତରୁ ବାହାରି ବାଲେଶ୍ୱର ଜିଲ୍ଲାରେ ପ୍ରବାହିତ ହୋଇ ଚାନ୍ଦିପୁର ନିକଟରେ ବଙ୍ଗୋପସାଗରରେ ପଡ଼ିଅଛି । ଏହି ନଦୀର କୂଳରେ ବାରିପଦା ଓ ବାଲେଶ୍ୱର ସହର ଅବସ୍ତିତ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  82. 82

    ହରେକୃଷ୍ଣ ମହତାବ

    ହରେକୃଷ୍ଣ ମହତାବ

    ହରେକୃଷ୍ଣ ମହତାବ (୨୧ ନଭେମ୍ବର ୧୮୯୯ -୨ ଜାନୁଆରୀ ୧୯୮୭) ଜଣେ ଲେଖକ ଓ ଭାରତୀୟ ଜାତୀୟ କଂଗ୍ରେସ ନେତା ଥିଲେ । ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ ୧୯୪୬-୫୦ ଯାଏଁ କାମ କରିଥିଲେ । ସେ ଉତ୍କଳ କେଶରୀ ନାମରେ ମଧ୍ୟ ଜଣାଶୁଣା ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  83. 83

    ଯୋଡ଼ା

    ଯୋଡ଼ା

    ଯୋଡ଼ା , କେନ୍ଦୁଝର ଜିଲ୍ଲାର ଏକ ଉପଖଣ୍ଡ । ଯୋଡ଼ା ଓ ଏହା ଆଖପାଖର ଖଣିମାନଙ୍କୁ ଆଧାର କରି ଏହି ସହର ଗଢ଼ି ଉଠିଛି।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  84. 84

    ଅନନ୍ତ ପଟ୍ଟନାୟକ

    ଅନନ୍ତ ପଟ୍ଟନାୟକ

    ଅନନ୍ତ ପଟ୍ଟନାୟକ (୧୧ ଜୁନ ୧୯୧୨-୨୫ ଜୁନ ୧୯୮୭) ଓଡ଼ିଶାରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ଅନୁବାଦକ ଥିଲେ । ୧୯୫୦ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ସପ୍ତଶଯ୍ୟାର ସେ କାହାଣୀ, ଚିତ୍ରନାଟ୍ୟ, ଗୀତ ଓ ସଂଳାପ ରଚନା କରିଥିଲେ ।

    10 ପଠିତ (↑10 ଗତକାଲିଠାରୁ)0,0,0,10,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  85. 85

    ଦୀପକ ମିଶ୍ର

    ଦୀପକ ମିଶ୍ର

    ଦୀପକ ମିଶ୍ର (୭ ନଭେମ୍ବର ୧୯୩୮ - ୩୦ ଜାନୁଆରୀ ୨୦୦୮) ଜଣେ ଓଡ଼ିଆ କବି, ସାମ୍ବାଦିକ ଓ ଅଧ୍ୟାପକ ଥିଲେ । ତାଙ୍କର ବହୁ କବିତା ପୁସ୍ତକ ବିଭିନ୍ନ ପତ୍ରପତ୍ରିକାରେ ପ୍ରକାଶ ପାଇସାରିଛି । ପ୍ରବନ୍ଧ,ସମାଲୋଚନା ଓ ଅନୁବାଦ ସାହିତ୍ୟ କ୍ଷେତ୍ରରେ ମଧ୍ୟ ତାଙ୍କର ଅବଦାନ ରହିଛି ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,8,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  86. 86

    ଭାରତୀୟ ଜାତୀୟ କ୍ରିକେଟ ଦଳ

    ଭାରତୀୟ ଜାତୀୟ କ୍ରିକେଟ ଦଳ

    ଭାରତୀୟ ପୁରୁଷ ଜାତୀୟ କ୍ରିକେଟ ଦଳ ପୁରୁଷ ଅନ୍ତର୍ଜାତୀୟ କ୍ରିକେଟରେ ଭାରତର ପ୍ରତିନିଧିତ୍ୱ କରିଥାଏ। ଏହା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ଦ୍ୱାରା ପରିଚାଳିତ ଏବଂ ଟେଷ୍ଟ, ଦିନିକିଆ ଏବଂ ଟ୍ବେଣ୍ଟି-୨୦ ଅନ୍ତର୍ଜାତୀୟ (ଟି-୨୦) ମାନ୍ୟତା ସହିତ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ପୂର୍ଣ୍ଣ ସଦସ୍ୟ ଅଟେ ।

    10 ପଠିତ (↓4 ଗତକାଲିଠାରୁ)0,0,0,0,0,0,14, 10

    2 ଦିନ ଷ୍ଟ୍ରିକ

    🔍 🗞️
  87. 87

    ହୃଷୀକେଶ ପଣ୍ଡା

    ହୃଷୀକେଶ ପଣ୍ଡା

    ହୃଷୀକେଶ ପଣ୍ଡା (ଜନ୍ମ: ୧ ମଇ ୧୯୫୫) ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଓ ଓଡ଼ିଆ ଭାଷାର ସାହିତ୍ୟିକ । ସେ, ୧୯୭୯ ମସିହାର ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ସର୍ବ ଭାରତୀୟ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ ।

    10 ପଠିତ (↑10 ଗତକାଲିଠାରୁ)7,8,0,0,0,8,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  88. 88

    ଶ୍ରୀନିବାସ ରାମାନୁଜନ

    ଶ୍ରୀନିବାସ ରାମାନୁଜନ

    {{Use British English|date=November 2011}} ଶ୍ରୀନିବାସ ରାମାନୁଜନ () (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?

    10 ପଠିତ (↑10 ଗତକାଲିଠାରୁ)0,0,0,0,0,11,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  89. 89

    ତପସ୍ୱିନୀ

    ତପସ୍ୱିନୀ

    ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟ ଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।

    10 ପଠିତ (0 ଗତକାଲିଠାରୁ)0,0,0,10,0,7,10, 10

    3 ଦିନ ଷ୍ଟ୍ରିକ

    🔍 🗞️
  90. 90

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା (୧ ଜାନୁଆରୀ ୧୯୧୬ - ୧୬ ଅପେଲ ୨୦୦୧) ଜଣେ ଓଡ଼ିଆ ପ୍ରାବନ୍ଧିକ, ଅଧ୍ୟାପକ ଓ ବିଜ୍ଞାନ ଲେଖକ ଥିଲେ ।

    10 ପଠିତ (↓19 ଗତକାଲିଠାରୁ)7,0,17,13,9,16,29, 10

    6 ଦିନ ଷ୍ଟ୍ରିକ

    🔍 🗞️
  91. 91

    ବସନ୍ତ କୁମାର ଶତପଥୀ

    ବସନ୍ତ କୁମାର ଶତପଥୀ

    ବସନ୍ତ କୁମାର ଶତପଥୀ (୨୬ ଜୁନ ୧୯୧୩–୨୦ ଫେବୃଆରୀ ୧୯୯୪) ଜଣେ ଭାରତୀୟ ଶିକ୍ଷାବିଦ୍ ତଥା ଓଡ଼ିଆ ଗାଳ୍ପିକ, ଅନୁବାଦକ, ନାଟ୍ୟକାର ଓ ସମାଲୋଚକ ଥିଲେ । ସେ ୧୨ଟି ଗଳ୍ପ ସଂକଳନ ବ୍ୟତୀତ ଅନେକ ଅନୂଦିତ ପୁସ୍ତକ ତଥା ଏକ ଆତ୍ମଜୀବନୀ ପୁସ୍ତକ ରଚନା‌ କରିଥିଲେ ଏବଂ ଜଣେ ପ୍ରମୁଖ ଉତ୍ତର ସ୍ୱାଧୀନତା ଲେଖକ । ତାଙ୍କ ଗଳ୍ପଗୁଡ଼ିକ ଝଙ୍କାର, ସମାବେଶ, ଆସନ୍ତାକାଲି ଇତ୍ୟାଦି ପତ୍ରିକାରେ ପ୍ରକାଶିତ ହୋଇଥିଲା । ସେ ନିଜ ରଚନାରେ ମୁଖ୍ୟତଃ ଶ୍ଳେଷ ଓ ହାସ୍ୟରସ ସହ ଗମ୍ଭୀର ଦୃଷ୍ଟିକୋଣ ସହ‌ ଲେଖୁଥିଲେ । ତାଙ୍କ ଗଳ୍ପ ସଂକଳନ ସାହିତ୍ୟ ଅକାଦେମୀ, ନ୍ୟାସନାଲ୍ ବୁକ୍‌ଟ୍ରଷ୍ଟ ଓ ଭାରତୀୟ ଜ୍ଞାନପୀଠ ଦ୍ୱାରା ପ୍ରକାଶିତ ଏବଂ ଅନେକ ଗଳ୍ପ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ତଥା ମହାବିଦ୍ୟାଳୟ ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ ହୋଇଛି । ସେ ନିଜର ରଚନା ନିମନ୍ତର ଓଡ଼ିଶା ସାହିତ୍ୟ ଏକାଡେମୀ (୧୯୬୮), ବିଷୁବ ପୁରସ୍କାର (୧୯୭୯), ଶାରଳା ସମ୍ମାନ, ଉତ୍କଳ ସାହିତ୍ୟ ସମାଜ ସମ୍ମାନ ଆଦି ପୁରସ୍କାରରେ ସମ୍ମାନିତ । ଭାରତୀୟ ସାହିତ୍ୟ କ୍ଷେତ୍ରରେ ତାଙ୍କର ବିଶେଷ ଅବଦାନ ପାଇଁ କେନ୍ଦ୍ର ସାହିତ୍ୟ ଅକାଦେମୀ ତରଫରୁ ଏକ ସଂକଳନ ପ୍ରକାଶିତ ହୋଇଛି ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,8,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  92. 92

    ଦ୍ୱିତୀୟ ବିଶ୍ୱଯୁଦ୍ଧ

    ଦ୍ୱିତୀୟ ବିଶ୍ୱଯୁଦ୍ଧ

    ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭାଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋ‍ଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲକଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  93. 93

    ଦଶାବତାର

    ଦଶାବତାର

    ଦଶ ଅବତାର ବା ଦଶାବତାର ଦଶଜଣ ମୁଖ୍ୟ ଅବତାରଙ୍କୁ ବୁଝାଇଥାଏ । ବୈଷ୍ଣବ ଦର୍ଶନ ଅନୁସାରେ ଅବତାର ଏକ ମୂଳ ଭଗବାନଙ୍କର କାଳ ଆନୁସାରେ ଅଲଗା ଅଲଗା କାମ ଓ ରୂପକୁ ବୁଝାଇଥାଏ । ବିଷ୍ଣୁଙ୍କର ଦଶଟି ଅବତାରକୁ ଦଶାବତାର ବୋଲି କୁହାଯାଇଥାଏ । ଗରୁଡ଼ ପୁରାଣରେ (୧.୮୬.୧୦-୧୧) ଏହି ଅବତାରମାନଙ୍କ ଉପରେ ବର୍ଣ୍ଣନା ରହିଛି ।

    10 ପଠିତ (↑2 ଗତକାଲିଠାରୁ)0,0,19,0,0,0,8, 10

    2 ଦିନ ଷ୍ଟ୍ରିକ

    🔍 🗞️
  94. 94

    ବିନୋଦ କାନୁନଗୋ

    ବିନୋଦ କାନୁନଗୋ

    ବିନୋଦ କାନୁନଗୋ (୬ ଜୁନ ୧୯୧୨ - ୨୨ ଜୁନ ୧୯୯୦) କଟକ ଜିଲ୍ଲାର କିଶନନଗର ଥାନାର ମଲୀପୁର ଗ୍ରାମରେ ଜନ୍ମିତ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ ଜ୍ଞାନକୋଷ ଜ୍ଞାନମଣ୍ଡଳର ସେ ହେଉଛନ୍ତି ମୂଳ ପ୍ରଣେତା। ଶିଶୁ ଓ କିଶୋରମାନଙ୍କ ପାଇଁ ବିନୋଦ କାନୁନଗୋଙ୍କ ଲିଖିତ ଶତାଧିକ ପୁସ୍ତକ ରହିଛି । ତାଙ୍କ ସ୍ମୃତିରେ ପ୍ରତିଷ୍ଠିତ ବିନୋଦ କାନୁନଗୋ ଓଡ଼ିଆ-ଭାଷା ଉତ୍କର୍ଷ କେନ୍ଦ୍ର ତୃଣମୂଳ ସ୍ତରରେ ଓଡ଼ିଆ ଭାଷାର ବୃଦ୍ଧି ଓ ବିକାଶର ବାର୍ତ୍ତାକୁ ନେଇ ପହଞ୍ଚାଇବାରେ ଆଜି ଚେଷ୍ଟିତ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  95. 95

    ତାରିଣୀ ମନ୍ଦିର, ଘଟଗାଁ

    ତାରିଣୀ ମନ୍ଦିର, ଘଟଗାଁ

    ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମାନସିକ କଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  96. 96

    ଓଡ଼ିଶାର ଇତିହାସ

    ଓଡ଼ିଶାର ଇତିହାସ

    ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.

    9 ପଠିତ (↑1 ଗତକାଲିଠାରୁ)0,0,7,0,11,10,8, 9

    4 ଦିନ ଷ୍ଟ୍ରିକ

    🔍 🗞️
  97. 97

    ମ୍ୟାଲେରିଆ

    ମ୍ୟାଲେରିଆ

    ମ୍ୟାଲେରିଆ ରୋଗ ହୁଏ ଏକ ପ୍ରୋଟୋଜୋଆନ ପ୍ଲାଜମୋଡିଅମ ଟାଇପର ଏକ-କୋଷି ଅଣୁବୀକ୍ଷଣିକ ପରଜୀବୀଦ୍ୱାରା (protozoans, a type of single cell microorganism) ଯାହା ମଶା ବାହିତ ହୁଏ ଓ ମାନବ ତ‌ଥା ଅନ୍ୟାନ୍ୟ ପଶୁମାନଙ୍କୁ ଆକ୍ରମଣ କରେ । ଏହି ରୋଗରେ ସ୍ୱାଭାବିକ ଭାବେ ଜ୍ୱର, ଶରୀର ବେଆରାମ ଓ ଥକ୍କା ଲାଗେ, ବାନ୍ତି ଓ ମୁଣ୍ଡ ବଥା ହୁଏ । ରୋଗ ଗମ୍ଭୀର ହେଲେ କାମଳ ବା ଜଣ୍ଡିସ ହୁଏ, ବାତ ମାରେ ଓ କୋମା ହୋଇ ମୃତ୍ୟୁ ହୁଏ । ମଶା କାମଡ଼ିବାର ୧୦ରୁ ୧୫ ଦିନ ପରେ ମ୍ୟାଲେରିଆ ଆରମ୍ଭ ହୁଏ । ଉପ‌ଯୁକ୍ତ ଚିକିତ୍ସା ନ ହେଲେ ମାସାଧିକ କାଳ ପରେ ଏହି ରୋଗ ଲେଉଟେ । ଯେଉଁ ରୋଗୀ ଅଳ୍ପ ଦିନ ହେଲା ଭଲ ହୋଇଛି ତାକୁ ପୁନଃସଂକ୍ରମଣ ହେଲେ ଲକ୍ଷଣ ସ୍ୱଳ୍ପ ମାତ୍ରାରେ ଦେଖାଯାଏ । ପୁନଶ୍ଚ ସଂକ୍ରମିତ ନ ହେଲେ ଏହି ଆଂଶିକ ପ୍ରତିରୋଧ ଶକ୍ତି କିଛି ମାସ ବା ବର୍ଷ ପରେ କମିଯାଏ । ସାଧାରଣତଃ ଏହି ରୋଗ ସଂକ୍ରମିତ ମାଈ ଆନୋଫିଲିସ୍ ମଶା କାମୁଡ଼ିଲେ ତାହାର ଲାଳରେ ଥିବା ପରଜୀବୀ ଶୁଣ୍ଢ ମାଧ୍ୟମରେ ମଣିଷର ରକ୍ତରେ ପ୍ରବେଶ କରେ । ଏହି ପରଜୀବୀ ରକ୍ତରେ ପ୍ରବାହିତ ହୋଇ ଯକୃତରେ ପ୍ରବେଶ କରେ ଓ ସେଠାରେ ବଡ଼ ହୋଇ ପ୍ରଜନନ କରେ । ଅଧିକାଂଶ ମୃତ୍ୟୁ ପ୍ଲାଜ୍‌ମୋଡ଼ିଅମ୍ ଫାଲସିପ୍ୟାରମ ଯୋଗୁ ହୁଏ ଓ ପ୍ଲାଜ୍‌ମୋଡ଼ିଅମ୍ ଭାଇଭାକ୍ସ, ପ୍ଲାଜ୍‌ମୋଡ଼ିଅମ୍ ଓଭେଲ ଇତ୍ୟାଦି ପରଜୀବୀମାନଙ୍କଦ୍ୱରା ସାମାନ୍ୟ ଲକ୍ଷଣ ପ୍ରକାଶ ପାଏ । ମଣିଷ ଦେହରେ ପ୍ଲାଜ୍‌ମୋଡ଼ିଅମ୍ ନଲେସି (P. knowlesi) କ୍ୱଚିତ୍ ରୋଗ କରେ । ରୋଗୀର ରକ୍ତ ଫିଲ୍‌ମକୁ ଅଣୁବୀକ୍ଷଣ ଯନ୍ତ୍ରରେ ପରୀକ୍ଷା କରି ପରଜୀବୀ ମିଳିଲେ, କିମ୍ବା ମ୍ୟାଲେରିଆ ଆଣ୍ଟିଜେନ ଡିଟେକ୍‌ସନ୍ ଟେଷ୍ଟ (rapid diagnostic tests) କରି ଯୁକ୍ତାତ୍ମକ ଫଳ ମିଳିଲେ ରୋଗ ନିର୍ଣ୍ଣୟ କରାଯାଏ । ମ୍ୟାଲେରିଆ ପ୍ରବଣ ଇଲାକାରେ ପଲିମରେଜ ଚେନ ରିଆକ୍‌ସନ ପରୀକ୍ଷାଦ୍ୱାରା ମଶାର ଡି.ଏନ.ଏ ଚିହ୍ନଟ କରି ରୋଗ ନିର୍ଣ୍ଣୟ କରିବା ଜଟିଳତା ଓ ବହୁଳ ବ୍ୟୟସାପେକ୍ଷ ଯୋଗୁ ସମ୍ଭବ ହେଉନି । ମ୍ୟାଲେରିଆ ସଙ୍କଟ ଚାରି ଉପାୟରେ ରୋକି ହୁଏ: ମଶାରୀ ବ୍ୟବ‌ହାର କରି ମଶା କାମୁଡ଼ାରୁ ରକ୍ଷା ପାଇବା, ମଶାଦୂରକାରୀ ଔଷଧ ବ୍ୟବ‌ହାର କରିବା, ମଶାମାରୀ ଔଷଧ ସିଞ୍ଚି ତାଙ୍କୁ ମାରିବା ଓ ସ୍ଥିର ଜଳାଶୟକୁ ନିଷ୍କାସନ କରିବା । ମ୍ୟାଲେରିଆ ପ୍ରବଣ ଇଲାକାକୁ ଯାଉଥିବା ଲୋକଙ୍କୁ ଏହି ରୋଗରୁ ରକ୍ଷା କରିବା ନିମନ୍ତେ କେତେକ ମ୍ୟାଲେରିଆ ପ୍ରତିଷେଧକ ଔଷଧ ଦିଆଯାଏ । ଅତ୍ୟଧିକ ମ୍ୟାଲେରିଆ ହେଉଥିବା ଇଲାକାରେ ପ୍ରଥମ ତିନିମାସ ପରର ଗର୍ଭବତୀ ମହିଳା ଓ ଶିଶୁମାନଙ୍କୁ ସଲ୍‌ଫାଡକ୍‌ସିନ/ପାଇରିମେଥାମିନ ବଟିକା ଦିଆଯାଏ । ଆବଶ୍ୟକ ହେଉଥିବା ଟିକା ବାହାରି ନାହିଁ, ଚେଷ୍ଟା ଚାଲିଛି । କେତେକ ମ୍ୟାଲେରିଆ ଦୂରକାରୀ ଔଷଧ ସ‌ହ ଆର୍ଟେମିସିନିନ ଦେବାକୁ ସୁପାରିସ କରାଯାଏ । ଦ୍ୱିତୀୟ ଧାଡ଼ିରେ ମେଫ୍‌ଲୋକ୍ୱିନ, ଲୁମେଫାଣ୍ଟ୍ରିନ କିମ୍ବା ସଲ୍‌ଫାଡକ୍‌ସିନ/ପାଇରିମେଥାମିନ ଦିଆଯାଏ । ଆର୍ଟେମିସିନିନ ନ ମିଳିଲେ କୁଇନାଇନ୍ ଓ ଡକ୍‌ସିସାଇକ୍ଲିନ ବ୍ୟବ‌ହାର କରାଯାଇ ପାରେ । ଔଷଧ ପ୍ରତିରୋଧ ସମସ୍ୟା ଯୋଗୁ ଚିକିତ୍ସା ଆରମ୍ଭ କରିବା ପୂର୍ବରୁ ମ୍ୟାଲେରିଆ ନିଶ୍ଚିତ‌ତା ପରୀକ୍ଷା କରିବା ଆବଶ୍ୟକ । ଅନେକ ଔଷଧର ପ୍ରତିରୋଧ ବାହାରିଲାଣି ଯଥା କ୍ଲୋରୋକ୍ୱିନ ପ୍ରତିରୋଧକାରୀ ଫ୍ୟାଲ୍‌ସିପ୍ୟାରମ ଓ ଦକ୍ଷିଣପୂର୍ବ ଏସିଆରେ ଆର୍ଟେମିସିନିନ ପ୍ରତିରୋଧ ଏକ ସମସ୍ୟା ସୃଷ୍ଟି କଲାଣି । ପ୍ଲାଜମୋଡିୟମର ପାଞ୍ଚଟି ପ୍ରଜାତି ମନୁଷ୍ୟମାନଙ୍କୁ ଆକ୍ରମଣ କରିପାରେ ତଥା ସଂକ୍ରାମକ ହୋଇଥାଏ । ଅତ୍ୟଧିକ ମାତ୍ରାରେ ମ୍ୟାଲେରିଆ କରାଉଥିବା ଜୀବାଣୁଟି ହେଲା ପି. ଫାଲସିପାରମ; କିନ୍ତୁ ପି. ଭିଭାକ୍ସ, ପି.

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  98. 98

    ଏ. ପି. ଜେ. ଅବଦୁଲ କଲାମ

    ଏ. ପି. ଜେ. ଅବଦୁଲ କଲାମ

    ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍‌ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।

    9 ପଠିତ (↓2 ଗତକାଲିଠାରୁ)0,0,0,0,7,0,11, 9

    2 ଦିନ ଷ୍ଟ୍ରିକ

    🔍 🗞️
  99. 99

    ଗୋବିନ୍ଦ ତ୍ରିପାଠୀ

    ଗୋବିନ୍ଦ ତ୍ରିପାଠୀ

    ଗୋବିନ୍ଦ ତ୍ରିପାଠୀ (୧୩ ମଇ ୧୮୯୯ - ୦୯ ସେପ୍ଟେମ୍ବର ୧୯୬୨) ଜଣେ ଓଡ଼ିଆ ପ୍ରାବନ୍ଧିକ ଥିଲେ । ଅନୁବାଦ, ନାଟକ ଓ ଉପନ୍ୟାସ ସାହିତ୍ୟରେ ମଧ୍ୟ ତାଙ୍କର ପ୍ରବେଶ ରହିଥିଲା ।

    9 ପଠିତ (↑9 ଗତକାଲିଠାରୁ)0,10,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  100. 100

    ଯଶୋଦା

    ଯଶୋଦା

    ଯଶୋଦା କୃଷ୍ଣଙ୍କ ପାଳିତା ମାତା ଓ ନନ୍ଦ ରାଜାଙ୍କର ପତ୍ନୀ ଥିଲେ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️

ତଥ୍ୟ ଆହରଣ ସମୟ: ।