ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସ୍ନିଗ୍ଧା ମହାନ୍ତି ଜଣେ ଜଣାଶୁଣା ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଅନେକ ଓଡ଼ିଆ ଓ ବଙ୍ଗଳା ସିନେମାରେ କାମ କରିଛନ୍ତି । ୧୯୮୮ ଜାନୁଆରୀରେ ମୁକ୍ତିଲାଭ କରିଥିଲା ଚଳଚ୍ଚିତ୍ର ଲାଲ୍ପାନ ବିବି ନବାଗତା ଅଭିନେତ୍ରୀଭାବେ ମହାନ୍ତି ଅଭିନୟ ଆରମ୍ଭ କରିଥିଲେ । ସେ ନାୟିକା, ସହ-ନାୟିକା, ନକାରାତ୍ମକ ଭୂମିକାରେ ଏବଂ ଦୂରଦର୍ଶନ ଧାରାବାହିକମାନଙ୍କରେ ପ୍ରମୁଖ ଭୂମିକାରେ ମଧ୍ୟ ଅଭିନେତ୍ରୀ ଭାବେ ଅଭିନୟ କରିଛନ୍ତି । ସେ ପଚାଶରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିସାରିଛନ୍ତି । ତରଙ୍ଗ ଟିଭିରେ ପ୍ରସାରିତ "ସ୍ୱାଭିମାନ" ଓ "ଅମ୍ବିକାଖୁଡ଼ୀଙ୍କ ହାଣ୍ଡିଶାଳ" ତାଙ୍କ ଅଭିନୀତ ଦୁଇଟି ଲୋକପ୍ରିୟ ଧାରାବାହିକ କାର୍ଯ୍ୟକ୍ରମ । ସେ ଭାରତୀୟ ଡାକ ବିଭାଗରେ କାର୍ଯ୍ୟ କରନ୍ତି ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ପାର୍ବତୀ ହିନ୍ଦୁ ଦେବୀ ଭାବରେ ପୁଜ୍ୟ।ମହାଦେବ ଶିବଙ୍କ ସ୍ତ୍ରୀ ଓ ମହାଦେବୀ ଭାବରେ ପ୍ରଖ୍ୟାତ । ପାର୍ବତୀଙ୍କ ମାତାଙ୍କ ନାମ ମେନକା । ସେ ହିମାଳୟଙ୍କ ପୁତ୍ରି ଓ ଗଣେଶ ଓ କାର୍ତ୍ତିକେୟଙ୍କ ମାତା । ଉମା, ଗୌରୀ, ଅମ୍ବିକା, ଭବାନୀ ନାମରେ ମଧ୍ୟ ସେ ପୂଜାପାଇଥାନ୍ତି । ପାର୍ବତୀଙ୍କ ଜନ୍ମ ହୋଇଥିବା ଶୁଣି ଦେବର୍ଷି ନାରଦ ହିମାଳୟଙ୍କ ଘରକୁ ଆସିଥିଲେ । ହିମାଳୟ ପଚାରିବାରୁନାରଦ ହିମାଳୟଙ୍କୁ ପାର୍ବତୀଙ୍କ ବିଷୟରେ କହିଥିଲେ ଯେ,ଆପଣଙ୍କ କନ୍ୟା ସର୍ବ ସୁଲକ୍ଷଣା ଓ ତାଙ୍କର ବିବାହ ଭଗବାନ ଶିବଙ୍କ ସହ ହେବ । କିନ୍ତୁ ମହାଦେବଙ୍କୁ ପତି ରୂପରେ ପାଇବାକୁ ତୁମ ପୁତ୍ରିଙ୍କୁ ଘୋର ତପସ୍ୟା କରିବାକୁ ପଡ଼ିବ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଅଶିରଗଡ ଦୁର୍ଗ ଏକ ଭାରତୀୟ ଦୁର୍ଗ ( କିଲ୍ଲା) । ଏହା ଭାରତୀୟ ରାଜ୍ୟ ମଧ୍ୟପ୍ରଦେଶର ବୁରହାନପୁର ସହରଠାରୁ ୧୨ କିଲୋମିଟର ଦୂରସ୍ଥ ସତପୁରା ରେଞ୍ଜଠାରେ ଅବସ୍ଥିତ । ଏହି ଦୁର୍ଗ ମଧ୍ୟ ଦେଇ ସତପୁରାକୁ ସଂଯୋଗକାରୀ ରାସ୍ତା ଥିବାରୁ ଏହା ନର୍ମଦା ନଦୀର ଉପତ୍ୟକା ଓ ତାପ୍ତି ନଦୀର ଉପତ୍ୟକାକୁ ସଂଯୋଗ କରିବାର ବାଟ ଥିଲା । ଉତ୍ତର ଭାରତରୁ ଡେକାନ ଅଞ୍ଚଳକୁ ସଂଯୋଗ ହୋଇଥିବାରୁ ଏହା ପୁରାତନ କାଳରେ ' ଡେକାନକୁ ଚାବିକାଠି ' ନାମରେ ପରିଚିତ ଥିଲା । ମୋଗଲ ରାଜୁତି ସମୟରେ ଅଶିରଗଡଠାରୁ ଡେକାନ ରାଜ୍ୟର ଆରମ୍ଭ ହୋଇଛି ବୋଲି କୁହାଯାଉଥିବା ବେଳେ ଅଶିରଗଡରୁ ଦିଲ୍ଲୀ ଯାଏ ଅଞ୍ଚଳକୁ ହିନ୍ଦୁସ୍ତାନ ସାମ୍ରାଜ୍ୟ କୁହାଯାଉଥିଲା ।
ରାମ ପ୍ରସାଦ ମିଶ୍ର (୨୯ ସେପ୍ଟେମ୍ବର ୧୯୨୦ - ୨୦ ଜୁଲାଇ ୨୦୧୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରି ଥର କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୧, ୧୯୭୪ ଓ ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କଣ୍ଟାବାଞ୍ଝି ଓ ଲୋଇସିଂହା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୩ୟ, ୬ଷ୍ଠ ଓ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ବୁର୍ଲା ମେଡିକାଲ୍ କଲେଜ ଓ ହସ୍ପିଟାଲର ପ୍ରତିଷ୍ଠାତଙ୍କ ମଧ୍ୟରୁ ଜଣେ ଥିଲେ ।
ପାର୍ବତୀ ଘୋଷ (ଜନ୍ମ ୨୮ ମାର୍ଚ୍ଚ ୧୯୩୩) ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣେ ଅଭିନେତ୍ରୀ, ପ୍ରଥମ ମହିଳା ନିର୍ଦ୍ଦେଶିକା ତଥା ପ୍ରଯୋଜିକା । ଓଡ଼ିଆ ନାଟକ ''ମମତା'' ଓ ହିନ୍ଦୀ ନାଟକ ''ଦୋ ଆଁସୁ''ରେ ପାଞ୍ଚ ବର୍ଷ ବୟସରୁ ଅଭିନୟ ଆରମ୍ଭ କରିଥିଲେ। ୧୯୫୦ ମସିହାରେ ଶିଶୁ କଳାକାର ଭାବରେ ''ଶ୍ରୀ ଜଗନ୍ନାଥ'' ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ୧୯୫୩ ମସିହାରେ ''ଆମରି ଗାଁ ଝିଅ" ଚଳଚ୍ଚିତ୍ରରେ ଗୌର ଘୋଷଙ୍କ ବିପକ୍ଷରେ ନାୟିକା ଭାବେ ଅଭିନୟ କରିଥିଲେ। ସେ ସମୁଦାୟ ଆଠଟିରୁ ଊର୍ଦ୍ଧ୍ୱ ସିନେମାରେ ଅଭିନୟ କରିବା ସହ ୬ଟିରେ ପ୍ରଯୋଜନା ଏବଂ ଦୁଇଟିରେ ନିର୍ଦ୍ଦେଶନା ଦାୟିତ୍ୱ ତୁଲାଇଛନ୍ତି। ସେ ଅଭିନୟ କରିଥିବା ସିନେମାଗୁଡ଼ିକ ମୁଖ୍ୟତଃ ସାମାଜିକ କାହାଣୀ ଉପରେ ଆଧାରିତ। ସେ ଏକାଧିକ ସମ୍ମାନରେ ସମ୍ମାନିତ ହୋଇଛନ୍ତି ।
ଭୂମିକା ଦାଶ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର ରୁମ୍କୁ ଝୁମାନା ଚଳଚ୍ଚିତ୍ରରେ ଜଣେ ଶିଶୁ କଳାକାର ଭାବରେ ଅଭିନୟ ଆରମ୍ଭ କରିଥିଲେ । ଏହା ପରେ ସେ ଗପ ହେଲେ ବି ସତ ଚଳଚ୍ଚିତ୍ରରେ ମଧ୍ୟ ଜନେ ଶିଶୁ କଳାକାର ଭାବରେ ଅଭିନୟ କରିଥିଲେ । ୨୦୧୭ ମସିହାରେ ଭୂମିକା ନବମ ଶ୍ରେଣୀରେ ପଢ଼ୁଥିବା ବେଳେ ତରଙ୍ଗ ସିନେ ପ୍ରଡକ୍ସନ୍ର ୭ମ ଚଳଚ୍ଚିତ୍ର ତୁ ମୋ ଲଭ୍ ଷ୍ଟୋରୀ ଚଳଚ୍ଚିତ୍ରରେ ସେ ପ୍ରଥମ ଥର ପାଇଁ ନାୟିକା ଭାବରେ ଅଭିନୟ କରିଥିଲେ । ଭୂମିକା ଓଡ଼ିଶୀ ନୃତ୍ୟ ଶିକ୍ଷା କରିଛନ୍ତି ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ସଲାମ ସିନେମା, ୨୦୧୩ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୁନନ୍ଦା ଦାଶ ଏବଂ ନୀଳକଣ୍ଠ ଦାସ । ସୁନନ୍ଦା ଦାଶ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ନିଶିକାନ୍ତ ଦଳବେହେରା ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ଅଭିଜିତ ମଜୁମଦାର ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ।
ଆସାମୀୟ ମାଙ୍କଡ଼ (ଈଂରାଜୀରେ Assam macaque)ର ଜୀବବିଜ୍ଞାନ ନାମ ହେଉଛି ମକାକା ଆସାମେଂସିସ୍ (Macaca assamensis)। ଦକ୍ଷିଣ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏହା ଆଦି ବାନରମାନଙ୍କ ଏକ ଉପ-ପ୍ରଜାତି । ଅବୈଧ ଶିକାର, ଅଧିବାସ କ୍ଷୟ ଓ ବିଚ୍ଛିନ୍ନ ହୋଇଯାଉଥିବାରୁ ଏହି ମାଙ୍କଡ଼ମାନଙ୍କ ସଂଖ୍ୟା ବହୁମାତ୍ରାରେ ହ୍ରାସ ପାଇଛି ଓ ୨୦୦୮ ମସିହାରୁ IUCN ଏହି ବାନର ଉପ-ପ୍ରଜାତିକୁ “Near Threatened“ ଶ୍ରେଣୀଭୁକ୍ତ କରିଛି ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
କନ୍ଦସ୍ୱାମୀ ମନ୍ଦିର (Tamil: கந்த சுவாமி கோவில்) ଭାରତର ତାମିଲନାଡୁ ପ୍ରଦେଶରେ ଥିବା ଚେନ୍ନାଇର ଜର୍ଜ ଟାଉନରେ ଅବସ୍ଥିତ ଏକ ହିନ୍ଦୁ ମନ୍ଦିର ଯାହା ପ୍ରଭୁ ମୁରୁଗାନଙ୍କୁ ସମର୍ପିତ ହୋଇଛି । ଏହାକୁ ‘ମୁଥୁ କୁମାର ସ୍ୱାମୀ ଦେବସ୍ଥାନମ(Tamil: முத்து குமார சுவாமி ஸ்தானம்) ଓ ଲୋକପ୍ରିୟ ଭାବରେ କନ୍ଧ କୋଟ୍ଟମ (Tamil: கந்த கோட்டம்) ମଧ୍ୟ କୁହାଯାଏ । ଏହାକୁ ତାମିଲନାଡୁ ସରକାରର ହିନ୍ଦୁ ରେଲିଯିଅସ ଆଣ୍ଡ ଚାରିଟେବଳ ଏଣ୍ଡାଓମେଣ୍ଟ ଡିପାର୍ଟମେଣ୍ଟ (Tamil: முத்து குமார சுவாமி ஸ்தானம்) ପରିଚାଳନା କରନ୍ତି । ବିଭିନ୍ନ ଶିକ୍ଷାପ୍ରଦ ଅନୁଷ୍ଠାନମାନଙ୍କରେ ଯେପରିକି ପ୍ରାଥମିକ, ସେକେଣ୍ଡାରୀ ଓ କଲେଜରେ କନ୍ଧ କୋଟ୍ଟମ ତରଫରୁ ଗୀତ ଓ ସଙ୍ଗୀତ ଶିକ୍ଷା ଦିଆଯାଏ । ମନ୍ଦିର ତରଫରୁ ନିଶୁଳ୍କ କ୍ଲିନିକ ସେବା ଓ ଔଷଧ ମଧ୍ୟ ଦିଆଯାଏ ।
ମୁକେଶ ଧିରୁଭାଇ ଅମ୍ବାନୀ (ଜନ୍ମ:୧୯ ଏପ୍ରିଲ ୧୯୫୭) ଜଣେ ଭାରତୀୟ ବ୍ୟବସାୟୀ ଯିଏକି ରିଲିୟାନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ର ପରିଚାଳନା ନିର୍ଦ୍ଦେଶକ ଓ ଏହାର ଜଣେ ବୃହତ୍ ଅଂଶଧାରୀ। ଏହି କମ୍ପାନୀ ଗୋଟିଏ ଫର୍ଚ୍ୟୁନ୍ ଗ୍ଲୋବାଲ ୫୦୦ କମ୍ପାନୀ ଯାହାର ଆଜିକା ବଜାରରେ ମୁଲ୍ୟ ବହୁତ ଉପରେ। ସେ ଏହି କମ୍ପାନୀର ୪୪.୭ ଶତଭାଗ ଷ୍ଟେକ୍ ହୋଲ୍ଡର। ରିଲିୟାନ୍ସ କମ୍ପାନୀ ଭାରତର ଏକ ବୃହତ୍ ରିଟେଲର୍ ଯିଏକି ମୁଖ୍ୟତଃ ପେଟ୍ରୋଲିୟମ୍ରୁ ଜାତ ପଦାର୍ଥ, ତୈଳ ଓ ଗ୍ୟାସ୍ ଆଦି କ୍ଷେତ୍ରରେ କାର୍ଯ୍ୟରତ। ଭାରତରେ ରିଲିୟାନ୍ସ ରିଟେଲ୍ ଲିମିଟେଡ୍ ଏକ ସର୍ବବୃହତ ରିଟେଲର୍।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଯୋଗୀ, ୨୦୧୮ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଶ୍ରୀଧର ମାର୍ଥା । ଛବିତା ମାର୍ଥା ଏହି କଥାଚିତ୍ରଟିର କାହାଣୀ ଲେଖିଥିଲେ । ରଜନୀ ରଞ୍ଜନ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିରଞ୍ଜନ ବେହେରା ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ନିରଞ୍ଜନ ଏହି କଥାଚିତ୍ର ଜରିଆରେ ପ୍ରଥମ ଥର ପାଇଁ ନିର୍ଦ୍ଦେଶନା ଦେବା ଆରମ୍ଭ କରିଥିଲେ । ଏହା ପୂର୍ବର ନିରଞ୍ଜନ ଆଣ୍ଟି ନମସ୍କର ଚଳଚ୍ଚିତ୍ରର ନିର୍ମାଣ ଆରମ୍ଭ କରିଥିଲେ, ମାତ୍ର ଏହା ପ୍ରଥମେ ମୁକ୍ତିଲାଭ କରିପାରିନଥିଲା । ସଙ୍ଗୀତ ନିର୍ଦ୍ଦେଶକ ଦୀପକ କୁମାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ହୃତ୍ପିଣ୍ଡ ହେଉଛି ସମସ୍ତ ମେରୁଦଣ୍ଡୀ ପ୍ରାଣୀଙ୍କ ଶରୀରରେ ଥିବା ଏକ ମାଂସଳ ଅଙ୍ଗ ଯାହା ମାନବ ଓ ଅନ୍ୟ ପଶୁମାନଙ୍କ ଦେହରେ ଥାଏ ଓ ରକ୍ତ ସଞ୍ଚାଳନ ପ୍ରଣାଳୀରେ ଥିବା ରକ୍ତନଳୀ ଭିତରକୁ ରକ୍ତ ପମ୍ପ କରେ । ରକ୍ତ ଶରୀରକୁ ଅମ୍ଳଜାନ ଓ ପୋଷକ (nutrients) ଯୋଗାଏ ତଥା ବିପାକ ଜନିତ ବର୍ଜ୍ୟବସ୍ତୁ ନିଷ୍କାସନରେ ସାହାଯ୍ୟ କରେ । ଛାତିର ମେଡ଼ିଆସ୍ଟାଇନମ୍ର ମଧ୍ୟ କୋଠରୀରେ ଏହା ଅବସ୍ଥିତ । ଅତି ଶକ୍ତ ମାଂସପେଶୀରେ ଗଠିତ ଏହି ଅଙ୍ଗର ଆକାର ହାତମୁଠା ପରି । ଏହା ନିୟମିତ ସଙ୍କୁଚିତ ଓ ପ୍ରସାରିତ ହୋଇ ଶରୀରରେ ରକ୍ତ ସଞ୍ଚାଳନ କରେ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଜହ୍ନି ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଆଶ୍ୱିନ ମାସର ପ୍ରଥମ ଦିନରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଳିତ ହୋଇଥାଏ । ଏହି ଓଷା କୁମାରୀମାନଙ୍କଦ୍ୱାରା ପାଳିତ ହୋଇଥାଏ ଓ କୁମାର ପୂର୍ଣ୍ଣିମା ଦିନ ଉଦ୍ଯାପନ ହୁଏ । ମାସସାରା ପ୍ରତି ଅପରାହ୍ଣରେ ଜହ୍ନିଫୁଲ ଫୁଟିବା ପରେ ଜହ୍ନିଫୁଲକୁ ନେଇ ତୁଳସୀ ଚଉରା ମୂଳେ କୁମାରୀମାନେ ବୃନ୍ଦାବତୀଙ୍କୁ ପୂଜା କରନ୍ତି । ଏଥିରେ ଲିଆ, ଉଖୁଡ଼ା, କଦଳୀ, କାକୁଡ଼ି ଆଦି ଭୋଗ କରନ୍ତି । ଗୀତ ବୋଲି, ହୁଳହୁଳି ଦେଇ ଝିଅମାନେ ସଞ୍ଜ ବେଳେ ଏହି ଓଷା ପାଳନ କରିଥାନ୍ତି । ଅପରାହ୍ଣରେ ଝିଅମାନେ ଚଉରାମୂଳରେ ଜହ୍ନିଫୁଲ ତଥା ଅନ୍ୟାନ୍ୟ ଫୁଲରେ କୋଠି ତିଆରି କରି କଳସ ସ୍ଥାପନା କରନ୍ତି ଏବଂ ଜହ୍ନିଓଷା ବହି ପଢ଼ି ପୂଜା କରନ୍ତି। ଗୀତ ଗାଇ ଗାଇ ବୃନ୍ଦାବତୀଙ୍କୁ ଜହ୍ନି ଫୁଲର ଆଞ୍ଜୁଳି ଦିଅନ୍ତି । କୁଷ୍ଠ ରୋଗରୁ ମୁକ୍ତି, ପୁତ୍ର ସନ୍ତାନ ପ୍ରାପ୍ତି ପାଇଁ ଜହ୍ନିଓଷା କରାଯିବାର କଥିତ ଅଛି । ମାସସାରା ଓଷା ନକରିପାରିଲେ କୁମାର ପୂର୍ଣ୍ଣିମା ପୂର୍ବରୁ ୧୫ଦିନ ଅଥବା ୫ଦିନ ମଧ୍ୟ ଏହି ଓଷା କରାଯାଏ । ଓଷା ବିଧି ଓ ପରମ୍ପରା ସହ ଅପରାହ୍ଣରେ ଗୀତ ଗାଇ ପୁଚି ଖେଳିବା ଏବଂ ଆନନ୍ଦ ଉଲ୍ଲାସରେ କିଛି ସମୟ କାଟିବା କୁମାରୀମାନଙ୍କ ପାଇଁ ଏକପ୍ରକାର ବ୍ୟାୟାମ ବୋଲି ବିଚାର କରାଯାଏ ।
ବିଶ୍ୱ ଜଳ ଦିବସ ପ୍ରତିବର୍ଷ ୨୨ ମାର୍ଚ୍ଚରେ ବିଶ୍ୱ ସାରା ପାଳିତ ହୁଏ । ବିଶ୍ୱର ସମସ୍ତ ବିକଶିତ ଦେଶରେ ସ୍ୱଚ୍ଛ ଏବଂ ସୁରକ୍ଷିତ ଜଳ ଉପଲବ୍ଧ କରାଇବା ସହ ଜଳ ସଂରକ୍ଷଣର ମହତ୍ତ୍ୱ ତଥା ଆବଶ୍ୟକତା ବିଷୟରେ ଜନ ସଚେତନତା ସୃଷ୍ଟି କରିବା ଏହାର ଉଦ୍ଦେଶ୍ୟ । ପ୍ରଥମ ଥର ପାଇଁ ୧୯୯୨ ମସିହାରେ ବ୍ରାଜିଲସ୍ଥିତ ରିଓ ଡି ଜେନିରୋଠାରେ ମିଳିତ ଜାତିସଂଘର ଆୟୋଜିତ "ପର୍ଯ୍ୟାବରଣ ଓ ବିକାଶ ସମ୍ମେଳନ"ରେ ବିଶ୍ୱ ଜଳ ଦିବସ ପାଳନ କରାଯିବାର ନିଷ୍ପତ୍ତି ନିଆଯାଇଥିଲା ।
ଭୁବନେଶ୍ୱରୀ ମିଶ୍ର (୨୫ ଜାନୁଆରୀ ୧୯୫୦ - ୧୯ ଫେବୃଆରୀ ୨୦୧୬) ଜଣେ ଓଡ଼ିଆ କଣ୍ଠଶିଳ୍ପୀ ଥିଲେ । ଉଭୟ ଶାସ୍ତ୍ରୀୟ ଓ ପ୍ରଚ୍ଛଦପଟ୍ଟ ସଙ୍ଗୀତ ଗାନକରୁଥିଲେ । ୧୯୭୬ ମସିହାରେ ସେ ଓଡ଼ିଆ ଚଳଚ୍ଚିତ୍ର କୃଷ୍ଣ ସୁଦାମାରୁ ବିଧିବଦ୍ଧ ଭାବେ ସିନେମାରେ କଣ୍ଠଦାନ ଆରମ୍ଭ କରିଥିଲେ । ବାସୁଦେବ ରଥଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ଏହି ଚଳଚ୍ଚିତ୍ରର ଗୀତ "ଟିକି ମୋର ନାଆଟି" ତାଙ୍କୁ ଲୋକପ୍ରିୟତା ଆଣି ଦେଇଥିଲା । ତାଙ୍କଦ୍ୱାରା ବୋଲା କିଛି ଜଣାଶୁଣା ଗୀତ ହେଲା "ଇଟିକିଲି ମିଟିକିଲି", "ଜହ୍ନର ସିନ୍ଦୂର ଗାର", "ତୁମେ ମୋର ପ୍ରଭୁ", "ପୀରତି କିଏ କରିଛି", "ଜଗତର ନାଥ ଜଗନ୍ନାଥ", "ଦୟାମୟୀ ମହାମାୟୀ ମା' ମଙ୍ଗଳା" ଆଦି । ସେ ଆକାଶବାଣୀ କଟକର ଜଣେ "ଏ ଗ୍ରେଡ଼" କଣ୍ଠଶିଳ୍ପୀ ଥିଲେ । ସତୁରି ଦଶକରେ ଆକାଶବାଣୀରେ ସେ ଏକକ ଭାବରେ ତଥା ଚିତ୍ତ ଜେନା ଓ ପ୍ରଣବ ପଟ୍ଟନାୟକଙ୍କ ସହ ଦୈତ ସଙ୍ଗୀତ ଗାଇଛନ୍ତି । ଯଥାକ୍ରମେ ଶ୍ରୀକୃଷ୍ଣ ରାସଲୀଳା ଓ ଜୟ ମା ମଙ୍ଗଳା ଚଳଚ୍ଚିତ୍ରରେ ସଙ୍ଗୀତ ଗାନ ନିମନ୍ତେ ମିଶ୍ର ୧୯୭୯ ଓ ୧୯୮୦ ମସିହାରେ ଦୁଇବର୍ଷ ଧରି ଲଗାତର ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନୀତ ହୋଇଥିଲେ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ସ୍ୱତନ୍ତ୍ର ବିବାହ ଅଧିନିୟମ, ୧୯୫୪ ହେଉଛି ଜାତି, ଧର୍ମ ଏବଂ ବର୍ଣ୍ଣ ନିର୍ବିଶେଷରେ ଦୁଇ ପକ୍ଷ ମଧ୍ୟରେ ବିବାହ ତଥା ବିବାହ ସମ୍ପର୍କିତ ବିବାଦର ସୁପରିଚାଳନା ନିମିତ୍ତ ୧୯୫୪ ମସିହାରେ ଭାରତୀୟ ପାର୍ଲିଆମେଣ୍ଟଦ୍ୱାରା ପ୍ରଣୀତ ଏକ ଅଧିନିୟମ । ବସ୍ତୁତଃ ବ୍ରିଟିଶ ଶାସନ କାଳରେ, Act-III of 1872ରେ ଏଭଳି ଏକ ଅଧିନିୟମର ଜାରି କରାଯାଇଥିଲା । ତେବେ ପରବର୍ତ୍ତୀ ସମୟରେ ଏହାର ସଂଶୋଥିତ ରୂପରେ ସ୍ୱତନ୍ତ୍ର ବିବାହ ଅଧିନିୟମ, ୧୯୫୪ ଭାରତୀୟ ପାର୍ଲିଆମେଣ୍ଟଦ୍ୱାରା ୧୯୫୪ ମସିହାରେ ଗୃହିତ ହୋଇଥିଲା ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦଠାରୁ ଅମାବାସ୍ୟା ପର୍ଯ୍ୟନ୍ତ କାଳ ବା ପକ୍ଷକୁ ପିତୃପକ୍ଷ କୁହାଯାଏ । ଏହି ସମୟ ପିତୃ ଉପାସନାର ପ୍ରକୃଷ୍ଟ ସମୟ ବୋଲି ଶାସ୍ତ୍ରରେ ଉଲ୍ଲେଖ ଅଛି । ଏହି ସମୟରେ ହେମନ୍ତ ଋତୁ ଧରାପୃଷ୍ଟରେ ପ୍ରବେଶ କରେ ଓ 'ଭଗ ନାମକ ହିରଣ୍ୟ ରେତସ ସୂର୍ଯ୍ୟ' କନ୍ୟା ରାଶିକୁ ସ୍ପର୍ଶ କରନ୍ତି ଅର୍ଥାତ୍ ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦ ତିଥି ଆରମ୍ଭ ହୁଏ । କୁହାଯାଏ ଯେ, ଏହି ସମୟରେ ପିତୃଲୋକର ସବୁ ଅତୃପ୍ତ ପ୍ରେତ ପ୍ରେତତ୍ତ୍ୱରୁ ମୁକ୍ତି ପାଇଥାନ୍ତି । କନ୍ୟାରାଶିକୁ ଭଗ ନାମକ ସୂର୍ଯ୍ୟ ଗମନ କଲେ ପିତୃରାଜ୍ୟରେ ଶୁଭଫଳ ମିଳିଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଅବିମୁକ୍ତ ଥିବା ପ୍ରେତମାନେ ଏହି ସୂର୍ଯ୍ୟଙ୍କର କିରଣକୁ ସହ୍ୟ କରିପାରନ୍ତି ନାହିଁ । ତେଣୁ ପିତୃଲୋକମାନେ କନ୍ୟା ସଂଯୁକ୍ତ ହୋଇ ତିଳୋଦଳ ପାଇଁ ଆଗ୍ରହ ପ୍ରକାଶ କରିଥାନ୍ତି । ଯଦି ପୁତ୍ର ବା ବଂଶଜମାନେ ତିଳ ତର୍ପଣ ନ କରନ୍ତି ତେବେ ପିତୃପୁରୁଷମାନେ ଉତକ୍ଷିପ୍ତ ହୋଇ ଅଭିଶାପ ପ୍ରଦାନ କରନ୍ତି । ଆଶ୍ୱିନ ମାସର ଚାନ୍ଦ୍ରମାସ ପକ୍ଷ ବା କୃଷ୍ଣପକ୍ଷ ପୃଥିବୀପୃଷ୍ଠଟି ମହାଆଳୟରେ ପରିଣତ ହୋଇଥାଏ । ପିତୃ ଓ ଅବିମୁକ୍ତ ପିତୃ ଉଭୟ ଶ୍ରଦ୍ଧା କାମନାରେ ନିଜ ଗୃହରେ ଉପଗତ ହୋଇଥାଆନ୍ତି ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ, କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ । ସେ ପଦାର୍ଥ ବିଜ୍ଞାନରେ ପ୍ରଥମ ଭାରତୀୟ ନୋବେଲ ପୁରସ୍କାର ବିଜେତା ଥିଲେ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ରାଜ୍ୟସଭା, ଯାହାକୁ 'ରାଜ୍ୟ ପରିଷଦ' ବୋଲି ମଧ୍ୟ କୁହାଯାଏ, ଏହା ଭାରତୀୟ ସଂସଦର ଉପରିସ୍ଥ ସଦନ ଏବଂ ଲୋକସଭା ହେଉଛି ଏହାର ନିମ୍ନ ସଦନ। ରାଜ୍ୟସଭା ଭାରତର ସାଂଘୀୟ ବ୍ୟବସ୍ଥାର ବିଭିନ୍ନ ଏକକ ଯଥା – ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ପ୍ରତିନିଧିତ୍ୱ କରେ। ଯେଉଁଠାରେ ଲୋକସଭା ସଦସ୍ୟମାନେ ଜନସାଧାରଣଙ୍କ ଦ୍ୱାରା ପ୍ରତ୍ୟକ୍ଷ ଭାବରେ ନିର୍ବାଚିତ ହୁଅନ୍ତି, ରାଜ୍ୟସଭା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ବିଧାନ ସଭା ସଦସ୍ୟମାନଙ୍କ ଦ୍ୱାରା ନିର୍ବାଚିତ ସଦସ୍ୟମାନଙ୍କୁ ନେଇ ଗଠିତ ହୋଇଥାଏ, ଯାହା ଜାତୀୟ ଆଇନ ପ୍ରଣୟନ କ୍ଷେତ୍ରରେ ରାଜ୍ୟଗୁଡ଼ିକୁ ଏକ ଆନୁଷ୍ଠାନିକ ଭୂମିକା ପ୍ରଦାନ କରିଥାଏ। ଲୋକସଭା ପରି ଏହା ଏକ ଅସ୍ଥାୟୀ ସଦନ ନୁହେଁ, ବରଂ ଏହା ଏକ ସ୍ଥାୟୀ ସଂସ୍ଥା ଏବଂ ଏହାକୁ କେବେହେଲେ ଭଙ୍ଗ କରାଯାଇପାରିବ ନାହିଁ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।
ଦେବରପଲ୍ଲୀ ପ୍ରକାଶ ରାଓ (ଡି ପ୍ରକାଶ ରାଓ ନାମରେ ଜଣା) (୧୧ ନଭେମ୍ବର ୧୯୫୮ - ୧୩ ଜାନୁଆରୀ ୨୦୨୧) ଓଡ଼ିଶାର ଜଣେ ସମାଜସେବୀ ଥିଲେ । ସେ କଟକରେ ବିଭିନ୍ନ ବସ୍ତିରେ ରହୁଥିବା ଗରିବ ଓ ଅନାଥ ଶିଶୁମାନଙ୍କ ପାଇଁ ଶିକ୍ଷାଦାନର ବ୍ୟବସ୍ଥା ଓ ରକ୍ତଦାନ ଭଳି ସମାଜସେବା ନିମନ୍ତେ ୨୦୧୯ ମସିହାରେ ଭାରତର ସାଧାରଣତନ୍ତ୍ର ଦିବସରେ ତତ୍କାଳୀନ ରାଷ୍ଟ୍ରପତିଙ୍କଠାରୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ବୃତ୍ତିରେ ସେ ଜଣେ ଚା' ବିକାଳି ଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ତାରା, ୧୯୯୨ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ବିମଳ ଦତ୍ତ । ଡଲି ଜେନା ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ, ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ଏହି ଚଳଚ୍ଚିତ୍ରଟି ୧୯୯୨ ମସିହାରେ ଜାତୀୟ ଚଳଚ୍ଚିତ୍ର ପ୍ରତିଯୋଗିତାରେ ଶ୍ରେଷ୍ଠ ଆଞ୍ଚଳିକ ଚଳଚ୍ଚିତ୍ର ପୁରସ୍କାର ପାଇଥିଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲାହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ରାଜେନ୍ଦ୍ର ମେନନ୍ ଜଣେ ଭାରତୀୟ ବିଚାରପତି। ସେ ଦିଲ୍ଲୀ ଉଚ୍ଚ ନ୍ୟାୟାଳୟର ପୂର୍ବତନ ମୁଖ୍ୟ ନ୍ୟାୟାଧୀଶ ଅଟନ୍ତି। ତାଙ୍କ ଜନ୍ମ ୭ ଜୁନ୍ ୧୯୫୭ ରେ ହୋଇଥିଲା ଏବଂ ସେ ମଧ୍ୟ ପ୍ରଦେଶର ଜବଲପୁରର ନିବାସୀ। ସେ ମଧ୍ୟ ପ୍ରଦେଶ ହାଇକୋର୍ଟରେ ପ୍ରଥମେ ବିଚାରପତି ଏବଂ ପରେ କାର୍ଯ୍ୟବାହୀ ମୁଖ୍ୟ ନ୍ୟାୟାଧୀଶ ଭାବେ କାର୍ଯ୍ୟ କରିଥିଲେ ଏବଂ ତାପରେ ପାଟନା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ନ୍ୟାୟାଧୀଶ ଭାବେ ନିଯୁକ୍ତ ହୋଇଥିଲେ।