ଓଡ଼ିଆ ଉଇକିପିଡ଼ିଆ ଲୋକପ୍ରିୟ ୧୦୦

ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...

  1. 1

    ସର୍ବପଲ୍ଲୀ ରାଧାକୃଷ୍ଣନ

    ସର୍ବପଲ୍ଲୀ ରାଧାକୃଷ୍ଣନ

    ସର୍ବପଲ୍ଲୀ ରାଧାକୃଷ୍ଣନ ଜଣେ ଭାରତୀୟ ଦାର୍ଶନିକ, ରାଷ୍ଟ୍ରନୀତିଜ୍ଞ ତଥା ଶିକ୍ଷକ ଥିଲେ ଏବଂ ୧୯୬୨ରୁ ୧୯୬୪ ପର୍ଯ୍ୟନ୍ତ ଭାରତର ରାଷ୍ଟ୍ରପତି ଥିଲେ ।

    1.2K ପଠିତ (↑637 ଗତକାଲିଠାରୁ)0,9,11,30,27,34,53,126,522, 1159

    9 ଦିନ ଷ୍ଟ୍ରିକ

    🔍 🗞️
  2. 2

    ଗୁରୁଦିବସ

    ଗୁରୁଦିବସ

    ଗୁରୁଦିବସ ବା ଶିକ୍ଷକ ଦିବସ ଶିକ୍ଷକମାନଙ୍କୁ ସମ୍ମାନ ଦେବା ପାଇଁ ଏକ ବିଶେଷ ଦିବସ । ଏକ ନିର୍ଦ୍ଦିଷ୍ଟ କ୍ଷେତ୍ରରେ ବା ସମ୍ପ୍ରଦାୟରେ ସେମାନଙ୍କର ବିଶେଷ ଅବଦାନ ନିମନ୍ତେ ସମ୍ମାନ ଦେବା ପାଇଁ ଏହି ଉତ୍ସବ ଆୟୋଜନ କରାଯାଇଥାଏ ।

    476 ପଠିତ (↑280 ଗତକାଲିଠାରୁ)0,0,0,16,17,25,19,51,196, 476

    7 ଦିନ ଷ୍ଟ୍ରିକ

    🔍 🗞️
  3. 3

    ମହାତ୍ମା ଗାନ୍ଧୀ

    ମହାତ୍ମା ଗାନ୍ଧୀ

    ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।

    66 ପଠିତ (↑48 ଗତକାଲିଠାରୁ)11,13,36,19,15,20,17,14,18, 66

    9+ ଦିନ ଷ୍ଟ୍ରିକ

    🔍 🗞️
  4. 4

    ଗୁରୁ

    ଗୁରୁ

    ଗୁରୁ ଶବ୍ଦର ଅର୍ଥ ହେଲା, ଏମିତି ଜଣେ ମଣିଷ, ଯାହାଙ୍କର କୌଣସି ଏକ କ୍ଷେତ୍ରରେ ବିଶେଷ ଜ୍ଞାନ ଓ ଦକ୍ଷତା ରହିଛି, ଏବଂ ଯିଏ ଏହାକୁ ଅନ୍ୟମାନଙ୍କର ମାର୍ଗଦର୍ଶନ ପାଇଁ ବ୍ୟବହାର କରନ୍ତି । ଗୁ ଶବ୍ଦର ଅର୍ଥ ହେଲା ଅନ୍ଧାର ଓ ରୁ ଶବ୍ଦର ଅର୍ଥ ହେଲା ଆଲୁଅ । ଯିଏ ଅନ୍ଧାରରୁ ଆଲୁଅକୁ ବାଟ କଢ଼େଇ ନିଅନ୍ତି, ତାଙ୍କୁ ଗୁରୁ ବୋଲାଯାଏ ।

    51 ପଠିତ (↑25 ଗତକାଲିଠାରୁ)0,0,0,0,0,0,0,0,26, 51

    2 ଦିନ ଷ୍ଟ୍ରିକ

    🔍 🗞️
  5. 5

    ରାଶି ଓ ନକ୍ଷତ୍ର

    ରାଶି ଓ ନକ୍ଷତ୍ର

    ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।

    48 ପଠିତ (↑40 ଗତକାଲିଠାରୁ)10,54,28,39,62,31,49,18,8, 48

    9+ ଦିନ ଷ୍ଟ୍ରିକ

    🔍 🗞️
  6. 6

    କୃଷ୍ଣ ଜନ୍ମାଷ୍ଟମୀ

    କୃଷ୍ଣ ଜନ୍ମାଷ୍ଟମୀ

    'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।

    44 ପଠିତ (↓557 ଗତକାଲିଠାରୁ)17,16,13,26,20,29,55,209,601, 44

    9+ ଦିନ ଷ୍ଟ୍ରିକ

    🔍 🗞️
  7. 7

    ଗୁରୁ ପୂର୍ଣ୍ଣିମା

    ଗୁରୁ ପୂର୍ଣ୍ଣିମା

    ବିଷ୍ଣୁଙ୍କ ଅବତାର ବ୍ୟାସଦେବଙ୍କ ଜନ୍ମଦିବସକୁ ବ୍ୟାସ ପୂର୍ଣ୍ଣିମା ବା ଗୁରୁ ପୂର୍ଣ୍ଣିମା ରୂପେ ପାଳନ କରାଯାଏ । ଋଷି ପରାଶରଙ୍କ ଔରସରେ ମତ୍ସ୍ୟଗନ୍ଧା (ସତ୍ୟବତୀ)ଙ୍କ ଗର୍ଭରୁ ଆଷାଢ଼ ପୂର୍ଣ୍ଣିମା ଦିନ ମହର୍ଷି ବ୍ୟାସଦେବ ଗଙ୍ଗାନଦୀ ଗର୍ଭସ୍ଥ କୃଷ୍ଣଦ୍ୱୀପରେ ଜନ୍ମଗ୍ରହଣ କରିଥିଲେ । ବ୍ୟାସଦେବଙ୍କ ଔରସରେ ଶୁକଦେବ ଜନ୍ମ ହୋଇଥିଲେ ।

    39 ପଠିତ (↑24 ଗତକାଲିଠାରୁ)0,0,0,0,0,0,0,0,15, 39

    2 ଦିନ ଷ୍ଟ୍ରିକ

    🔍 🗞️
  8. 8

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।

    35 ପଠିତ (↑27 ଗତକାଲିଠାରୁ)15,26,37,55,61,48,15,11,8, 35

    9+ ଦିନ ଷ୍ଟ୍ରିକ

    🔍 🗞️
  9. 9

    ଓଡ଼ିଆ ଭାଷା

    ଓଡ଼ିଆ ଭାଷା

    ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।

    35 ପଠିତ (↑16 ଗତକାଲିଠାରୁ)16,0,17,11,12,22,24,34,19, 35

    8 ଦିନ ଷ୍ଟ୍ରିକ

    🔍 🗞️
  10. 10

    ନେପାଳ

    ନେପାଳ

    ନେପାଳଏକ ଏସିଅ ଦେଶ । ପୃଥିବୀର ସବୁଠୁ ଉଚ୍ଚ ଶିଖର ଏଭରେଷ୍ଟ ନେପାଳରେ ଅଛି | ନେପାଳ ଏକ ବହୁ-ଜାତି, ବହୁ-ଧାର୍ମିକ ଏବଂ ବହୁ-ସାଂସ୍କୃତିକ ରାଜ୍ୟ, ନେପାଳୀ ସରକାରୀ ଭାଷା ଭାବରେ |

    34 ପଠିତ (↑34 ଗତକାଲିଠାରୁ)8,9,10,0,8,0,0,0,0, 34

    1 ଦିନ ଷ୍ଟ୍ରିକ

    🔍 🗞️
  11. 11

    ଗଙ୍ଗାଧର ମେହେର

    ଗଙ୍ଗାଧର ମେହେର

    "ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -

    31 ପଠିତ (↑7 ଗତକାଲିଠାରୁ)293,583,131,113,72,62,61,48,24, 31

    9+ ଦିନ ଷ୍ଟ୍ରିକ

    🔍 🗞️
  12. 12

    ସାରଳା ଦାସ

    ସାରଳା ଦାସ

    ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।

    28 ପଠିତ (↓5 ଗତକାଲିଠାରୁ)11,26,23,40,24,26,33,25,33, 28

    9+ ଦିନ ଷ୍ଟ୍ରିକ

    🔍 🗞️
  13. 13

    ଜଗନ୍ନାଥ ଦାସ

    ଜଗନ୍ନାଥ ଦାସ

    ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ"‌) । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।

    24 ପଠିତ (↑1 ଗତକାଲିଠାରୁ)13,19,18,23,18,36,24,24,23, 24

    9+ ଦିନ ଷ୍ଟ୍ରିକ

    🔍 🗞️
  14. 14

    ଚବିଶ ଗୁରୁ

    ଚବିଶ ଗୁରୁ

    ଅବଧୂତ ବା ଦତ୍ତାତ୍ରେୟ ମୁନିଙ୍କର ଚବିଶ ଗୁରୁ ଓ ସେମାନଙ୍କଠାରୁ ମିଳୁଥିବା ଶିକ୍ଷା :

    23 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,12, 23

    2 ଦିନ ଷ୍ଟ୍ରିକ

    🔍 🗞️
  15. 15

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ (ଇଂରାଜୀ: Sexual intercourse) କିମ୍ବା ମୈଥୁନ କିମ୍ବା ସହବାସ ବୋଲି ସେହି କ୍ରିୟାକୁ କୁହାଯାଏ, ଯେଉଁଥିରେ ପୁରୁଷଙ୍କର ଲିଙ୍ଗ ସ୍ତ୍ରୀଙ୍କର ଯୋନିରେ ପ୍ରବେଶ କରେ । ସମ୍ଭୋଗ ବିଭିନ୍ନ ଜୀବଜନ୍ତୁ ଓ ପ୍ରଜାତି ଅନୁସାରେ ବିଭିନ୍ନ ପ୍ରକାରରେ ହୁଏ । ସମ୍ଭୋଗକୁ ଯୋନି ମୈଥୁନ, କାମ କ୍ରୀଡ଼ା କିମ୍ବା ରତି କ୍ରୀଡ଼ା ନାମରେ ବି ପ୍ରକାଶ କରାଯାଏ ।

    21 ପଠିତ (↑6 ଗତକାଲିଠାରୁ)26,18,12,23,11,10,18,10,15, 21

    9+ ଦିନ ଷ୍ଟ୍ରିକ

    🔍 🗞️
  16. 16

    ନୂଆଖାଇ

    ନୂଆଖାଇ

    ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।

    20 ପଠିତ (↑5 ଗତକାଲିଠାରୁ)10,0,9,0,16,19,16,16,15, 20

    6 ଦିନ ଷ୍ଟ୍ରିକ

    🔍 🗞️
  17. 17

    ଓଡ଼ିଆ ଭାଗବତ

    ଓଡ଼ିଆ ଭାଗବତ

    ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।

    19 ପଠିତ (↑6 ଗତକାଲିଠାରୁ)0,0,14,16,12,11,10,10,13, 19

    8 ଦିନ ଷ୍ଟ୍ରିକ

    🔍 🗞️
  18. 18

    ହେମନ୍ତ ଦାସ

    ହେମନ୍ତ ଦାସ

    ହେମନ୍ତ ଦାସ (୧୮ ସେପ୍ଟେମ୍ବର ୧୯୩୩ - ୨୭ ଅପ୍ରେଲ ୨୦୧୦) ଜଣେ ଓଡ଼ିଆ ଅଭିନେତା ଓ ନିର୍ଦ୍ଦେଶକ ଥିଲେ । ଚଳଚ୍ଚିତ୍ର ଅଭିନୟ ପାଇଁ ସେ ୧୯୯୧ ମସିହାରେ ଜୟଦେବ ପୁରସ୍କାର ପାଇଥିଲେ ।

    18 ପଠିତ (↓8 ଗତକାଲିଠାରୁ)0,0,0,19,0,0,0,0,26, 18

    2 ଦିନ ଷ୍ଟ୍ରିକ

    🔍 🗞️
  19. 19

    ଉପେନ୍ଦ୍ର ଭଞ୍ଜ

    ଉପେନ୍ଦ୍ର ଭଞ୍ଜ

    କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦, ଅନ୍ୟମତେ ୧୭୨୦) ସପ୍ତଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଶୀ ସଙ୍ଗୀତକାର କବି ଥିଲେ । ସେ ସପ୍ତଦଶ ଶତାବ୍ଦୀର ଶେଷ ପର୍ଯ୍ୟାୟରେ ପୁରାତନ ରାଜଶାସିତ ଘୁମୁସରର ରାଜବଂଶରେ କୁଲାଡ଼ଗଡଜନ୍ମଲାଭ କରିଥିଲେ। ରୀତିଯୁଗର ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି ।

    17 ପଠିତ (↑8 ଗତକାଲିଠାରୁ)9,13,13,27,12,31,22,19,9, 17

    9+ ଦିନ ଷ୍ଟ୍ରିକ

    🔍 🗞️
  20. 20

    ଯଶୋବନ୍ତ ଦାସ

    ଯଶୋବନ୍ତ ଦାସ

    ଯଶୋବନ୍ତ ଦାସ ଓଡ଼ିଶାରେ ଜନ୍ମିତ ଜଣେ ସାଧକ ଓ ଭକ୍ତକବି ଥିଲେ । ଯଶୋବନ୍ତ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ ଭିତରୁ ଜଣେ । ସେ ଅନେକ ଗ୍ରନ୍ଥ, ଭଜନ, ମାଳିକା ଓ ପଦ୍ୟ ରଚନା କରିଥିଲେ । ତାଙ୍କ ରଚନାମାନଙ୍କ ଭିତରୁ ଅଧିକାଂଶ ମୁଦ୍ରିତ ହୋଇନାହିଁ ।

    17 ପଠିତ (↑17 ଗତକାଲିଠାରୁ)0,11,9,11,0,0,10,0,0, 17

    1 ଦିନ ଷ୍ଟ୍ରିକ

    🔍 🗞️
  21. 21

    ଖୁଦୁରୁକୁଣୀ ଓଷା

    ଖୁଦୁରୁକୁଣୀ ଓଷା

    ଖୁଦୁରୁକୁଣୀ ଓଷା ଓଡ଼ିଶାର ଏକ ପାରମ୍ପାରିକ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହାକୁ କୁଆଁରୀ ଓଡ଼ିଆ ଝିଅମାନେ ପାଳନ କରିଥାନ୍ତି । ଏଥିରେ ଖୁଦୁରୁକୁଣୀଙ୍କର ପୂଜାର୍ଚ୍ଚନା କରାଯାଇଥାଏ । ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣୀଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।

    17 ପଠିତ (↑17 ଗତକାଲିଠାରୁ)0,8,25,100,8,13,0,0,0, 17

    1 ଦିନ ଷ୍ଟ୍ରିକ

    🔍 🗞️
  22. 22

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍‍ଜୋସ୍‍ ଷ୍ଟେଟ୍‍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।

    16 ପଠିତ (↓19 ଗତକାଲିଠାରୁ)8,32,22,24,32,35,43,18,35, 16

    9+ ଦିନ ଷ୍ଟ୍ରିକ

    🔍 🗞️
  23. 23

    ଶ୍ରୀରାମ ପଣ୍ଡା

    ଶ୍ରୀରାମ ପଣ୍ଡା

    ଶ୍ରୀରାମ ପଣ୍ଡା ଜଣେ ଓଡ଼ିଆ ଅଭିନେତା, ନିର୍ଦ୍ଦେଶକ ଓ କାହାଣୀକାର । ସେ ଅଧୁନା ବିହାରର ମୁଙ୍ଗେର ଆଶ୍ରମରେ ଜଣେ ସନ୍ଥ ଭାବରେ ଜୀବନ ଅତିବାହିତ କରୁଛନ୍ତି ।

    15 ପଠିତ (↑15 ଗତକାଲିଠାରୁ)0,0,0,0,0,0,0,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  24. 24

    ଲକ୍ଷ୍ମୀକାନ୍ତ ମହାପାତ୍ର

    ଲକ୍ଷ୍ମୀକାନ୍ତ ମହାପାତ୍ର

    କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।

    15 ପଠିତ (↓20 ଗତକାଲିଠାରୁ)26,17,24,36,24,40,38,23,35, 15

    9+ ଦିନ ଷ୍ଟ୍ରିକ

    🔍 🗞️
  25. 25

    ଶିଶୁ ଅନନ୍ତ ଦାସ

    ଶିଶୁ ଅନନ୍ତ ଦାସ

    ଶିଶୁ ଅନନ୍ତ ଦାସ (ଜନ୍ମନାମ ଅନନ୍ତ ଦାସ) ଓଡ଼ିଶାରେ ଜନ୍ମିତ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଓ ଭକ୍ତକବି ଥିଲେ ଓ ଓଡ଼ିଆରେ ପୁରାଣ ରଚନା କରିବାରେ ଅନ୍ୟତମ ଥିଲେ । ସେ ଅନେକ ଭକ୍ତି କବିତା ରଚନା କରିଥିଲେ ।

    15 ପଠିତ (↑7 ଗତକାଲିଠାରୁ)0,8,10,0,0,12,15,0,8, 15

    2 ଦିନ ଷ୍ଟ୍ରିକ

    🔍 🗞️
  26. 26

    ପାଣିପାଗ

    ପାଣିପାଗ

    ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।

    15 ପଠିତ (↓13 ଗତକାଲିଠାରୁ)17,15,36,39,44,21,14,23,28, 15

    9+ ଦିନ ଷ୍ଟ୍ରିକ

    🔍 🗞️
  27. 27

    ଅସ୍ତ୍ର (କ୍ଷେପଣାସ୍ତ୍ର)

    ଅସ୍ତ୍ର (କ୍ଷେପଣାସ୍ତ୍ର)

    ଅସ୍ତ୍ର ( ସଂସ୍କୃତ : "ପ୍ରକ୍ଷେପ୍ୟ ଭାବରେ ଫୋପାଡି ଦିଆଯାଇଥିବା ଅସ୍ତ୍ର" ) ହେଉଛି ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ ଦ୍ୱାରା ବିକଶିତ ଦୃଶ୍ୟ-ସୀମା ପାର ବାୟୁରୁ-ବାୟୁ କ୍ଷେପଣାସ୍ତ୍ର । ଏହା ଭାରତଦ୍ୱାରା ବିକଶିତ ହୋଇଥିବା ପ୍ରଥମ ବାୟୁରୁ-ବାୟୁ କ୍ଷେପଣାସ୍ତ୍ର। ବିଭିନ୍ନ ପରିସର ଏବଂ ଉଚ୍ଚତାରେ ଲକ୍ଷ୍ୟଗୁଡିକୁ ଭେଦ କରିବାରେ ସକ୍ଷମ ହେବା ପାଇଁ ଅସ୍ତ୍ର ଡିଜାଇନ୍ କରାଯାଇଛି ଯାହା 10 km (6.2 mi) 110 km (68 mi) ଦୂରତା ପର୍ଯ୍ୟନ୍ତ ଦୂରଗାମୀ ଲକ୍ଷ୍ୟ | ଅସ୍ତ୍ର ଭାରତୀୟ ବାୟୁସେନାର ସୁଖୋଇ ସୁ-30 ମ.କ.ଇ.

    15 ପଠିତ (↑1 ଗତକାଲିଠାରୁ)0,0,0,0,0,0,0,13,14, 15

    3 ଦିନ ଷ୍ଟ୍ରିକ

    🔍 🗞️
  28. 28

    ବଳରାମ ଦାସ

    ବଳରାମ ଦାସ

    ବଳରାମ ଦାସ ପଞ୍ଚଦଶ ଶତାବ୍ଦୀର ଓଡ଼ିଆ ସନ୍ଥକବି ଓ ପଞ୍ଚସଖାଙ୍କ ମଧ୍ୟରୁ ଜ୍ୟେଷ୍ଠ । ସେ ଓଡ଼ିଆରେ ଅନେକ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିଛନ୍ତି । ଦାଣ୍ଡି ବା ଜଗମୋହନ ରାମାୟଣ ଓ ଲକ୍ଷ୍ମୀ ପୁରାଣ ତହିଁ ମଧ୍ୟରୁ ଅନ୍ୟତମ ।

    15 ପଠିତ (↑7 ଗତକାଲିଠାରୁ)0,0,9,19,10,11,16,9,8, 15

    8 ଦିନ ଷ୍ଟ୍ରିକ

    🔍 🗞️
  29. 29

    ଗୋପବନ୍ଧୁ ଦାସ

    ଗୋପବନ୍ଧୁ ଦାସ

    ଉତ୍କଳମଣି ଗୋପବନ୍ଧୁ ଦାସ (୯ ଅକ୍ଟୋବର ୧୮୭୭–୧୭ ଜୁନ ୧୯୨୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ଓ ଓଡ଼ିଆ-ଭାଷୀ ଲେଖକ ଥିଲେ । ଭାରତୀୟ ସ୍ୱାଧୀନତା ସଂଗ୍ରାମକୁ ତାଙ୍କର ଅବଦାନ ନିମନ୍ତେ ସେ "ଉତ୍କଳମଣି" ନାମରେ ଜଣାଶୁଣା ।

    14 ପଠିତ (↓6 ଗତକାଲିଠାରୁ)13,38,24,36,30,49,28,30,20, 14

    9+ ଦିନ ଷ୍ଟ୍ରିକ

    🔍 🗞️
  30. 30

    ପଞ୍ଚସଖା

    ପଞ୍ଚସଖା

    ୧୫ ଓ ୧୬ଶ ଶତାବ୍ଦୀକୁ ପଞ୍ଚସଖା ଯୁଗ କୁହାଯାଏ । ଏହି ଯୁଗରେ ପାଞ୍ଚଜଣ ଭକ୍ତିକବି ଅନନ୍ତ ଦାସ, ଯଶୋବନ୍ତ ଦାସ, ଅଚ୍ୟୁତାନନ୍ଦ ଦାସ, ଜଗନ୍ନାଥ ଦାସ ଓ ବଳରାମ ଦାସଙ୍କୁ ନେଇ ପଞ୍ଚସଖା ଗଠିତ । ଏହି ପାଞ୍ଚଜଣଙ୍କୁ ଚୈତନ୍ୟଙ୍କ ପଞ୍ଚସଖା ମଧ୍ୟ କୁହାଯାଏ ।

    14 ପଠିତ (↓10 ଗତକାଲିଠାରୁ)0,0,10,10,0,11,21,0,24, 14

    2 ଦିନ ଷ୍ଟ୍ରିକ

    🔍 🗞️
  31. 31

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ (୧୮୮୪-୧୯୬୭) ଓଡ଼ିଶାର ପୁରୀ ଜିଲ୍ଲାର ସାକ୍ଷୀଗୋପାଳଠାରେ ୧୮୮୪ରେ ଜନ୍ମିତ ଜଣେ ଲେଖକ, ସାମ୍ବାଦିକ ଓ ସ୍ୱାଧୀନତା ସଂଗ୍ରାମୀ । ତାଙ୍କୁ ଶ୍ରଦ୍ଧାରେ ପଣ୍ଡିତ ନୀଳକଣ୍ଠ ଦାସ ବୋଲି ମଧ୍ୟ ଡକାଯାଇଥାଏ ।

    14 ପଠିତ (↑5 ଗତକାଲିଠାରୁ)0,13,17,33,22,0,37,17,9, 14

    4 ଦିନ ଷ୍ଟ୍ରିକ

    🔍 🗞️
  32. 32

    ଏ. ପି. ଜେ. ଅବଦୁଲ କଲାମ

    ଏ. ପି. ଜେ. ଅବଦୁଲ କଲାମ

    ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍‌ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।

    14 ପଠିତ (↑14 ଗତକାଲିଠାରୁ)0,0,0,0,11,0,0,8,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  33. 33

    ତ୍ରିପୁରା ମିଶ୍ର

    ତ୍ରିପୁରା ମିଶ୍ର

    ତ୍ରିପୁରା ମିଶ୍ର ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଅଭିନେତା ଶ୍ରୀରାମ ପଣ୍ଡାଙ୍କର ପତ୍ନୀ । ୧୯୯୨ ମସିହାରେ ଶ୍ରୀରାମ ସାଂସାରିକ ଜୀବନରୁ ସନ୍ୟାସ ନେବା ପରେ ତ୍ରିପୁରା ଅଭିନୟକୁ ଛାଡ଼ି ମହାବିଦ୍ୟାଳୟରେ ଅଧ୍ୟାପିକା ଭାବରେ କାର୍ଯ୍ୟ କରୁଛନ୍ତି । ତ୍ରିପୁରା ଯାଯାବର, ସମୟ

    13 ପଠିତ (↑13 ଗତକାଲିଠାରୁ)0,0,10,16,0,0,0,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  34. 34

    ହନୁମାନ ଚାଳିଶା

    ହନୁମାନ ଚାଳିଶା

    ହନୁମାନ ଚାଳିଶା ହେଉଛି ହିନ୍ଦୁ ଭଗବାନ ହନୁମାନଙ୍କୁ ଉତ୍ସର୍ଗୀକୃତ କରି ଲେଖାଯାଇଥିବା ଏକ ସ୍ତୁତି । ଏଥିରେ ୪୦ଟି ଚଉପାଇ ଅଛି । କବିତାରେ ଚାରି ଧାଡ଼ି ବିଶିଷ୍ଟ ଏକ ପଦକୁ ଚଉପାଇ କୁହାଯାଏ । ଷୋଡ଼ଶ ଶତାବ୍ଦୀରେ ଜନ୍ମଗ୍ରହଣ କରିଥିବା ଭାରତୀୟ କବି, ଦାର୍ଶନିକ ତ‌ଥା ସନ୍ଥ ଶ୍ରୀ ଗୋସ୍ୱାମୀ ତୁଳସୀ ଦାସ ଏହାକୁ ଅବଧୀ ଭାଷାରେ ରଚନା କରିଥିଲେ ।

    13 ପଠିତ (↑13 ଗତକାଲିଠାରୁ)9,0,15,11,0,11,10,0,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  35. 35

    ଭକ୍ତ ଚରଣ ଦାସ

    ଭକ୍ତ ଚରଣ ଦାସ

    ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।

    12 ପଠିତ (↑12 ଗତକାଲିଠାରୁ)0,0,0,11,15,0,10,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  36. 36

    ଜଗନ୍ନାଥ

    ଜଗନ୍ନାଥ

    12 ପଠିତ (↑2 ଗତକାଲିଠାରୁ)12,15,14,0,23,21,0,9,10, 12

    3 ଦିନ ଷ୍ଟ୍ରିକ

    🔍 🗞️
  37. 37

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।

    11 ପଠିତ (↑4 ଗତକାଲିଠାରୁ)11,8,0,13,10,13,11,9,7, 11

    7 ଦିନ ଷ୍ଟ୍ରିକ

    🔍 🗞️
  38. 38

    ଜବାହରଲାଲ ନେହେରୁ

    ଜବାହରଲାଲ ନେହେରୁ

    ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲାହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍‌ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  39. 39

    ସଚ୍ଚିଦାନନ୍ଦ ରାଉତରାୟ

    ସଚ୍ଚିଦାନନ୍ଦ ରାଉତରାୟ

    '

    11 ପଠିତ (↓3 ଗତକାଲିଠାରୁ)7,19,18,18,33,12,24,22,14, 11

    9+ ଦିନ ଷ୍ଟ୍ରିକ

    🔍 🗞️
  40. 40

    ସୁଭଦ୍ରା

    ସୁଭଦ୍ରା

    ଶ୍ରୀମନ୍ଦିରରେ ପୂଜା ପାଉଥିବା ସୁଭଦ୍ରା ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ରଙ୍କ ଭଗିନୀ । ଦ୍ୱାପର ଯୁଗରେ ସୁଭଦ୍ରା ଶ୍ରୀକୃଷ୍ଣ ଓ ଶ୍ରୀବଳରାମଙ୍କ ଭଗିନୀ । ନନ୍ଦଙ୍କ ଔରସରେ ଯଶୋଦାଙ୍କ ଗର୍ଭରୁ ଜାତ ହୋଇଥିଲେ । ସେ ହେଲେ ସ୍ୱୟଂ ଅଷ୍ଟଭୁଜା ଯୋଗମାୟା।

    11 ପଠିତ (↓7 ଗତକାଲିଠାରୁ)0,0,13,10,0,12,0,9,18, 11

    3 ଦିନ ଷ୍ଟ୍ରିକ

    🔍 🗞️
  41. 41

    ଗୋପାଳ ଚନ୍ଦ୍ର ପ୍ରହରାଜ

    ଗୋପାଳ ଚନ୍ଦ୍ର ପ୍ରହରାଜ

    ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।

    11 ପଠିତ (↑11 ଗତକାଲିଠାରୁ)0,0,13,18,0,21,0,15,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  42. 42

    ଗୀତଗୋବିନ୍ଦ

    ଗୀତଗୋବିନ୍ଦ

    ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ୱାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ୱାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି । ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  43. 43

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.

    11 ପଠିତ (↑11 ଗତକାଲିଠାରୁ)6,0,10,15,16,25,21,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  44. 44

    ୫ ସେପ୍ଟେମ୍ବର

    ୫ ସେପ୍ଟେମ୍ବର

    ଗ୍ରେଗୋରୀ ପାଞ୍ଜି ଅନୁସାରେ ୫ ସେପ୍ଟେମ୍ବର ବର୍ଷର ୨୪୮ତମ ଦିବସ ଅଟେ (ଅଧିବର୍ଷ ଗୁଡ଼ିକରେ - ୨୪୯ତମ) । ବର୍ଷ ଶେଷ ହେବା ପାଇଁ ଆଉ ୧୧୭ ଦିନ ବାକି ଅଛି ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  45. 45

    ପ୍ରଣବ ପଟ୍ଟନାୟକ

    ପ୍ରଣବ ପଟ୍ଟନାୟକ

    ପ୍ରଣବ ପଟ୍ଟନାୟକ (୨୦ ଜାନୁଆରୀ ୧୯୩୮ - ୨୧ ଅଗଷ୍ଟ ୨୦୨୬) ଜଣେ ଓଡ଼ିଆ ସଙ୍ଗୀତକାର ଓ ଗାୟକ ଥିଲେ । ପିତା ଲାଲମୋହନ ପଟ୍ଟନାୟକଙ୍କଠାରୁ ପ୍ରେରଣା ପାଇ, ସେ ବାଲ୍ୟକାଳରୁ ହିଁ ସଂଗୀତ ପ୍ରତି ଆକୃଷ୍ଟ ହୋଇଥିଲେ ଓ ଗୁରୁ କୁନାଳ ଆଦୀନାରାୟଣ ରାଓଙ୍କଠାରୁ ସଂଗୀତ ଶିକ୍ଷାଗ୍ରହଣ କରିଥିଲେ ।

    11 ପଠିତ (↓2 ଗତକାଲିଠାରୁ)16,25,28,37,33,16,0,27,13, 11

    3 ଦିନ ଷ୍ଟ୍ରିକ

    🔍 🗞️
  46. 46

    ଭାରତ

    ଭାରତ

    ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।

    11 ପଠିତ (↓6 ଗତକାଲିଠାରୁ)6,0,30,30,13,17,15,0,17, 11

    2 ଦିନ ଷ୍ଟ୍ରିକ

    🔍 🗞️
  47. 47

    କାଳୀଚରଣ ପଟ୍ଟନାୟକ

    କାଳୀଚରଣ ପଟ୍ଟନାୟକ

    କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ (୨୩ ଡିସେମ୍ବର ୧୮୯୭ - ୨୪ ଜୁଲାଇ ୧୯୭୮)

    10 ପଠିତ (↓9 ଗତକାଲିଠାରୁ)0,0,0,0,0,0,14,13,19, 10

    4 ଦିନ ଷ୍ଟ୍ରିକ

    🔍 🗞️
  48. 48

    ମଧୁସୂଦନ ରାଓ

    ମଧୁସୂଦନ ରାଓ

    ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।

    10 ପଠିତ (↓3 ଗତକାଲିଠାରୁ)0,0,22,23,31,14,21,12,13, 10

    8 ଦିନ ଷ୍ଟ୍ରିକ

    🔍 🗞️
  49. 49

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ (The Constitution of India, ଦ କନଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ।

    10 ପଠିତ (↑10 ଗତକାଲିଠାରୁ)0,19,25,9,11,10,11,13,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  50. 50

    ବିଭୂତି ପଟ୍ଟନାୟକ

    ବିଭୂତି ପଟ୍ଟନାୟକ

    ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।

    10 ପଠିତ (↑10 ଗତକାଲିଠାରୁ)0,0,0,15,0,11,0,9,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  51. 51

    ସତ୍ୟନାରାୟଣ ରାଜଗୁରୁ

    ସତ୍ୟନାରାୟଣ ରାଜଗୁରୁ

    ସତ୍ୟନାରାୟଣ ରାଜଗୁରୁ (୧୯ ଅଗଷ୍ଟ ୧୯୦୩ - ୧୧ ଜୁନ ୧୯୯୭) ଜଣେ ଭାରତୀୟ ଐତିହାସିକ, ଗବେଷକ, ଲିପିବିଦ୍ ଓ ସାହିତ୍ୟିକ ଥିଲେ । ସେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ଜଣେ କ୍ୟୁରେଟର ଥିଲେ ଏବଂ ତାଙ୍କ ରଚନା ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ୧୯୭୪ ମସିହାରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ ।

    10 ପଠିତ (↑10 ଗତକାଲିଠାରୁ)0,13,0,15,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  52. 52

    ରାଧାନାଥ ରାୟ

    ରାଧାନାଥ ରାୟ

    କବିବର ରାଧାନାଥ ରାୟ (୧୮୪୮-୧୯୦୮) ଜଣେ ଭାରତୀୟ ଓଡ଼ିଆ ସାହିତ୍ୟିକ ଥିଲେ ଏବଂ ସେ ଓଡ଼ିଆ ସାହିତ୍ୟର ଆଧୁନିକ ଯୁଗର ସ୍ରଷ୍ଟା ଭାବରେ ପରିଚିତ ।

    10 ପଠିତ (↓12 ଗତକାଲିଠାରୁ)12,14,18,20,17,28,34,16,22, 10

    9+ ଦିନ ଷ୍ଟ୍ରିକ

    🔍 🗞️
  53. 53

    ଇରା ମହାନ୍ତି

    ଇରା ମହାନ୍ତି

    ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍‌ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍‌ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍‌ବୁଲ୍‌ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।

    10 ପଠିତ (↑1 ଗତକାଲିଠାରୁ)7,0,0,0,11,0,0,0,9, 10

    2 ଦିନ ଷ୍ଟ୍ରିକ

    🔍 🗞️
  54. 54

    ଜୟ ଜଗନ୍ନାଥ

    ଜୟ ଜଗନ୍ନାଥ

    ସବ୍ୟସାଚୀ ମହାପାତ୍ରଙ୍କ ନିର୍ଦ୍ଦେଶନାରେ ନିର୍ମିତ ବହୁଭାଷି କଥାଚିତ୍ର ଜୟ ଜଗନ୍ନାଥ ୨୦୦୭ ମସିହା ରଥଯାତ୍ରା ଅବସରରେ ମୁକ୍ତିଲାଭ କରିଥିଲା । ଏହି କଥାଚିତ୍ରଟି ଓଡ଼ିଆ ଓ ହିନ୍ଦୀ ଭାଷାରେ ତିଆରି କରାଯାଇଥିଲା । ପରେ ଏହାକୁ ଇଂରାଜୀ ସମେତ ୧୩ଟି ଆଞ୍ଚଳିକ ଭାଷାରେ ଅନୁଦିତ କରାଯାଇ ଥିଲା ।

    10 ପଠିତ (↓4 ଗତକାଲିଠାରୁ)9,8,0,0,0,0,0,8,14, 10

    3 ଦିନ ଷ୍ଟ୍ରିକ

    🔍 🗞️
  55. 55

    ଅଚ୍ୟୁତାନନ୍ଦ ଦାସ

    ଅଚ୍ୟୁତାନନ୍ଦ ଦାସ

    ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।

    10 ପଠିତ (↓1 ଗତକାଲିଠାରୁ)0,0,0,11,0,16,0,0,11, 10

    2 ଦିନ ଷ୍ଟ୍ରିକ

    🔍 🗞️
  56. 56

    ମହାଭାରତ

    ମହାଭାରତ

    ମହାଭାରତ, ମହର୍ଷି ବ୍ୟାସଦେବଙ୍କ ରଚିତ ଅଷ୍ଟାଦଶ ପର୍ବଯୁକ୍ତ ବିରାଟ ସଂସ୍କୃତ ପଦ୍ୟଗ୍ରନ୍ଥ ବା ମହାକାବ୍ୟ । ମହାଭାରତ ପର୍ବ ସଂଗ୍ରହାଧ୍ୟାୟରେ ସୂଚିତ ଅଧ୍ୟାୟ ଓ ଶ୍ଳୋକମାନଙ୍କ ସଂଖ୍ୟାକୁ ମୋଟ କଲେ ଏଥିରେ ପ୍ରାୟ ୧୯୨୩ଟି ଅଧ୍ୟାୟ ଓ ୧,୦୪,୮୩୬ ଶ୍ଳୋକ (ପ୍ରତି ଶ୍ଳୋକରେ ଚାରି ଚରଣ ବା ଦୁଇ ଧାଡ଼ି) ଥିବାର ଜଣାଯାଏ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  57. 57

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ ଜଣେ ଓଡ଼ିଆ ଗାୟିକା । ସେ ନମିତା ନାମରେ ଭଜନ ଓ ନିବେଦିତା ନାମରେ ଆଧୁନିକ ଏବଂ ଚଳଚ୍ଚିତ୍ର ସଂଗୀତ ଗାନ କରନ୍ତି ।

    9 ପଠିତ (↓9 ଗତକାଲିଠାରୁ)15,0,9,14,0,10,16,17,18, 9

    5 ଦିନ ଷ୍ଟ୍ରିକ

    🔍 🗞️
  58. 58

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର (ଶ୍ରୀମନ୍ଦିର କିମ୍ବା ବଡ଼ଦେଉଳ ଭାବରେ ମଧ୍ୟ ପରିଚିତ) ଭାରତର ଓଡ଼ିଶା ରାଜ୍ୟର ପୁରୀଠାରେ ଅବସ୍ଥିତ ଏକ ପ୍ରାଚୀନ ହିନ୍ଦୁ ଦେଉଳ । ଏହା ମୁଖ୍ୟତଃ ବିଷ୍ଣୁଙ୍କ ଅବତାର ଶ୍ରୀଜଗନ୍ନାଥଙ୍କୁ ସମର୍ପିତ । ଏଠାରେ ରତ୍ନସିଂହାସନ ଉପରେ ଚତୁର୍ଦ୍ଧାମୂର୍ତ୍ତି ଭାବରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜା ପାଆନ୍ତି ।

    9 ପଠିତ (↓12 ଗତକାଲିଠାରୁ)14,28,17,12,26,17,22,9,21, 9

    9+ ଦିନ ଷ୍ଟ୍ରିକ

    🔍 🗞️
  59. 59

    ସୁକନ୍ୟା ସମୃଦ୍ଧି ଯୋଜନା

    ସୁକନ୍ୟା ସମୃଦ୍ଧି ଯୋଜନା

    ଭାରତର କନ୍ୟାମାନଙ୍କ ସମୃଦ୍ଧି ଯଥା କନ୍ୟାର ଶିକ୍ଷା ଏବଂ ବିବାହ ଖର୍ଚ୍ଚ ଭରଣା ପାଇଁ ଏକ ସଞ୍ଚୟ ଯୋଜନା ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  60. 60

    ମଧୁସୂଦନ ଦାସ

    ମଧୁସୂଦନ ଦାସ

    ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-

    9 ପଠିତ (↓3 ଗତକାଲିଠାରୁ)0,15,13,20,12,27,19,15,12, 9

    9 ଦିନ ଷ୍ଟ୍ରିକ

    🔍 🗞️
  61. 61

    ଉଷସୀ ମିଶ୍ର

    ଉଷସୀ ମିଶ୍ର

    ଉଷସୀ ମିଶ୍ର ଜଣେ ଓଡ଼ିଆ ଅଭିନେତ୍ରୀ । ଉଷସୀ ଉଭୟ ସକରାତ୍ମକ ଏବଂ ନକରାତ୍ମକ ଚରିତ୍ରରେ ଅନେକ ଚଳଚ୍ଚିତ୍ର, ଯାତ୍ରା ଓ ଟିଭି ଧାରାବାହିକ ଓ ଓଡ଼ିଆ ଆଲବମ ଗୀତରେ ଅଭିନୟ କରିଛନ୍ତି ।

    9 ପଠିତ (↓1 ଗତକାଲିଠାରୁ)9,0,0,0,18,0,9,13,10, 9

    4 ଦିନ ଷ୍ଟ୍ରିକ

    🔍 🗞️
  62. 62

    ଗଣେଶ ପୂଜା

    ଗଣେଶ ପୂଜା

    ଭାଦ୍ରବ ଶୁକ୍ଳ ଚତୁର୍ଥୀ ଦିନ ବିଦ୍ୟାର ଦେବତା, ଆଦିଦେବ ଅଗ୍ରପୂଜ୍ୟ ଗଣେଶଙ୍କର ପୂଜା କରାଯାଏ । ବିଶେଷକରି ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ଏହି ପୂଜା କରାଯାଇଥାଏ । ଆଲୋକମାଳା ମଣ୍ଡିତ ତୋରଣରେ ସୁସଜ୍ଜିତ ମଣ୍ଡପ ଗୁଡ଼ିକ ଆକର୍ଷକ ହୋଇଥାନ୍ତି । ଓଡ଼ିଶାର ଜଟଣୀରେ ଏହା ୧୧ଦିନ ଧରି ପାଳିତ ହୋଇଥାଏ ।

    8 ପଠିତ (↓1 ଗତକାଲିଠାରୁ)0,0,0,0,0,0,10,16,9, 8

    4 ଦିନ ଷ୍ଟ୍ରିକ

    🔍 🗞️
  63. 63

    ରାଧା

    ରାଧା

    ରାଧା (ହିନ୍ଦୀରେ राधा, ରୋମାନ ଲିପିରେ ଉଚ୍ଚାରଣଗତ ଦୃଷ୍ଟିରୁ ମୂଳ ସଂସ୍କୃତ ଶବ୍ଦ Rādhā), ଯିଏ ରାଧାରାଣୀ, ରାଧିକା, ରାଧୀକାରାଣୀ ବା ଶ୍ରୀମତୀ ରୂପେ ହିନ୍ଦୁଧର୍ମର ବୈଷ୍ଣବମାନଙ୍କଦ୍ୱାରା ପୂଜିତା, ବ୍ରହ୍ମ ବୈବର୍ତ ପୁରାଣ ଓ ଗୀତ ଗୋବିନ୍ଦ ଅନୁସାରେ ସିଏ ହେଉଛନ୍ତି ଶ୍ରୀକୃଷ୍ଣଙ୍କର ବାଳସଖି, ପ୍ରେମିକା। ରାଧା ପ୍ରାୟ ସର୍ବଦା କୃଷ୍ଣଙ୍କ ସହିତ ପୂଜିତା ହୋଇଥାନ୍ତି। ଗୌଡ଼ୀୟ ବୈଷ୍ଣବମାନଙ୍କ ମତରେ ସେ ହେଉଛନ୍ତି ଆଦିଶକ୍ତି। ନିମ୍ବାର୍କ ସମ୍ପ୍ରଦାୟର ବୈଷ୍ଣବମାନଙ୍କର ମଧ୍ୟ ମୂଖ୍ୟ ଆରାଧିତା ଦେବୀ ହେଉଛନ୍ତି ରାଧା। ନିମ୍ବାର୍କ ଋଷି, ଯିଏ ନିମ୍ବାର୍କ ସମ୍ପ୍ରଦାୟ ପ୍ରତିଷ୍ଠା କରିଥିଲେ, ତାଙ୍କ ମତରେ ରାଧା ଓ କୃଷ୍ଣଙ୍କର ମିଳିତ ସତ୍ତା ହେଉଛି ସତ୍ୟର ପ୍ରତୀକ। କୃଷ୍ଣଙ୍କ ସହିତ ରାଧାଙ୍କର ଅପ୍ରାକୃତ ପ୍ରେମର ବର୍ଣ୍ଣନା ବ୍ରହ୍ମ ବୈବର୍ତ ପୁରାଣ, ଗର୍ଗ ସଂହିତା ଓ ବୃହଦ୍ ଗୌତମୀୟ ତନ୍ତ୍ରରେ ଦେଖିବାକୁ ମିଳେ।

    8 ପଠିତ (↓9 ଗତକାଲିଠାରୁ)0,0,0,0,0,0,0,13,17, 8

    3 ଦିନ ଷ୍ଟ୍ରିକ

    🔍 🗞️
  64. 64

    କବିସୂର୍ଯ୍ୟ ବଳଦେବ ରଥ

    କବିସୂର୍ଯ୍ୟ ବଳଦେବ ରଥ

    କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।

    8 ପଠିତ (↑8 ଗତକାଲିଠାରୁ)0,0,0,0,12,11,13,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  65. 65

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ (୧ ଡିସେମ୍ବର ୧୯୦୯ - ୨୫ ଫେବୃଆରୀ ୧୯୮୭) ଜଣେ ଓଡ଼ିଆ ପ୍ରତ୍ନ‌ତ‌ତ୍ୱବିଦ, ଐତିହାସିକ ଏବଂ ଗବେଷକ । ସେ ବହୁ ଐତିହାସିକ ଓ ସମାଜ-ସାହିତ୍ୟ-ସଂସ୍କୃତ ଧର୍ମୀ ପ୍ରବନ୍ଧର ରଚୟୀତା ।

    8 ପଠିତ (↑8 ଗତକାଲିଠାରୁ)0,11,0,18,18,12,10,14,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  66. 66

    ଓଡ଼ିଆ ଲିପି

    ଓଡ଼ିଆ ଲିପି

    ଓଡ଼ିଆ ଲିପି (ଉତ୍କଳ ଲିପି/ ଉତ୍କଳାକ୍ଷର) ଓଡ଼ିଆ ଭାଷା ଲେଖିବା ପାଇଁ ବ୍ୟବହାର କରାଯାଏ । ଏହା ପୁରାତନ କଳିଙ୍ଗ ଲିପିରୁ ତିଆରି । ଅତୀତର କଳିଙ୍ଗ ଲିପିର ଅବଶେଷ ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫାର ମଞ୍ଚପୁରୀ ଗୁମ୍ଫା ତଥା ଓଡ଼ିଶାର ବାକି ଅନେକ ସ୍ଥାନରୁ ମିଳିଥିବା ପଥର ଅଭିଲେଖରୁ ମିଳିଥାଏ ।

    8 ପଠିତ (↑8 ଗତକାଲିଠାରୁ)0,9,11,0,0,11,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  67. 67

    ଜ୍ଞାନ ବିଜ୍ଞାନ

    ଜ୍ଞାନ ବିଜ୍ଞାନ

    ଜ୍ଞାନ ବିଜ୍ଞାନ ଏକ ଓଡ଼ିଆ ବିଜ୍ଞାନ ବହି । ଏହା ପ୍ରମୋଦ କୁମାର ମହାପାତ୍ର ଓ ଅନସୂୟା ମିଶ୍ରଙ୍କଦ୍ୱାରା ରଚିତ ହୋଇ କଟକରପ୍ରଜ୍ଞା ପ୍ରକାଶନୀଦ୍ୱାରା ୨୦୧୫ ମସିହାରେ ପ୍ରକାଶିତ ହୋଇଥିଲା । ଏଥିରେ ଉଦ୍ଭିଦ ଜଗତ ପ୍ରାଣୀମାନଙ୍କୁ ଅମ୍ଳଜାନ ଯୋଗାଇ ବଞ୍ଚାଇ ରଖିବା, ମଣିଷମାନେ ଖାଦ୍ୟ ପଦାର୍ଥ ଓ ଅତ୍ୟାବଶ୍ୟକ ବହୁ ପଦାର୍ଥ ଉଦ୍ଭିଦଠାରୁ ପାଇବା, ମଣିଷମାନଙ୍କ ଖାଦ୍ୟ, ବସ୍ତ୍ର, ବାସଗୃହ ଆଦିରେ ଉଦ୍ଭିଦର ଅବଦାନ, ପୃଥିବୀପୃଷ୍ଠରେ ଦେଖାଯାଇଥିବା ୩ ଲକ୍ଷ ୮୫ ହଜାର ଜାତିର ଉଦ୍ଭିଦ ବର୍ତ୍ତମାନ ୨ ଲକ୍ଷ ୭୦ ହଜାରକୁ କମିଆସିବା ଭଳି ବିଷୟ ତଥା ଜୀବଜଗତ ସୃଷ୍ଟି ହେବା ଆଗରୁ ଉଦ୍ଭିଦ କିପରି ସୃଷ୍ଟି ହୋଇଥିଲା, ଉଦ୍ଭିଦ ଗବେଷଣାର ଇତିହାସ, ଏ

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  68. 68

    ଚିତ୍ତ ଜେନା

    ଚିତ୍ତ ଜେନା

    ଚିତ୍ତରଞ୍ଜନ ଜେନା (୨୪ ଡିସେମ୍ବର ୧୯୪୧ – ୧୩ ନଭେମ୍ବର ୨୦୧୮) ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣେ ଜଣାଶୁଣା ପ୍ରଛଦପଟ ଗାୟକ ଥିଲେ । ସେ ୧୯୪୧ ମସିହା ଡିସେମ୍ବର ୨୪ ଦିନ କଟକରେ ଜନ୍ମଗ୍ରହଣ କରିଥିଲେ । ଚିତ୍ତ ଜେନା ୧୦୦ରୁ ଉର୍ଦ୍ଧ୍ୱ ଚଳଚ୍ଚିତ୍ର ସହିତ ଅନ୍ୟାନ୍ୟ ଗୀତରେ କଣ୍ଠଦାନ କରିଥିଲେ । ତାଙ୍କର କେତେକ ଜଣାଶୁଣା ଗୀତ ହେଲା ମୋ ପ୍ରିୟାଠାରୁ କିଏ ଅଧିକ ସୁନ୍ଦର, ରୂପ ହୋଇଥିବ ଲାବଣ୍ୟବତୀ, ପୂଜା କାହିଁ ପୂଜା, ମାଣିକ ଆଲୋ ମାଣିକ ଆଦି । ୨୦୧୮ ମସିହା ନଭେମ୍ବର ୧୩ ତାରିଖରେ କଟକରେ ତାଙ୍କର ୭୬ ବର୍ଷରେ ଅସୁସ୍ଥତା କାରଣରୁ ଦେହାନ୍ତ ହୋଇଥିଲା ।

    8 ପଠିତ (↑8 ଗତକାଲିଠାରୁ)7,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  69. 69

    ବିଜ୍ଞାନ

    ବିଜ୍ଞାନ

    ବିଜ୍ଞାନ (ବିଶେଷ ଜ୍ଞାନ) (ବା Science Latin: scientiaରୁ ଆସିଅଛି ଯାହାର ଅର୍ଥ "ଜ୍ଞାନ") ବିଶ୍ୱର ଏକ ଜ୍ଞାନକୁ ଏକ ଉପଯୁକ୍ତ ପରଖାଯାଇ ପାରୁଥିବା ବୈଜ୍ଞାନିକ ସିଦ୍ଧାନ୍ତ ଓ ଅନୁମାନ ସହ ପ୍ରମାଣ କରାଯାଇପାରୁଥିବା ବ୍ୟବସ୍ଥା ।ପୂର୍ବେ ବିଜ୍ଞାନ ଅଧିକ ଦର୍ଶନ ପର୍ଯବେଶିତ ଥିଲା ।

    8 ପଠିତ (↑8 ଗତକାଲିଠାରୁ)8,0,12,10,9,0,9,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  70. 70

    ମୀରା ବାଈ

    ମୀରା ବାଈ

    ମୀରା ବାଈ (୧୫୦୪-୧୫୫୮) କୃଷ୍ଣ ଭକ୍ତି ଶାଖାର ପ୍ରମୁଖ କବି ଥିଲେ । ତାଙ୍କ କବିତାରେ ସ୍ତ୍ରୀ ପରାଧିନତା ପ୍ରତି ଏକ ଗଭୀର କଥା ରହିଛି , ଯାହା ଭକ୍ତିର ରଙ୍ଗରେ ରଙ୍ଗୀନ ଏବଂ ଗଭୀର ହୋଇପାରିଛି । ମୀରା ବାଈ କୃଷ୍ଣ-ଭକ୍ତିର ସ୍ଫୁଟ ପଦର ରଚନା କରିଥିଲେ ।

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  71. 71

    କେଶବ କୋଇଲି

    କେଶବ କୋଇଲି

    କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚ‍ଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚ‍ଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।

    8 ପଠିତ (↓4 ଗତକାଲିଠାରୁ)0,0,0,0,0,0,14,19,12, 8

    4 ଦିନ ଷ୍ଟ୍ରିକ

    🔍 🗞️
  72. 72

    ନନ୍ଦିନୀ ଶତପଥୀ

    ନନ୍ଦିନୀ ଶତପଥୀ

    ନନ୍ଦିନୀ ଶତପଥୀ (୯ ଜୁନ ୧୯୩୧-୪ ଅଗଷ୍ଟ ୨୦୦୬ ), ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ତଥା ଜଣେ ଲେଖିକା ଥିଲେ । ସେ ଓଡ଼ିଶାର ଲୌହମାନବୀ ରୂପେ ସୁପରିଚିତ। । ସେ ଦୁଇଥର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିଲେ । ୧୯୭୨ରୁ ୧୯୭୩ ଓ ୧୯୭୪ରୁ ୧୯୭୬ ମସିହାରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ।

    8 ପଠିତ (↓6 ଗତକାଲିଠାରୁ)0,28,12,17,20,15,12,20,14, 8

    9 ଦିନ ଷ୍ଟ୍ରିକ

    🔍 🗞️
  73. 73

    ଓଡ଼ିଶା ଉଚ୍ଚ ନ୍ୟାୟାଳୟ

    ଓଡ଼ିଶା ଉଚ୍ଚ ନ୍ୟାୟାଳୟ

    ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଓଡ଼ିଶାର କଟକରେ ଅବସ୍ଥିତ ଏକ ଭାରତୀୟ ରାଜ୍ୟସ୍ତରୀୟ ଉଚ୍ଚନ୍ୟାୟାଳୟ । ଏହା ୧୯୪୮ ଜୁଲାଇ ୨୬ ଦିନ ପ୍ରତିଷ୍ଠିତ ହୋଇଥିଲା । ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମଞ୍ଜୁରିପ୍ରାପ୍ତ ମୋଟ ବିଚାରପତିଙ୍କ ସଂଖ୍ୟା ୨୭ ଥିଲା ଯାହା ପରବର୍ତ୍ତୀ ସମୟରେ ନୋଟିଫିକେସନ ତା ୨।୨।୨୦୨୨ଦ୍ୱାରା ୩୩କୁ ବୃଦ୍ଧି ପାଇଛି ।୨୧ ଜୁଲାଇ ୨୦୨୫ ସୁଦ୍ଧା ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ୨୦ ଜଣ ବିଚାରପତି କର୍ତ୍ତବ୍ୟରତ ।

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  74. 74

    ଲିପି (ଅଭିନେତ୍ରୀ)

    ଲିପି (ଅଭିନେତ୍ରୀ)

    ‌ଲିପି‌ ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ‌ମୁଁ ବିନା ଘୁଙ୍ଗୁରରେ ନାଚିବି‌ ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍‌ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।

    8 ପଠିତ (↑8 ଗତକାଲିଠାରୁ)0,0,10,0,0,9,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  75. 75

    ନିଧି ଅଗ୍ରୱାଲ

    ନିଧି ଅଗ୍ରୱାଲ

    ନିଧି ଅଗ୍ର‌ୱାଲ (ଜନ୍ମ: ୧୭ ମାର୍ଚ୍ଚ ୧୯୯୩) ଜଣେ ଭାରତୀୟ ମଡେଲ, ନର୍ତ୍ତକୀ ଏବଂ ଅଭିନେତ୍ରୀ । ସେ ୨୦୧୭ରେ ହିନ୍ଦୀ କଥାଚିତ୍ର ଜଗତରେ ପ୍ରବେଶ କରିଥିଲେ । ଅଭିନେତା ଟାଇଗର ଶ୍ରଫ୍‌ଙ୍କ ସ‌ହ ମୁନ୍ନା ମାଇକେଲ ଚଳଚ୍ଚିତ୍ର ଜରିଆରେ ନିଧି ହିନ୍ଦୀ କଥାଚିତ୍ର ଜଗତରେ ପ୍ରବେଶ କରିଥିଲେ ।

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  76. 76

    ପ୍ରତିଭା ରାୟ

    ପ୍ରତିଭା ରାୟ

    ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।

    8 ପଠିତ (↑8 ଗତକାଲିଠାରୁ)0,0,9,20,0,12,13,15,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  77. 77

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ ଓଡ଼ିଆ ଭାଷାରେ ଲିଖିତ ସାହିତ୍ୟର ନାନା ବିଭବକୁ ବୁଝାଇଥାଏ ।

    8 ପଠିତ (↓7 ଗତକାଲିଠାରୁ)0,0,14,0,17,13,10,9,15, 8

    6 ଦିନ ଷ୍ଟ୍ରିକ

    🔍 🗞️
  78. 78

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

    8 ପଠିତ (↑8 ଗତକାଲିଠାରୁ)18,0,10,17,21,17,17,11,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  79. 79

    ମହିମା ଧର୍ମ

    ମହିମା ଧର୍ମ

    ମହିମା ଧର୍ମ (ପୂରା ନାମ "ସତ୍ୟ ମହିମା ଅଲେଖ ଧର୍ମ") ମୁଖ୍ୟତଃ ଓଡ଼ିଶା ଓ ଏହାର ଆଖପାଖ ରାଜ୍ୟମାନଙ୍କରେ ପ୍ରଚଳିତ ଏକ ଅଦ୍ୱୈତ ସାମାଜିକ-ଧର୍ମଧାରା । ଏହା ଉନବିଂଶ ଶତାବ୍ଦୀରେ ସମାଜର ନିମ୍ନ ଜାତି ଭାବେ ଜଣା ଜାତିର ଲୋକଙ୍କଦ୍ୱାରା ବ୍ରାହ୍ମଣବାଦର ବିରୋଧରେ ଏକ ନୂତନ ଆନ୍ଦୋଳନ ଭାବେ ଆରମ୍ଭ ହୋଇଥିଲା । ଏଥିରେ ମୂର୍ତ୍ତି ପୂଜାକୁ ବିରୋଧ କରି ଶୂନ୍ୟ ନିରାକାର ବ୍ରହ୍ମବାଦରେ ବିଶ୍ୱାସ କରାଯାଏ । ଏହା ପୃଥିବୀର କନିଷ୍ଟତମ ଧର୍ମ ଭାବେ ଜଣା । ଏଥିରେ ବୌଦ୍ଧ ଓ ଜୈନ ଧର୍ମ ତଥା ଅଦ୍ୱେତ ବେଦାନ୍ତର ପ୍ରଭାବ ପଡ଼ିଛି । ଏହା ହିନ୍ଦୁ ସମାଜର ପୌତଳିକତା, ଜାତିବାଦ ଓ ବାହ୍ୟ ଉପଚାର ଆଦି ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥିଲା ।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  80. 80

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର (ଜନ୍ମ ୧୭ ସେପ୍ଟେମ୍ବର ୧୯୩୭) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ କବି ଓ ସାହିତ୍ୟ ସମାଲୋଚକ ।

    7 ପଠିତ (↑7 ଗତକାଲିଠାରୁ)7,0,14,20,0,10,11,9,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  81. 81

    ମାୟାଧର ମାନସିଂହ

    ମାୟାଧର ମାନସିଂହ

    ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍‌ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।

    7 ପଠିତ (↓4 ଗତକାଲିଠାରୁ)0,0,17,16,11,0,13,0,11, 7

    2 ଦିନ ଷ୍ଟ୍ରିକ

    🔍 🗞️
  82. 82

    ଭୀମ ଭୋଇ

    ଭୀମ ଭୋଇ

    ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।

    7 ପଠିତ (↑7 ଗତକାଲିଠାରୁ)11,11,0,0,9,28,17,16,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  83. 83

    ଓଡ଼ିଶା

    ଓଡ଼ିଶା

    ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.

    7 ପଠିତ (↓7 ଗତକାଲିଠାରୁ)23,27,27,19,25,36,23,28,14, 7

    9+ ଦିନ ଷ୍ଟ୍ରିକ

    🔍 🗞️
  84. 84

    ଭାଷା ବିଜ୍ଞାନ

    ଭାଷା ବିଜ୍ଞାନ

    ଐତିହାସିକ, ତୁଳନାତ୍ମକ, ବର୍ଣ୍ଣନାତ୍ମକ, ବ୍ୟାବହାରିକ, ବ୍ୟାକରଣଗତ କିମ୍ବା ଅର୍ଥଗତ ଭାଷା ସମ୍ବନ୍ଧୀୟ ଯେକୌଣସି ଆଲୋଚନାକୁ ଆମେ ଭାଷାତତ୍ତ୍ୱର ଅନ୍ତର୍ଗତ ବୋଲି ଧରିନେଉ । ଭାଷା ଆଲୋଚନା କ୍ଷେତ୍ରରେ ଇଂରାଜୀ ଭାଷାରେ ଫିଲଲଜି ଓ ଲିଙ୍ଗୁଇଷ୍ଟିକସ୍ ବୋଲି ଦୁଇଟି ଶବ୍ଦ ପ୍ରଚଳିତ । ପୂର୍ବରୁ ସେମାନଙ୍କଦ୍ୱାରା ସୂଚିତ ଅର୍ଥରେ ବିଶେଷ ବ୍ୟବଧାନ ଥିବା ପରି ମନେହେଉନଥିଲା । ଅନ୍ତତଃ ଭାରତବର୍ଷରେ ଆମ୍ଭେମାନେ ଦୁଇଟିଯାକ ଶବ୍ଦକୁ ଏକପ୍ରକାର ଅର୍ଥରେ ବ୍ୟବହାର କରୁଥିଲୁ । ଏବେ କିନ୍ତୁ ସେମାନଙ୍କୁ ଦୁଇଟି ସ୍ୱତନ୍ତ୍ର ଅର୍ଥରେ ବ୍ୟବହାର କରାଯାଉଛି । ସେଥିପାଇଁ ଓଡ଼ିଆ ଭାଷାରେ "ଫିଲଲଜି" ପାଇଁ "ଭାଷାଜ୍ଞାନ" ଓ "ଲିଙ୍ଗୁଇଷ୍ଟିକସ୍" ପାଇଁ "ଭାଷାବିଜ୍ଞାନ" ଶବ୍ଦ ରଖିବା ଆବଶ୍ୟକ ହୋଇଛି ।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  85. 85

    ଜୁଲିଅସ ସିଜର

    ଜୁଲିଅସ ସିଜର

    ଜୁଲିଅସ ସିଜର (ପାରମ୍ପରିକ ଲାଟିନ୍: [ˈɡaː.i.ʊs ˈjuː.lɪ.ʊs ˈkaj.sar], July 100 BC – 15 March 44 BC) ଜଣେ ରୋମାନ୍ ଜେନେରାଲ୍, ରାଜନୀତିଜ୍ଞ ଓ ଲାଟିନ୍ ଗଦ୍ୟ ଜଗତର ବିଶିଷ୍ଟ ଲେଖକ ଥିଲେ ।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  86. 86

    ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ

    ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ

    ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଆମ ଦେଶ ଭାରତର ଦ୍ୱିତୀୟ ପୁରାତନ ତଥା ଆମ ରାଜ୍ୟ ଓଡ଼ିଶାର ଏକ ମାତ୍ର କୃଷି ବିଶ୍ୱବିଦ୍ୟାଳୟ ଅଟେ। ୧୯୬୨ ମସିହାରେ ଏହା ଭୁବନେଶ୍ୱରରେ ସ୍ଥାପିତ ହୋଇଥିଲା। ଏହି ବିଶ୍ୱବିଦ୍ୟାଳୟରେ ମୁଖ୍ୟତଃ କୃଷି ସମ୍ବନ୍ଧୀୟ ବିଷୟ ଗୁଡିକରେ ଶିକ୍ଷାଦାନ, ଗବେଷଣା, ପ୍ରଚାର ଓ ପ୍ରସାର କରାଯାଇଥାଏ। ଏହି ବିଶ୍ୱବିଦ୍ୟାଳୟ ଅଧୀନରେ ୮ଟି ମହାବିଦ୍ୟାଳୟ ସହ ଅନ୍ୟ ଶିକ୍ଷ୍ୟ କେନ୍ଦ୍ରଗୁଡ଼ିକ ଶିକ୍ଷାଦାନ କରୁଛନ୍ତି। ଏହି ମହାବିଦ୍ୟାଳୟଗୁଡ଼ିକ ପ୍ରାୟତଃ ଭୁବନେଶ୍ୱରର ଶିରିପୁରଠାରେ ଥିବା ବିଶ୍ୱବିଦ୍ୟାଳୟ ପରିସରରେ ଅବସ୍ଥିତ।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  87. 87

    ସିଷ୍ଟର କ୍ଲେୟାର

    ସିଷ୍ଟର କ୍ଲେୟାର

    ସିଷ୍ଟର ମ୍ୟାରି କ୍ଲେୟାର (୧୯୩୭ - ୧୧ ଫେବୃଆରୀ ୨୦୧୮) ଭାରତର ବାଙ୍ଗାଲୋରର ଜଣେ ଧାର୍ମିକ ମହିଳା ଥିଲେ ଏବଂ ୭୫୦ ରୁ ଅଧିକ ଚିତ୍ରକଳା ଏବଂ କାର୍ଯ୍ୟ ସହିତ ଜଣେ କଳାକାର ଥିଲେ। ତାଙ୍କ କାର୍ଯ୍ୟଗୁଡ଼ିକ ବିଶେଷ ଭାବରେ ଖ୍ରୀଷ୍ଟିଆନ ଦୃଶ୍ୟରେ ଭାରତୀୟ ପ୍ରତିଛବି ବ୍ୟବହାର ପାଇଁ ଜଣାଶୁଣା। ତେଣୁ, ସେ କିଛି ଅତ୍ୟନ୍ତ ଜଣାଶୁଣା ସମସାମୟିକ ଭାରତୀୟ ଖ୍ରୀଷ୍ଟିଆନ କଳାକାରଙ୍କ ମଧ୍ୟରୁ ଜଣେ ଅଟନ୍ତି।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  88. 88

    ଶବ୍ଦ (ପଦ)

    ଶବ୍ଦ (ପଦ)

    ଏକ ବା ଅଧିକ ବର୍ଣ୍ଣର ସଂଯୋଗରେ କଣ୍ଠ ଓ ତାଳୁ ଆଦିଦ୍ୱାରା ଉତ୍ପନ୍ନ ସ୍ୱତନ୍ତ୍ର ବ୍ୟକ୍ତ ଓ ସାର୍ଥକ ଧ୍ୱନି, ଯାହା ଶୁଣିବା ବ୍ୟକ୍ତିର ମନରେ ବିଶିଷ୍ଟ ପଦାର୍ଥ ବା ବ୍ୟକ୍ତି ଆଦିର ବୋଧ କରାଏ, ତାହାକୁ ଶବ୍ଦ ବୋଲାଯାଏ ।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,10,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  89. 89

    ହୃଦାନନ୍ଦ ପାଣିଗ୍ରାହୀ

    ହୃଦାନନ୍ଦ ପାଣିଗ୍ରାହୀ

    ହୃଦାନନ୍ଦ ପାଣିଗ୍ରାହୀ ଜଣେ ଓଡ଼ିଆ ସାହିତ୍ୟିକ । ସେ ୧୯୫୫ ମସିହା ଅଗଷ୍ଟ ୬ ତାରିଖରେ ଭଦ୍ରକ ଜିଲ୍ଲାସ୍ଥିତ ଝାଡ଼ପଟାଠାରେ ଜନ୍ମଗ୍ରହଣ କରିଥିଲେ । ସେ ଭଦ୍ରକ ମହାବିଦ୍ୟାଳୟରୁ ସ୍ନାତକ ଏବଂ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଓଡ଼ିଆ ସାହିତ୍ୟରେ ସ୍ନାତକୋତ୍ତର କରିଥିଲେ । ୧୯୭୯ ମସିହାରୁ ଚମ୍ପୁଆସ୍ଥିତ ଚନ୍ଦ୍ରଶେଖର ମହାବିଦ୍ୟାଳୟରୁ ଅଧ୍ୟାପନା ଆରମ୍ଭ କରି ୨୦୧୫ ମସିହାରେ ପାଳିଆବିନ୍ଧାସ୍ଥିତ ବିରଞ୍ଚି ନାରୟଣ ମାଧବ-ଅର୍ଜ୍ଜୁନ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ବରିଷ୍ଠ ପ୍ରାଧ୍ୟାପକ ଏବଂ ବିଭାଗୀୟ ମୁଖ୍ୟଭାବେ ଅବସର ଗ୍ରହଣ କରିଥିଲେ ।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  90. 90

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

    7 ପଠିତ (↓1 ଗତକାଲିଠାରୁ)8,15,28,20,18,17,14,15,8, 7

    9+ ଦିନ ଷ୍ଟ୍ରିକ

    🔍 🗞️
  91. 91

    ବୁଧେଇ ଓଷା

    ବୁଧେଇ ଓଷା

    ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଭାଦ୍ରବ ମାସର ୪ଟି କିମ୍ବା ପାଞ୍ଚଟି ବୁଧବାରରେ ପାଳିତ ହୁଏ । କେତେକ ସ୍ଥାନରେ ୫ଟି ବୁଧବାରରେ ପାଳିତ ହୁଏ । ଅନେକ ଗହ୍ମାପୂର୍ଣ୍ଣିମାଠାରୁ ଇନ୍ଦୁପୂର୍ଣ୍ଣିମା ଆଉ କେତେକ ସଂକ୍ରାନ୍ତି ଅନୁଯାୟୀ ଭାଦ୍ର ସଂକ୍ରାନ୍ତିରୁ ଆଶ୍ୱିନ ସଂକ୍ରାନ୍ତିକୁ ହିସାବକୁ ନେଇଥାନ୍ତି । ସାଧାରଣତଃ ସଧବା ନାରୀମାନେ ସନ୍ତାନ କାମନା କରିବା ଓ ତାର ଶୁଭ ମନାସିବା ଉଦ୍ଦେଶ୍ୟ ନେଇ ଏହି ଓଷା କରିଥାନ୍ତି । ଏହି ଓଷାଟି ନିର୍ଜଳ ଭାବେ ନିଷ୍ଠାର ସହ ପାଳନ କରାଯାଏ ।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,13,74,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  92. 92

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩ (IAST: Bhāratīya Nyāya Saṃhitā; ଅର୍ଥାତ 'ଭାରତୀୟ ନ୍ୟାୟ ସଂହିତା, ୨୦୨୩') ହେଉଛି ଭାରତର ଆଧିକାରିକ ଦଣ୍ଡ ସଂହିତା । ଡିସେମ୍ବର ୨୦୨୩ ରେ ଭାରତର ସଂସଦରେ ପାରିତ ହୋଇଥିବା ଏହି ଆଇନ ଜୁଲାଇ ୧, ୨୦୨୪ ରୁ କାର୍ଯ୍ୟକାରୀ ହୋଇଛି, ଏବଂ ପୂର୍ବରୁ ପ୍ରଚଳିତ ଥିବା ଭାରତୀୟ ଦଣ୍ଡ ସଂହିତା (IPC) କୁ ପ୍ରତିସ୍ଥାପନ କରିଛି ।

    7 ପଠିତ (↓2 ଗତକାଲିଠାରୁ)10,0,0,13,0,17,13,10,9, 7

    5 ଦିନ ଷ୍ଟ୍ରିକ

    🔍 🗞️
  93. 93

    ଓଡ଼ିଶାର ଇତିହାସ

    ଓଡ଼ିଶାର ଇତିହାସ

    ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.

    7 ପଠିତ (↑7 ଗତକାଲିଠାରୁ)9,11,12,0,9,0,11,9,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  94. 94

    ଅସ୍ମିତା ନୀଲମେଗମ

    ଅସ୍ମିତା ନୀଲମେଗମ

    ଅସ୍ମିତା ନୀଲମେଗମ ଜଣେ ଭାରତୀୟ ଅଭିନେତ୍ରୀ, ମଡେଲ ଓ ମେକ୍ଅପ୍ ଆର୍ଟିଷ୍ଟ । ଚେନ୍ନାଇ ଏହି କଳାକାର ମୁଖ୍ୟତଃ ତାମିଲ କଥାଚିତ୍ର ଜଗତରେ କାମ କରନ୍ତି ।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  95. 95

    ଭୁବନେଶ୍ୱର ମିଶ୍ର

    ଭୁବନେଶ୍ୱର ମିଶ୍ର

    ଭୁବନେଶ୍ୱର ମିଶ୍ର (୧୫ ଜୁଲାଇ ୧୯୨୭ - ୭ ମଇ ୧୯୯୩) ଜଣେ ଓଡ଼ିଶୀ ସଙ୍ଗୀତଜ୍ଞ, ସଙ୍ଗୀତ ନିର୍ଦ୍ଦେଶକ ଏବଂ ବେହେଲା ବାଦକ ଥିଲେ । ହିନ୍ଦୁସ୍ତାନୀ, କର୍ଣ୍ଣାଟକୀ ଓ ଓଡ଼ିଶୀ ସଙ୍ଗୀତରେ ସେ ଦକ୍ଷ ଥିଲେ ।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  96. 96

    ଉଇକିମିଡ଼ିଆ ଫାଉଣ୍ଡେସନ

    ଉଇକିମିଡ଼ିଆ ଫାଉଣ୍ଡେସନ

    ଉଇକିମିଡ଼ିଆ ଫାଉଣ୍ଡେସନ, Inc.

    7 ପଠିତ (↓3 ଗତକାଲିଠାରୁ)0,10,0,0,0,0,18,10,10, 7

    4 ଦିନ ଷ୍ଟ୍ରିକ

    🔍 🗞️
  97. 97

    ଅଶୋକ (ସମ୍ରାଟ)

    ଅଶୋକ (ସମ୍ରାଟ)

    ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.

    6 ପଠିତ (↓6 ଗତକାଲିଠାରୁ)0,0,0,0,0,10,0,8,12, 6

    3 ଦିନ ଷ୍ଟ୍ରିକ

    🔍 🗞️
  98. 98

    ରେବତୀ (କ୍ଷୁଦ୍ରଗଳ୍ପ)

    ରେବତୀ (କ୍ଷୁଦ୍ରଗଳ୍ପ)

    ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩ ୧୯୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।

    6 ପଠିତ (↑6 ଗତକାଲିଠାରୁ)0,0,0,0,13,13,24,0,0, 6

    1 ଦିନ ଷ୍ଟ୍ରିକ

    🔍 🗞️
  99. 99

    ବ୍ୟାସଦେବ

    ବ୍ୟାସଦେବ

    ବେଦବ୍ୟାସ ବା ବ୍ୟାସଦେବ ହିନ୍ଦୁ ଧର୍ମରେ ବର୍ଣ୍ଣିତ ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଅଟନ୍ତି । ସେ ବେଦକୁ ଚାରି ଭାଗରେ ବିଭକ୍ତ କରିଥିଲେ । ବ୍ୟାସଦେବ, ମହାଭାରତ ଭଳି ମହାନ ଗ୍ରନ୍ଥର ରଚୟିତା ହେବା ସହ ଏହାର ଏକ ଚରିତ୍ର ବି ଅଟନ୍ତି |

    6 ପଠିତ (↑6 ଗତକାଲିଠାରୁ)0,0,0,0,0,0,0,0,0, 6

    1 ଦିନ ଷ୍ଟ୍ରିକ

    🔍 🗞️
  100. 100

    ଯୋଗ

    ଯୋଗ

    ଯୋଗ (ଇଂରାଜୀ:Yoga (; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।

    6 ପଠିତ (↑6 ଗତକାଲିଠାରୁ)0,0,0,0,0,0,0,0,0, 6

    1 ଦିନ ଷ୍ଟ୍ରିକ

    🔍 🗞️

ତଥ୍ୟ ଆହରଣ ସମୟ: