ଓଡ଼ିଆ ଉଇକିପିଡ଼ିଆ ଲୋକପ୍ରିୟ ୧୦୦

ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...

  1. 1

    କୃଷ୍ଣ ଜନ୍ମାଷ୍ଟମୀ

    କୃଷ୍ଣ ଜନ୍ମାଷ୍ଟମୀ

    'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।

    209 ପଠିତ (↑154 ଗତକାଲିଠାରୁ)0,11,17,16,13,26,20,29,55, 209

    9 ଦିନ ଷ୍ଟ୍ରିକ

    🔍 🗞️
  2. 2

    ସର୍ବପଲ୍ଲୀ ରାଧାକୃଷ୍ଣନ

    ସର୍ବପଲ୍ଲୀ ରାଧାକୃଷ୍ଣନ

    ସର୍ବପଲ୍ଲୀ ରାଧାକୃଷ୍ଣନ ଜଣେ ଭାରତୀୟ ଦାର୍ଶନିକ, ରାଷ୍ଟ୍ରନୀତିଜ୍ଞ ତଥା ଶିକ୍ଷକ ଥିଲେ ଏବଂ ୧୯୬୨ରୁ ୧୯୬୪ ପର୍ଯ୍ୟନ୍ତ ଭାରତର ରାଷ୍ଟ୍ରପତି ଥିଲେ ।

    126 ପଠିତ (↑73 ଗତକାଲିଠାରୁ)0,0,0,9,11,30,27,34,53, 126

    7 ଦିନ ଷ୍ଟ୍ରିକ

    🔍 🗞️
  3. 3

    ଗୁରୁଦିବସ

    ଗୁରୁଦିବସ

    ଗୁରୁଦିବସ ବା ଶିକ୍ଷକ ଦିବସ ଶିକ୍ଷକମାନଙ୍କୁ ସମ୍ମାନ ଦେବା ପାଇଁ ଏକ ବିଶେଷ ଦିବସ । ଏକ ନିର୍ଦ୍ଦିଷ୍ଟ କ୍ଷେତ୍ରରେ ବା ସମ୍ପ୍ରଦାୟରେ ସେମାନଙ୍କର ବିଶେଷ ଅବଦାନ ନିମନ୍ତେ ସମ୍ମାନ ଦେବା ପାଇଁ ଏହି ଉତ୍ସବ ଆୟୋଜନ କରାଯାଇଥାଏ ।

    51 ପଠିତ (↑32 ଗତକାଲିଠାରୁ)0,0,0,0,0,16,17,25,19, 51

    5 ଦିନ ଷ୍ଟ୍ରିକ

    🔍 🗞️
  4. 4

    ଗଙ୍ଗାଧର ମେହେର

    ଗଙ୍ଗାଧର ମେହେର

    "ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -

    48 ପଠିତ (↓13 ଗତକାଲିଠାରୁ)103,123,293,583,131,113,72,62,61, 48

    9+ ଦିନ ଷ୍ଟ୍ରିକ

    🔍 🗞️
  5. 5

    ଫକୀରମୋହନ ସେନାପତି

    ଫକୀରମୋହନ ସେନାପତି

    37 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,29, 37

    2 ଦିନ ଷ୍ଟ୍ରିକ

    🔍 🗞️
  6. 6

    ଓଡ଼ିଆ ଭାଷା

    ଓଡ଼ିଆ ଭାଷା

    ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।

    34 ପଠିତ (↑10 ଗତକାଲିଠାରୁ)22,20,16,0,17,11,12,22,24, 34

    6 ଦିନ ଷ୍ଟ୍ରିକ

    🔍 🗞️
  7. 7

    ଗୋପବନ୍ଧୁ ଦାସ

    ଗୋପବନ୍ଧୁ ଦାସ

    ଉତ୍କଳମଣି ଗୋପବନ୍ଧୁ ଦାସ (୯ ଅକ୍ଟୋବର ୧୮୭୭–୧୭ ଜୁନ ୧୯୨୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ଓ ଓଡ଼ିଆ-ଭାଷୀ ଲେଖକ ଥିଲେ । ଭାରତୀୟ ସ୍ୱାଧୀନତା ସଂଗ୍ରାମକୁ ତାଙ୍କର ଅବଦାନ ନିମନ୍ତେ ସେ "ଉତ୍କଳମଣି" ନାମରେ ଜଣାଶୁଣା ।

    30 ପଠିତ (↑2 ଗତକାଲିଠାରୁ)31,18,13,38,24,36,30,49,28, 30

    9+ ଦିନ ଷ୍ଟ୍ରିକ

    🔍 🗞️
  8. 8

    ଓଡ଼ିଶା

    ଓଡ଼ିଶା

    ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.

    28 ପଠିତ (↑5 ଗତକାଲିଠାରୁ)23,22,23,27,27,19,25,36,23, 28

    9+ ଦିନ ଷ୍ଟ୍ରିକ

    🔍 🗞️
  9. 9

    ପ୍ରଣବ ପଟ୍ଟନାୟକ

    ପ୍ରଣବ ପଟ୍ଟନାୟକ

    ପ୍ରଣବ ପଟ୍ଟନାୟକ (୨୦ ଜାନୁଆରୀ ୧୯୩୮ - ୨୧ ଅଗଷ୍ଟ ୨୦୨୬) ଜଣେ ଓଡ଼ିଆ ସଙ୍ଗୀତକାର ଓ ଗାୟକ ଥିଲେ । ପିତା ଲାଲମୋହନ ପଟ୍ଟନାୟକଙ୍କଠାରୁ ପ୍ରେରଣା ପାଇ, ସେ ବାଲ୍ୟକାଳରୁ ହିଁ ସଂଗୀତ ପ୍ରତି ଆକୃଷ୍ଟ ହୋଇଥିଲେ ଓ ଗୁରୁ କୁନାଳ ଆଦୀନାରାୟଣ ରାଓଙ୍କଠାରୁ ସଂଗୀତ ଶିକ୍ଷାଗ୍ରହଣ କରିଥିଲେ ।

    27 ପଠିତ (↑27 ଗତକାଲିଠାରୁ)29,31,16,25,28,37,33,16,0, 27

    1 ଦିନ ଷ୍ଟ୍ରିକ

    🔍 🗞️
  10. 10

    କୃଷ୍ଣ

    କୃଷ୍ଣ

    କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।

    26 ପଠିତ (↑16 ଗତକାଲିଠାରୁ)0,9,0,0,0,10,0,0,10, 26

    2 ଦିନ ଷ୍ଟ୍ରିକ

    🔍 🗞️
  11. 11

    ସାରଳା ଦାସ

    ସାରଳା ଦାସ

    ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।

    25 ପଠିତ (↓8 ଗତକାଲିଠାରୁ)31,30,11,26,23,40,24,26,33, 25

    9+ ଦିନ ଷ୍ଟ୍ରିକ

    🔍 🗞️
  12. 12

    ଜଗନ୍ନାଥ ଦାସ

    ଜଗନ୍ନାଥ ଦାସ

    ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ"‌) । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।

    24 ପଠିତ (0 ଗତକାଲିଠାରୁ)22,31,13,19,18,23,18,36,24, 24

    9+ ଦିନ ଷ୍ଟ୍ରିକ

    🔍 🗞️
  13. 13

    ଲକ୍ଷ୍ମୀକାନ୍ତ ମହାପାତ୍ର

    ଲକ୍ଷ୍ମୀକାନ୍ତ ମହାପାତ୍ର

    କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।

    23 ପଠିତ (↓15 ଗତକାଲିଠାରୁ)24,16,26,17,24,36,24,40,38, 23

    9+ ଦିନ ଷ୍ଟ୍ରିକ

    🔍 🗞️
  14. 14

    ପାଣିପାଗ

    ପାଣିପାଗ

    ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।

    23 ପଠିତ (↑9 ଗତକାଲିଠାରୁ)17,22,17,15,36,39,44,21,14, 23

    9+ ଦିନ ଷ୍ଟ୍ରିକ

    🔍 🗞️
  15. 15

    ସଚ୍ଚିଦାନନ୍ଦ ରାଉତରାୟ

    ସଚ୍ଚିଦାନନ୍ଦ ରାଉତରାୟ

    '

    22 ପଠିତ (↓2 ଗତକାଲିଠାରୁ)22,14,7,19,18,18,33,12,24, 22

    9+ ଦିନ ଷ୍ଟ୍ରିକ

    🔍 🗞️
  16. 16

    ବିଶ୍ୱନାଥ କର

    ବିଶ୍ୱନାଥ କର

    ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।

    20 ପଠିତ (↑20 ଗତକାଲିଠାରୁ)0,0,0,0,0,0,0,0,0, 20

    1 ଦିନ ଷ୍ଟ୍ରିକ

    🔍 🗞️
  17. 17

    ନନ୍ଦିନୀ ଶତପଥୀ

    ନନ୍ଦିନୀ ଶତପଥୀ

    ନନ୍ଦିନୀ ଶତପଥୀ (୯ ଜୁନ ୧୯୩୧-୪ ଅଗଷ୍ଟ ୨୦୦୬ ), ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ତଥା ଜଣେ ଲେଖିକା ଥିଲେ । ସେ ଓଡ଼ିଶାର ଲୌହମାନବୀ ରୂପେ ସୁପରିଚିତ। । ସେ ଦୁଇଥର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିଲେ । ୧୯୭୨ରୁ ୧୯୭୩ ଓ ୧୯୭୪ରୁ ୧୯୭୬ ମସିହାରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ।

    20 ପଠିତ (↑8 ଗତକାଲିଠାରୁ)0,0,0,28,12,17,20,15,12, 20

    7 ଦିନ ଷ୍ଟ୍ରିକ

    🔍 🗞️
  18. 18

    ମନୋଜ ଦାସ

    ମନୋଜ ଦାସ

    ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।

    19 ପଠିତ (↑6 ଗତକାଲିଠାରୁ)17,14,9,25,19,22,28,28,13, 19

    9+ ଦିନ ଷ୍ଟ୍ରିକ

    🔍 🗞️
  19. 19

    ଉପେନ୍ଦ୍ର ଭଞ୍ଜ

    ଉପେନ୍ଦ୍ର ଭଞ୍ଜ

    କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦, ଅନ୍ୟମତେ ୧୭୨୦) ସପ୍ତଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଶୀ ସଙ୍ଗୀତକାର କବି ଥିଲେ । ସେ ସପ୍ତଦଶ ଶତାବ୍ଦୀର ଶେଷ ପର୍ଯ୍ୟାୟରେ ପୁରାତନ ରାଜଶାସିତ ଘୁମୁସରର ରାଜବଂଶରେ କୁଲାଡ଼ଗଡଜନ୍ମଲାଭ କରିଥିଲେ। ରୀତିଯୁଗର ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି ।

    19 ପଠିତ (↓3 ଗତକାଲିଠାରୁ)26,18,9,13,13,27,12,31,22, 19

    9+ ଦିନ ଷ୍ଟ୍ରିକ

    🔍 🗞️
  20. 20

    କେଶବ କୋଇଲି

    କେଶବ କୋଇଲି

    କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚ‍ଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚ‍ଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।

    19 ପଠିତ (↑5 ଗତକାଲିଠାରୁ)10,0,0,0,0,0,0,0,14, 19

    2 ଦିନ ଷ୍ଟ୍ରିକ

    🔍 🗞️
  21. 21

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍‍ଜୋସ୍‍ ଷ୍ଟେଟ୍‍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।

    18 ପଠିତ (↓25 ଗତକାଲିଠାରୁ)22,14,8,32,22,24,32,35,43, 18

    9+ ଦିନ ଷ୍ଟ୍ରିକ

    🔍 🗞️
  22. 22

    ରାଶି ଓ ନକ୍ଷତ୍ର

    ରାଶି ଓ ନକ୍ଷତ୍ର

    ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।

    18 ପଠିତ (↓31 ଗତକାଲିଠାରୁ)18,17,10,54,28,39,62,31,49, 18

    9+ ଦିନ ଷ୍ଟ୍ରିକ

    🔍 🗞️
  23. 23

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ (୧୮୮୪-୧୯୬୭) ଓଡ଼ିଶାର ପୁରୀ ଜିଲ୍ଲାର ସାକ୍ଷୀଗୋପାଳଠାରେ ୧୮୮୪ରେ ଜନ୍ମିତ ଜଣେ ଲେଖକ, ସାମ୍ବାଦିକ ଓ ସ୍ୱାଧୀନତା ସଂଗ୍ରାମୀ । ତାଙ୍କୁ ଶ୍ରଦ୍ଧାରେ ପଣ୍ଡିତ ନୀଳକଣ୍ଠ ଦାସ ବୋଲି ମଧ୍ୟ ଡକାଯାଇଥାଏ ।

    17 ପଠିତ (↓20 ଗତକାଲିଠାରୁ)0,9,0,13,17,33,22,0,37, 17

    2 ଦିନ ଷ୍ଟ୍ରିକ

    🔍 🗞️
  24. 24

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ ଜଣେ ଓଡ଼ିଆ ଗାୟିକା । ସେ ନମିତା ନାମରେ ଭଜନ ଓ ନିବେଦିତା ନାମରେ ଆଧୁନିକ ଏବଂ ଚଳଚ୍ଚିତ୍ର ସଂଗୀତ ଗାନ କରନ୍ତି ।

    17 ପଠିତ (↑1 ଗତକାଲିଠାରୁ)9,13,15,0,9,14,0,10,16, 17

    3 ଦିନ ଷ୍ଟ୍ରିକ

    🔍 🗞️
  25. 25

    ଗାଣ୍ଡିବ

    ଗାଣ୍ଡିବ

    ଗାଣ୍ଡିବ (IAST: Gāṇḍīva; ସଂସ୍କୃତ: गाण्डीव) ହେଉଛି ମହାଭାରତରେ ମଧ୍ୟମ ପାଣ୍ଡବ ଅର୍ଜୁନଙ୍କ ଦିବ୍ୟ ଧନୁଷ । ପୌରାଣିକ ଆଖ୍ୟାନ ଅନୁସାରେ ଏହି ଧନୁଷକୁ ସ୍ୱୟଂ ସୃଷ୍ଟିକର୍ତ୍ତା ବ୍ରହ୍ମା ନିର୍ମାଣ କରିଥିଲେ ।

    17 ପଠିତ (↑17 ଗତକାଲିଠାରୁ)0,0,0,0,0,0,0,0,0, 17

    1 ଦିନ ଷ୍ଟ୍ରିକ

    🔍 🗞️
  26. 26

    କଳିଙ୍ଗ ଯୁଦ୍ଧ

    କଳିଙ୍ଗ ଯୁଦ୍ଧ

    ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି ।

    17 ପଠିତ (↑17 ଗତକାଲିଠାରୁ)0,13,0,12,15,16,0,11,0, 17

    1 ଦିନ ଷ୍ଟ୍ରିକ

    🔍 🗞️
  27. 27

    ନୂଆଖାଇ

    ନୂଆଖାଇ

    ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।

    16 ପଠିତ (0 ଗତକାଲିଠାରୁ)12,12,10,0,9,0,16,19,16, 16

    4 ଦିନ ଷ୍ଟ୍ରିକ

    🔍 🗞️
  28. 28

    ଭୀମ ଭୋଇ

    ଭୀମ ଭୋଇ

    ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।

    16 ପଠିତ (↓1 ଗତକାଲିଠାରୁ)14,0,11,11,0,0,9,28,17, 16

    4 ଦିନ ଷ୍ଟ୍ରିକ

    🔍 🗞️
  29. 29

    ଗଣେଶ ପୂଜା

    ଗଣେଶ ପୂଜା

    ଭାଦ୍ରବ ଶୁକ୍ଳ ଚତୁର୍ଥୀ ଦିନ ବିଦ୍ୟାର ଦେବତା, ଆଦିଦେବ ଅଗ୍ରପୂଜ୍ୟ ଗଣେଶଙ୍କର ପୂଜା କରାଯାଏ । ବିଶେଷକରି ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ଏହି ପୂଜା କରାଯାଇଥାଏ । ଆଲୋକମାଳା ମଣ୍ଡିତ ତୋରଣରେ ସୁସଜ୍ଜିତ ମଣ୍ଡପ ଗୁଡ଼ିକ ଆକର୍ଷକ ହୋଇଥାନ୍ତି । ଓଡ଼ିଶାର ଜଟଣୀରେ ଏହା ୧୧ଦିନ ଧରି ପାଳିତ ହୋଇଥାଏ ।

    16 ପଠିତ (↑6 ଗତକାଲିଠାରୁ)9,11,0,0,0,0,0,0,10, 16

    2 ଦିନ ଷ୍ଟ୍ରିକ

    🔍 🗞️
  30. 30

    କଳାକଳେବର ଚଉତିଶା

    କଳାକଳେବର ଚଉତିଶା

    କଳାକଳେବର ଚଉତିଶା କବି ଭକ୍ତଚରଣ ଦାସଙ୍କ ରଚିତ ଏକ ଚଉତିଶା | ଏହି ଚଉତିଶାରେ କୃଷ୍ଣ ଓ ବଳରାମଙ୍କ ମଥୁରା ଗମନ କାଳୀନ ଦୃଶ୍ୟ ଏବଂ ଗୋପୀମାନଙ୍କର ବିହର ବେଦନା ଏଥିରେ ବର୍ଣ୍ଣନା କରାଯାଇ ଅଛି | ପୁରାତନ ରଚନା ମାନଙ୍କ ମଧ୍ୟରେ ଏହା ଖୁବ ଲୋକପ୍ରିୟ |

    16 ପଠିତ (↑16 ଗତକାଲିଠାରୁ)0,0,0,0,0,0,14,22,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  31. 31

    ରାଧାନାଥ ରାୟ

    ରାଧାନାଥ ରାୟ

    କବିବର ରାଧାନାଥ ରାୟ (୧୮୪୮-୧୯୦୮) ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଥିଲେ ଏବଂ ସେ ଓଡ଼ିଆ ସାହିତ୍ୟର ଆଧୁନିକ ଯୁଗର ସ୍ରଷ୍ଟା ଭାବରେ ପରିଚିତ ।

    16 ପଠିତ (↓18 ଗତକାଲିଠାରୁ)28,19,12,14,18,20,17,28,34, 16

    9+ ଦିନ ଷ୍ଟ୍ରିକ

    🔍 🗞️
  32. 32

    ଓଡ଼ିଆ ଉଇକିପିଡ଼ିଆ

    ଓଡ଼ିଆ ଉଇକିପିଡ଼ିଆ

    ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।

    15 ପଠିତ (0 ଗତକାଲିଠାରୁ)0,0,7,9,0,0,0,20,15, 15

    3 ଦିନ ଷ୍ଟ୍ରିକ

    🔍 🗞️
  33. 33

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

    15 ପଠିତ (↑1 ଗତକାଲିଠାରୁ)20,20,8,15,28,20,18,17,14, 15

    9+ ଦିନ ଷ୍ଟ୍ରିକ

    🔍 🗞️
  34. 34

    ପ୍ରତିଭା ରାୟ

    ପ୍ରତିଭା ରାୟ

    ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।

    15 ପଠିତ (↑2 ଗତକାଲିଠାରୁ)15,8,0,0,9,20,0,12,13, 15

    3 ଦିନ ଷ୍ଟ୍ରିକ

    🔍 🗞️
  35. 35

    ଗୋପାଳ ଚନ୍ଦ୍ର ପ୍ରହରାଜ

    ଗୋପାଳ ଚନ୍ଦ୍ର ପ୍ରହରାଜ

    ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।

    15 ପଠିତ (↑15 ଗତକାଲିଠାରୁ)0,0,0,0,13,18,0,21,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  36. 36

    ମଧୁସୂଦନ ଦାସ

    ମଧୁସୂଦନ ଦାସ

    ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-

    15 ପଠିତ (↓4 ଗତକାଲିଠାରୁ)13,11,0,15,13,20,12,27,19, 15

    7 ଦିନ ଷ୍ଟ୍ରିକ

    🔍 🗞️
  37. 37

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ (୧ ଡିସେମ୍ବର ୧୯୦୯ - ୨୫ ଫେବୃଆରୀ ୧୯୮୭) ଜଣେ ଓଡ଼ିଆ ପ୍ରତ୍ନ‌ତ‌ତ୍ୱବିଦ, ଐତିହାସିକ ଏବଂ ଗବେଷକ । ସେ ବହୁ ଐତିହାସିକ ଓ ସମାଜ-ସାହିତ୍ୟ-ସଂସ୍କୃତ ଧର୍ମୀ ପ୍ରବନ୍ଧର ରଚୟୀତା ।

    14 ପଠିତ (↑4 ଗତକାଲିଠାରୁ)10,10,0,11,0,18,18,12,10, 14

    5 ଦିନ ଷ୍ଟ୍ରିକ

    🔍 🗞️
  38. 38

    ମହାତ୍ମା ଗାନ୍ଧୀ

    ମହାତ୍ମା ଗାନ୍ଧୀ

    ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।

    14 ପଠିତ (↓3 ଗତକାଲିଠାରୁ)22,26,11,13,36,19,15,20,17, 14

    9+ ଦିନ ଷ୍ଟ୍ରିକ

    🔍 🗞️
  39. 39

    ପ୍ରାଣବନ୍ଧୁ କର

    ପ୍ରାଣବନ୍ଧୁ କର

    ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।

    14 ପଠିତ (↑14 ଗତକାଲିଠାରୁ)0,0,0,0,0,0,9,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  40. 40

    ରାଧାକୃଷ୍ଣ ବିଶ୍ୱାସରାୟ

    ରାଧାକୃଷ୍ଣ ବିଶ୍ୱାସରାୟ

    ରାଧାକୃଷ୍ଣ ବିଶ୍ୱାସରାୟ (୫ ମାର୍ଚ୍ଚ ୧୯୦୫- ୫ ଫେବୃଆରୀ ୧୯୮୪) ଭାରତର ସ୍ୱାଧୀନତା ପୂର୍ବରୁ ଅବିଭକ୍ତ କୋରାପୁଟ ଜିଲ୍ଲାର ଜନ‌ଜାତି ସମ୍ପ୍ରଦାୟ ମଧ୍ୟରେ ନିମନ୍ତେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଲୋକଙ୍କ ମଧ୍ୟରୁ ଅନ୍ୟତମ । ଲୋକଙ୍କ ମନରେ ସ୍ୱାଧୀନତାର ଚେତନା ଜାଗ୍ରତ କରିବାରେ ସେ ଅଗ୍ରଗଣ୍ୟ ଥିବାରୁ ତାଙ୍କୁ କୋରାପୁଟର ଗାନ୍ଧୀ କୁହାଯାଉଥିଲା ।

    14 ପଠିତ (↑14 ଗତକାଲିଠାରୁ)0,0,0,0,0,0,0,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  41. 41

    ରମାକାନ୍ତ ରଥ

    ରମାକାନ୍ତ ରଥ

    ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।

    13 ପଠିତ (↓1 ଗତକାଲିଠାରୁ)0,0,0,0,9,0,13,0,14, 13

    2 ଦିନ ଷ୍ଟ୍ରିକ

    🔍 🗞️
  42. 42

    ଉଷସୀ ମିଶ୍ର

    ଉଷସୀ ମିଶ୍ର

    ଉଷସୀ ମିଶ୍ର ଜଣେ ଓଡ଼ିଆ ଅଭିନେତ୍ରୀ । ଉଷସୀ ଉଭୟ ସକରାତ୍ମକ ଏବଂ ନକରାତ୍ମକ ଚରିତ୍ରରେ ଅନେକ ଚଳଚ୍ଚିତ୍ର, ଯାତ୍ରା ଓ ଟିଭି ଧାରାବାହିକ ଓ ଓଡ଼ିଆ ଆଲବମ ଗୀତରେ ଅଭିନୟ କରିଛନ୍ତି ।

    13 ପଠିତ (↑4 ଗତକାଲିଠାରୁ)36,25,9,0,0,0,18,0,9, 13

    2 ଦିନ ଷ୍ଟ୍ରିକ

    🔍 🗞️
  43. 43

    କାଳୀଚରଣ ପଟ୍ଟନାୟକ

    କାଳୀଚରଣ ପଟ୍ଟନାୟକ

    କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ (୨୩ ଡିସେମ୍ବର ୧୮୯୭ - ୨୪ ଜୁଲାଇ ୧୯୭୮)

    13 ପଠିତ (↓1 ଗତକାଲିଠାରୁ)13,11,0,0,0,0,0,0,14, 13

    2 ଦିନ ଷ୍ଟ୍ରିକ

    🔍 🗞️
  44. 44

    ରାଧା

    ରାଧା

    ରାଧା (ହିନ୍ଦୀରେ राधा, ରୋମାନ ଲିପିରେ ଉଚ୍ଚାରଣଗତ ଦୃଷ୍ଟିରୁ ମୂଳ ସଂସ୍କୃତ ଶବ୍ଦ Rādhā), ଯିଏ ରାଧାରାଣୀ, ରାଧିକା, ରାଧୀକାରାଣୀ ବା ଶ୍ରୀମତୀ ରୂପେ ହିନ୍ଦୁଧର୍ମର ବୈଷ୍ଣବମାନଙ୍କଦ୍ୱାରା ପୂଜିତା, ବ୍ରହ୍ମ ବୈବର୍ତ ପୁରାଣ ଓ ଗୀତ ଗୋବିନ୍ଦ ଅନୁସାରେ ସିଏ ହେଉଛନ୍ତି ଶ୍ରୀକୃଷ୍ଣଙ୍କର ବାଳସଖି, ପ୍ରେମିକା। ରାଧା ପ୍ରାୟ ସର୍ବଦା କୃଷ୍ଣଙ୍କ ସହିତ ପୂଜିତା ହୋଇଥାନ୍ତି। ଗୌଡ଼ୀୟ ବୈଷ୍ଣବମାନଙ୍କ ମତରେ ସେ ହେଉଛନ୍ତି ଆଦିଶକ୍ତି। ନିମ୍ବାର୍କ ସମ୍ପ୍ରଦାୟର ବୈଷ୍ଣବମାନଙ୍କର ମଧ୍ୟ ମୂଖ୍ୟ ଆରାଧିତା ଦେବୀ ହେଉଛନ୍ତି ରାଧା। ନିମ୍ବାର୍କ ଋଷି, ଯିଏ ନିମ୍ବାର୍କ ସମ୍ପ୍ରଦାୟ ପ୍ରତିଷ୍ଠା କରିଥିଲେ, ତାଙ୍କ ମତରେ ରାଧା ଓ କୃଷ୍ଣଙ୍କର ମିଳିତ ସତ୍ତା ହେଉଛି ସତ୍ୟର ପ୍ରତୀକ। କୃଷ୍ଣଙ୍କ ସହିତ ରାଧାଙ୍କର ଅପ୍ରାକୃତ ପ୍ରେମର ବର୍ଣ୍ଣନା ବ୍ରହ୍ମ ବୈବର୍ତ ପୁରାଣ, ଗର୍ଗ ସଂହିତା ଓ ବୃହଦ୍ ଗୌତମୀୟ ତନ୍ତ୍ରରେ ଦେଖିବାକୁ ମିଳେ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  45. 45

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ (The Constitution of India, ଦ କନଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ।

    13 ପଠିତ (↑2 ଗତକାଲିଠାରୁ)0,15,0,19,25,9,11,10,11, 13

    7 ଦିନ ଷ୍ଟ୍ରିକ

    🔍 🗞️
  46. 46

    ଅସ୍ତ୍ର (କ୍ଷେପଣାସ୍ତ୍ର)

    ଅସ୍ତ୍ର (କ୍ଷେପଣାସ୍ତ୍ର)

    ଅସ୍ତ୍ର ( ସଂସ୍କୃତ : "ପ୍ରକ୍ଷେପ୍ୟ ଭାବରେ ଫୋପାଡି ଦିଆଯାଇଥିବା ଅସ୍ତ୍ର" ) ହେଉଛି ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ ଦ୍ୱାରା ବିକଶିତ ଦୃଶ୍ୟ-ସୀମା ପାର ବାୟୁରୁ-ବାୟୁ କ୍ଷେପଣାସ୍ତ୍ର । ଏହା ଭାରତଦ୍ୱାରା ବିକଶିତ ହୋଇଥିବା ପ୍ରଥମ ବାୟୁରୁ-ବାୟୁ କ୍ଷେପଣାସ୍ତ୍ର। ବିଭିନ୍ନ ପରିସର ଏବଂ ଉଚ୍ଚତାରେ ଲକ୍ଷ୍ୟଗୁଡିକୁ ଭେଦ କରିବାରେ ସକ୍ଷମ ହେବା ପାଇଁ ଅସ୍ତ୍ର ଡିଜାଇନ୍ କରାଯାଇଛି ଯାହା 10 km (6.2 mi) 110 km (68 mi) ଦୂରତା ପର୍ଯ୍ୟନ୍ତ ଦୂରଗାମୀ ଲକ୍ଷ୍ୟ | ଅସ୍ତ୍ର ଭାରତୀୟ ବାୟୁସେନାର ସୁଖୋଇ ସୁ-30 ମ.କ.ଇ.

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  47. 47

    ମ୍ୟାଲେରିଆ

    ମ୍ୟାଲେରିଆ

    ମ୍ୟାଲେରିଆ ରୋଗ ହୁଏ ଏକ ପ୍ରୋଟୋଜୋଆନ ପ୍ଲାଜମୋଡିଅମ ଟାଇପର ଏକ-କୋଷି ଅଣୁବୀକ୍ଷଣିକ ପରଜୀବୀଦ୍ୱାରା (protozoans, a type of single cell microorganism) ଯାହା ମଶା ବାହିତ ହୁଏ ଓ ମାନବ ତ‌ଥା ଅନ୍ୟାନ୍ୟ ପଶୁମାନଙ୍କୁ ଆକ୍ରମଣ କରେ । ଏହି ରୋଗରେ ସ୍ୱାଭାବିକ ଭାବେ ଜ୍ୱର, ଶରୀର ବେଆରାମ ଓ ଥକ୍କା ଲାଗେ, ବାନ୍ତି ଓ ମୁଣ୍ଡ ବଥା ହୁଏ । ରୋଗ ଗମ୍ଭୀର ହେଲେ କାମଳ ବା ଜଣ୍ଡିସ ହୁଏ, ବାତ ମାରେ ଓ କୋମା ହୋଇ ମୃତ୍ୟୁ ହୁଏ । ମଶା କାମଡ଼ିବାର ୧୦ରୁ ୧୫ ଦିନ ପରେ ମ୍ୟାଲେରିଆ ଆରମ୍ଭ ହୁଏ । ଉପ‌ଯୁକ୍ତ ଚିକିତ୍ସା ନ ହେଲେ ମାସାଧିକ କାଳ ପରେ ଏହି ରୋଗ ଲେଉଟେ । ଯେଉଁ ରୋଗୀ ଅଳ୍ପ ଦିନ ହେଲା ଭଲ ହୋଇଛି ତାକୁ ପୁନଃସଂକ୍ରମଣ ହେଲେ ଲକ୍ଷଣ ସ୍ୱଳ୍ପ ମାତ୍ରାରେ ଦେଖାଯାଏ । ପୁନଶ୍ଚ ସଂକ୍ରମିତ ନ ହେଲେ ଏହି ଆଂଶିକ ପ୍ରତିରୋଧ ଶକ୍ତି କିଛି ମାସ ବା ବର୍ଷ ପରେ କମିଯାଏ । ସାଧାରଣତଃ ଏହି ରୋଗ ସଂକ୍ରମିତ ମାଈ ଆନୋଫିଲିସ୍ ମଶା କାମୁଡ଼ିଲେ ତାହାର ଲାଳରେ ଥିବା ପରଜୀବୀ ଶୁଣ୍ଢ ମାଧ୍ୟମରେ ମଣିଷର ରକ୍ତରେ ପ୍ରବେଶ କରେ । ଏହି ପରଜୀବୀ ରକ୍ତରେ ପ୍ରବାହିତ ହୋଇ ଯକୃତରେ ପ୍ରବେଶ କରେ ଓ ସେଠାରେ ବଡ଼ ହୋଇ ପ୍ରଜନନ କରେ । ଅଧିକାଂଶ ମୃତ୍ୟୁ ପ୍ଲାଜ୍‌ମୋଡ଼ିଅମ୍ ଫାଲସିପ୍ୟାରମ ଯୋଗୁ ହୁଏ ଓ ପ୍ଲାଜ୍‌ମୋଡ଼ିଅମ୍ ଭାଇଭାକ୍ସ, ପ୍ଲାଜ୍‌ମୋଡ଼ିଅମ୍ ଓଭେଲ ଇତ୍ୟାଦି ପରଜୀବୀମାନଙ୍କଦ୍ୱରା ସାମାନ୍ୟ ଲକ୍ଷଣ ପ୍ରକାଶ ପାଏ । ମଣିଷ ଦେହରେ ପ୍ଲାଜ୍‌ମୋଡ଼ିଅମ୍ ନଲେସି (P. knowlesi) କ୍ୱଚିତ୍ ରୋଗ କରେ । ରୋଗୀର ରକ୍ତ ଫିଲ୍‌ମକୁ ଅଣୁବୀକ୍ଷଣ ଯନ୍ତ୍ରରେ ପରୀକ୍ଷା କରି ପରଜୀବୀ ମିଳିଲେ, କିମ୍ବା ମ୍ୟାଲେରିଆ ଆଣ୍ଟିଜେନ ଡିଟେକ୍‌ସନ୍ ଟେଷ୍ଟ (rapid diagnostic tests) କରି ଯୁକ୍ତାତ୍ମକ ଫଳ ମିଳିଲେ ରୋଗ ନିର୍ଣ୍ଣୟ କରାଯାଏ । ମ୍ୟାଲେରିଆ ପ୍ରବଣ ଇଲାକାରେ ପଲିମରେଜ ଚେନ ରିଆକ୍‌ସନ ପରୀକ୍ଷାଦ୍ୱାରା ମଶାର ଡି.ଏନ.ଏ ଚିହ୍ନଟ କରି ରୋଗ ନିର୍ଣ୍ଣୟ କରିବା ଜଟିଳତା ଓ ବହୁଳ ବ୍ୟୟସାପେକ୍ଷ ଯୋଗୁ ସମ୍ଭବ ହେଉନି । ମ୍ୟାଲେରିଆ ସଙ୍କଟ ଚାରି ଉପାୟରେ ରୋକି ହୁଏ: ମଶାରୀ ବ୍ୟବ‌ହାର କରି ମଶା କାମୁଡ଼ାରୁ ରକ୍ଷା ପାଇବା, ମଶାଦୂରକାରୀ ଔଷଧ ବ୍ୟବ‌ହାର କରିବା, ମଶାମାରୀ ଔଷଧ ସିଞ୍ଚି ତାଙ୍କୁ ମାରିବା ଓ ସ୍ଥିର ଜଳାଶୟକୁ ନିଷ୍କାସନ କରିବା । ମ୍ୟାଲେରିଆ ପ୍ରବଣ ଇଲାକାକୁ ଯାଉଥିବା ଲୋକଙ୍କୁ ଏହି ରୋଗରୁ ରକ୍ଷା କରିବା ନିମନ୍ତେ କେତେକ ମ୍ୟାଲେରିଆ ପ୍ରତିଷେଧକ ଔଷଧ ଦିଆଯାଏ । ଅତ୍ୟଧିକ ମ୍ୟାଲେରିଆ ହେଉଥିବା ଇଲାକାରେ ପ୍ରଥମ ତିନିମାସ ପରର ଗର୍ଭବତୀ ମହିଳା ଓ ଶିଶୁମାନଙ୍କୁ ସଲ୍‌ଫାଡକ୍‌ସିନ/ପାଇରିମେଥାମିନ ବଟିକା ଦିଆଯାଏ । ଆବଶ୍ୟକ ହେଉଥିବା ଟିକା ବାହାରି ନାହିଁ, ଚେଷ୍ଟା ଚାଲିଛି । କେତେକ ମ୍ୟାଲେରିଆ ଦୂରକାରୀ ଔଷଧ ସ‌ହ ଆର୍ଟେମିସିନିନ ଦେବାକୁ ସୁପାରିସ କରାଯାଏ । ଦ୍ୱିତୀୟ ଧାଡ଼ିରେ ମେଫ୍‌ଲୋକ୍ୱିନ, ଲୁମେଫାଣ୍ଟ୍ରିନ କିମ୍ବା ସଲ୍‌ଫାଡକ୍‌ସିନ/ପାଇରିମେଥାମିନ ଦିଆଯାଏ । ଆର୍ଟେମିସିନିନ ନ ମିଳିଲେ କୁଇନାଇନ୍ ଓ ଡକ୍‌ସିସାଇକ୍ଲିନ ବ୍ୟବ‌ହାର କରାଯାଇ ପାରେ । ଔଷଧ ପ୍ରତିରୋଧ ସମସ୍ୟା ଯୋଗୁ ଚିକିତ୍ସା ଆରମ୍ଭ କରିବା ପୂର୍ବରୁ ମ୍ୟାଲେରିଆ ନିଶ୍ଚିତ‌ତା ପରୀକ୍ଷା କରିବା ଆବଶ୍ୟକ । ଅନେକ ଔଷଧର ପ୍ରତିରୋଧ ବାହାରିଲାଣି ଯଥା କ୍ଲୋରୋକ୍ୱିନ ପ୍ରତିରୋଧକାରୀ ଫ୍ୟାଲ୍‌ସିପ୍ୟାରମ ଓ ଦକ୍ଷିଣପୂର୍ବ ଏସିଆରେ ଆର୍ଟେମିସିନିନ ପ୍ରତିରୋଧ ଏକ ସମସ୍ୟା ସୃଷ୍ଟି କଲାଣି । ପ୍ଲାଜମୋଡିୟମର ପାଞ୍ଚଟି ପ୍ରଜାତି ମନୁଷ୍ୟମାନଙ୍କୁ ଆକ୍ରମଣ କରିପାରେ ତଥା ସଂକ୍ରାମକ ହୋଇଥାଏ । ଅତ୍ୟଧିକ ମାତ୍ରାରେ ମ୍ୟାଲେରିଆ କରାଉଥିବା ଜୀବାଣୁଟି ହେଲା ପି. ଫାଲସିପାରମ; କିନ୍ତୁ ପି. ଭିଭାକ୍ସ, ପି.

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  48. 48

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ (୧୦ ମାର୍ଚ୍ଚ ୧୯୨୩ - ୧୭ ଫେବୃଆରୀ ୨୦୧୩)ଓଡ଼ିଶାରେ ଜନ୍ମିତ ଜଣେ ଗାଳ୍ପିକ, ପ୍ରାବନ୍ଧିକ, ନାଟ୍ୟକାର । ସେ ଓଡ଼ିଆ ସାହିତ୍ୟରେ ନବନାଟ୍ୟ ଆନ୍ଦୋଳନର ମୁଖ୍ୟ ପୁରୋଧା ଥିଲେ ।

    13 ପଠିତ (↑1 ଗତକାଲିଠାରୁ)13,10,0,12,13,11,13,12,12, 13

    7 ଦିନ ଷ୍ଟ୍ରିକ

    🔍 🗞️
  49. 49

    କେନ୍ଦ୍ରାପଡ଼ା ଜିଲ୍ଲା

    କେନ୍ଦ୍ରାପଡ଼ା ଜିଲ୍ଲା

    କେନ୍ଦ୍ରାପଡ଼ା ଜିଲ୍ଲା ଓଡ଼ିଶାର ଏକ ପ୍ରଶାସନିକ ଜିଲ୍ଲା । କେନ୍ଦ୍ରାପଡ଼ା ଏହାର ପ୍ରଶାସନିକ ମୁଖ୍ୟାଳୟ । କେନ୍ଦ୍ରାପଡ଼ା ଜିଲ୍ଲା ସଦର ମହକୁମା ରାଜ୍ୟ ରାଜଧାନୀଠାରୁ ୮୫ କି.ମି.

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  50. 50

    କୁନ୍ତଳା କୁମାରୀ ସାବତ

    କୁନ୍ତଳା କୁମାରୀ ସାବତ

    ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।

    13 ପଠିତ (↑4 ଗତକାଲିଠାରୁ)17,13,0,10,10,16,16,16,9, 13

    7 ଦିନ ଷ୍ଟ୍ରିକ

    🔍 🗞️
  51. 51

    ଗୁଗଲ

    ଗୁଗଲ

    ଗୁଗଲ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍‌ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍‌ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍‌ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।

    12 ପଠିତ (↑12 ଗତକାଲିଠାରୁ)0,0,0,0,0,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  52. 52

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର

    ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।

    12 ପଠିତ (↓14 ଗତକାଲିଠାରୁ)25,0,12,15,0,0,20,25,26, 12

    4 ଦିନ ଷ୍ଟ୍ରିକ

    🔍 🗞️
  53. 53

    ମଧୁସୂଦନ ରାଓ

    ମଧୁସୂଦନ ରାଓ

    ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।

    12 ପଠିତ (↓9 ଗତକାଲିଠାରୁ)16,14,0,0,22,23,31,14,21, 12

    6 ଦିନ ଷ୍ଟ୍ରିକ

    🔍 🗞️
  54. 54

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

    11 ପଠିତ (↓6 ଗତକାଲିଠାରୁ)17,9,18,0,10,17,21,17,17, 11

    6 ଦିନ ଷ୍ଟ୍ରିକ

    🔍 🗞️
  55. 55

    ଚିକୁନ‌ଗୁନିଆ

    ଚିକୁନ‌ଗୁନିଆ

    ‌‌‌ ଚିକୁନ‌ଗୁନିଆ (ଇଂରାଜୀ ଭାଷାରେ Chikungunya) ଏକ ସଂକ୍ରମଣ (infection) ଯାହା ଚିକୁନ‌ଗୁନିଆ ଭୁତାଣୁଦ୍ୱାରା ହୁଏ । ଏହି ରୋଗର ମୂଖ୍ୟ ଲକ୍ଷଣ: ଜ୍ୱର ଓ ଗଣ୍ଠି ଯନ୍ତ୍ରଣା (joint pain) । ଭୁତାଣୁ ସଂସ୍ପର୍ଶରେ ଆସିବାର ୨ରୁ ୧୨ ଦିନ ପରେ ଏହି ଲକ୍ଷଣମାନ ଦେଖାଯାଏ । ଅନ୍ୟାନ୍ୟ ଲକ୍ଷଣ: ମୁଣ୍ଡବଥା, ଗଣ୍ଠିଫୁଲା ଓ ରାସ ଇତ୍ୟାଦି ଦେଖାଯାଏ । ଅଧିକାଂଶ ରୋଗୀ ଏକ ସପ୍ତାହ ଭିତରେ ଭଲ ଅନୁଭବ କରନ୍ତି କିନ୍ତୁ ଗଣ୍ଠି ଯନ୍ତ୍ରଣା ମାସ ମାସ ଧରି ରହିଯାଏ । ଏହି ରୋଗରେ ମୃତ୍ୟୁ ସଙ୍କଟ ହାର (risk of death) ପ୍ରତି ୧,୦୦୦ ଲୋକରେ ୧ ଜଣ । ଅଳ୍ପ ବୟସର ଯୁବକ, ବୃଦ୍ଧ ଓ ଅନ୍ୟ ସ୍ୱାସ୍ଥ୍ୟ ସମସ୍ୟା ଥିବା ଲୋକ ଏହି ରୋଗ ସଙ୍କଟରେ ଅଧିକ ରହନ୍ତି । ଦୁଇ ପ୍ରଜାତିର ମଶାଙ୍କଦ୍ୱାରାଏହି ରୋଗ ମାନବରୁ ମାନବକୁ ବ୍ୟାପିଥାଏ, ସେହି ମଶାଙ୍କର ନାମ ଏଡିସ ଆଲବୋପିକ୍ଟସ (Aedes albopictus) ଓ ଏଡିସ ଇଜିପ୍ଟି (Aedes aegypti).

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  56. 56

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।

    11 ପଠିତ (↓4 ଗତକାଲିଠାରୁ)57,36,15,26,37,55,61,48,15, 11

    9+ ଦିନ ଷ୍ଟ୍ରିକ

    🔍 🗞️
  57. 57

    ଭୁବନେଶ୍ୱର

    ଭୁବନେଶ୍ୱର

    ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱରକୁ ୧୯୬୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ସ୍ଥାପିତ ହେଲା । ଏହି ନଗର, ଯାହାକି ଏକ ଗାଁ ଥିଲା, ପାଖାପାଖି ଦୁଇହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ । ମନ୍ଦିରଗୁଡ଼ିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।

    11 ପଠିତ (↑11 ଗତକାଲିଠାରୁ)10,9,8,0,0,14,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  58. 58

    ବାଲେଶ୍ୱର

    ବାଲେଶ୍ୱର

    ବାଲେଶ୍ୱର ଓଡ଼ିଶାର ଉତ୍ତରରେ ଥିବା ବାଲେଶ୍ୱର ଜିଲ୍ଲାର ମୁଖ୍ୟ ସହର ଓ ସଦର ମହକୁମା ।

    11 ପଠିତ (↑11 ଗତକାଲିଠାରୁ)10,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  59. 59

    ଅଭିମନ୍ୟୁ ସାମନ୍ତସିଂହାର

    ଅଭିମନ୍ୟୁ ସାମନ୍ତସିଂହାର

    ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  60. 60

    ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ

    ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ

    ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।

    11 ପଠିତ (↑11 ଗତକାଲିଠାରୁ)0,0,0,0,10,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  61. 61

    ବନ୍ଦେ ମାତରମ

    ବନ୍ଦେ ମାତରମ

    ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।

    11 ପଠିତ (↑11 ଗତକାଲିଠାରୁ)0,12,0,0,9,0,0,11,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  62. 62

    କୁଞ୍ଜବିହାରୀ ତ୍ରିପାଠୀ

    କୁଞ୍ଜବିହାରୀ ତ୍ରିପାଠୀ

    କୁଞ୍ଜବିହାରୀ ତ୍ରିପାଠୀ (୪ ସେପ୍ଟେମ୍ବର ୧୯୧୧ - ୧୫ ଜୁନ ୨୦୦୧) ଜଣେ ଭାରତୀୟ ଶିକ୍ଷାବିତ, ଅଧ୍ୟାପକ ତଥା ଓଡ଼ିଆ, ସଂସ୍କୃତ ଓ ପାଲି ଭାଷା ଗବେଷକ ଥିଲେ । ଓଡ଼ିଆ ଭାଷାର ଇତିହାସ, ଲିପିତତ୍ତ୍ୱ, ଭାଷାତତ୍ତ୍ୱ ଆଦି ବିଷୟରେ ସେ ଆଜୀବନ ଗବେଷଣା କରିଥିଲେ । ୧୯୩୮ ମସିହାରେ ରେଭେନ୍ସା ମହାବିଦ୍ୟାଳୟରେ ସଂସ୍କୃତ ବିଭାଗର ଅଧ୍ୟାପକ ଭାବରେ ଚାକିରି ଆରମ୍ଭ କରି ସେ ପରେ ୧୯୫୩ ମସିହାରେ ଲଣ୍ଡନ ବିଶ୍ୱବିଦ୍ୟାଳୟରରୁ ଓଡ଼ିଆ ଭାଷା ଓ ଲିପିରେ ଡକ୍ଟରେଟ କରିଥିଲେ । ସେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ ବିଭାଗର ମୁଖ୍ୟ ମଧ୍ୟ କାର୍ଯ୍ୟକରିଥିଲେ । ତାଙ୍କ ଗବେଷଣା ନିମନ୍ତେ ସେ ୧୯୮୮ ମସିହାରେ ସାରଳା ସମ୍ମାନ ଲାଭକରିଥିଲେ ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  63. 63

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩ (IAST: Bhāratīya Nyāya Saṃhitā; ଅର୍ଥାତ 'ଭାରତୀୟ ନ୍ୟାୟ ସଂହିତା, ୨୦୨୩') ହେଉଛି ଭାରତର ଆଧିକାରିକ ଦଣ୍ଡ ସଂହିତା । ଡିସେମ୍ବର ୨୦୨୩ ରେ ଭାରତର ସଂସଦରେ ପାରିତ ହୋଇଥିବା ଏହି ଆଇନ ଜୁଲାଇ ୧, ୨୦୨୪ ରୁ କାର୍ଯ୍ୟକାରୀ ହୋଇଛି, ଏବଂ ପୂର୍ବରୁ ପ୍ରଚଳିତ ଥିବା ଭାରତୀୟ ଦଣ୍ଡ ସଂହିତା (IPC) କୁ ପ୍ରତିସ୍ଥାପନ କରିଛି ।

    10 ପଠିତ (↓3 ଗତକାଲିଠାରୁ)15,0,10,0,0,13,0,17,13, 10

    3 ଦିନ ଷ୍ଟ୍ରିକ

    🔍 🗞️
  64. 64

    ଦୀନକୃଷ୍ଣ ଦାସ

    ଦୀନକୃଷ୍ଣ ଦାସ

    ଦୀନକୃଷ୍ଣ ଦାସ ସପ୍ତଦଶ ଶତାବ୍ଦୀର ଜଣେ ଓଡ଼ିଶୀ ସଙ୍ଗୀତକାର, ରୀତି ଓ ଭକ୍ତି କବି । ସେ ରସକଲ୍ଲୋଳ ନାମକ କୃଷ୍ଣଲୀଳା ସମ୍ବଳିତ ଛାନ୍ଦକାବ୍ୟ ପାଇଁ ଜନାଦୃତ ।

    10 ପଠିତ (↑1 ଗତକାଲିଠାରୁ)0,0,0,11,0,0,0,0,9, 10

    2 ଦିନ ଷ୍ଟ୍ରିକ

    🔍 🗞️
  65. 65

    ରାମଶଙ୍କର ରାୟ

    ରାମଶଙ୍କର ରାୟ

    ରାମଶଙ୍କର ରାୟ (୨୫ ମଇ ୧୮୫୭ - ୧୩ ସେପ୍ଟେମ୍ବର ୧୯୩୧) ଜଣେ ଓଡ଼ିଆ ସାହିତ୍ୟିକ ଥିଲେ, ସେ ଆଧୁନିକ ଓଡ଼ିଆ ନାଟକର ଜନକ ଭାବେ ପରିଚିତ । ୧୮୫୭ ମସିହା ଜ୍ଯେଷ୍ଠ ଶୁକ୍ଳ ଦ୍ୱିତୀୟା ତିଥିରେ ସେ ଅସୁରେଶ୍ୱର ଅନ୍ତର୍ଗତ ଦିକ୍ଷୀତପଡ଼ାରେ ଏକ ସମ୍ଭ୍ରାନ୍ତ ପରିବାରରେ ଜନ୍ମ ନେଇଥିଲେ । ସେ ନଟବର ରାମଶଙ୍କର ରାୟ ଭାବେ ଜଣା ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  66. 66

    ପେଡା

    ପେଡା

    ପେଡ଼ା ଏକ ପ୍ରକାର ମିଠା ଜାତୀୟ ଖାଦ୍ୟ ଅଟେ ଯାହା ଖୁଆ ତଥା ଚିନିରୁ ପ୍ରସ୍ତୁତ ହୋଇଥାଏ । ଏହାର ଆକାର ଗୋଲାକାର ଅଟେ । ଏଥିରେ ପାରମ୍ପରିକ ସ୍ୱାଦ ପାଇଁ ଅଳେଇଚ ଦାନା , କେଶର, ତଥା ପେସ୍ତା ମିଶାଯାଏ । ପେଡ଼ା ଶବ୍ଦର ଉପଯୋଗ ସାଧାରଣତଃ କୌଣସି ନରମ ଗୋଲାକାର ଜିନିଷକୁ ନେଇ କରାଯାଏ ଯେପରି ଅଟା ଏବଂ ଖୁଆ । ଏହି ମିଠା ପାଇଁ ଅନେକ ପ୍ରକାର ଶବ୍ଦ ଏବଂ ନାମ ଯେପରି Pedha, penda (ଗୁଜୁରାଠୀ ରେ) ଏବଂ ପେରା ବ୍ୟବହାର କରାଯାଏ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  67. 67

    ଓଡ଼ିଆ ସାହିତ୍ୟର ଇତିହାସ

    ଓଡ଼ିଆ ସାହିତ୍ୟର ଇତିହାସ

    ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  68. 68

    କୋହିମା

    କୋହିମା

    କୋହିମା, ନାଗାଲାଣ୍ଡ ରାଜ୍ୟର ରାଜଧାନୀ ଅଟେ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  69. 69

    ଉଇକିମିଡ଼ିଆ ଫାଉଣ୍ଡେସନ

    ଉଇକିମିଡ଼ିଆ ଫାଉଣ୍ଡେସନ

    ଉଇକିମିଡ଼ିଆ ଫାଉଣ୍ଡେସନ, Inc.

    10 ପଠିତ (↓8 ଗତକାଲିଠାରୁ)0,8,0,10,0,0,0,0,18, 10

    2 ଦିନ ଷ୍ଟ୍ରିକ

    🔍 🗞️
  70. 70

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ (ଇଂରାଜୀ: Sexual intercourse) କିମ୍ବା ମୈଥୁନ କିମ୍ବା ସହବାସ ବୋଲି ସେହି କ୍ରିୟାକୁ କୁହାଯାଏ, ଯେଉଁଥିରେ ପୁରୁଷଙ୍କର ଲିଙ୍ଗ ସ୍ତ୍ରୀଙ୍କର ଯୋନିରେ ପ୍ରବେଶ କରେ । ସମ୍ଭୋଗ ବିଭିନ୍ନ ଜୀବଜନ୍ତୁ ଓ ପ୍ରଜାତି ଅନୁସାରେ ବିଭିନ୍ନ ପ୍ରକାରରେ ହୁଏ । ସମ୍ଭୋଗକୁ ଯୋନି ମୈଥୁନ, କାମ କ୍ରୀଡ଼ା କିମ୍ବା ରତି କ୍ରୀଡ଼ା ନାମରେ ବି ପ୍ରକାଶ କରାଯାଏ ।

    10 ପଠିତ (↓8 ଗତକାଲିଠାରୁ)22,27,26,18,12,23,11,10,18, 10

    9+ ଦିନ ଷ୍ଟ୍ରିକ

    🔍 🗞️
  71. 71

    ଗୋଲୋକ ବିହାରୀ ଧଳ

    ଗୋଲୋକ ବିହାରୀ ଧଳ

    ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଜଣେ ଭାରତୀୟ ଭାଷାତତ୍ତ୍ୱବିତ୍, ପ୍ରଫେସର, ଧ୍ୱନିତତ୍ତ୍ୱବିତ୍, ଅନୁବାଦକ ଏବଂ ଓଡ଼ିଆ ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ସେ ତାଙ୍କର ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ପ୍ରବନ୍ଧମାନଙ୍କରେ ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ବାବଦରେ ଆଲୋଚନା କରୁଥିଲେ ।

    10 ପଠିତ (↓6 ଗତକାଲିଠାରୁ)8,0,10,10,0,0,11,12,16, 10

    4 ଦିନ ଷ୍ଟ୍ରିକ

    🔍 🗞️
  72. 72

    ଓଡ଼ିଆ ଭାଗବତ

    ଓଡ଼ିଆ ଭାଗବତ

    ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।

    10 ପଠିତ (0 ଗତକାଲିଠାରୁ)0,10,0,0,14,16,12,11,10, 10

    6 ଦିନ ଷ୍ଟ୍ରିକ

    🔍 🗞️
  73. 73

    ବିଭୂତି ପଟ୍ଟନାୟକ

    ବିଭୂତି ପଟ୍ଟନାୟକ

    ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,15,0,11,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  74. 74

    ମହାବିଦ୍ୟା

    ମହାବିଦ୍ୟା

    ଦୁର୍ଗାଙ୍କର ବିଦ୍ୟାରୂପୀ ଦଶଶକ୍ତି ନିରୂପଣ କରାଯାଇଛି ଆଗମ ଶାସ୍ତ୍ରରେ । ସେହି ଦଶ ମହାବିଦ୍ୟା ହେଉଛନ୍ତି - କାଳୀ, ତାରା, ଷୋଡ଼ଶୀ, ଭୁବନେଶ୍ୱରୀ, ଭୈରବୀ, ଛିନ୍ନାମସ୍ତା, ଧୂମାବତୀ, ବଗଳାମୁଖୀ, ମାତଙ୍ଗୀ ଏବଂ କମଳା। ଏହାମଧ୍ୟରେ କାଳୀ, ତାରା, ଛିନ୍ନମସ୍ତା, ଧୂମାବତୀ ଉଗ୍ରା, ତଥା ବଗଳା, ଭୈରବୀ ସୌମ୍ୟୋଗ୍ର ମହାବିଦ୍ୟା ଏବଂ ଷୋଡ଼ଶୀ, ଭୁବନେଶ୍ୱରୀ, କମଳା, ମାତଙ୍ଗୀ ସୌମ୍ୟ ମହାବିଦ୍ୟା ରୂପେ ପରିଚିତା । ସୌମ୍ୟ ମହାବିଦ୍ୟାଙ୍କୁ ଶ୍ରୀସୁନ୍ଦରୀ କୁଳରେ ଅନ୍ତର୍ଭୁକ୍ତ କରାଯାଇଛି ଏବଂ ଉଗ୍ର, ସୌମ୍ୟୋଗ୍ର ମହବିଦ୍ୟାଙ୍କୁ କାଳୀ କୁଳରେ ଅନ୍ତର୍ଭୁକ୍ତ କରାହୋଇଛି । ଶ୍ରୀସୁନ୍ଦରୀ ଦେବୀମାନଙ୍କ ଆରଧନା ଗୃହ ମଧ୍ୟରେ ହେଉଥିଲାବେଳେ କାଳୀକୁଳ ଦେବୀମାନଙ୍କ ଉପାସନା ଶ୍ମଶାନ, ବଣ, ନଦୀତଟ ଆଦି ନିର୍ଜନ ସ୍ଥାନରେ ହୋଇଥାଏ, ତଥା ସୌମ୍ୟୋଗ୍ର ବିଦ୍ୟା ଉଭୟ ସ୍ଥାନରେ ଉପାସିତା ହୁଅନ୍ତି ।

    9 ପଠିତ (↑9 ଗତକାଲିଠାରୁ)0,0,7,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  75. 75

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର (ଶ୍ରୀମନ୍ଦିର କିମ୍ବା ବଡ଼ଦେଉଳ ଭାବରେ ମଧ୍ୟ ପରିଚିତ) ଭାରତର ଓଡ଼ିଶା ରାଜ୍ୟର ପୁରୀଠାରେ ଅବସ୍ଥିତ ଏକ ପ୍ରାଚୀନ ହିନ୍ଦୁ ଦେଉଳ । ଏହା ମୁଖ୍ୟତଃ ବିଷ୍ଣୁଙ୍କ ଅବତାର ଶ୍ରୀଜଗନ୍ନାଥଙ୍କୁ ସମର୍ପିତ । ଏଠାରେ ରତ୍ନସିଂହାସନ ଉପରେ ଚତୁର୍ଦ୍ଧାମୂର୍ତ୍ତି ଭାବରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜା ପାଆନ୍ତି ।

    9 ପଠିତ (↓13 ଗତକାଲିଠାରୁ)17,13,14,28,17,12,26,17,22, 9

    9+ ଦିନ ଷ୍ଟ୍ରିକ

    🔍 🗞️
  76. 76

    ଅଖିଳ ମୋହନ ପଟ୍ଟନାୟକ

    ଅଖିଳ ମୋହନ ପଟ୍ଟନାୟକ

    ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।

    9 ପଠିତ (↑9 ଗତକାଲିଠାରୁ)0,0,6,0,0,0,9,13,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  77. 77

    ଭୀମ ପୃଷ୍ଟି

    ଭୀମ ପୃଷ୍ଟି

    ଭୀମ ପୃଷ୍ଟି (ଜନ୍ମ: ୧୧ ଜାନୁଆରୀ ୧୯୫୯) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖକ । ସେ ସେ ମୁଖ୍ୟତଃ ଗଳ୍ପ ଓ ଉପନ୍ୟାସ ରଚନା ପାଇଁ ଜଣାଶୁଣା । ତାଙ୍କର ରଚିତ ପୁସ୍ତକଗୁଡ଼ିକ ମଧ୍ୟରେ ଜମ୍ବୁଲୋକ (୨୦୨୩), ସମୁଦ୍ର ମଣିଷ (୨୦୦୬), ହୋ ମଣିଷମାନେ (୨୦୦୨), ଗପର ହାତଗୋଡ଼ (୨୦୦୮) ଆଦି ଅନ୍ୟତମ । ୨୦୨୩ରେ ଜମ୍ବୁଲୋକ ଉପନ୍ୟାସ ପାଇଁ ସେ ଶାରଳା ପୁରସ୍କାର, ୨୦୧୪ରେ କୁଆଡ଼େ ଚାଲୁଛ ରୁହ ପଞ୍ଚଭୂତ ପାଇଁ ପଶ୍ଚିମା ଉପନ୍ୟାସ ସମ୍ମାନ ଏବଂ ୨୦୦୮ ମସିହାରେ ସମୁଦ୍ର ମଣିଷ ଉପନ୍ୟାସ ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭକରିଥିଲେ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  78. 78

    ଓଡ଼ିଶାର ଇତିହାସ

    ଓଡ଼ିଶାର ଇତିହାସ

    ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.

    9 ପଠିତ (↓2 ଗତକାଲିଠାରୁ)0,11,9,11,12,0,9,0,11, 9

    2 ଦିନ ଷ୍ଟ୍ରିକ

    🔍 🗞️
  79. 79

    କମ୍ପ୍ୟୁଟର କିବୋର୍ଡ଼

    କମ୍ପ୍ୟୁଟର କିବୋର୍ଡ଼

    କମ୍ପ୍ୟୁଟରରେ ଯେଉଁ କି-ବୋର୍ଡ଼ ବ୍ୟବହାର ହୁଏ ତାହା ଦେଖିବାକୁ ପୁରା ଟାଇପ ରାଇଟରର କି-ବୋର୍ଡ଼ ଭଳି । କି-ବୋର୍ଡ଼କୁ ଓଡ଼ିଆରେ କୁଞ୍ଚିପଟା କୁହାଯାଇଥାଏ । ଏହାକୁ ସାଧାରଣତଃ "କ୍ୱେରଟି"(QWERTY) କି-ବୋର୍ଡ଼ କୁହାଯାଏ କାରଣ ଏହାର ଅକ୍ଷର କୁଞ୍ଚି ଗୁଡ଼ିକ ଇଂରାଜୀ ଅକ୍ଷର Q,W,E,R,T,Yରୁ ଆରମ୍ଭ ହଉଛି । କି-ବୋର୍ଡ଼ ଅନେକ ଗୁଡ଼ିଏ "କି"(Key) ବା କୁଞ୍ଚିର ସମାହାର । ଏହା କମ୍ପ୍ୟୁଟରକୁ ଯାନ୍ତ୍ରୀକ ଯକୃତ(Mechanical Lever) ଭାବେ ବୈଦ୍ୟୁତିକ ସୁଇଚ (Electronic Switch)ଦ୍ୱାରା ପରିକଳିତ କରେ । ଏହା ମୋଟ ଉପରେ କମ୍ପ୍ୟୁଟର ପାଇଁ ଏକ ନିବେଶକାରୀ (Input) ଉପକରଣ ଅଟେ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  80. 80

    ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ

    ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ

    ଭାରତ ଏକ ସଂଘୀୟ ରାଷ୍ଟ୍ର, ଯାହା ୨୮ଟି ରାଜ୍ୟ ଏବଂ ୮ଟି କେନ୍ଦ୍ରଶାସିତ ଅଞ୍ଚଳକୁ ନେଇ ଗଠିତ। ମୋଟ ଉପରେ ଏହି ୩୬ଟି ଉପ-ଜାତୀୟ ପ୍ରଶାସନିକ ଏକକ ରହିଛି। ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ପୁନଶ୍ଚ ଅନେକ ଜିଲ୍ଲାରେ ବିଭକ୍ତ କରାଯାଇଛି। ସମଗ୍ର ଭାରତରେ ସମୁଦାୟ ୭୮୪ଟି ଜିଲ୍ଲା ରହିଛି, ଯାହାର ଅଧୀନରେ ଆହୁରି ଅନେକ ପ୍ରଶାସନିକ ସ୍ତର ସ୍ଥିର କରାଯାଇଛି।

    9 ପଠିତ (↑9 ଗତକାଲିଠାରୁ)0,0,7,0,0,0,9,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  81. 81

    ଜଗନ୍ନାଥ

    ଜଗନ୍ନାଥ

    9 ପଠିତ (↑9 ଗତକାଲିଠାରୁ)12,0,12,15,14,0,23,21,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  82. 82

    ଭାଗବତ ଟୁଙ୍ଗି

    ଭାଗବତ ଟୁଙ୍ଗି

    ଭାଗବତ ଟୁଙ୍ଗି (ଭାଗବତ ଟୁଙ୍ଗୀ ମଧ୍ୟ ଲେଖାଯାଏ ) ଓଡ଼ିଶାରେ ଆଗକାଳରେ ପ୍ରଚଳିତ ଏକ କୋଠଘରକୁ ବୁଝାଇଥାଏ ଯେଉଁଠାରେ ଗାଁର ଲୋକମାନେ ସଞ୍ଜ ବେଳେ ମେଳି ହୋଇ ଭାଗବତ, ଓଡ଼ିଆ ରାମାୟଣ, ଓଡ଼ିଆ ମହାଭାରତ ତଥା ନାନାଦି ପୁରାଣ ଆଲୋଚନା, ଗାଁରେ ହେଉଥିବା ଅସୁବିଧା ଓ ତାହାର ସମାଧାନ, ନ୍ୟାୟ-ନିଶାପ ଆଦି କରୁଥିଲେ । ଏଥିରେ ଧନୀ, ଗରିବ, ପଢୁଆ, ଅପାଠୁଆ ସଭିଏଁ ଭାଗ ନେଉଥିଲେ । ପୁରୀର ସାତଲହରୀ ମଠରେ ଷୋଡ଼ଶ ଶତାବ୍ଦୀର ପ୍ରାରମ୍ଭରେ ଏହି ଭାଗବତ ଟୁଙ୍ଗି ପ୍ରଥମେ ଆତ୍ମପ୍ରକାଶ କରିଥିଲା ଓ କ୍ରମେ ସମଗ୍ର ଓଡ଼ିଶାରେ ଗଢ଼ି ଉଠିଥିଲା ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  83. 83

    ଉତ୍କଳ ବିଶ୍ୱବିଦ୍ୟାଳୟ

    ଉତ୍କଳ ବିଶ୍ୱବିଦ୍ୟାଳୟ

    ଉତ୍କଳ ବିଶ୍ୱବିଦ୍ୟାଳୟ ଓଡ଼ିଶାର ସର୍ବ ପୁରାତନ ତଥା ଭାରତର ସତରତମ ପୁରାତନ ବିଶ୍ୱବିଦ୍ୟାଳୟ ଅଟେ। ବାଣୀ ବିହାର ଭାବେ ପରିଚିତ ଏହାର ୩୯୯.୯ ଏକର ପରିମିତ ଏହାର ପରିସରଟି ଭୁବନେଶ୍ୱରର କେନ୍ଦ୍ରସ୍ଥଳରେ ଅବସ୍ଥିତ। ଏହି ବିଶ୍ୱବିଦ୍ୟାଳୟରେ ନିଜସ୍ୱ ଶିକ୍ଷା ବ୍ୟବସ୍ଥା ଥିବା ସାଙ୍ଗରେ ଅନ୍ୟ ବହୁ ମହାବିଦ୍ୟାଳୟ ଅନୁବନ୍ଧିତ ଭାବେ ରହିଛନ୍ତି। ଏବେ ଏହି ବିଶ୍ୱବିଦ୍ୟାଳୟରେ ୨୭ଟି ସ୍ନାତକୋତ୍ତର ବିଭାଗ ବିଜ୍ଞାନ, କଳା ଓ ବାଣିଜ୍ୟ କ୍ଷେତ୍ରରେ ଶିକ୍ଷାଦାନ କରୁଛନ୍ତି । ଏହାଛଡା ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷା ନିର୍ଦ୍ଦେଶାଳୟ, ଆଇନଶିକ୍ଷା ମହାବିଦ୍ୟାଳୟ ଓ ବହୁ ସେଲ୍ଫ ଫାଇନାନ୍ସ ବିଭାଗ ମଧ୍ୟ ଅଛି । ସମ୍ପ୍ରତି ବିଭିନ୍ନ ସ୍ନାତକୋତ୍ତର ବିଭାଗରେ ପ୍ରାୟ ୩୦୦୦ରୁ ଅଧିକ ଛାତ୍ର ପଢୁଛନ୍ତି। ଗତ ଅଡ଼ଷଠି ବର୍ଷଧରି ବାଣୀବିହାର ଶିକ୍ଷା କ୍ଷେତ୍ରରେ ଯୋଗଦାନ କରିଆସୁଛି ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  84. 84

    ବିଜୟ ମିଶ୍ର

    ବିଜୟ ମିଶ୍ର

    ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମ‌ସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  85. 85

    ବଳରାମ ଦାସ

    ବଳରାମ ଦାସ

    ବଳରାମ ଦାସ ପଞ୍ଚଦଶ ଶତାବ୍ଦୀର ଓଡ଼ିଆ ସନ୍ଥକବି ଓ ପଞ୍ଚସଖାଙ୍କ ମଧ୍ୟରୁ ଜ୍ୟେଷ୍ଠ । ସେ ଓଡ଼ିଆରେ ଅନେକ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିଛନ୍ତି । ଦାଣ୍ଡି ବା ଜଗମୋହନ ରାମାୟଣ ଓ ଲକ୍ଷ୍ମୀ ପୁରାଣ ତହିଁ ମଧ୍ୟରୁ ଅନ୍ୟତମ ।

    9 ପଠିତ (↓7 ଗତକାଲିଠାରୁ)20,17,0,0,9,19,10,11,16, 9

    6 ଦିନ ଷ୍ଟ୍ରିକ

    🔍 🗞️
  86. 86

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ ଓଡ଼ିଆ ଭାଷାରେ ଲିଖିତ ସାହିତ୍ୟର ନାନା ବିଭବକୁ ବୁଝାଇଥାଏ ।

    9 ପଠିତ (↓1 ଗତକାଲିଠାରୁ)9,10,0,0,14,0,17,13,10, 9

    4 ଦିନ ଷ୍ଟ୍ରିକ

    🔍 🗞️
  87. 87

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ ।

    9 ପଠିତ (↓4 ଗତକାଲିଠାରୁ)16,10,0,0,0,17,0,12,13, 9

    3 ଦିନ ଷ୍ଟ୍ରିକ

    🔍 🗞️
  88. 88

    ସୁଭଦ୍ରା

    ସୁଭଦ୍ରା

    ଶ୍ରୀମନ୍ଦିରରେ ପୂଜା ପାଉଥିବା ସୁଭଦ୍ରା ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ରଙ୍କ ଭଗିନୀ । ଦ୍ୱାପର ଯୁଗରେ ସୁଭଦ୍ରା ଶ୍ରୀକୃଷ୍ଣ ଓ ଶ୍ରୀବଳରାମଙ୍କ ଭଗିନୀ । ନନ୍ଦଙ୍କ ଔରସରେ ଯଶୋଦାଙ୍କ ଗର୍ଭରୁ ଜାତ ହୋଇଥିଲେ । ସେ ହେଲେ ସ୍ୱୟଂ ଅଷ୍ଟଭୁଜା ଯୋଗମାୟା।

    9 ପଠିତ (↑9 ଗତକାଲିଠାରୁ)0,0,0,0,13,10,0,12,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  89. 89

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।

    9 ପଠିତ (↓2 ଗତକାଲିଠାରୁ)10,23,11,8,0,13,10,13,11, 9

    5 ଦିନ ଷ୍ଟ୍ରିକ

    🔍 🗞️
  90. 90

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର (ଜନ୍ମ ୧୭ ସେପ୍ଟେମ୍ବର ୧୯୩୭) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ କବି ଓ ସାହିତ୍ୟ ସମାଲୋଚକ ।

    9 ପଠିତ (↓2 ଗତକାଲିଠାରୁ)21,0,7,0,14,20,0,10,11, 9

    3 ଦିନ ଷ୍ଟ୍ରିକ

    🔍 🗞️
  91. 91

    ଜୟ ଜଗନ୍ନାଥ

    ଜୟ ଜଗନ୍ନାଥ

    ସବ୍ୟସାଚୀ ମହାପାତ୍ରଙ୍କ ନିର୍ଦ୍ଦେଶନାରେ ନିର୍ମିତ ବହୁଭାଷି କଥାଚିତ୍ର ଜୟ ଜଗନ୍ନାଥ ୨୦୦୭ ମସିହା ରଥଯାତ୍ରା ଅବସରରେ ମୁକ୍ତିଲାଭ କରିଥିଲା । ଏହି କଥାଚିତ୍ରଟି ଓଡ଼ିଆ ଓ ହିନ୍ଦୀ ଭାଷାରେ ତିଆରି କରାଯାଇଥିଲା । ପରେ ଏହାକୁ ଇଂରାଜୀ ସମେତ ୧୩ଟି ଆଞ୍ଚଳିକ ଭାଷାରେ ଅନୁଦିତ କରାଯାଇ ଥିଲା ।

    8 ପଠିତ (↑8 ଗତକାଲିଠାରୁ)11,12,9,8,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  92. 92

    ଏ. ପି. ଜେ. ଅବଦୁଲ କଲାମ

    ଏ. ପି. ଜେ. ଅବଦୁଲ କଲାମ

    ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍‌ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,11,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  93. 93

    ଆନନ୍ଦଚନ୍ଦ୍ର ପହି

    ଆନନ୍ଦଚନ୍ଦ୍ର ପହି

    ଆନନ୍ଦଚନ୍ଦ୍ର ପହି (ଜନ୍ମ: ୧୧ ଅପ୍ରେଲ ୧୯୪୬) ଜଣେ ଓଡ଼ିଆ ଗାଳ୍ପିକ, ଲେଖକ ଓ ନାଟ୍ୟକାର । ୧୯୯୮ ମସିହାରେ ତାଙ୍କୁ ତାଙ୍କ ରଚିତ ନାଟ୍ୟ ପୁସ୍ତକ ପ୍ରତୀକ୍ଷାରେ ପରୀକ୍ଷିତ ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା ।

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  94. 94

    କାଳିକାମ୍ବଲ ମନ୍ଦିର

    କାଳିକାମ୍ବଲ ମନ୍ଦିର

    କାଳିକାମ୍ବଲ ମନ୍ଦିର ଏକ ହିନ୍ଦୁ ମନ୍ଦିର ଯାହା ଶ୍ରୀ କାଲିଗାମ୍ବାଲ (କାମାକ୍ଷୀ) ଓ ପ୍ରଭୁ କମଦେଶ୍ୱରଙ୍କୁ ସମର୍ପିତ ହୋଇଛି । ଭାରତରେ ଥିବା ତାମିଲନାଡୁ ପ୍ରଦେଶର ଜର୍ଜ ଟାଉନରେ ଅବସ୍ଥିତ । ଜର୍ଜ ଟାଉନର ଏକ ମୂଖ୍ୟ ଅର୍ଥନୈତିକ ଥାମ୍ବୁଚେଟ୍ଟି ରାସ୍ତାରେ ଏହି ମନ୍ଦିର ଅଛି ।

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  95. 95

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା (୧ ଜାନୁଆରୀ ୧୯୧୬ - ୧୬ ଅପେଲ ୨୦୦୧) ଜଣେ ଓଡ଼ିଆ ପ୍ରାବନ୍ଧିକ, ଅଧ୍ୟାପକ ଓ ବିଜ୍ଞାନ ଲେଖକ ଥିଲେ ।

    8 ପଠିତ (↓15 ଗତକାଲିଠାରୁ)21,10,0,0,0,0,18,0,23, 8

    2 ଦିନ ଷ୍ଟ୍ରିକ

    🔍 🗞️
  96. 96

    ବନ୍ଦେ ଉତ୍କଳ ଜନନୀ

    ବନ୍ଦେ ଉତ୍କଳ ଜନନୀ

    ବନ୍ଦେ ଉତ୍କଳ ଜନନୀ, ଓଡ଼ିଶାର ରାଜ୍ୟ ସଙ୍ଗୀତ ଅଟେ । ଏହା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କଦ୍ୱାରା ରଚିତ । ଏହି ଗୀତକୁ ୧୯୧୨ ମସିହାରେ ବାଲେଶ୍ୱରଠାରେ ଅନୁଷ୍ଠିତ ଉତ୍କଳ ସମ୍ମିଳନୀ ଅଧିବେଶନରେ ପ୍ରଥମଥର ପାଇଁ ଗାନ କରାଯାଇଥିଲା ।

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  97. 97

    ଯକ୍ଷ୍ମା

    ଯକ୍ଷ୍ମା

    ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସ‌ହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।

    8 ପଠିତ (↑8 ଗତକାଲିଠାରୁ)9,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  98. 98

    ସୁଭାଶିଷ ଶର୍ମା

    ସୁଭାଶିଷ ଶର୍ମା

    ସୁଭାଶିଷ ଶର୍ମା ଜଣେ ଓଡ଼ିଆ କଥାଚିତ୍ର ଓ ଦୂରଦର୍ଶନ ଧାରାବାହିକ ଅଭିନେତା । ସେ ଇଟିଭି ଓଡ଼ିଆରେ ପ୍ରସାରିତ ଧାରାବାହିକ ଅପା ଜରିଆରେ ଅଭିନୟ କରିବା ଆରମ୍ଭ କରିଥିଲେ । ୨୦୧୦ ମସିହାରେ ସେ ପ୍ରେମ ଅଢ଼େଇ ଅକ୍ଷର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ କାମ କରିବା କରିବା ଆରମ୍ଭ କରିଥିଲେ । ପରବର୍ତ୍ତୀ ସମୟରେ ସେ ମୁଖ୍ୟ ନାୟକ ଭାବରେ ଓଡ଼ିଆ କଥାଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ । ୨୦୧୨ ମସିହାରେ ତୁ ମୋ ଆରମ୍ଭ ତୁ ମୋ ଶେଷରେ ପ୍ରଥମ ଥର ପାଇଁ ନାୟକ ଭାବରେ ଅଭିନୟ କରିଥିଲେ । ତରଙ୍ଗ ଟିଭିରେ ପ୍ରସାରିତ ଧାରାବାହିକ ସ୍ୱାଭିମାନରେ ସେ ପ୍ରଥମ ଥର ପାଇଁ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ସେ ଓଡ଼ିଆ କଥାଚିତ୍ର ଜଗତରେ ନାୟକ, ଚରିତ୍ର ଅଭିନେତା ଓ ଖଳନାୟକ ଭାବରେ କାମ କରନ୍ତି ।

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  99. 99

    ଅଶୋକ (ସମ୍ରାଟ)

    ଅଶୋକ (ସମ୍ରାଟ)

    ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,10,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  100. 100

    ରାଜକିଶୋର ପଟ୍ଟନାୟକ

    ରାଜକିଶୋର ପଟ୍ଟନାୟକ

    ରାଜକିଶୋର ପଟ୍ଟନାୟକ ( ୮ ଅପ୍ରେଲ ୧୯୧୭ - ୦୧ ମାର୍ଚ୍ଚ ୧୯୯୭ ) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ଓଡ଼ିଆ ଅଧ୍ୟାପକ ଥିଲେ । ସେ ଓଡ଼ିଆ ସାହିତ୍ୟରେ ନବନାଟ୍ୟ ଆନ୍ଦୋଳନର ମୁଖ୍ୟ ପୁରୋଧା ଥିଲେ ।

    8 ପଠିତ (↑8 ଗତକାଲିଠାରୁ)10,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️

ତଥ୍ୟ ଆହରଣ ସମୟ: