ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଭାଦ୍ରବ ମାସର ୪ଟି କିମ୍ବା ପାଞ୍ଚଟି ବୁଧବାରରେ ପାଳିତ ହୁଏ । କେତେକ ସ୍ଥାନରେ ୫ଟି ବୁଧବାରରେ ପାଳିତ ହୁଏ । ଅନେକ ଗହ୍ମାପୂର୍ଣ୍ଣିମାଠାରୁ ଇନ୍ଦୁପୂର୍ଣ୍ଣିମା ଆଉ କେତେକ ସଂକ୍ରାନ୍ତି ଅନୁଯାୟୀ ଭାଦ୍ର ସଂକ୍ରାନ୍ତିରୁ ଆଶ୍ୱିନ ସଂକ୍ରାନ୍ତିକୁ ହିସାବକୁ ନେଇଥାନ୍ତି । ସାଧାରଣତଃ ସଧବା ନାରୀମାନେ ସନ୍ତାନ କାମନା କରିବା ଓ ତାର ଶୁଭ ମନାସିବା ଉଦ୍ଦେଶ୍ୟ ନେଇ ଏହି ଓଷା କରିଥାନ୍ତି । ଏହି ଓଷାଟି ନିର୍ଜଳ ଭାବେ ନିଷ୍ଠାର ସହ ପାଳନ କରାଯାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଓଡ଼ିଶା, ହେଉଛି ପୂର୍ବ ଭାରତରେ ଅବସ୍ଥିତ ଭାରତର ଏକ ରାଜ୍ୟ । ଆୟତନ ଦୃଷ୍ଟିରୁ ଏହା ଅଷ୍ଟମ ବୃହତ୍ତମ ରାଜ୍ୟ ଏବଂ ଜନସଂଖ୍ୟା ଦୃଷ୍ଟିରୁ ୪ କୋଟି ୧୦ ଲକ୍ଷରୁ ଅଧିକ ଅଧିବାସୀଙ୍କ ସହିତ ଏହା ଏକାଦଶ ବୃହତ୍ତମ ରାଜ୍ୟ । ଏହି ରାଜ୍ୟରେ ଭାରତର ତୃତୀୟ ସର୍ବାଧିକ ଅନୁସୂଚିତ ଜନଜାତି ବାସ କରନ୍ତି । ଏହାର ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ, ପଶ୍ଚିମରେ ଛତିଶଗଡ଼ ଏବଂ ଦକ୍ଷିଣରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ବଙ୍ଗୋପସାଗର କୂଳରେ ଓଡ଼ିଶାର ୪୮୫ କି.ମି.
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା ବା କୁଶଗ୍ରହଣୀ ଅମାବାସ୍ୟା ନାମରେ ପାଳନ କରାଯାଏ । ଏହି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଭଗବାନ ଜଗନ୍ନାଥଙ୍କଠାରେ ସପ୍ତପୁରୀ ଭୋଗ ଲାଗିଥାଏ । ଶ୍ରୀଜୀଉଙ୍କର ଏହିଦିନ ବିଶେଷ ପୂଜାନୀତି ଅନୁଷ୍ଠିତ ହେବା ସହ ସେବାୟତଙ୍କଦ୍ୱାରା ଏକ ବଡ଼ ସପ୍ତପୁରୀ (ସାତପୁରୀ) ପ୍ରସ୍ତୁତ କରାଯାଇ ଠାକୁରଙ୍କଠାରେ ଭୋଗଲାଗି ହୋଇଥାଏ । ଏହାକୁ ସପ୍ତପୁରୀ ତାଡ଼ ମଧ୍ୟ କୁହାଯାଇଥାଏ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ବଙ୍କିମଚନ୍ଦ୍ର ଚଟ୍ଟୋପାଧ୍ୟାୟ (୨୭ ଜୁନ ୧୮୩୮ - ୮ ଏପ୍ରିଲ ୧୮୯୪) ବଙ୍ଗଳା ଭାଷାର ଜଣେ ମହାନ ଔପନ୍ୟାସିକ, କବି, ଓ ସାମ୍ବାଦିକ। ଯାଜପୁର ଅବସ୍ଥାନ କାଳରେ ସେ ତାଙ୍କର ଦେବୀ ଚୌଧୁରାଣୀ ଉପନ୍ୟାସଟି ରଚନା କରିଥିଲେ। ଆଗରୁ ପ୍ରକାଶିତ ପ୍ରସିଦ୍ଧବନ୍ଦେ ମାତରମ କବିତାଟି ପରେ ତାଙ୍କ ଆନନ୍ଦମଠ ଉପନ୍ୟାସରେ ସ୍ଥାନ ପାଇଥିଲା। ଜାତୀୟତାବାଦର ଦିଗଦର୍ଶକ ହିସାବରେ ତାଙ୍କର ଭୂମିକାକୁ ଯେତିକି ପ୍ରଶଂସା କରାଯାଏ, ଭାରତୀୟ ସ୍ଥଳଭାଗକୁ ଦେବୀମାତା ରୂପେ ବର୍ଣ୍ଣନା କରି ସେ ଏକ ଅସଙ୍ଗତ ପରମ୍ପରା ଆରମ୍ଭ କରିଛନ୍ତି ବୋଲି ସେତିକି ସମାଲୋଚନା ମଧ୍ୟ କରାଯାଏ। ଯାହାହେଉ, ବଙ୍ଗଳା ଗଦ୍ୟ ସାହିତ୍ୟର ଅନ୍ୟତମ ଅଗ୍ରଗାମୀ ରୂପେ ତାଙ୍କର ସମ୍ମାନ ଅତୁଳନୀୟ। ଓଡ଼ିଆରେ ଫକୀରମୋହନ ସେନାପତିଙ୍କ ଉପନ୍ୟାସକୁ ତାଙ୍କ କୃତି ସହ ତୁଳନା କରାଯାଏ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହୁଏ । ଏହି ବେଶରେ ଜଗନ୍ନାଥଙ୍କୁ କୃଷ୍ଣ ଭାବରେ ଓ ବଳଭଦ୍ରଙ୍କୁ ବଳରାମ ଭାବରେ ସୁସଜ୍ଜିତ କରାଯାଏ । ସୁଭଦ୍ରା ଚତୁର୍ଭୁଜ ଧାରଣ କରି ଭିନ୍ନ ଭିନ୍ନ ଆୟୁଧ ସହ ପଦ୍ମାସନରେ ଉପବେସନ କରନ୍ତି । ଉଭୟ କୃଷ୍ଣ (ଜଗନ୍ନାଥ) ଏବଂ ବଳରାମ (ବଳଭଦ୍ର) କାଷ୍ଠ ନିର୍ମିତ ଦୁଇ ଗୋଡ଼ ଛନ୍ଦି ଛନ୍ଦପୟର ମୁଦ୍ରାରେ ରହିଥାନ୍ତି । ଜଗନ୍ନାଥଙ୍କ ଗୋଟିଏ ହାତରେ ସୁବର୍ଣ୍ଣ ବଂଶୀ ଓ ଅନ୍ୟ ହସ୍ତରେ ପଦ୍ମ ଫୁଲ ଥାଏ । ବଳରାମଙ୍କ ଡାହାଣ ହାତରେ ଶିଙ୍ଘା ଓ ବାମ ହସ୍ତରେ ପଦ୍ମ ଫୁଲ ଥାଏ । କିରୀଟ ଉପରେ ସୋଲରେ ନିର୍ମିତ ସପ୍ତଫେଣିଆ ସର୍ପ ବିରାଜମାନ କରିଥାଏ । ହସ୍ତ ମଧ୍ୟ କାଠରେ ତିଆରି ହୋଇଥାଏ । ଏହି ବେଶରେ ଜଗନ୍ନାଥ ଓ ବଳଭଦ୍ର ଗୋଟିଏ ଗୋଟିଏ ପାଗ ପିନ୍ଧିଥାନ୍ତି । ସେହି ପାଗ ଦ୍ୱୟ କିରୀଟଯୁକ୍ତ ହୋଇଥାଏ । ରତ୍ନ ସିଂହାସନ ଉପରେ ଖଞ୍ଜାଯାଇଥିବା ଏକ କ୍ଷୁଦ୍ରକାଷ୍ଠ ନିର୍ମିତ ତଥା ଜରି ଜମ୍ବୁରାରେ ଆଚ୍ଛାଦିତ ସିଂହାସନରେ ଚକାମୁଣ୍ଡି ପକାଇ ପ୍ରଭୁ (ପଦ୍ମାସନ) ଉପନିବଶ କରନ୍ତି । ବାଙ୍କଚୂଳ କିରୀଟ ଉପରେ ପତ୍ରଲଗା କଦମ୍ବ ଫୁଲ ଶୋଭାପାଏ । ଶ୍ରୀପୟର, ପାଉଁଜି,ବାଙ୍କି,ପାହୁଡ଼, ଗୋଡ଼ମୁଦି,ମଲ୍ଲୀକଢ଼,ଚନ୍ଦ୍ର, ଚିତା,ନାକଚଣା,ହାତଫେର,ଖଡୁ ଇତ୍ୟାଦିରେ ସାରା ଶରୀର ଶୋଭା ପାଇଥାଏ । ସୁଭଦ୍ରାଙ୍କ ମସ୍ତକରେ ମଧ୍ୟ ଏକ କିରୀଟ ଶୋଭାପାଏ । ସବୁ ଠାକୁରଙ୍କ କିରୀଟରେ କଦମ୍ବ ଫୁଲ ଆଉ ପତ୍ର ବହୁ ପରିମାଣରେ ଲାଗିଥାଏ । ବଳଭଦ୍ର ଓ ଜଗନ୍ନାଥଙ୍କ ଦୁଇ ପାର୍ଶ୍ୱରେ ନନ୍ଦ, ଉପନନ୍ଦ, ବସୁଦେବ, ଗୋପାଳ ବାଳକମାନେ ଗୋପୀ, ବ୍ରହ୍ମା ସହସ୍ର ଚକ୍ଷୁ ଇନ୍ଦ୍ର, ନାରଦ, ରୋହିଣୀ, ଯଶୋଦାଙ୍କୁ ଦଣ୍ଡାୟମାନ ଭଙ୍ଗୀରେ ରଖାଯାଏ । ଠାକୁରଙ୍କ ଆଗରେ ଚାରିଗୋଟି ଗାଈ ଦଣ୍ଡାୟମାନ ଭଙ୍ଗୀରେ ଠିଆ ହୋଇଥାନ୍ତି । କୃଷ୍ଣ ବଳରାମ ବେଶ ଦ୍ୱିପହର ଧୂପ ପରେ ଆରମ୍ଭ ହୋଇ ସନ୍ଧ୍ୟା ଧୂପ ପର୍ଯ୍ୟନ୍ତ ରହେ । ଏହି ବେଶରେ ଖିରି ଓ ଅମାଲୁ ଭୋଗ ଲାଗେ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ପାଣିପାଗ (ଇଂରାଜୀ ଭାଷାରେ Weather) ବାୟୁମଣ୍ଡଳର (atmosphere) ଏକ ଅବସ୍ଥାକୁ ବୁଝାଏ ଯେଉଁଥିରୁ ପାଗ କେତେ ଡିଗ୍ରୀ ଗରମ ବା ଥଣ୍ଡା, ଓଦା ବା ଶୁଷ୍କ, ଶାନ୍ତ ବା ତୋଫାନୀ, ପରିଷ୍କାର ବା ମେଘୁଆ ରହିବ, ତାହାର ବର୍ଣ୍ଣନା ମିଳେ । ଅଧିକାଂଶ ପାଗ ପରିବର୍ତ୍ତନ ବାୟୁମଣ୍ଡଳର ସ୍ଟ୍ରାଟୋସ୍ଫିଅରର (stratosphere) ଠିକ୍ ତଳ ଭାଗରେ ଥିବା ଟ୍ରୋଫୋସ୍ଫିଅରରେ (troposphere) ହୁଏ । ଦୈନନ୍ଦିନ ଉତ୍ତାପ ଓ ପ୍ରେସିପିଟେସନ (precipitation) କାର୍ଯ୍ୟକଳାପକୁ ପାଣିପାଗ କୁହାଯାଏ ଓ ଦୀର୍ଘ ସମୟରେ ପାଗର ହାରାହାରି ଅବସ୍ଥାକୁ ଜଳବାୟୁ (climate) କୁହାଯାଏ । ନିର୍ଦ୍ଧିଷ୍ଟ ଭାବରେ କୌଣସି ବିଷୟର ଅବତାରଣା ନଥିଲେ ପାଣିପାଗକୁ ପୃଥିବୀର (Earth) ପାଣିପାଗ ବୁଝାଏ ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅପ୍ରେଲ ୨୭ ଓ ମଇ ୩, ୧୯୦୫ ମସିହା ପରଠାରୁ ରଘୁନାଥ ବେଶ ଆଉ ହୋଇନଥିବା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ଅଶ୍ୱିନୀ କୁମାର ଘୋଷ (୧୮୯୨-୧୯୬୨) ଜଣେ ଭାରତୀୟ ଓଡ଼ିଆ-ଭାଷୀ ନାଟ୍ୟକାର, ଗୀତିକାର ଓ ଔପନ୍ୟାସିକ ଥିଲେ । ସେ ପ୍ରାୟ ଏକଚାଳିଶଟି ଓଡ଼ିଆ ନାଟକ ରଚନା କରିଥିଲେ । ଏଥିମଧ୍ୟରୁ ପାଞ୍ଚଟି ପୌରାଣିକ ଓ କିମ୍ବଦନ୍ତୀଭିଭିକ । ସେ ଉଭୟ ଓଡ଼ିଆ ଉପନ୍ୟାସ ଓ ନାଟ୍ୟ ରଚନା କ୍ଷେତ୍ରରେ ନୂତନ ଶୈଳୀର ପ୍ରୟୋଗ ପାଇଁ ସେ ଜଣାଶୁଣା । ତାଙ୍କ ରଚିତ ଲୋକପ୍ରିୟ ମଞ୍ଚନାଟକ ମଧ୍ୟରେ ରଘୁ ଅରକ୍ଷିତ, ବନ୍ଧୁ ମହାନ୍ତି, ଚଣ୍ଡାଳୁଣୀ, ଶ୍ରୀଲୋକନାଥ ଓ ଚଷାଝିଅ ଆଦି ଅନ୍ୟତମ । ସେ ରଚନା କରିଥିବା ଚଳଚ୍ଚିତ୍ର କାହାଣୀ ମଧ୍ୟରେ ସେ ତୃତୀୟ ଓଡ଼ିଆ ଚଳଚ୍ଚିତ୍ର ଶ୍ରୀ ଜଗନ୍ନାଥ (୧୯୫୦) ଓ ଶ୍ରୀ ଲୋକନାଥ ( ୧୯୬୦) ଅନ୍ୟତମ । ସେ ଶ୍ରୀ ଜଗନ୍ନାଥର ଗୀତ ମଧ୍ୟ ରଚନା କରିଥିଲେ ଯାହା ତାଙ୍କ ଏକମାତ୍ର ଗୀତି ରଚନା । କାର୍ତ୍ତିକ କୁମାର ଘୋଷ ସାନଭାଇ ଓ ଗୌରୀଶଙ୍କର ରାୟ ତାଙ୍କର ବଡ଼ ଅଜା ଓ ରାମଶଙ୍କର ରାୟ ତାଙ୍କର ସାନ ଅଜା ଥିଲେ ।
ଶତାବ୍ଦୀର ସୂର୍ଯ୍ୟ , ସ୍ୱର୍ଗତ ସୁରେନ୍ଦ୍ର ମହାନ୍ତିଙ୍କଦ୍ୱାରା ରଚିତ ଏକ ଉପନ୍ୟାସ । ୧୮୦୩ରେ ଇଂରେଜମାନଙ୍କଦ୍ୱାରା ଓଡ଼ିଶା ଅଧିକାର ଓ ଓଡ଼ିଆ ଜାତୀୟତାର ଚରମ ବିପର୍ଯ୍ୟୟ ପରଠାରୁ ୧୯୦୩ରେ ଉତ୍କଳ-ସମ୍ମିଳନୀ ମଣ୍ଡପରୁ ଓଡ଼ିଆ ଜାତୀୟତାର ନବଜନ୍ମ ଘୋଷଣା ପର୍ଯ୍ୟନ୍ତ, ଦୀର୍ଘ ଏକ ଶତାବ୍ଦୀ କାଳର ଇତିହାସ, ଏଥିରେ ଗ୍ରଥିତ ହୋଇଛି । ଉନ୍ନବିଂଶ ଶତାବ୍ଦୀରେ ଓଡ଼ିଶାର ନବଜାଗରଣ ଓ ସେଥିରେ ମଧୁସୂଦନଙ୍କ ଭୂମିକା, ଏହାର ବିଷୟବସ୍ତୁ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗୁଣ୍ଡି ଓଡ଼ିଶାର ପାରମ୍ପରିକ ପାନ ସଂସ୍କୃତି ସହ ଜଡ଼ିତ ଏକ ପ୍ରକାରର ପାନ-ମସଲା ବା ମସଲା ମିଶ୍ରଣ। ଏହାର ବ୍ୟବହାର ବିଶେଷକରି ଓଡ଼ିଶାର କଡ଼ାପାନ ପ୍ରସ୍ତୁତିରେ ଦେଖାଯାଏ। ଅଞ୍ଚଳ ଓ ପ୍ରସ୍ତୁତି ପଦ୍ଧତି ଅନୁସାରେ ଗୁଣ୍ଡିର ଉପାଦାନ ଭିନ୍ନ ହୋଇଥାଏ। ଧନିଆ, ପାନମଧୁରୀ, ଲବଙ୍ଗ, ଅଳେଇଚ, ଜାଇଫଳ, ଜାଇତ୍ରୀ ଓ ବିଭିନ୍ନ ସୁଗନ୍ଧିତ ଦ୍ରବ୍ୟ ଏଥିରେ ବ୍ୟବହୃତ ହୋଇପାରେ। କେତେକ ପାରମ୍ପରିକ ଗୁଣ୍ଡିରେ ଧୂଆଁପତ୍ର ବା ତମାଖୁ ମଧ୍ୟ ମିଶାଯାଏ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ପ୍ଲୀହା ବା ପିଳେହି ତଥା ଇଂରାଜୀରେ Spleen ଶବ୍ଦଟି ଗ୍ରୀକ ଶବ୍ଦ σπλήν—splḗnରୁ ଆସିଛି) ପ୍ରାୟ ପ୍ରତ୍ୟେକ ମେରୁଦଣ୍ଡୀ ପ୍ରାଣୀମାନଙ୍କର ଗୋଟିଏ ଅଙ୍ଗ ରୂପେ ପରିଚିତ ଅଟେ । ଏହା ଲୋହିତ ରକ୍ତ କଣିକା ଓ ପ୍ରତିରୋଧ ଶକ୍ତି (ଇମ୍ମ୍ୟୁନିଟି) ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରେ । ଏହା ପୁରୁଣା ଲୋହିତ ରକ୍ତ କଣିକାମାନଙ୍କୁ ରକ୍ତ ସଞ୍ଚାଳନରୁ ବାହାର କରି ରଖେ, ରକ୍ତକ୍ଷୟ ସମୟରେ ଏହା ଏକ ରକ୍ତ ଭଣ୍ଡାର ଭଳି କାମ କରେ । ଏହାଦ୍ୱାରା ନଷ୍ଟ ହୋଇଥିବା ବୟସ୍କ ଲୋହିତ ରକ୍ତ କଣିକାରୁ ବହିଷ୍କୃତ ହେମୋଗ୍ଲୋବିନର ବିପଚନ (Metabolism) ହୁଏ । ଲୋହିତ ରକ୍ତ କଣିକାରେ ଥିବା ହେମୋଗ୍ଲୋବିନରେ ଲୌହ ଅଂଶ ହେମ ଓ ପ୍ରୋଟିନ ଅଂଶ ଗ୍ଲୋବିନ ଥାଏ । ଏହି ହେମର ବିପଚନ ହୋଇ ବିଲିରୁବିନ ତିଆରି ହୁଏ ଯାହା ଯକୃତଦ୍ୱାରା ବହିଷ୍କୃତ ହୁଏ ଓ ଏହାର ଲୌହ ଅଂଶକୁ ପ୍ଲୀହା ରିସାଇକ୍ଲ କରେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ମାଛରଙ୍କା ବିରାଡ଼ି (ଇଂରାଜୀରେ fishing cat, ଜୀବବିଜ୍ଞାନ ନାମ Prionailurus viverrinus) ଦକ୍ଷିଣ ଏବଂ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ମଧ୍ୟମାକୃତିର ଏକ ବଣୁଆ ବିଲେଇ । ୨୦୧୬ ମସିହା ପରଠାରୁ IUCN ତାଲିକାରେ ଏହି ଜୀବକୁ ସଙ୍କଟାଭିମୁଖୀ (Vulnerable-VU) ଶ୍ରେଣୀଭୁକ୍ତ କରାଯାଇଛି । କିଛି ଦଶନ୍ଧି ଧରି ଆର୍ଦ୍ରଭୂମି ଓ ପ୍ରାକୃତିକ ଜଳାଶୟ ହ୍ରାସ ପାଉଥିବାରୁ ଏହି ବିଲେଇ ପ୍ରଜାତିଙ୍କ ଅସ୍ଥିତ୍ୱ ପ୍ରତି ବିପଦ ସୃଷ୍ଟି ହୋଇଛି । ନଦୀ, ଝରଣା, ପ୍ରାକୃତିକ ନାଳ, ଅଶ୍ୱଖୁରାକୃତି ହ୍ରଦ, ସନ୍ତସନ୍ତିଆ ଭୂମି, ତ୍ରିକୋଣଭୂମିସ୍ଥ ଲୁଣା ହେନ୍ତାଳ ବନ ପରି ଆର୍ଦ୍ରଭୂମି ସଂଲଗ୍ନ ଜଙ୍ଗଲ ଓ ପରିବାସରେ ମାଛରଙ୍କା ବିରାଡ଼ି ବାସ କରିଥାନ୍ତି ।
ଜ୍ୟୋତିଷଶାସ୍ତ୍ର ଏକ ଛଦ୍ମ ବିଜ୍ଞାନ ଅଟେ, ଯାହା ଖଗୋଳିୟ ପିଣ୍ଡର ଚଳଣୀ ଏବଂ ସାପେକ୍ଷ ସ୍ଥିତିର ଅଧ୍ୟୟନ କରି ମନୁଷ୍ୟ ସମ୍ବନ୍ଧୀୟ ବିଷୟ ଏବଂ ସାଂସାରିକ ଘଟଣା ସମ୍ବନ୍ଧରେ ଦିବ୍ୟ କଥାବସ୍ତୁର ଦାବି କରିଥାଏ । ଏହି ଶାସ୍ତ୍ରଦ୍ୱାରା ମନୁଷ୍ୟ ତଥା ପୃଥିବୀର ଗ୍ରହ ଏବଂ ତାରାମାନଙ୍କର ଶୁଭ ତଥା ଅଶୁଭ ପ୍ରଭାବର ଅଧ୍ୟୟନ କରାଯାଇ ପାରେ । ଜ୍ୟୋତିଷ ଶବ୍ଦର ଅର୍ଥ ଗ୍ରହ ତଥା ନକ୍ଷତ୍ରଦ୍ୱାରା ସମ୍ବନ୍ଧିତ ରଖୁଥିବା ବିଦ୍ୟା । ଯଦିଓ ଏହି ଶବ୍ଦରୁ ଗଣିତ (ସିଦ୍ଧାନ୍ତ) ଜ୍ୟୋତିଷର ମଧ୍ୟ ବୋଧ ହୋଇଥାଏ, ତଥାପି ସାଧାରଣ ଲୋକ ଜ୍ୟୋତିଷ ବିଦ୍ୟାଦ୍ୱାରା ଫଳିତ ବିଦ୍ୟାର ଅର୍ଥ ବୋଲି ଭାବି ନିଅନ୍ତି।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଗୌରହରି ଦାସ (ଜନ୍ମ: ୯ ଅକ୍ଟୋବର ୧୯୬୦) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ସ୍ତମ୍ଭକାର । ଇତିମଧ୍ୟରେ ତାଙ୍କର ପ୍ରାୟ ପଚାଶ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି । ସଂପ୍ରତି ସେ ଓଡ଼ିଆ ଖବରକାଗଜ ସମ୍ବାଦର ସାହିତ୍ୟ ସମ୍ପାଦକ ଏବଂ କଥା ପତ୍ରିକାର ସମ୍ପାଦକ ଭାବେ କାର୍ଯ୍ୟ କରନ୍ତି । ସେ "ସମ୍ବାଦ ସ୍କୁଲ୍ ଅଫ୍ ମିଡିଆ ଆଣ୍ଡ କଲ୍ଚର" ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ । ପୂର୍ବରୁ ସେ କେନ୍ଦ୍ର ସାହିତ୍ୟ ଅକାଦେମିର ଓଡ଼ିଆ ଭାଷା ଉପଦେଷ୍ଟା ମଣ୍ଡଳୀର ଆବାହକ ତଥା ଏହାର କାର୍ଯ୍ୟନିର୍ବାହୀ ପରିଷଦର ସଦସ୍ୟ ଥିଲେ । ତାଙ୍କର ସାହିତ୍ୟ ରଚନା ନିମନ୍ତେ ଅନ୍ୟାନ୍ୟ ପୁରସ୍କାର ଓ ସମ୍ମାନ ସମେତ ସେ ସେ ୨୦୧୨ ମସିହାରେ "କଣ୍ଟା ଓ ଅନ୍ୟାନ ଗଳ୍ପ" ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଏବଂ ୨୦୦୧ରେ "ନିଜ ସାଙ୍ଗେ ନିଜର ଲଢ଼େଇ" ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ତାଙ୍କର "ବାଘ ଓ ଅନ୍ୟାନ୍ୟ ଗଳ୍ପ" ଗଳ୍ପସଂକଳନ ନିମନ୍ତ ସେ ୨୦୨୨ ମସିହାରେ ଶାରଳା ପୁରସ୍କାର ପାଇଁ ମନୋନୀତ ହୋଇଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.