ଓଡ଼ିଆ ଉଇକିପିଡ଼ିଆ ଲୋକପ୍ରିୟ ୧୦୦

ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...

  1. 1

    ଖୁଦୁରୁକୁଣୀ ଓଷା

    ଖୁଦୁରୁକୁଣୀ ଓଷା

    ଖୁଦୁରୁକୁଣୀ ଓଷା ଓଡ଼ିଶାର ଏକ ପାରମ୍ପାରିକ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହାକୁ କୁଆଁରୀ ଓଡ଼ିଆ ଝିଅମାନେ ପାଳନ କରିଥାନ୍ତି । ଏଥିରେ ଖୁଦୁରୁକୁଣୀଙ୍କର ପୂଜାର୍ଚ୍ଚନା କରାଯାଇଥାଏ । ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣୀଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।

    53 ପଠିତ (↑36 ଗତକାଲିଠାରୁ)8,25,100,8,13,0,0,0,17, 53

    2 ଦିନ ଷ୍ଟ୍ରିକ

    🔍 🗞️
  2. 2

    ଧ୍ୟାନଚାନ୍ଦ

    ଧ୍ୟାନଚାନ୍ଦ

    ଧ୍ୟାନ ଚାନ୍ଦ (୨୯ ଅଗଷ୍ଟ ୧୯୦୫ - ୩ ଡିସେମ୍ବର, ୧୯୭୯) ଜଣେ ଭାରତୀୟ ହକି ଖେଳାଳି ଓ ଅଧିନାୟକ ଥିଲେ । ହକି ଖେଳରେ ବିଶ୍ୱର ଜଣେ ସର୍ବକାଳୀନ ଶ୍ରେଷ୍ଠ ଖେଳାଳି ଭାବେ ତାଙ୍କର ମାନ୍ୟତା ରହିଛି ।

    37 ପଠିତ (↑37 ଗତକାଲିଠାରୁ)78,244,20,20,0,0,0,0,0, 37

    1 ଦିନ ଷ୍ଟ୍ରିକ

    🔍 🗞️
  3. 3

    ସର୍ବପଲ୍ଲୀ ରାଧାକୃଷ୍ଣନ

    ସର୍ବପଲ୍ଲୀ ରାଧାକୃଷ୍ଣନ

    ସର୍ବପଲ୍ଲୀ ରାଧାକୃଷ୍ଣନ ଜଣେ ଭାରତୀୟ ଦାର୍ଶନିକ, ରାଷ୍ଟ୍ରନୀତିଜ୍ଞ ତଥା ଶିକ୍ଷକ ଥିଲେ ଏବଂ ୧୯୬୨ରୁ ୧୯୬୪ ପର୍ଯ୍ୟନ୍ତ ଭାରତର ରାଷ୍ଟ୍ରପତି ଥିଲେ ।

    35 ପଠିତ (↓1.1K ଗତକାଲିଠାରୁ)9,11,30,27,34,53,126,522,1159, 35

    9+ ଦିନ ଷ୍ଟ୍ରିକ

    🔍 🗞️
  4. 4

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।

    33 ପଠିତ (↓2 ଗତକାଲିଠାରୁ)26,37,55,61,48,15,11,8,35, 33

    9+ ଦିନ ଷ୍ଟ୍ରିକ

    🔍 🗞️
  5. 5

    ଗଙ୍ଗାଧର ମେହେର

    ଗଙ୍ଗାଧର ମେହେର

    "ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -

    31 ପଠିତ (0 ଗତକାଲିଠାରୁ)583,131,113,72,62,61,48,24,31, 31

    9+ ଦିନ ଷ୍ଟ୍ରିକ

    🔍 🗞️
  6. 6

    ମହାତ୍ମା ଗାନ୍ଧୀ

    ମହାତ୍ମା ଗାନ୍ଧୀ

    ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।

    30 ପଠିତ (↓36 ଗତକାଲିଠାରୁ)13,36,19,15,20,17,14,18,66, 30

    9+ ଦିନ ଷ୍ଟ୍ରିକ

    🔍 🗞️
  7. 7

    ଓଡ଼ିଆ ଭାଷା

    ଓଡ଼ିଆ ଭାଷା

    ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।

    27 ପଠିତ (↓8 ଗତକାଲିଠାରୁ)0,17,11,12,22,24,34,19,35, 27

    9 ଦିନ ଷ୍ଟ୍ରିକ

    🔍 🗞️
  8. 8

    ପ୍ରହ୍ଲାଦ ନାଟକ

    ପ୍ରହ୍ଲାଦ ନାଟକ

    ପ୍ରହ୍ଲାଦ ନାଟକ ବା ପ୍ରହଲ୍ଲାଦ ନାଟକ (ରଜା ନାଟ, ରଜା ନାଟକ ଭାବେ ମଧ୍ୟ ପରିଚିତ) ଗଞ୍ଜାମ ଜିଲ୍ଲାରେ ଅଭିନୀତ ଏକ ପାରମ୍ପରିକ ସଙ୍ଗୀତପ୍ରଧାନ ନାଟକ ଅଟେ । ଏଥିରେ ଉଭୟ ଶାସ୍ତ୍ରୀୟ ଓ ଲୌକିକ ଅଙ୍ଗ ପୂର୍ଣ୍ଣ ଭାବେ ରହିଛି । ଏହି ନାଟକରେ ନୃସିଂହ ଅବତାର ଚରିତ ଓଡ଼ିଶୀ ସଙ୍ଗୀତର ପ୍ରାୟ ୩୦ ଗୋଟି ପାରମ୍ପରିକ ରାଗ ରାଗିଣୀ ଆଧାରିତ ପ୍ରାୟ ୨୦୦ରୁ ଊର୍ଦ୍ଧ୍ୱ ଗୀତ ମାଧ୍ୟମରେ ପରିବେଷିତ ହୁଏ । ଏହି ପ୍ରହଲ୍ଲାଦ ନାଟକ(୧୮୫୭ ରୁ ୧୯୦୫ ମଧ୍ୟରେ ରଚିତ ହୋଇଛି ) ଏହାର ଲେଖା ଜଳନ୍ତ୍ରର ରାଜା ରାମକୃଷ୍ଣ ଛୋଟରାୟଙ୍କ ନାମରେ ଭଣିତ ହେଲେହେଁ ଏହାକୁ ପାରଳାଖେମୁଣ୍ଡିର ସଙ୍ଗୀତକାର କବି ଗୌରହରି ପରିଚ୍ଛା ପ୍ରଣୟନ କରିଛନ୍ତି ବୋଲି ଗବେଷକଙ୍କଦ୍ୱାରା ଗୃହୀତ। ପରେ ଏହାଙ୍କ ଅନୁକରଣରେ ଗଞ୍ଜାମର ଅନ୍ୟାନ୍ୟ ରାଜା ଯଥା ସୁରଙ୍ଗୀ ରଜା କିଶୋର ଚନ୍ଦ୍ର ହରିଚନ୍ଦନ ଜଗଦ୍ଦେବ ରାୟ, ତରଳା ରଜା ରାମଚନ୍ଦ୍ର ଶୂରଦେଓ, ଧରାକୋଟ ରଜା ମଦନମୋହନ ସିଂହଦେବ ଓ ପାରଳାଖେମୁଣ୍ଡିର ପଦ୍ମନାଭ ନାରୟଣ ଦେବ ପ୍ରହ୍ଲାଦନାଟକ ରଚନା କରିଥିଲେ ।

    27 ପଠିତ (↑27 ଗତକାଲିଠାରୁ)0,0,0,0,0,0,0,0,0, 27

    1 ଦିନ ଷ୍ଟ୍ରିକ

    🔍 🗞️
  9. 9

    ରାଶି ଓ ନକ୍ଷତ୍ର

    ରାଶି ଓ ନକ୍ଷତ୍ର

    ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।

    26 ପଠିତ (↓22 ଗତକାଲିଠାରୁ)54,28,39,62,31,49,18,8,48, 26

    9+ ଦିନ ଷ୍ଟ୍ରିକ

    🔍 🗞️
  10. 10

    ଜଗନ୍ନାଥ ଦାସ

    ଜଗନ୍ନାଥ ଦାସ

    ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ"‌) । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।

    24 ପଠିତ (0 ଗତକାଲିଠାରୁ)19,18,23,18,36,24,24,23,24, 24

    9+ ଦିନ ଷ୍ଟ୍ରିକ

    🔍 🗞️
  11. 11

    ଲକ୍ଷ୍ମୀକାନ୍ତ ମହାପାତ୍ର

    ଲକ୍ଷ୍ମୀକାନ୍ତ ମହାପାତ୍ର

    କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।

    23 ପଠିତ (↑8 ଗତକାଲିଠାରୁ)17,24,36,24,40,38,23,35,15, 23

    9+ ଦିନ ଷ୍ଟ୍ରିକ

    🔍 🗞️
  12. 12

    ମଧୁସୂଦନ ଦାସ

    ମଧୁସୂଦନ ଦାସ

    ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-

    22 ପଠିତ (↑13 ଗତକାଲିଠାରୁ)15,13,20,12,27,19,15,12,9, 22

    9+ ଦିନ ଷ୍ଟ୍ରିକ

    🔍 🗞️
  13. 13

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ

    ନମିତା ଅଗ୍ରୱାଲ ଜଣେ ଓଡ଼ିଆ ଗାୟିକା । ସେ ନମିତା ନାମରେ ଭଜନ ଓ ନିବେଦିତା ନାମରେ ଆଧୁନିକ ଏବଂ ଚଳଚ୍ଚିତ୍ର ସଂଗୀତ ଗାନ କରନ୍ତି ।

    22 ପଠିତ (↑13 ଗତକାଲିଠାରୁ)0,9,14,0,10,16,17,18,9, 22

    6 ଦିନ ଷ୍ଟ୍ରିକ

    🔍 🗞️
  14. 14

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି

    ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍‍ଜୋସ୍‍ ଷ୍ଟେଟ୍‍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।

    21 ପଠିତ (↑5 ଗତକାଲିଠାରୁ)32,22,24,32,35,43,18,35,16, 21

    9+ ଦିନ ଷ୍ଟ୍ରିକ

    🔍 🗞️
  15. 15

    ପାଣିପାଗ

    ପାଣିପାଗ

    ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।

    21 ପଠିତ (↑6 ଗତକାଲିଠାରୁ)15,36,39,44,21,14,23,28,15, 21

    9+ ଦିନ ଷ୍ଟ୍ରିକ

    🔍 🗞️
  16. 16

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ

    ଯୌନ ସମ୍ଭୋଗ (ଇଂରାଜୀ: Sexual intercourse) କିମ୍ବା ମୈଥୁନ କିମ୍ବା ସହବାସ ବୋଲି ସେହି କ୍ରିୟାକୁ କୁହାଯାଏ, ଯେଉଁଥିରେ ପୁରୁଷଙ୍କର ଲିଙ୍ଗ ସ୍ତ୍ରୀଙ୍କର ଯୋନିରେ ପ୍ରବେଶ କରେ । ସମ୍ଭୋଗ ବିଭିନ୍ନ ଜୀବଜନ୍ତୁ ଓ ପ୍ରଜାତି ଅନୁସାରେ ବିଭିନ୍ନ ପ୍ରକାରରେ ହୁଏ । ସମ୍ଭୋଗକୁ ଯୋନି ମୈଥୁନ, କାମ କ୍ରୀଡ଼ା କିମ୍ବା ରତି କ୍ରୀଡ଼ା ନାମରେ ବି ପ୍ରକାଶ କରାଯାଏ ।

    21 ପଠିତ (0 ଗତକାଲିଠାରୁ)18,12,23,11,10,18,10,15,21, 21

    9+ ଦିନ ଷ୍ଟ୍ରିକ

    🔍 🗞️
  17. 17

    ଉପେନ୍ଦ୍ର ଭଞ୍ଜ

    ଉପେନ୍ଦ୍ର ଭଞ୍ଜ

    କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦, ଅନ୍ୟମତେ ୧୭୨୦) ସପ୍ତଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଶୀ ସଙ୍ଗୀତକାର କବି ଥିଲେ । ସେ ସପ୍ତଦଶ ଶତାବ୍ଦୀର ଶେଷ ପର୍ଯ୍ୟାୟରେ ପୁରାତନ ରାଜଶାସିତ ଘୁମୁସରର ରାଜବଂଶରେ କୁଲାଡ଼ଗଡଜନ୍ମଲାଭ କରିଥିଲେ। ରୀତିଯୁଗର ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି ।

    20 ପଠିତ (↑3 ଗତକାଲିଠାରୁ)13,13,27,12,31,22,19,9,17, 20

    9+ ଦିନ ଷ୍ଟ୍ରିକ

    🔍 🗞️
  18. 18

    ନୂଆଖାଇ

    ନୂଆଖାଇ

    ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।

    20 ପଠିତ (0 ଗତକାଲିଠାରୁ)0,9,0,16,19,16,16,15,20, 20

    7 ଦିନ ଷ୍ଟ୍ରିକ

    🔍 🗞️
  19. 19

    ଗୁରୁଦିବସ

    ଗୁରୁଦିବସ

    ଗୁରୁଦିବସ ବା ଶିକ୍ଷକ ଦିବସ ଶିକ୍ଷକମାନଙ୍କୁ ସମ୍ମାନ ଦେବା ପାଇଁ ଏକ ବିଶେଷ ଦିବସ । ଏକ ନିର୍ଦ୍ଦିଷ୍ଟ କ୍ଷେତ୍ରରେ ବା ସମ୍ପ୍ରଦାୟରେ ସେମାନଙ୍କର ବିଶେଷ ଅବଦାନ ନିମନ୍ତେ ସମ୍ମାନ ଦେବା ପାଇଁ ଏହି ଉତ୍ସବ ଆୟୋଜନ କରାଯାଇଥାଏ ।

    19 ପଠିତ (↓457 ଗତକାଲିଠାରୁ)0,0,16,17,25,19,51,196,476, 19

    8 ଦିନ ଷ୍ଟ୍ରିକ

    🔍 🗞️
  20. 20

    ସଚ୍ଚିଦାନନ୍ଦ ରାଉତରାୟ

    ସଚ୍ଚିଦାନନ୍ଦ ରାଉତରାୟ

    '

    19 ପଠିତ (↑8 ଗତକାଲିଠାରୁ)19,18,18,33,12,24,22,14,11, 19

    9+ ଦିନ ଷ୍ଟ୍ରିକ

    🔍 🗞️
  21. 21

    ଲିପି (ଅଭିନେତ୍ରୀ)

    ଲିପି (ଅଭିନେତ୍ରୀ)

    ‌ଲିପି‌ ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ‌ମୁଁ ବିନା ଘୁଙ୍ଗୁରରେ ନାଚିବି‌ ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍‌ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।

    19 ପଠିତ (↑11 ଗତକାଲିଠାରୁ)0,10,0,0,9,0,0,0,8, 19

    2 ଦିନ ଷ୍ଟ୍ରିକ

    🔍 🗞️
  22. 22

    ସାରଳା ଦାସ

    ସାରଳା ଦାସ

    ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।

    19 ପଠିତ (↓9 ଗତକାଲିଠାରୁ)26,23,40,24,26,33,25,33,28, 19

    9+ ଦିନ ଷ୍ଟ୍ରିକ

    🔍 🗞️
  23. 23

    ମୀରା ବାଈ

    ମୀରା ବାଈ

    ମୀରା ବାଈ (୧୫୦୪-୧୫୫୮) କୃଷ୍ଣ ଭକ୍ତି ଶାଖାର ପ୍ରମୁଖ କବି ଥିଲେ । ତାଙ୍କ କବିତାରେ ସ୍ତ୍ରୀ ପରାଧିନତା ପ୍ରତି ଏକ ଗଭୀର କଥା ରହିଛି , ଯାହା ଭକ୍ତିର ରଙ୍ଗରେ ରଙ୍ଗୀନ ଏବଂ ଗଭୀର ହୋଇପାରିଛି । ମୀରା ବାଈ କୃଷ୍ଣ-ଭକ୍ତିର ସ୍ଫୁଟ ପଦର ରଚନା କରିଥିଲେ ।

    19 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,8, 19

    2 ଦିନ ଷ୍ଟ୍ରିକ

    🔍 🗞️
  24. 24

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ

    ନୀଳକଣ୍ଠ ଦାସ (୧୮୮୪-୧୯୬୭) ଓଡ଼ିଶାର ପୁରୀ ଜିଲ୍ଲାର ସାକ୍ଷୀଗୋପାଳଠାରେ ୧୮୮୪ରେ ଜନ୍ମିତ ଜଣେ ଲେଖକ, ସାମ୍ବାଦିକ ଓ ସ୍ୱାଧୀନତା ସଂଗ୍ରାମୀ । ତାଙ୍କୁ ଶ୍ରଦ୍ଧାରେ ପଣ୍ଡିତ ନୀଳକଣ୍ଠ ଦାସ ବୋଲି ମଧ୍ୟ ଡକାଯାଇଥାଏ ।

    19 ପଠିତ (↑5 ଗତକାଲିଠାରୁ)13,17,33,22,0,37,17,9,14, 19

    5 ଦିନ ଷ୍ଟ୍ରିକ

    🔍 🗞️
  25. 25

    କୃଷ୍ଣ ଜନ୍ମାଷ୍ଟମୀ

    କୃଷ୍ଣ ଜନ୍ମାଷ୍ଟମୀ

    'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।

    17 ପଠିତ (↓27 ଗତକାଲିଠାରୁ)16,13,26,20,29,55,209,601,44, 17

    9+ ଦିନ ଷ୍ଟ୍ରିକ

    🔍 🗞️
  26. 26

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି

    ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

    17 ପଠିତ (↑9 ଗତକାଲିଠାରୁ)0,10,17,21,17,17,11,0,8, 17

    2 ଦିନ ଷ୍ଟ୍ରିକ

    🔍 🗞️
  27. 27

    ଓଡ଼ିଶା

    ଓଡ଼ିଶା

    ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.

    16 ପଠିତ (↑9 ଗତକାଲିଠାରୁ)27,27,19,25,36,23,28,14,7, 16

    9+ ଦିନ ଷ୍ଟ୍ରିକ

    🔍 🗞️
  28. 28

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା

    ଭୁବନେଶ୍ୱର ବେହେରା (୧ ଜାନୁଆରୀ ୧୯୧୬ - ୧୬ ଅପେଲ ୨୦୦୧) ଜଣେ ଓଡ଼ିଆ ପ୍ରାବନ୍ଧିକ, ଅଧ୍ୟାପକ ଓ ବିଜ୍ଞାନ ଲେଖକ ଥିଲେ ।

    16 ପଠିତ (↑16 ଗତକାଲିଠାରୁ)0,0,0,18,0,23,8,0,0, 16

    1 ଦିନ ଷ୍ଟ୍ରିକ

    🔍 🗞️
  29. 29

    ପ୍ରତିଭା ରାୟ

    ପ୍ରତିଭା ରାୟ

    ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।

    15 ପଠିତ (↑7 ଗତକାଲିଠାରୁ)0,9,20,0,12,13,15,0,8, 15

    2 ଦିନ ଷ୍ଟ୍ରିକ

    🔍 🗞️
  30. 30

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର

    କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।

    15 ପଠିତ (↑4 ଗତକାଲିଠାରୁ)8,0,13,10,13,11,9,7,11, 15

    8 ଦିନ ଷ୍ଟ୍ରିକ

    🔍 🗞️
  31. 31

    ବିଜୟ ମିଶ୍ର

    ବିଜୟ ମିଶ୍ର

    ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମ‌ସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।

    15 ପଠିତ (↑15 ଗତକାଲିଠାରୁ)0,0,0,0,0,0,9,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  32. 32

    ବ୍ୟାଙ୍କ

    ବ୍ୟାଙ୍କ

    ବ୍ୟାଙ୍କ ହେଉଛି ଏକ ଆର୍ଥିକ ସଂସ୍ଥା ଯାହା ଜନସାଧାରଣଙ୍କଠାରୁ ଜମା ଗ୍ରହଣ କରି ଋଣ ପ୍ରଦାନ କରିଥାଏ । କମ୍ ସୁଧ ହାରରେ ଜମା ଗ୍ରହଣ କରି ଅଧିକ ହାରରେ ଋଣ ଦେଇ ବ୍ୟାଙ୍କମାନେ ବ୍ୟବସାୟ କରିଥାଆନ୍ତି । ଭାରତୀୟ ରିଜର୍ଭ ବ୍ୟାଙ୍କ ହେଉଛି ଦେଶରେ ବ୍ୟାଙ୍କମାନଙ୍କର ନିୟାମକ । ଜମା, ଋଣର ସୁଧହାର ସମେତ ଅନ୍ୟାନ୍ୟ ଅନେକ ନିୟମ ଭାରତୀୟ ରିଜର୍ଭ ବ୍ୟାଙ୍କ ପ୍ରଣୟନ କରିଥାଏ ।

    15 ପଠିତ (↑15 ଗତକାଲିଠାରୁ)0,0,0,0,0,0,0,0,0, 15

    1 ଦିନ ଷ୍ଟ୍ରିକ

    🔍 🗞️
  33. 33

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି

    ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.

    14 ପଠିତ (↑3 ଗତକାଲିଠାରୁ)0,10,15,16,25,21,0,0,11, 14

    2 ଦିନ ଷ୍ଟ୍ରିକ

    🔍 🗞️
  34. 34

    ପଦ୍ମଚରଣ ପଟ୍ଟନାୟକ

    ପଦ୍ମଚରଣ ପଟ୍ଟନାୟକ

    ପଦ୍ମଚରଣ ପଟ୍ଟନାୟକ (୧୮୮୫–୧୯୫୬) ଜଣେ ଭାରତୀୟ ଆଇନଜୀବୀ ଏବଂ ଓଡ଼ିଆ-ଭାଷୀ କବି ଥିଲେ । ସେ ପ୍ରାକୃତିକ ସୌନ୍ଦର୍ଯ୍ୟ ବର୍ଣ୍ଣନା କରି ଛନ୍ଦୋବଦ୍ଧ ଏବଂ ଜାତୀୟତାବୋଧକ ତଥା ଶିଶୁସାହିତ୍ୟ କବିତା ରଚନା କରିଥିଲେ ।

    14 ପଠିତ (↑14 ଗତକାଲିଠାରୁ)0,0,0,0,0,0,0,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  35. 35

    ଜଗନ୍ନାଥଙ୍କ ବେଶ

    ଜଗନ୍ନାଥଙ୍କ ବେଶ

    ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅପ୍ରେଲ ୨୭ ଓ ମଇ ୩, ୧୯୦୫ ମସିହା ପରଠାରୁ ରଘୁନାଥ ବେଶ ଆଉ ହୋଇନଥିବା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।

    14 ପଠିତ (↑14 ଗତକାଲିଠାରୁ)0,0,0,0,0,0,0,0,0, 14

    1 ଦିନ ଷ୍ଟ୍ରିକ

    🔍 🗞️
  36. 36

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩

    ଭାରତୀୟ ନ୍ୟାୟ ସଂହିତା, ୨୦୨୩ (IAST: Bhāratīya Nyāya Saṃhitā; ଅର୍ଥାତ 'ଭାରତୀୟ ନ୍ୟାୟ ସଂହିତା, ୨୦୨୩') ହେଉଛି ଭାରତର ଆଧିକାରିକ ଦଣ୍ଡ ସଂହିତା । ଡିସେମ୍ବର ୨୦୨୩ ରେ ଭାରତର ସଂସଦରେ ପାରିତ ହୋଇଥିବା ଏହି ଆଇନ ଜୁଲାଇ ୧, ୨୦୨୪ ରୁ କାର୍ଯ୍ୟକାରୀ ହୋଇଛି, ଏବଂ ପୂର୍ବରୁ ପ୍ରଚଳିତ ଥିବା ଭାରତୀୟ ଦଣ୍ଡ ସଂହିତା (IPC) କୁ ପ୍ରତିସ୍ଥାପନ କରିଛି ।

    14 ପଠିତ (↑7 ଗତକାଲିଠାରୁ)0,0,13,0,17,13,10,9,7, 14

    6 ଦିନ ଷ୍ଟ୍ରିକ

    🔍 🗞️
  37. 37

    ତୃପ୍ତି ଦାସ

    ତୃପ୍ତି ଦାସ

    ତୃପ୍ତି ଦାସ, ଓଡ଼ିଆ କଥାଚିତ୍ର ଜଗତର ଜଣେ ଜଣାଶୁଣା ପ୍ରଚ୍ଛଦପଟ୍ଟ ଗାୟିକା । ସେ, ସର୍ବାଧିକ ଓଡ଼ିଆ ସିନେମାରେ ପ୍ରଚ୍ଛଦପଟ୍ଟ ଗାୟନ କରିଥିବା ଗାୟିକା । ଭଜନ ଓ ଆଧୁନିକ ସଙ୍ଗୀତ କ୍ଷେତ୍ରରେ ମଧ୍ୟ ସେ ଜଣେ ପରିଚିତ ନାମ । ବେତାର, ଦୂରଦର୍ଶନ ଓ ମଞ୍ଚ ସବୁଠାରେ କଣ୍ଠଶିଳ୍ପୀ ତୃପ୍ତି ସକ୍ରିୟ ।

    13 ପଠିତ (↑13 ଗତକାଲିଠାରୁ)0,0,0,0,0,0,0,60,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  38. 38

    ଭାରତ

    ଭାରତ

    ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।

    13 ପଠିତ (↑2 ଗତକାଲିଠାରୁ)0,30,30,13,17,15,0,17,11, 13

    3 ଦିନ ଷ୍ଟ୍ରିକ

    🔍 🗞️
  39. 39

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ

    କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।

    13 ପଠିତ (↑13 ଗତକାଲିଠାରୁ)25,10,16,11,17,14,0,8,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  40. 40

    ଓଡ଼ିଶା ଉଚ୍ଚ ନ୍ୟାୟାଳୟ

    ଓଡ଼ିଶା ଉଚ୍ଚ ନ୍ୟାୟାଳୟ

    ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଓଡ଼ିଶାର କଟକରେ ଅବସ୍ଥିତ ଏକ ଭାରତୀୟ ରାଜ୍ୟସ୍ତରୀୟ ଉଚ୍ଚନ୍ୟାୟାଳୟ । ଏହା ୧୯୪୮ ଜୁଲାଇ ୨୬ ଦିନ ପ୍ରତିଷ୍ଠିତ ହୋଇଥିଲା । ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମଞ୍ଜୁରିପ୍ରାପ୍ତ ମୋଟ ବିଚାରପତିଙ୍କ ସଂଖ୍ୟା ୨୭ ଥିଲା ଯାହା ପରବର୍ତ୍ତୀ ସମୟରେ ନୋଟିଫିକେସନ ତା ୨।୨।୨୦୨୨ଦ୍ୱାରା ୩୩କୁ ବୃଦ୍ଧି ପାଇଛି ।୨୧ ଜୁଲାଇ ୨୦୨୫ ସୁଦ୍ଧା ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ୨୦ ଜଣ ବିଚାରପତି କର୍ତ୍ତବ୍ୟରତ ।

    13 ପଠିତ (↑5 ଗତକାଲିଠାରୁ)0,0,0,0,0,0,0,0,8, 13

    2 ଦିନ ଷ୍ଟ୍ରିକ

    🔍 🗞️
  41. 41

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ

    ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।

    13 ପଠିତ (↑13 ଗତକାଲିଠାରୁ)12,0,12,0,20,0,0,8,0, 13

    1 ଦିନ ଷ୍ଟ୍ରିକ

    🔍 🗞️
  42. 42

    ଓଡ଼ିଆ ଉଇକିପିଡ଼ିଆ

    ଓଡ଼ିଆ ଉଇକିପିଡ଼ିଆ

    ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।

    12 ପଠିତ (↑12 ଗତକାଲିଠାରୁ)9,0,0,0,20,15,15,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  43. 43

    ଜଗନ୍ନାଥ

    ଜଗନ୍ନାଥ

    12 ପଠିତ (0 ଗତକାଲିଠାରୁ)15,14,0,23,21,0,9,10,12, 12

    4 ଦିନ ଷ୍ଟ୍ରିକ

    🔍 🗞️
  44. 44

    ଜଗନ୍ନାଥ ମହାନ୍ତି

    ଜଗନ୍ନାଥ ମହାନ୍ତି

    ଜଗନ୍ନାଥ ମହାନ୍ତି (୭ ଜାନୁଆରୀ ୧୯୩୭ - ୧୨ ମାର୍ଚ୍ଚ ୨୦୧୧) ଜଣେ ଶିକ୍ଷାବିତ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଶିଶୁ ସାହିତ୍ୟିକ ଓ ଔପନ୍ୟାସିକ ଥିଲେ ।

    12 ପଠିତ (↑12 ଗତକାଲିଠାରୁ)0,0,0,0,11,0,0,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  45. 45

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ କୁମାର ଆଚାର୍ଯ୍ୟ

    ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ ।

    12 ପଠିତ (↑12 ଗତକାଲିଠାରୁ)0,0,17,0,12,13,9,0,0, 12

    1 ଦିନ ଷ୍ଟ୍ରିକ

    🔍 🗞️
  46. 46

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର

    ଜଗନ୍ନାଥ ମନ୍ଦିର (ଶ୍ରୀମନ୍ଦିର କିମ୍ବା ବଡ଼ଦେଉଳ ଭାବରେ ମଧ୍ୟ ପରିଚିତ) ଭାରତର ଓଡ଼ିଶା ରାଜ୍ୟର ପୁରୀଠାରେ ଅବସ୍ଥିତ ଏକ ପ୍ରାଚୀନ ହିନ୍ଦୁ ଦେଉଳ । ଏହା ମୁଖ୍ୟତଃ ବିଷ୍ଣୁଙ୍କ ଅବତାର ଶ୍ରୀଜଗନ୍ନାଥଙ୍କୁ ସମର୍ପିତ । ଏଠାରେ ରତ୍ନସିଂହାସନ ଉପରେ ଚତୁର୍ଦ୍ଧାମୂର୍ତ୍ତି ଭାବରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜା ପାଆନ୍ତି ।

    12 ପଠିତ (↑3 ଗତକାଲିଠାରୁ)28,17,12,26,17,22,9,21,9, 12

    9+ ଦିନ ଷ୍ଟ୍ରିକ

    🔍 🗞️
  47. 47

    ପ୍ରଣବ ପଟ୍ଟନାୟକ

    ପ୍ରଣବ ପଟ୍ଟନାୟକ

    ପ୍ରଣବ ପଟ୍ଟନାୟକ (୨୦ ଜାନୁଆରୀ ୧୯୩୮ - ୨୧ ଅଗଷ୍ଟ ୨୦୨୬) ଜଣେ ଓଡ଼ିଆ ସଙ୍ଗୀତକାର ଓ ଗାୟକ ଥିଲେ । ପିତା ଲାଲମୋହନ ପଟ୍ଟନାୟକଙ୍କଠାରୁ ପ୍ରେରଣା ପାଇ, ସେ ବାଲ୍ୟକାଳରୁ ହିଁ ସଂଗୀତ ପ୍ରତି ଆକୃଷ୍ଟ ହୋଇଥିଲେ ଓ ଗୁରୁ କୁନାଳ ଆଦୀନାରାୟଣ ରାଓଙ୍କଠାରୁ ସଂଗୀତ ଶିକ୍ଷାଗ୍ରହଣ କରିଥିଲେ ।

    11 ପଠିତ (0 ଗତକାଲିଠାରୁ)25,28,37,33,16,0,27,13,11, 11

    4 ଦିନ ଷ୍ଟ୍ରିକ

    🔍 🗞️
  48. 48

    ହୀରାକୁଦ ବନ୍ଧ

    ହୀରାକୁଦ ବନ୍ଧ

    ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.

    11 ପଠିତ (↑11 ଗତକାଲିଠାରୁ)9,0,0,10,10,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  49. 49

    ଗୋପବନ୍ଧୁ ଦାସ

    ଗୋପବନ୍ଧୁ ଦାସ

    ଉତ୍କଳମଣି ଗୋପବନ୍ଧୁ ଦାସ (୯ ଅକ୍ଟୋବର ୧୮୭୭–୧୭ ଜୁନ ୧୯୨୮) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ଓ ଓଡ଼ିଆ-ଭାଷୀ ଲେଖକ ଥିଲେ । ଭାରତୀୟ ସ୍ୱାଧୀନତା ସଂଗ୍ରାମକୁ ତାଙ୍କର ଅବଦାନ ନିମନ୍ତେ ସେ "ଉତ୍କଳମଣି" ନାମରେ ଜଣାଶୁଣା ।

    11 ପଠିତ (↓3 ଗତକାଲିଠାରୁ)38,24,36,30,49,28,30,20,14, 11

    9+ ଦିନ ଷ୍ଟ୍ରିକ

    🔍 🗞️
  50. 50

    ଗୋପାଳ ଚନ୍ଦ୍ର ପ୍ରହରାଜ

    ଗୋପାଳ ଚନ୍ଦ୍ର ପ୍ରହରାଜ

    ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।

    11 ପଠିତ (0 ଗତକାଲିଠାରୁ)0,13,18,0,21,0,15,0,11, 11

    2 ଦିନ ଷ୍ଟ୍ରିକ

    🔍 🗞️
  51. 51

    ପୁଷ୍ଟିସାର

    ପୁଷ୍ଟିସାର

    ଏହି ବିଷୟଟି ପୁଷ୍ଟିସାର (ପୋଷକ) ସମ୍ବନ୍ଧରେ ଲେଖା ହୋଇଛି । ମଲିକ୍ୟୁଲ ସମ୍ପର୍କରେ ଦେଖିବାକୁ ଇଚ୍ଛା କଲେ en: Proteins ଦେଖନ୍ତୁ ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,0,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  52. 52

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର

    ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

    11 ପଠିତ (↑4 ଗତକାଲିଠାରୁ)15,28,20,18,17,14,15,8,7, 11

    9+ ଦିନ ଷ୍ଟ୍ରିକ

    🔍 🗞️
  53. 53

    ଅଚ୍ୟୁତାନନ୍ଦ ଦାସ

    ଅଚ୍ୟୁତାନନ୍ଦ ଦାସ

    ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।

    11 ପଠିତ (↑1 ଗତକାଲିଠାରୁ)0,0,11,0,16,0,0,11,10, 11

    3 ଦିନ ଷ୍ଟ୍ରିକ

    🔍 🗞️
  54. 54

    ବିନୋଦ ଚନ୍ଦ୍ର ନାୟକ

    ବିନୋଦ ଚନ୍ଦ୍ର ନାୟକ

    ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।

    11 ପଠିତ (↑11 ଗତକାଲିଠାରୁ)0,0,0,0,0,16,0,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  55. 55

    ରମାକାନ୍ତ ରଥ

    ରମାକାନ୍ତ ରଥ

    ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।

    11 ପଠିତ (↑11 ଗତକାଲିଠାରୁ)0,9,0,13,0,14,13,0,0, 11

    1 ଦିନ ଷ୍ଟ୍ରିକ

    🔍 🗞️
  56. 56

    ତ୍ରିପୁରା ମିଶ୍ର

    ତ୍ରିପୁରା ମିଶ୍ର

    ତ୍ରିପୁରା ମିଶ୍ର ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଅଭିନେତା ଶ୍ରୀରାମ ପଣ୍ଡାଙ୍କର ପତ୍ନୀ । ୧୯୯୨ ମସିହାରେ ଶ୍ରୀରାମ ସାଂସାରିକ ଜୀବନରୁ ସନ୍ୟାସ ନେବା ପରେ ତ୍ରିପୁରା ଅଭିନୟକୁ ଛାଡ଼ି ମହାବିଦ୍ୟାଳୟରେ ଅଧ୍ୟାପିକା ଭାବରେ କାର୍ଯ୍ୟ କରୁଛନ୍ତି । ତ୍ରିପୁରା ଯାଯାବର, ସମୟ

    11 ପଠିତ (↓2 ଗତକାଲିଠାରୁ)0,10,16,0,0,0,0,0,13, 11

    2 ଦିନ ଷ୍ଟ୍ରିକ

    🔍 🗞️
  57. 57

    କାଳୀଚରଣ ପଟ୍ଟନାୟକ

    କାଳୀଚରଣ ପଟ୍ଟନାୟକ

    କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ (୨୩ ଡିସେମ୍ବର ୧୮୯୭ - ୨୪ ଜୁଲାଇ ୧୯୭୮)

    11 ପଠିତ (↑1 ଗତକାଲିଠାରୁ)0,0,0,0,0,14,13,19,10, 11

    5 ଦିନ ଷ୍ଟ୍ରିକ

    🔍 🗞️
  58. 58

    ଏ. ପି. ଜେ. ଅବଦୁଲ କଲାମ

    ଏ. ପି. ଜେ. ଅବଦୁଲ କଲାମ

    ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍‌ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।

    10 ପଠିତ (↓4 ଗତକାଲିଠାରୁ)0,0,0,11,0,0,8,0,14, 10

    2 ଦିନ ଷ୍ଟ୍ରିକ

    🔍 🗞️
  59. 59

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ

    କୃଷ୍ଣଚନ୍ଦ୍ର ପାଣିଗ୍ରାହୀ (୧ ଡିସେମ୍ବର ୧୯୦୯ - ୨୫ ଫେବୃଆରୀ ୧୯୮୭) ଜଣେ ଓଡ଼ିଆ ପ୍ରତ୍ନ‌ତ‌ତ୍ୱବିଦ, ଐତିହାସିକ ଏବଂ ଗବେଷକ । ସେ ବହୁ ଐତିହାସିକ ଓ ସମାଜ-ସାହିତ୍ୟ-ସଂସ୍କୃତ ଧର୍ମୀ ପ୍ରବନ୍ଧର ରଚୟୀତା ।

    10 ପଠିତ (↑2 ଗତକାଲିଠାରୁ)11,0,18,18,12,10,14,0,8, 10

    2 ଦିନ ଷ୍ଟ୍ରିକ

    🔍 🗞️
  60. 60

    ପଞ୍ଚସଖା

    ପଞ୍ଚସଖା

    ୧୫ ଓ ୧୬ଶ ଶତାବ୍ଦୀକୁ ପଞ୍ଚସଖା ଯୁଗ କୁହାଯାଏ । ଏହି ଯୁଗରେ ପାଞ୍ଚଜଣ ଭକ୍ତିକବି ଅନନ୍ତ ଦାସ, ଯଶୋବନ୍ତ ଦାସ, ଅଚ୍ୟୁତାନନ୍ଦ ଦାସ, ଜଗନ୍ନାଥ ଦାସ ଓ ବଳରାମ ଦାସଙ୍କୁ ନେଇ ପଞ୍ଚସଖା ଗଠିତ । ଏହି ପାଞ୍ଚଜଣଙ୍କୁ ଚୈତନ୍ୟଙ୍କ ପଞ୍ଚସଖା ମଧ୍ୟ କୁହାଯାଏ ।

    10 ପଠିତ (↓4 ଗତକାଲିଠାରୁ)0,10,10,0,11,21,0,24,14, 10

    3 ଦିନ ଷ୍ଟ୍ରିକ

    🔍 🗞️
  61. 61

    ଆବୁଲ କଲାମ ଆଜାଦ

    ଆବୁଲ କଲାମ ଆଜାଦ

    ଆବୁଲ କଲାମ ଆଜାଦ (୧୧ ନଭେମ୍ବର ୧୮୮୮- ୨୨ ଫେବୃଆରୀ ୧୯୫୮)ବା ମୌଲାନା ସୟୀଦ ଅବୁଲ କାଲାମ ଗୁଲାମ ମୁହିୟୁଦ୍ଦିନ ଅଦମଦ ବିନ ଖୈରୁଦ୍ଦିନ ଅଲ୍-ଦୁସୈନି ଆଜାଦ (ପୁରା ନାମ) ଥିଲେ ଜଣେ ଭାରତୀୟ ବୁଦ୍ଧିଜୀବି ତଥା ଭାରତୀୟ ସ୍ୱାଧୀନତା ସଂଗ୍ରାମ ସମୟରେ ଜାତୀୟ କଂଗ୍ରେସର ବରିଷ୍ଠ ମୁସଲିମ ନେତା । ମୌଲାନ ଆଜାଦ ନାମରେ ପ୍ରସିଦ୍ଧ ଏହି ନେତା ଥିଲେ ସ୍ୱାଧୀନତା ପରବର୍ତ୍ତୀ ଭାରତରେ ସେ ପ୍ରଥମ ଶିକ୍ଷାମନ୍ତ୍ରୀ । ମୌଲାନା ହେଉଛି ତାଙ୍କୁ ପ୍ରଦତ୍ତ ଏକ ସମ୍ମାନାସ୍ପଦ ଉପାଧୀ ଏବଂ ସେ ତାଙ୍କ ନାମରେ ଆଜାଦ (ଅର୍ଥାତ- ମୁକ୍ତ) ଯୋଡିଦେଇଥିଲେ । ଭାରତୀୟ ଶିକ୍ଷା ବ୍ୟବସ୍ଥାକୁ ଏକ ନୂତନ ରୂପରେଖ ଦେବାରେ ତାଙ୍କର ଅବଦାନକୁ ଚିର ସ୍ମରଣୀୟ କରିବା ପାଇଁ ପ୍ରତିବର୍ଷ ତାଙ୍କ ଜନ୍ମ ଦିନକୁ ଭାରତରେ ଜାତୀୟ ଶିକ୍ଷା ଦିବସ ରୂପେ ପାଳନ କରାଯାଉଛି ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  62. 62

    ପବିତ୍ର ମୋହନ ପ୍ରଧାନ

    ପବିତ୍ର ମୋହନ ପ୍ରଧାନ

    ପବିତ୍ର ମୋହନ ପ୍ରଧାନ (୮ ଫେବୃଆରୀ ୧୯୦୮ - ୨୮ ସେପ୍ଟେମ୍ବର ୧୯୮୮) ଓଡ଼ିଶାର ଜଣେ ପ୍ରଜାମଣ୍ଡଳ ଓ ଗଡ଼ଜାତ ଆନ୍ଦୋଳନର ନେତା ଏବଂ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ବହୁବାର ଓଡ଼ିଶା ବିଧାନ ସଭା ଓ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

    10 ପଠିତ (↑10 ଗତକାଲିଠାରୁ)0,0,0,9,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  63. 63

    ବଣଭୋଜି ବେଶ

    ବଣଭୋଜି ବେଶ

    ମହାପ୍ରଭୁଙ୍କ ବେଶ ମଧ୍ୟରେ ବଣଭୋଜି ବେଶ ଅନ୍ୟତମ । ଏହି ବେଶ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ ବା ନନ୍ଦୋତ୍ସବର ପରଦିନ ଅନୁଷ୍ଠିତ ହେଇଥାଏ । ଏହି ବେଶପୂର୍ବରୁ ମହାପ୍ରଭୁଙ୍କ କୋଳି ବିକା ନୀତି ସମ୍ପନ୍ନ ହେଇଥାଏ । ଏହା ସହ ଠାକୁରମାନେ ବକାସୁର ଓ ଅଘାସୁର ବଧ କରିଥାଆନ୍ତି । ଏହି ଉତ୍ସବର ସ୍ୱତନ୍ତ୍ର ନୀତି ମୁତାବକ ମଧ୍ୟାହ୍ନ ଧୂପ ବେଶରେ ବଡ଼ ଠାକୁର ଏବଂ ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦୁଇଟି ଆଜ୍ଞାମାଳ ଲାଗି ହୋଇଥାଏ । ମଧ୍ୟାହ୍ନ ଧୂପ ପରେ ଦକ୍ଷିଣ ଘରୁ ରାମକୃଷ୍ଣଙ୍କୁ ଆଣି ସିଂହାସନରେ ବିଜେ କରାଯାଇଥାଏ । ବିମାନ ବଡୁ ସେବକ ପାଲିଙ୍କିକୁ ନେଇ ବଡ଼ଛତା ମଠ ଆଖଡ଼ା ପାଖ କାଠ ସିଂହାସନରେ ବିଜେ କରାଇଥାନ୍ତି । ଏହି ମଠ ସମ୍ମୁଖରେ ଜଣେ ଲୋକ ଶବରୁଣୀ ବେଶରେ ନଡି଼ଆ, କୋଳି ଧରି ଥାଏ । ଏଠାରୁ ଭିତରଚ୍ଛୁ ମହାପାତ୍ରେ ଶବରୁଣୀଠାରୁ କୋଳିନେଇ ରୂପା ପିଙ୍ଗଣରେ ରଖି ମଣୋହି କରିଥାନ୍ତି । ରାମକୃଷ୍ଣ ପାଲିଙ୍କିରେ ବିଜେ ହେବାପରେ ସନ୍ଧ୍ୟାଧୂପରେ ପୁଷ୍ପାଳକମାନେ ବଣଭୋଇ ବେଶ କରିଥାନ୍ତି । ଠାକୁରମାନଙ୍କୁ ପରମ୍ପରା ମୁତାବକ ପେଡ଼ାମାଳ ବି ଲାଗି ହେଇଥାଏ ।

    10 ପଠିତ (↑10 ଗତକାଲିଠାରୁ)0,0,0,0,0,0,0,0,0, 10

    1 ଦିନ ଷ୍ଟ୍ରିକ

    🔍 🗞️
  64. 64

    ନେପାଳ

    ନେପାଳ

    ନେପାଳଏକ ଏସିଅ ଦେଶ । ପୃଥିବୀର ସବୁଠୁ ଉଚ୍ଚ ଶିଖର ଏଭରେଷ୍ଟ ନେପାଳରେ ଅଛି | ନେପାଳ ଏକ ବହୁ-ଜାତି, ବହୁ-ଧାର୍ମିକ ଏବଂ ବହୁ-ସାଂସ୍କୃତିକ ରାଜ୍ୟ, ନେପାଳୀ ସରକାରୀ ଭାଷା ଭାବରେ |

    10 ପଠିତ (↓24 ଗତକାଲିଠାରୁ)9,10,0,8,0,0,0,0,34, 10

    2 ଦିନ ଷ୍ଟ୍ରିକ

    🔍 🗞️
  65. 65

    ଭକ୍ତ ଚରଣ ଦାସ

    ଭକ୍ତ ଚରଣ ଦାସ

    ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।

    9 ପଠିତ (↓3 ଗତକାଲିଠାରୁ)0,0,11,15,0,10,0,0,12, 9

    2 ଦିନ ଷ୍ଟ୍ରିକ

    🔍 🗞️
  66. 66

    ଅନୁଗୁଳ ସ୍ୱୟଂଶାସିତ ସରକାରୀ କଲେଜ

    ଅନୁଗୁଳ ସ୍ୱୟଂଶାସିତ ସରକାରୀ କଲେଜ

    ଅନୁଗୁଳ ସ୍ୱୟଂଶାସିତ ସରକାରୀ କଲେଜ, ଭାରତୀୟ ରାଜ୍ୟ ଓଡ଼ିଶାର ଅନୁଗୋଳ ସହରରେ ଅବସ୍ଥିତ ଏକ ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ । ଏହା ୧୯୫୭ ମସିହାରେ ସରକାରଙ୍କଦ୍ୱାରା ସ୍ଥାପିତ ହେଇଥିଲା । ଏହା ଜାତୀୟ ରାଜପଥ ୫୫ରୁ ମାତ୍ର ୧ କିଲୋମିଟର ଦୂରରେ ସହରର ମଧ୍ୟ ସ୍ଥଳୀରେ ଅବସ୍ଥାପିତ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  67. 67

    ଗୌତମ ବୁଦ୍ଧ

    ଗୌତମ ବୁଦ୍ଧ

    ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ

    9 ପଠିତ (↑9 ଗତକାଲିଠାରୁ)0,21,0,0,16,19,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  68. 68

    ଟିକଟକ

    ଟିକଟକ

    ଟିକଟକ, ଯାହା ଡଇନ (ଚୀନ: 抖音; ପିନଇନ : Dǒuyīn; ଆକ୍ଷରିକ ଅର୍ଥ: 'ଶବ୍ଦ କମ୍ପନ') ନାମରେ ମଧ୍ୟ ଚୀନରେ ଜଣାଶୁଣା ଏକ ଆଣ୍ଡ୍ରୋଏଡ ଏବଂ ଆଇଓଏସ ଆପ ବା ଆପ୍ଲିକେସନ, ଯେଉଁଥିରେ ଛୋଟ ଛୋଟ ସମୟର ଅବଧିଯୁକ୍ତ ଭିଡିଓ ତିଆରି କରାଯାଇ ବଣ୍ଟା ଯାଇଥାଏ । ତିନିରୁ ପନ୍ଦର ସେକେଣ୍ଡ ସମୟ ବିଶିଷ୍ଟ ସଙ୍ଗୀତ ଭିଡିଓ ତିଆରି ହୋଇଥାଏ ଏବଂ ବାରମ୍ବାରତା ଛୋଟ ଭିଡିଓ ୩ରୁ ୬୦ ସେକେଣ୍ଡର ତିଆରି ହୋଇଥାଏ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  69. 69

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର

    ସୀତାକାନ୍ତ ମହାପାତ୍ର (ଜନ୍ମ ୧୭ ସେପ୍ଟେମ୍ବର ୧୯୩୭) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ କବି ଓ ସାହିତ୍ୟ ସମାଲୋଚକ ।

    9 ପଠିତ (↑2 ଗତକାଲିଠାରୁ)0,14,20,0,10,11,9,0,7, 9

    2 ଦିନ ଷ୍ଟ୍ରିକ

    🔍 🗞️
  70. 70

    ରମାଦେବୀ ଚୌଧୁରୀ

    ରମାଦେବୀ ଚୌଧୁରୀ

    ରମାଦେବୀ ଚୌଧୁରୀ (୩ ଡିସେମ୍ବର ୧୮୯୯–୨୨ ଜୁଲାଇ ୧୯୮୫) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ଥିଲେ । ମଧୁସୂଦନ ଦାସ ତାଙ୍କର ବଡ଼ ବାପା ଥିଲେ ଓ ତାଙ୍କ ଜୀବନସାଥୀ ଗୋପବନ୍ଧୁ ଚୌଧୁରୀ ତଥା ଦୁଇସନ୍ତାନ ମନମୋହନ ଚୌଧୁରୀ ଓ ଅନ୍ନପୂର୍ଣ୍ଣା ମହାରଣା ସ୍ୱାଧୀନତା ସଂଗ୍ରାମୀ ଥିଲେ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  71. 71

    ଜୟ ଜଗନ୍ନାଥ

    ଜୟ ଜଗନ୍ନାଥ

    ସବ୍ୟସାଚୀ ମହାପାତ୍ରଙ୍କ ନିର୍ଦ୍ଦେଶନାରେ ନିର୍ମିତ ବହୁଭାଷି କଥାଚିତ୍ର ଜୟ ଜଗନ୍ନାଥ ୨୦୦୭ ମସିହା ରଥଯାତ୍ରା ଅବସରରେ ମୁକ୍ତିଲାଭ କରିଥିଲା । ଏହି କଥାଚିତ୍ରଟି ଓଡ଼ିଆ ଓ ହିନ୍ଦୀ ଭାଷାରେ ତିଆରି କରାଯାଇଥିଲା । ପରେ ଏହାକୁ ଇଂରାଜୀ ସମେତ ୧୩ଟି ଆଞ୍ଚଳିକ ଭାଷାରେ ଅନୁଦିତ କରାଯାଇ ଥିଲା ।

    9 ପଠିତ (↓1 ଗତକାଲିଠାରୁ)8,0,0,0,0,0,8,14,10, 9

    4 ଦିନ ଷ୍ଟ୍ରିକ

    🔍 🗞️
  72. 72

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ

    ମନୋରଞ୍ଜନ ଦାସ (୧୦ ମାର୍ଚ୍ଚ ୧୯୨୩ - ୧୭ ଫେବୃଆରୀ ୨୦୧୩)ଓଡ଼ିଶାରେ ଜନ୍ମିତ ଜଣେ ଗାଳ୍ପିକ, ପ୍ରାବନ୍ଧିକ, ନାଟ୍ୟକାର । ସେ ଓଡ଼ିଆ ସାହିତ୍ୟରେ ନବନାଟ୍ୟ ଆନ୍ଦୋଳନର ମୁଖ୍ୟ ପୁରୋଧା ଥିଲେ ।

    9 ପଠିତ (↑9 ଗତକାଲିଠାରୁ)12,13,11,13,12,12,13,8,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  73. 73

    ଚିତ୍ତ ଜେନା

    ଚିତ୍ତ ଜେନା

    ଚିତ୍ତରଞ୍ଜନ ଜେନା (୨୪ ଡିସେମ୍ବର ୧୯୪୧ – ୧୩ ନଭେମ୍ବର ୨୦୧୮) ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣେ ଜଣାଶୁଣା ପ୍ରଛଦପଟ ଗାୟକ ଥିଲେ । ସେ ୧୯୪୧ ମସିହା ଡିସେମ୍ବର ୨୪ ଦିନ କଟକରେ ଜନ୍ମଗ୍ରହଣ କରିଥିଲେ । ଚିତ୍ତ ଜେନା ୧୦୦ରୁ ଉର୍ଦ୍ଧ୍ୱ ଚଳଚ୍ଚିତ୍ର ସହିତ ଅନ୍ୟାନ୍ୟ ଗୀତରେ କଣ୍ଠଦାନ କରିଥିଲେ । ତାଙ୍କର କେତେକ ଜଣାଶୁଣା ଗୀତ ହେଲା ମୋ ପ୍ରିୟାଠାରୁ କିଏ ଅଧିକ ସୁନ୍ଦର, ରୂପ ହୋଇଥିବ ଲାବଣ୍ୟବତୀ, ପୂଜା କାହିଁ ପୂଜା, ମାଣିକ ଆଲୋ ମାଣିକ ଆଦି । ୨୦୧୮ ମସିହା ନଭେମ୍ବର ୧୩ ତାରିଖରେ କଟକରେ ତାଙ୍କର ୭୬ ବର୍ଷରେ ଅସୁସ୍ଥତା କାରଣରୁ ଦେହାନ୍ତ ହୋଇଥିଲା ।

    9 ପଠିତ (↑1 ଗତକାଲିଠାରୁ)0,0,0,0,0,0,0,0,8, 9

    2 ଦିନ ଷ୍ଟ୍ରିକ

    🔍 🗞️
  74. 74

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ

    ଭାରତୀୟ ସମ୍ବିଧାନ (The Constitution of India, ଦ କନଷ୍ଟିଚ୍ୟୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ।

    9 ପଠିତ (↓1 ଗତକାଲିଠାରୁ)19,25,9,11,10,11,13,0,10, 9

    2 ଦିନ ଷ୍ଟ୍ରିକ

    🔍 🗞️
  75. 75

    ଇରା ମହାନ୍ତି

    ଇରା ମହାନ୍ତି

    ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍‌ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍‌ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍‌ବୁଲ୍‌ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।

    9 ପଠିତ (↓1 ଗତକାଲିଠାରୁ)0,0,0,11,0,0,0,9,10, 9

    3 ଦିନ ଷ୍ଟ୍ରିକ

    🔍 🗞️
  76. 76

    ଉଷସୀ ମିଶ୍ର

    ଉଷସୀ ମିଶ୍ର

    ଉଷସୀ ମିଶ୍ର ଜଣେ ଓଡ଼ିଆ ଅଭିନେତ୍ରୀ । ଉଷସୀ ଉଭୟ ସକରାତ୍ମକ ଏବଂ ନକରାତ୍ମକ ଚରିତ୍ରରେ ଅନେକ ଚଳଚ୍ଚିତ୍ର, ଯାତ୍ରା ଓ ଟିଭି ଧାରାବାହିକ ଓ ଓଡ଼ିଆ ଆଲବମ ଗୀତରେ ଅଭିନୟ କରିଛନ୍ତି ।

    9 ପଠିତ (0 ଗତକାଲିଠାରୁ)0,0,0,18,0,9,13,10,9, 9

    5 ଦିନ ଷ୍ଟ୍ରିକ

    🔍 🗞️
  77. 77

    ହେମନ୍ତ ଦାସ

    ହେମନ୍ତ ଦାସ

    ହେମନ୍ତ ଦାସ (୧୮ ସେପ୍ଟେମ୍ବର ୧୯୩୩ - ୨୭ ଅପ୍ରେଲ ୨୦୧୦) ଜଣେ ଓଡ଼ିଆ ଅଭିନେତା ଓ ନିର୍ଦ୍ଦେଶକ ଥିଲେ । ଚଳଚ୍ଚିତ୍ର ଅଭିନୟ ପାଇଁ ସେ ୧୯୯୧ ମସିହାରେ ଜୟଦେବ ପୁରସ୍କାର ପାଇଥିଲେ ।

    9 ପଠିତ (↓9 ଗତକାଲିଠାରୁ)0,0,19,0,0,0,0,26,18, 9

    3 ଦିନ ଷ୍ଟ୍ରିକ

    🔍 🗞️
  78. 78

    କବିସୂର୍ଯ୍ୟ ବଳଦେବ ରଥ

    କବିସୂର୍ଯ୍ୟ ବଳଦେବ ରଥ

    କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।

    9 ପଠିତ (↑1 ଗତକାଲିଠାରୁ)0,0,0,12,11,13,0,0,8, 9

    2 ଦିନ ଷ୍ଟ୍ରିକ

    🔍 🗞️
  79. 79

    ସ୍ତନ୍ୟପାୟୀ

    ସ୍ତନ୍ୟପାୟୀ

    ସ୍ତନ୍ୟପାୟୀ (English: Mammal; ଶ୍ରେଣୀ Mammalia ) ସମୂହର ପ୍ରାଣୀମାନେ (ନାରୀ) ନିଜ ନବଜାତ ଶିଶୁକୁ ସ୍ତନ୍ୟ ପାନ କରାଇଥାନ୍ତି । ମହିଳାମାନଙ୍କ କ୍ଷେତ୍ରରେ ସ୍ତନ ଗ୍ରନ୍ଥି ଦେଖାଯାଇଥାଏ, ଯାହାକି ସରୀସୃପ କିମ୍ବା ପକ୍ଷୀମାନଙ୍କ କ୍ଷେତ୍ରରେ ଦେଖାଯାଇନଥାଏ । ସ୍ତନ୍ୟପାୟୀ ସମୂହର ଚାରି କୋଠରି ବିଶିଷ୍ଟ ହୃତପିଣ୍ଡ ରହିଥାଏ ଓ ମସ୍ତିସ୍କ ଗଠନ ଅପେକ୍ଷାକୃତ ଉନ୍ନତ ହୋଇଥାଏ ।

    9 ପଠିତ (↑9 ଗତକାଲିଠାରୁ)0,0,0,0,0,0,0,0,0, 9

    1 ଦିନ ଷ୍ଟ୍ରିକ

    🔍 🗞️
  80. 80

    ଶ୍ରୀରାମ ପଣ୍ଡା

    ଶ୍ରୀରାମ ପଣ୍ଡା

    ଶ୍ରୀରାମ ପଣ୍ଡା ଜଣେ ଓଡ଼ିଆ ଅଭିନେତା, ନିର୍ଦ୍ଦେଶକ ଓ କାହାଣୀକାର । ସେ ଅଧୁନା ବିହାରର ମୁଙ୍ଗେର ଆଶ୍ରମରେ ଜଣେ ସନ୍ଥ ଭାବରେ ଜୀବନ ଅତିବାହିତ କରୁଛନ୍ତି ।

    9 ପଠିତ (↓6 ଗତକାଲିଠାରୁ)0,0,0,0,0,0,0,0,15, 9

    2 ଦିନ ଷ୍ଟ୍ରିକ

    🔍 🗞️
  81. 81

    ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି

    ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି

    ଅନୁସୂଚିତ ଜାତି ଭାରତୀୟ ସମ୍ବିଧାନର ଅନୁସୂଚିତ ଧାରା ଅନୁସାରେ ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀକୁ ବୁଝାଏ । ଜାତିଗତ ଦୃଷ୍ଟିରୁ ଦଳିତ ଓ ହରିଜନ ଆଦି ନାମ ମଧ୍ୟ ଅନୁସୂଚିତ ଜାତି ପାଇଁ ବ୍ୟବହାର କରାଯାଏ ।

    8 ପଠିତ (↑8 ଗତକାଲିଠାରୁ)14,0,10,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  82. 82

    ଭଗବତୀ ଚରଣ ପାଣିଗ୍ରାହୀ

    ଭଗବତୀ ଚରଣ ପାଣିଗ୍ରାହୀ

    ଭଗବତୀ ଚରଣ ପାଣିଗ୍ରାହୀ (୧ ଫେବୃଆରୀ ୧୯୦୮‌- ୨୩ ଅକ୍ଟୋବର, ୧୯୪୩) ପୁରୀ ଜିଲ୍ଲାର ବିଶ୍ୱନାଥପୁରଠାରେ ଜନ୍ମିତ ପ୍ରଗତିଯୁଗର ଜଣେ ଲେଖକ ଥିଲେ ।

    8 ପଠିତ (↑8 ଗତକାଲିଠାରୁ)0,0,0,11,0,0,0,8,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  83. 83

    ମନୋଜ ଦାସ

    ମନୋଜ ଦାସ

    ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।

    8 ପଠିତ (↑8 ଗତକାଲିଠାରୁ)25,19,22,28,28,13,19,15,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  84. 84

    କାହ୍ନୁଚରଣ ମହାନ୍ତି

    କାହ୍ନୁଚରଣ ମହାନ୍ତି

    କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।

    8 ପଠିତ (↑8 ଗତକାଲିଠାରୁ)8,14,19,12,0,9,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  85. 85

    ବୌଦ୍ଧ ଧର୍ମ

    ବୌଦ୍ଧ ଧର୍ମ

    ବୈାଦ୍ଧ ଧର୍ମ (ପାଳି: ବୋଧ ଧର୍ମ) ଏକ ଧର୍ମ ଓ ଦର୍ଶନ ଯେଉଁଥିରେ ଅନେକ ଧରଣର ପରମ୍ପରା, ବିଶ୍ୱାସ ଓ ଆଚରଣ ରହିଛି । ଏହା ଗୌତମ ବୁଦ୍ଧଙ୍କ ଶିକ୍ଷାକୁ ନେଇ ଗଠିତ । ଖ୍ରୀ.ପୂ.

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  86. 86

    ଜବାହରଲାଲ ନେହେରୁ

    ଜବାହରଲାଲ ନେହେରୁ

    ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲାହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍‌ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।

    8 ପଠିତ (↓3 ଗତକାଲିଠାରୁ)0,0,0,0,0,0,0,0,11, 8

    2 ଦିନ ଷ୍ଟ୍ରିକ

    🔍 🗞️
  87. 87

    ତଅପୋଇ

    ତଅପୋଇ

    ତଅପୋଇ ଏକ ଲୋକକଥାର ଚରିତ୍ର ।

    8 ପଠିତ (↑8 ଗତକାଲିଠାରୁ)0,0,15,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  88. 88

    ଆଚାର୍ଯ୍ୟ ହରିହର

    ଆଚାର୍ଯ୍ୟ ହରିହର

    ଆଚାର୍ଯ୍ୟ ହରିହର (୮ ମାର୍ଚ୍ଚ ୧୮୭୯ -୨୧ ଫେବୃଆରୀ ୧୯୭୧) ଓଡ଼ିଶାରେ ଜନ୍ମିତ ଜଣେ ସ୍ୱାଧୀନତା ସଂଗ୍ରାମୀ, ଶିକ୍ଷକ ଓ ସମାଜସେବୀ ଥିଲେ । ସତ୍ୟବାଦୀ ବନବିଦ୍ୟାଳୟର ଶିକ୍ଷକ ରୂପେ ସତ୍ୟବାଦୀର ସାହିତ୍ୟ-କର୍ମରେ ସକ୍ରିୟ ଓ ସଫଳ ଅଂଶଗ୍ରହଣ କରିଥିଲେ । ସେ ଭଗବତ ଗୀତାର ଅନୁବାଦ ଓ ପିଲାଙ୍କ ବ୍ୟାକରଣ ପ୍ରଭୃତି ରଚନା କରିଥିଲେ ।

    8 ପଠିତ (↑8 ଗତକାଲିଠାରୁ)8,0,0,12,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  89. 89

    ଓଡ଼ିଆ ଭାଗବତ

    ଓଡ଼ିଆ ଭାଗବତ

    ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।

    8 ପଠିତ (↓11 ଗତକାଲିଠାରୁ)0,14,16,12,11,10,10,13,19, 8

    9 ଦିନ ଷ୍ଟ୍ରିକ

    🔍 🗞️
  90. 90

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ

    ଓଡ଼ିଆ ସାହିତ୍ୟ ଓଡ଼ିଆ ଭାଷାରେ ଲିଖିତ ସାହିତ୍ୟର ନାନା ବିଭବକୁ ବୁଝାଇଥାଏ ।

    8 ପଠିତ (0 ଗତକାଲିଠାରୁ)0,14,0,17,13,10,9,15,8, 8

    7 ଦିନ ଷ୍ଟ୍ରିକ

    🔍 🗞️
  91. 91

    ବାଳକାଣ୍ଡ

    ବାଳକାଣ୍ଡ

    ବାଳକାଣ୍ଡ (ସଂସ୍କୃତ: बालकाण्ड ; IAST: Bālakāṇḍa) ବା “ଆଦିକାଣ୍ଡ”, ଭାରତର ଦୁଇଟି ମହାନ ଐତିହାସିକ ମହାକାବ୍ୟମାନଙ୍କ ମଧ୍ୟରୁ ଗୋଟିଏ ବାଲ୍ମୀକି ରାମାୟଣ ର ପ୍ରଥମ ଖଣ୍ଡ ଅଟେ (ଦ୍ୱିତୀୟ ମହାକାବ୍ୟ ହେଉଛି ମହାଭାରତ) । ବାଳକାଣ୍ଡ ବାସ୍ତବରେ ମୂଳ ଗ୍ରନ୍ଥକାର ବାଲ୍ମୀକିଙ୍କ ଦ୍ୱାରା ରଚିତ ଅଥବା ପରେ ଯୋଡ଼ାଯାଇଥିଲା; ଏହି ବିଷୟରେ ଶାସ୍ତ୍ରୀୟମାନଙ୍କ ମଧ୍ୟରେ ମତଭେଦ ରହିଛି । ଏହି ପୌରଣିକ ଆଖ୍ୟାନ ୭୨ଟି ସର୍ଗ ବା ଅଧ୍ୟାୟକୁ ନେଇ ଗଠିତ ।

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  92. 92

    ଗାର୍ଗୀ ମହାନ୍ତି

    ଗାର୍ଗୀ ମହାନ୍ତି

    ‌ଗାର୍ଗୀ ମହାନ୍ତି‌ ଜଣେ ଓଡ଼ିଆ ଚଳଚ୍ଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ । ଗାର୍ଗୀ ଜଣେ ଦକ୍ଷ ଏବଂ ପ୍ରଶିକ୍ଷିତ ଓଡ଼ିଶୀ ନର୍ତ୍ତକୀ । ସେ ଅଢ଼େଇ ବର୍ଷ ବୟସରୁ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ । ସେ ପ୍ରଥମେ ଓଡ଼ିଆ ଆଲବମରୁ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ୨୦୦୫ରେ ସେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗାର୍ଗୀଙ୍କର ପ୍ରଥମ ଚଳଚ୍ଚିତ୍ର ଥିଲା ହର ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ଅର୍ଜୁନ । ସେ ଓଡ଼ିଆ ଦୂରଦର୍ଶନରେ ମଧ୍ୟ ନାୟିକା ଭାବରେ କାର୍ଯ୍ୟ କରିଥିଲେ । ପ୍ରଥମେ ସେ ଡିଡି ଓଡ଼ିଆର ଧାରାବାହିକ ‌କ‌ହିଲେ ତୋ କୁଳ କୁଟୁମ୍ବକୁ ଲାଜ‌ରେ ଅଭିନୟ କରିଥିଲେ ।

    8 ପଠିତ (↑8 ଗତକାଲିଠାରୁ)0,0,0,0,0,0,0,0,0, 8

    1 ଦିନ ଷ୍ଟ୍ରିକ

    🔍 🗞️
  93. 93

    ମାୟାଧର ମାନସିଂହ

    ମାୟାଧର ମାନସିଂହ

    ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍‌ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।

    8 ପଠିତ (↑1 ଗତକାଲିଠାରୁ)0,17,16,11,0,13,0,11,7, 8

    3 ଦିନ ଷ୍ଟ୍ରିକ

    🔍 🗞️
  94. 94

    ଭଗବାନ ସାହୁ

    ଭଗବାନ ସାହୁ

    ଭଗବାନ ସାହୁ (୨୧ ସେପ୍ଟେମ୍ବର ୧୯୧୪ - ୧୨ ଅଗଷ୍ଟ ୨୦୧୨) ଜଣେ ଓଡ଼ିଆ ଲୋକନୃତ୍ୟ ଶିଳ୍ପୀ, ଅଭିନେତା, ଗାୟକ, ବାଦକ ଓ ନୃତ୍ୟ ନିର୍ଦ୍ଦେଶକ ଥିଲେ । ସେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ବାଘ ନାଚ, ରଣପା, ଦଣ୍ଡ ନାଟ, ଲଉଡ଼ି, ପାଇକ ନାଚ, ଚଢ଼େଇଆ ନାଚ, ଯୋଡ଼ିଶଙ୍ଖ ଆଦି ଲୋକନୃତ୍ୟସବୁକୁ ବିଧିବଦ୍ଧ କରିଥିଲେ । ସେ ଲଣ୍ଡନ, ସ୍ପେନ, ଆଫ୍ରିକା, ଭୁଟାନ, ଡାମାସକସ, ଆବୁ ଧାବି ଓ ନିଉଜିଲାଣ୍ଡ ଆଦି ସ୍ଥାନରେ ଓଡ଼ିଶାର ଲୋକନୃତ୍ୟ ପରିବେଷଣ କରିଥିଲେ । ଯୁବା ବୟସରେ ସେ ଏକ ଥିଏଟର ସ୍ଥାପନା କରି କୀର୍ତ୍ତିବୀର୍ଯ୍ୟ, କଳାପାହାଡ଼ ଓ ଶାମ୍ବାସୁର ଆଦି ପୁରାଣ ଚରିତ୍ରରେ ଅଭିନୟ କରିଥିଲେ । ତାଙ୍କ ଅଭିନୟ ଓ ନୃତ୍ୟରେ ପାରଙ୍ଗମତା ସକାଶେ ତାଙ୍କୁ ୧୯୯୨ ମସିହାରେ ପଦ୍ମଶ୍ରୀ ଉପାଧୀରେ ସମ୍ମାନୀତ କରାଯାଇଥିଲା । ସାହୁଙ୍କ ଜୀବନ ଚରିତ ସୁଜାତା ପଟ୍ଟନାୟକଙ୍କ ରଚିତ ଜୀବନୀ ବହି Folk Legend Baghaban Sahu ସୂଚନା ଓ ପ୍ରସାରଣ ବିଭାଗଦ୍ୱାରା ପ୍ରକାଶିତ । ୨୦୦୨ ମସିହା ଅଗଷ୍ଟ ୧୨ ତାରିଖରେ ତାଙ୍କର ଦେହାନ୍ତ ହୋଇଥିଲା

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  95. 95

    ରତ୍ନାକର ଚଇନି

    ରତ୍ନାକର ଚଇନି

    ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।

    7 ପଠିତ (↑7 ଗତକାଲିଠାରୁ)0,0,0,11,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  96. 96

    ଶ୍ୱେତସାର

    ଶ୍ୱେତସାର

    ଶ୍ୱେତସାର (carbohydrate) ଏକ ଜୈବପଦାର୍ଥ । ଏହା ଉଦ୍ଭିଦର କୋଷିକାରେ ଥିବା ହରିତ୍‌କଣାରେ ଆଲୋକ ସଂଶ୍ଳେଷଣ ପ୍ରକ୍ରିୟାଦ୍ୱାରା ତିଆରି ହୋଇଥାଏ । ଏଗୁଡ଼ିକ ସାଧାରଣତଃ ଅଙ୍ଗାରକ, ଉଦ୍‌ଜାନ ଏବଂ ଅମ୍ଳଜାନ ଅଣୁର ଏକ ନିର୍ଦ୍ଦିଷ୍ଟ ଅନୁପାତରେ (୧:୨:୧) ଗଠିତ । ସାଧାରଣରେ ଏହାକୁ (CH2O)n ଭାବରେ ପ୍ରକାଶ କରାଯାଇଥାଏ ।

    7 ପଠିତ (↑7 ଗତକାଲିଠାରୁ)0,0,0,9,41,10,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  97. 97

    ହୃଦାନନ୍ଦ ପାଣିଗ୍ରାହୀ

    ହୃଦାନନ୍ଦ ପାଣିଗ୍ରାହୀ

    ହୃଦାନନ୍ଦ ପାଣିଗ୍ରାହୀ ଜଣେ ଓଡ଼ିଆ ସାହିତ୍ୟିକ । ସେ ୧୯୫୫ ମସିହା ଅଗଷ୍ଟ ୬ ତାରିଖରେ ଭଦ୍ରକ ଜିଲ୍ଲାସ୍ଥିତ ଝାଡ଼ପଟାଠାରେ ଜନ୍ମଗ୍ରହଣ କରିଥିଲେ । ସେ ଭଦ୍ରକ ମହାବିଦ୍ୟାଳୟରୁ ସ୍ନାତକ ଏବଂ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଓଡ଼ିଆ ସାହିତ୍ୟରେ ସ୍ନାତକୋତ୍ତର କରିଥିଲେ । ୧୯୭୯ ମସିହାରୁ ଚମ୍ପୁଆସ୍ଥିତ ଚନ୍ଦ୍ରଶେଖର ମହାବିଦ୍ୟାଳୟରୁ ଅଧ୍ୟାପନା ଆରମ୍ଭ କରି ୨୦୧୫ ମସିହାରେ ପାଳିଆବିନ୍ଧାସ୍ଥିତ ବିରଞ୍ଚି ନାରୟଣ ମାଧବ-ଅର୍ଜ୍ଜୁନ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ବରିଷ୍ଠ ପ୍ରାଧ୍ୟାପକ ଏବଂ ବିଭାଗୀୟ ମୁଖ୍ୟଭାବେ ଅବସର ଗ୍ରହଣ କରିଥିଲେ ।

    7 ପଠିତ (0 ଗତକାଲିଠାରୁ)0,0,0,0,0,0,0,0,7, 7

    2 ଦିନ ଷ୍ଟ୍ରିକ

    🔍 🗞️
  98. 98

    ରାଧାଷ୍ଟମୀ

    ରାଧାଷ୍ଟମୀ

    ପୁରୁଷୋତ୍ତମ ଶ୍ରୀକୃଷ୍ଣଙ୍କର ଦକ୍ଷିଣ ଅଂଶରୁ ଶ୍ରୀରାଧାଙ୍କର ଉତ୍ପତ୍ତି I ଶ୍ରୀକୃଷ୍ଣଙ୍କର ଜନ୍ମତିଥିକୁ ‘ଜନ୍ମାଷ୍ଟମୀ’ ବା ‘ହରିଜନ୍ମ ’ ଇତ୍ୟାଦି ନାମରେ ଆମେ ପାଳନ କରୁ ଥାଇଁ I ବୈଷ୍ଣବମାନେ ଶ୍ରୀରାଧାଙ୍କର ଜନ୍ମତିଥିକୁ ‘ ରାଧାଷ୍ଟମୀ ’ ଭାବେ ପାଳନ କରନ୍ତି I ସେମାନଙ୍କ ମତରେ କୃଷ୍ଣଭକ୍ତି ପ୍ରାପ୍ତିର ମାଧ୍ୟମ ଶ୍ରୀରାଧାଙ୍କ ସ୍ତୁତି ଓ ପୂଜନ I

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  99. 99

    ଅଶ୍ୱିନୀ କୁମାର ଘୋଷ

    ଅଶ୍ୱିନୀ କୁମାର ଘୋଷ

    ଅଶ୍ୱିନୀ କୁମାର ଘୋଷ (୧୮୯୨-୧୯୬୨) ଜଣେ ଭାରତୀୟ ଓଡ଼ିଆ-ଭାଷୀ ନାଟ୍ୟକାର, ଗୀତିକାର ଓ ଔପନ୍ୟାସିକ ଥିଲେ । ସେ ପ୍ରାୟ ଏକଚାଳିଶଟି ଓଡ଼ିଆ ନାଟକ ରଚନା କରିଥିଲେ । ଏଥିମଧ୍ୟରୁ ପାଞ୍ଚଟି ପୌରାଣିକ ଓ କିମ୍ବଦନ୍ତୀଭିଭିକ । ସେ ଉଭୟ ଓଡ଼ିଆ ଉପନ୍ୟାସ ଓ ନାଟ୍ୟ ରଚନା କ୍ଷେତ୍ରରେ ନୂତନ ଶୈଳୀର ପ୍ରୟୋଗ ପାଇଁ ସେ ଜଣାଶୁଣା । ତାଙ୍କ ରଚିତ ଲୋକପ୍ରିୟ ମଞ୍ଚନାଟକ ମଧ୍ୟରେ ରଘୁ ଅରକ୍ଷିତ, ବନ୍ଧୁ ମହାନ୍ତି, ଚଣ୍ଡାଳୁଣୀ, ଶ୍ରୀଲୋକନାଥ ଓ ଚଷାଝିଅ ଆଦି ଅନ୍ୟତମ । ସେ ରଚନା କରିଥିବା ଚଳଚ୍ଚିତ୍ର କାହାଣୀ ମଧ୍ୟରେ ସେ ତୃତୀୟ ଓଡ଼ିଆ ଚଳଚ୍ଚିତ୍ର ଶ୍ରୀ ଜଗନ୍ନାଥ (୧୯୫୦) ଓ ଶ୍ରୀ ଲୋକନାଥ ( ୧୯୬୦) ଅନ୍ୟତମ । ସେ ଶ୍ରୀ ଜଗନ୍ନାଥର ଗୀତ ମଧ୍ୟ ରଚନା କରିଥିଲେ ଯାହା ତାଙ୍କ ଏକମାତ୍ର ଗୀତି ରଚନା । କାର୍ତ୍ତିକ କୁମାର ଘୋଷ ସାନଭାଇ ଓ ଗୌରୀଶଙ୍କର ରାୟ ତାଙ୍କର ବଡ଼ ଅଜା ଓ ରାମଶଙ୍କର ରାୟ ତାଙ୍କର ସାନ ଅଜା ଥିଲେ ।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️
  100. 100

    ଲୋକ ସଭା

    ଲୋକ ସଭା

    ଲୋକସଭା, ଯାହାକୁ 'ଜନତାଙ୍କ ସଦନ' ବୋଲି କୁହାଯାଏ, ଏହା ଭାରତର ଦ୍ୱି-ସଦନ ବିଶିଷ୍ଟ ସଂସଦର ନିମ୍ନ ସଦନ ଏବଂ ରାଜ୍ୟସଭା ହେଉଛି ଏହାର ଉପରିସ୍ଥ ସଦନ । ଲୋକସଭାର ସଦସ୍ୟମାନେ ନିଜ ନିଜ ନିର୍ବାଚନ ମଣ୍ଡଳୀର ପ୍ରତିନିଧିତ୍ୱ କରିବା ପାଇଁ ସାର୍ବଜନୀନ ବୟସ୍କ ମତାଧିକାର ଏବଂ 'ଫାଷ୍ଟ-ପାଷ୍ଟ-ଦି-ପୋଷ୍ଟ' (ସର୍ବାଧିକ ମତ ପ୍ରାପ୍ତ ବିଜୟୀ) ନିର୍ବାଚନ ପ୍ରକ୍ରିୟା ମାଧ୍ୟମରେ ନିର୍ବାଚିତ ହୁଅନ୍ତି । ସେମାନେ ପାଞ୍ଚ ବର୍ଷ ପାଇଁ କିମ୍ବା କେନ୍ଦ୍ର ମନ୍ତ୍ରୀ ପରିଷଦର ପରାମର୍ଶ କ୍ରମେ ଭାରତର ରାଷ୍ଟ୍ରପତିଙ୍କ ଦ୍ୱାରା ସଦନ ଭଙ୍ଗ ହେବା ପର୍ଯ୍ୟନ୍ତ ନିଜ ପଦବୀରେ ରହନ୍ତି । ଏହି ସଦନର ଅଧିବେଶନ ନୂଆଦିଲ୍ଲୀରେ ଥିବା ସଂସଦ ଭବନର ଲୋକସଭା କକ୍ଷରେ ଅନୁଷ୍ଠିତ ହୋଇଥାଏ ।

    7 ପଠିତ (↑7 ଗତକାଲିଠାରୁ)0,0,0,0,0,0,0,0,0, 7

    1 ଦିନ ଷ୍ଟ୍ରିକ

    🔍 🗞️

ତଥ୍ୟ ଆହରଣ ସମୟ: